< 1-я Паралипоменон 20 >
1 Через год, в то время когда цари выходят на войну, вывел Иоав войско и стал разорять землю Аммонитян, и пришел и осадил Равву. Давид же оставался в Иерусалиме. Иоав, завоевав Равву, разрушил ее.
ଏଥିଉତ୍ତାରେ ବର୍ଷର ପରିବର୍ତ୍ତନ ସମୟରେ ରାଜାମାନେ ଯୁଦ୍ଧକୁ ଯିବା ବେଳେ, ଯୋୟାବ ସୈନ୍ୟଦଳ ନେଇ ଅମ୍ମୋନ-ସନ୍ତାନଗଣର ଦେଶ ଉଚ୍ଛିନ୍ନ କଲା ଓ ରବ୍ବାକୁ ଯାଇ ତାହା ଅବରୋଧ କଲା। ମାତ୍ର, ଦାଉଦ ଯିରୂଶାଲମରେ ରହିଲେ। ଏଥିମଧ୍ୟରେ ଯୋୟାବ ରବ୍ବାକୁ ଆଘାତ କରି ଭୂମିସାତ୍ କଲା।
2 И взял Давид венец царя их с головы его, и в нем оказалось весу талант золота, и драгоценные камни были на нем; и был он возложен на голову Давида. И добычи очень много вынес из города.
ପୁଣି, ଦାଉଦ ସେମାନଙ୍କ ରାଜାର ମସ୍ତକରୁ ମୁକୁଟ କାଢ଼ି ନେଲେ, ଆଉ ଦେଖିଲେ ଯେ, ତାହା ଏକ ତାଳନ୍ତ ପରିମିତ ସ୍ୱର୍ଣ୍ଣ ଓ ତହିଁରେ ବହୁମୂଲ୍ୟ ପ୍ରସ୍ତରମାନ ଥିଲା। ପୁଣି, ତାହା ଦାଉଦଙ୍କର ମସ୍ତକରେ ଦିଆଗଲା; ଆଉ ସେ ସେହି ନଗରର ପ୍ରଚୁର ଲୁଟଦ୍ରବ୍ୟ ବାହାର କରି ଆଣିଲେ।
3 А народ, который был в нем, вывел и умерщвлял их пилами, железными молотилами и секирами. Так поступил Давид со всеми городами Аммонитян, и возвратился Давид и весь народ в Иерусалим.
ଆହୁରି, ସେ ତନ୍ମଧ୍ୟବର୍ତ୍ତୀ ଲୋକମାନଙ୍କୁ ବାହାର କରି ଆଣି କରତ ଓ ଲୁହାର ମଇ ଓ କୁହ୍ରାଡ଼ି ଦ୍ୱାରା ଛେଦନ କଲେ। ଏହି ପ୍ରକାରେ ଦାଉଦ ଅମ୍ମୋନ-ସନ୍ତାନଗଣର ସମୁଦାୟ ନଗର ପ୍ରତି କଲେ। ଏଉତ୍ତାରେ ଦାଉଦ ଓ ସମସ୍ତ ଲୋକ ଯିରୂଶାଲମକୁ ଫେରି ଆସିଲେ।
4 После того началась война с Филистимлянами в Газере. Тогда Совохай Хушатянин поразил Сафа, одного из потомков Рефаимов. И они усмирились.
ଏଥିଉତ୍ତାରେ ଗେଷରରେ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ଲାଗିଲା; ତହିଁରେ ହୂଶାତୀୟ ସିବ୍ବଖୟ ଦୀର୍ଘକାୟ ବଂଶଜାତ ସିପ୍ପୀକୁ ବଧ କଲା, ଯେ ରଫାୟୀମର ଏକ ବଂଶଜ ଥିଲା ପୁଣି ସେମାନେ ପରାସ୍ତ ହେଲେ।
5 И опять была война с Филистимлянами. Тогда Елханам, сын Иаира, поразил Лахмия, брата Голиафова, Гефянина, у которого древко копья было, как навой у ткачей.
ଏଉତ୍ତାରେ ପୁନର୍ବାର ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ହେଲା, ତହିଁରେ ଯାୟୀରର ପୁତ୍ର ଇଲ୍ହାନନ୍ ତନ୍ତୀର ନରାଜ ତୁଲ୍ୟ ବର୍ଚ୍ଛାଧାରୀ ଗାଥୀୟ ଗଲୀୟାତର ଭ୍ରାତା ଲହମିକୁ ବଧ କଲା।
6 Было еще сражение в Гефе. Там был один рослый человек, у которого было по шести пальцев, всего двадцать четыре. И он также был из потомков Рефаимов.
ଏଉତ୍ତାରେ ପୁନର୍ବାର ଗାଥ୍ ନଗରରେ ଯୁଦ୍ଧ ହେଲା, ସେଠାରେ ଅତି ଦୀର୍ଘକାୟ; ପୁଣି, ପ୍ରତି ହସ୍ତ ଓ ପାଦରେ ଛଅ ଛଅ ଅଙ୍ଗୁଳି, ସର୍ବସୁଦ୍ଧା ଚବିଶ ଅଙ୍ଗୁଳିବିଶିଷ୍ଟ ଏକ ଜଣ ଥିଲା; ସେ ମଧ୍ୟ ଦୀର୍ଘକାୟ ବଂଶଜାତ।
7 Он поносил Израиля, но Ионафан, сын Шимы, брата Давидова, поразил его.
ପୁଣି, ସେ ଇସ୍ରାଏଲକୁ ତୁଚ୍ଛ କରନ୍ତେ, ଦାଉଦଙ୍କର ଭ୍ରାତା ଶିମୀୟର ପୁତ୍ର ଯୋନାଥନ ତାହାକୁ ବଧ କଲା।
8 Это были родившиеся от Рефаимов в Гефе, и пали от руки Давида и от руки слуг его.
ଏମାନେ ଗାଥ୍ ନଗରରେ ଦୀର୍ଘକାୟ ବଂଶରେ ଜନ୍ମିଥିଲେ; ଏମାନେ ଦାଉଦଙ୍କ ହସ୍ତରେ ଓ ତାଙ୍କର ଦାସମାନଙ୍କ ହସ୍ତରେ ବଧ ହେଲେ।