< Faptele 24 >
1 După cinci zile, marele preot Anania s-a coborât cu niște bătrâni și cu un orator, Tertul. Aceștia l-au informat pe guvernator împotriva lui Pavel.
ପାଞ୍ଚ ଦିନ ପରେ ହାନାନ ମହାଯାଜକ କେତେକ ପ୍ରାଚୀନ ଓ ତର୍ତ୍ତୁଲ୍ଲ ନାମକ ଜଣେ ଓକିଲଙ୍କ ସାଙ୍ଗରେ ଆସିଲେ, ଆଉ ସେମାନେ ପାଉଲଙ୍କ ବିରୁଦ୍ଧରେ ଶାସନକର୍ତ୍ତାଙ୍କ ନିକଟରେ ଆବେଦନ କଲେ।
2 Când a fost chemat, Tertullus a început să-l acuze, spunând: “Văzând că prin tine ne bucurăm de multă pace și că prosperitatea vine în acest popor prin previziunea ta,
ତାହାଙ୍କୁ ଡକାଯାଆନ୍ତେ ତର୍ତ୍ତୁଲ୍ଲ ତାହାଙ୍କୁ ଅଭିଯୋଗ କରି କହିବାକୁ ଲାଗିଲେ, ହେ ମହାମହିମ ଫେଲୀକ୍ସ୍, ଆପଣଙ୍କ ଦ୍ୱାରା ଆମ୍ଭେମାନେ ଯେ ମହା ଶାନ୍ତି ଭୋଗ କରୁଅଛୁ, ପୁଣି, ଆପଣଙ୍କର ଦୂରଦର୍ଶିତାରେ ଏହି ଜାତି ନିମନ୍ତେ ନାନା ମଙ୍ଗଳ ସାଧିତ ହୋଇଅଛି,
3 o acceptăm în toate felurile și în toate locurile, preasfințite Felix, cu toată recunoștința.
ଏହା ଆମ୍ଭେମାନେ ସର୍ବତୋଭାବରେ ଓ ସର୍ବସ୍ଥାନରେ ସମ୍ପୂର୍ଣ୍ଣ କୃତଜ୍ଞତା ସହିତ ସ୍ୱୀକାର କରୁଅଛୁ।
4 Dar, ca să nu te întârzii, te rog să ai răbdare cu noi și să asculți câteva cuvinte.
କିନ୍ତୁ ମୁଁ ଯେପରି ଆପଣଙ୍କର ଅଧିକ କ୍ଳାନ୍ତ ନ ଜନ୍ମାଏ, ଏଥିପାଇଁ ଆପଣ ନିଜ ଦୟା ଗୁଣରେ ଆମ୍ଭମାନଙ୍କ କେତୋଟି କଥା ଶୁଣିବା ପାଇଁ ମୁଁ ଆପଣଙ୍କୁ ନିବେଦନ କରୁଅଛି।
5 Pentru că am descoperit că acest om este o plagă, un instigator de insurecții printre toți evreii din întreaga lume și un lider al sectei nazarienilor.
କାରଣ ଆମ୍ଭେମାନେ ଏହି ଲୋକକୁ ମହାମାରୀ ସ୍ୱରୂପ, ଜଗତର ସର୍ବତ୍ର ସମସ୍ତ ଯିହୁଦୀମାନଙ୍କ ମଧ୍ୟରେ ବିଦ୍ରୋହର ପରିଚାଳକ ଓ ନାଜରିତୀୟ ଦଳର ଜଣେ ପ୍ରଧାନ ନେତା ବୋଲି ଜାଣିଅଛୁ;
6 A încercat chiar să profaneze templul și l-am arestat.
ଆହୁରି ମଧ୍ୟ ଏ ମନ୍ଦିର ଅଶୁଚି କରିବାକୁ ଚେଷ୍ଟା କରିଥିଲା, କିନ୍ତୁ ଆମ୍ଭେମାନେ ଏହାକୁ ଧରିଲୁ ଆଉ ଆପଣମାନଙ୍କ ବ୍ୟବସ୍ଥା ଅନୁସାରେ ଏହାର ବିଚାର କରିବାକୁ ଇଚ୍ଛା କରିଥିଲୁ।
କିନ୍ତୁ ସହସ୍ର-ସେନାପତି ଲୂସୀୟା ଆସି ଅତିଶୟ ଜୋର୍ରେ ଏହାକୁ ଆମ୍ଭମାନଙ୍କ ହାତରୁ ଛଡ଼ାଇନେଲେ,
8 Examinându-l tu însuți, poți constata toate aceste lucruri de care îl acuzăm.”
ଆଉ ଏହାର ଅଭିଯୋଗକାରୀମାନଙ୍କୁ ଆପଣଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ଆଦେଶ ଦେଲେ। ଏହି ଯେ ସମସ୍ତ ବିଷୟରେ ଆମ୍ଭେମାନେ ଏହା ବିରୁଦ୍ଧରେ ଅଭିଯୋଗ କରୁଅଛୁ, ଆପଣ ନିଜେ ଏହାକୁ ପଚାରିଲେ ସେହିସବୁ ଅବଗତ ହୋଇପାରିବେ।
9 Și iudeii s-au alăturat și ei atacului, afirmând că așa stau lucrurile.
ଅନ୍ୟ ଯିହୁଦୀମାନେ ମଧ୍ୟ ଅଭିଯୋଗରେ ମିଶି ଏହି ସମସ୍ତ କଥା ସତ୍ୟ ବୋଲି କହିଲେ।
10 După ce guvernatorul i-a făcut semn să vorbească, Pavel a răspuns: “Fiindcă știu că tu ești de mulți ani judecător al acestui neam, îmi iau cu plăcere apărarea,
ସେଥିରେ ଶାସନକର୍ତ୍ତା କଥା କହିବା ନିମନ୍ତେ ପାଉଲଙ୍କୁ ସଙ୍କେତ କରନ୍ତେ ସେ ଉତ୍ତର ଦେଲେ, ଆପଣ ଅନେକ ବର୍ଷ ହେଲା ଏହି ଜାତିର ବିଚାରକର୍ତ୍ତା ଅଟନ୍ତି ବୋଲି ଜାଣିବାରୁ ମୁଁ ସାହସରେ ମୋହର ପକ୍ଷ ସମର୍ଥନ କରୁଅଛି।
11 fiindcă poți să constați că nu au trecut mai mult de douăsprezece zile de când m-am suit să mă închin la Ierusalim.
ବାର ଦିନରୁ ଅଧିକ ହେବ ନାହିଁ ମୁଁ ଉପାସନା କରିବା ନିମନ୍ତେ ଯିରୂଶାଲମ ସହରକୁ ଯାଇଥିଲି, ଏହା ଆପଣ ଜାଣି ପାରନ୍ତି
12 În templu nu m-au găsit certându-mă cu nimeni sau stârnind mulțimea, nici în sinagogi, nici în oraș.
ଆଉ ଏମାନେ ମନ୍ଦିରରେ କି ସମାଜଗୃହରେ କି ନଗରରେ ମୋତେ କାହାରି ସହିତ ବିବାଦ କରିବାର କିମ୍ବା ଜନତାକୁ ମତାଇବାର ଦେଖି ନାହାନ୍ତି,
13 Și nici nu vă pot dovedi lucrurile de care mă acuză acum.
ପୁଣି, ଏବେ ଏମାନେ ମୋ ବିରୁଦ୍ଧରେ ଯେଉଁ ସମସ୍ତ ବିଷୟ ନେଇ ଅଭିଯୋଗ କରୁଅଛନ୍ତି, ସେହିସବୁ ଆପଣଙ୍କ ନିକଟରେ ପ୍ରମାଣ କରିପାରନ୍ତି ନାହିଁ।
14 Dar vă mărturisesc acest lucru: că, potrivit Căii, pe care ei o numesc sectă, așa slujesc eu Dumnezeului părinților noștri, crezând toate lucrurile care sunt conform Legii și care sunt scrise în profeți;
କିନ୍ତୁ ଏମାନେ ଯାହାକୁ ଗୋଟିଏ ବିଧର୍ମଦଳ ବୋଲି କହନ୍ତି, ମୁଁ ସେହି ମାର୍ଗ ଅନୁସାରେ ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ଈଶ୍ବରଙ୍କର ଉପାସନା କରିଥାଏ; ଯାହା ଯାହା ମୋଶାଙ୍କ ବ୍ୟବସ୍ଥା ଅନୁଯାୟୀ ଓ ଯାହା ଯାହା ଭାବବାଦୀମାନଙ୍କ ପୁସ୍ତକରେ ଲିଖିତ ଅଛି, ସେହିସବୁ ମୁଁ ବିଶ୍ୱାସ କରେ;
15 având speranța față de Dumnezeu, pe care și aceștia o așteaptă, că va fi o înviere a morților, atât a celor drepți, cât și a celor nedrepți.
ପୁଣି, ଧାର୍ମିକ ଓ ଅଧାର୍ମିକ ଉଭୟଙ୍କର ପୁନରୁତ୍ଥାନ ହେବ ବୋଲି ଯାହା ଏମାନେ ନିଜେ ଅପେକ୍ଷା କରନ୍ତି, ମୁଁ ମଧ୍ୟ ଈଶ୍ବରଙ୍କଠାରେ ସେହି ପ୍ରକାର ଭରସା ରଖିଅଛି ବୋଲି ଆପଣଙ୍କ ନିକଟରେ ସ୍ୱୀକାର କରୁଅଛି।
16 În acest sens, practic și eu, având întotdeauna o conștiință lipsită de supărare față de Dumnezeu și față de oameni.
ଏହେତୁରୁ ମୁଁ ମଧ୍ୟ ନିଜେ ସର୍ବଦା ଈଶ୍ବରଙ୍କ ଓ ମନୁଷ୍ୟର ପ୍ରତି ନିର୍ଦ୍ଦୋଷ ବିବେକ ରକ୍ଷା କରିବାକୁ ଯତ୍ନ କରୁଥାଏ।
17 După câțiva ani, am venit să aduc națiunii mele daruri pentru cei nevoiași și ofrande;
ଅନେକ ବର୍ଷ ପରେ ମୁଁ ମୋହର ଜାତି ନିକଟକୁ ଦାନ କରିବା ନିମନ୍ତେ ଓ ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ଆସିଥିଲି।
18 în mijlocul cărora niște iudei din Asia m-au găsit purificat în templu, nu cu o mulțime și nici cu agitație.
ସେହି ସମୟରେ ଏମାନେ ମୋତେ ମନ୍ଦିରରେ ଶୁଚି ହୋଇଥିବାର ଦେଖିଲେ; ମୁଁ କୌଣସି ଜନତା କିମ୍ବା ଗଣ୍ଡଗୋଳରେ ମିଶି ନ ଥିଲି, କିନ୍ତୁ ଏସିଆ ପ୍ରଦେଶର କେତେକ ଯିହୁଦୀ ଲୋକମାନେ ଥିଲେ;
19 Ei ar fi trebuit să fie aici, înaintea voastră, și să mă acuze, dacă aveau ceva împotriva mea.
ଯଦି ସେମାନଙ୍କର ମୋ, ବିରୁଦ୍ଧରେ କୌଣସି କଥା ଥାଆନ୍ତା, ତାହାହେଲେ ଆପଣଙ୍କ ସମ୍ମୁଖରେ ଉପସ୍ଥିତ ହୋଇ ଅଭିଯୋଗ କରିବା ସେମାନଙ୍କର ଉଚିତ୍ ହୋଇଥାଆନ୍ତା।
20 Sau, altfel, să spună ei înșiși ce nedreptate au găsit în mine când am stat în fața consiliului,
ନତୁବା ମୃତମାନଙ୍କ ପୁନରୁତ୍ଥାନ ସମ୍ବନ୍ଧରେ ମୁଁ ଆଜି ଆପଣମାନଙ୍କ ସମ୍ମୁଖରେ ବିଚାରିତ ହେଉଅଛି ବୋଲି ମୁଁ ସେମାନଙ୍କ ମଧ୍ୟରେ ଠିଆ ହୋଇ ଉଚ୍ଚସ୍ୱରରେ ଏହି ଯେଉଁ କଥା କହିଥିଲି,
21 dacă nu cumva pentru acest singur lucru am strigat stând în picioare în mijlocul lor: “Cu privire la învierea morților sunt judecat astăzi în fața voastră!””.
କେବଳ ସେହି ଗୋଟିଏ କଥା ଛଡ଼ା ମୁଁ ମହାସଭା ସମ୍ମୁଖରେ ଠିଆ ହେବା ସମୟରେ ଏମାନେ ମୋହର କି ଦୋଷ ପାଇଅଛନ୍ତି ତାହା ଏମାନେ ନିଜେ କହନ୍ତୁ।
22 Dar Felix, care cunoștea mai bine Calea, i-a amânat, zicând: “Când va coborî Lisias, comandantul, voi lua o hotărâre în privința voastră.”
କିନ୍ତୁ ଫେଲୀକ୍ସ୍ ସେହି ମାର୍ଗ ବିଷୟରେ ଅଳ୍ପ ଜାଣିଥିବାରୁ ବିଚାର ସ୍ଥଗିତ ରଖି କହିଲେ ଯେ ସହସ୍ର-ସେନାପତି ଲୂସୀୟା ଆସିଲା ପରେ ଆମ୍ଭେ ତୁମ୍ଭମାନଙ୍କ ବିଷୟ ନିର୍ଣ୍ଣୟ କରିବା।
23 El a poruncit centurionului ca Pavel să fie ținut în custodie și să aibă unele privilegii și să nu interzică niciunui dintre prietenii săi să îl servească sau să îl viziteze.
ପୁଣି, ସେ ଶତ-ସେନାପତିଙ୍କୁ ତାଙ୍କର କୌଣସି ଆତ୍ମୀୟ ସ୍ୱଜନଙ୍କୁ ତାହାଙ୍କର ସେବା କରିବା ପାଇଁ ବାରଣ ନ କରିବାକୁ, ପୁଣି, ତାହାଙ୍କୁ ବନ୍ଦୀ ରୂପେ ରକ୍ଷା କରି ତାହାଙ୍କ ପ୍ରତି କୋମଳ ବ୍ୟବହାର କରିବାକୁ ଆଦେଶ ଦେଲେ।
24 După câteva zile, Felix a venit cu Drusila, soția sa, care era iudeică, și a trimis să cheme pe Pavel și l-a ascultat cu privire la credința în Hristos Isus.
କେତେକ ଦିନ ପରେ ଫେଲୀକ୍ସ୍ ଦ୍ରୂସିଲ୍ଲା ନାମ୍ନୀ ଆପଣା ଯିହୁଦୀୟା ଭାର୍ଯ୍ୟାଙ୍କ ସହିତ ଆସି ପାଉଲଙ୍କୁ ଡକାଇ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ବିଷୟ ତାଙ୍କଠାରୁ ଶୁଣିଲେ।
25 În timp ce el vorbea despre neprihănire, despre stăpânirea de sine și despre judecata viitoare, Felix s-a îngrozit și i-a răspuns: “Du-te deocamdată și, când îmi va fi de folos, te voi chema.”
କିନ୍ତୁ ସେ ଧାର୍ମିକତା, ଆତ୍ମସଂଯମ ଓ ଆଗାମୀ ବିଚାର ବିଷୟରେ କଥା କହିବା ସମୟରେ ଫେଲୀକ୍ସ୍ ଭୟର ସହିତ ଉତ୍ତର ଦେଲେ, ବର୍ତ୍ତମାନ ତୁମ୍ଭେ ଯାଅ, ସୁବିଧା ସମୟ ପାଇଲେ ଆମ୍ଭେ ତୁମ୍ଭକୁ ଡକାଇବା।
26 Între timp, el mai spera că Pavel îi va da bani, ca să-l elibereze. De aceea, de asemenea, trimitea mai des după el și vorbea cu el.
ଆହୁରି ମଧ୍ୟ ପାଉଲ ତାହାଙ୍କୁ ଲାଞ୍ଚ ଦେବେ ବୋଲି ସେ ଆଶା କରୁଥିଲେ, ସେଥିପାଇଁ ଥରକୁ ଥର ତାହାଙ୍କୁ ଡକାଇ ତାହାଙ୍କ ସହିତ କଥାବାର୍ତ୍ତା କରୁଥିଲେ।
27 După ce s-au împlinit doi ani, Felix a fost înlocuit de Porcius Festus; și Felix, vrând să se facă plăcut iudeilor, a lăsat pe Pavel în temniță.
କିନ୍ତୁ ଦୁଇ ବର୍ଷ ପୂର୍ଣ୍ଣ ହେଲା ଉତ୍ତାରେ ପର୍କୀୟ ଫେଷ୍ଟସ୍ ଫେଲୀକ୍ସ୍ଙ୍କ ପଦରେ ନିଯୁକ୍ତ ହେଲେ, ଆଉ ଫେଲୀକ୍ସ୍ ଯିହୁଦୀମାନଙ୍କ ପ୍ରିୟପାତ୍ର ହେବାକୁ ଇଚ୍ଛା କରି ପାଉଲଙ୍କୁ ବନ୍ଦୀ ଅବସ୍ଥାରେ ରଖି ଚାଲିଗଲେ।