< 1-е Коринфянам 1 >
1 Павел, волею Божиею призванный Апостол Иисуса Христа, и Сосфен брат,
ପାଉଲ, ଈଶ୍ବରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କ ଆହୂତ ଜଣେ ପ୍ରେରିତ, ଓ ଭ୍ରାତା ସୋସ୍ଥିନା,
2 церкви Божией, находящейся в Коринфе, освященным во Христе Иисусе, призванным святым, со всеми призывающими имя Господа нашего Иисуса Христа, во всяком месте, у них и у нас:
କରିନ୍ଥ ସହରରେ ଥିବା ଈଶ୍ବରଙ୍କ ମଣ୍ଡଳୀ ନିକଟକୁ ପତ୍ର; ଯେଉଁମାନେ ସର୍ବତ୍ର, ସେମାନଙ୍କ ଓ ଆମ୍ଭମାନଙ୍କ ସ୍ଥାନରେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପ୍ରାର୍ଥନା କରନ୍ତି, ସେ ସମସ୍ତଙ୍କ ସହିତ ଖ୍ରୀଷ୍ଟ ଯୀଶୁଙ୍କଠାରେ ପବିତ୍ରୀକୃତ ଓ ଆହୂତ ସାଧୁ ଯେ ତୁମ୍ଭେମାନେ,
3 благодать вам и мир от Бога Отца нашего и Господа Иисуса Христа.
ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ହେଉ।
4 Непрестанно благодарю Бога моего за вас, ради благодати Божией, дарованной вам во Христе Иисусе,
ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କୁ ଦିଆଯାଇଥିବା ଈଶ୍ବରଙ୍କ ଯେଉଁ ଅନୁଗ୍ରହ, ସେଥିନିମନ୍ତେ ମୁଁ ସର୍ବଦା ତୁମ୍ଭମାନଙ୍କ ବିଷୟରେ ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛି,
5 потому что в Нем вы обогатились всем, всяким словом и всяким познанием -
କାରଣ ତାହାଙ୍କଠାରେ ସମସ୍ତ ବିଷୟରେ, ବିଶେଷତଃ ସମସ୍ତ ପ୍ରକାର ଶିକ୍ଷାଦାନରେ ଓ ସମସ୍ତ ପ୍ରକାର ଜ୍ଞାନରେ ତୁମ୍ଭେମାନେ ଧନବାନ ହୋଇଅଛ;
6 ибо свидетельство Христово утвердилось в вас, -
ଏହି ପ୍ରକାରେ ଖ୍ରୀଷ୍ଟଙ୍କର ସାକ୍ଷ୍ୟ ତୁମ୍ଭମାନଙ୍କ ମଧ୍ୟରେ ସ୍ଥିରୀକୃତ ହୋଇଅଛି।
7 так что вы не имеете недостатка ни в каком даровании, ожидая явления Господа нашего Иисуса Христа,
ଏଣୁ ତୁମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପ୍ରକାଶ ନିମନ୍ତେ ଅପେକ୍ଷାରେ ଥାଇ କୌଣସି ଅନୁଗ୍ରହଦାନର ଊଣା ପଡ଼ୁ ନାହଁ;
8 Который и утвердит вас до конца, чтобы вам быть неповинными в день Господа нашего Иисуса Христа.
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦିବସରେ ଯେପରି ତୁମ୍ଭେମାନେ ଅନିନ୍ଦନୀୟ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଶେଷ ପର୍ଯ୍ୟନ୍ତ ମଧ୍ୟ ସ୍ଥିର ରଖିବେ।
9 Верен Бог, Которым вы призваны в общение Сына Его Иисуса Христа, Господа нашего.
ଈଶ୍ବର ବିଶ୍ୱସ୍ତ, ଯାହାଙ୍କ ଦ୍ୱାରା ତୁମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟ, ଆମ୍ଭମାନଙ୍କ ପ୍ରଭୁଙ୍କର ସହଭାଗିତା ନିମନ୍ତେ ଆହୂତ ହୋଇଅଛ।
10 Умоляю вас, братия, именем Господа нашего Иисуса Христа, чтобы все вы говорили одно и не было между вами разделений, но чтобы вы соединены были в одном духе и в одних мыслях.
ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଯେପରି ତୁମ୍ଭେମାନେ ସମସ୍ତେ ଏକ କଥା କୁହ, ଆଉ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ନ ହୁଏ, କିନ୍ତୁ ତୁମ୍ଭେମାନେ ଏକ ମନରେ ଓ ଏକ ବିଚାରରେ ସମ୍ମିଳିତ ହୁଅ।
11 Ибо от домашних Хлоиных сделалось мне известным о вас, братия мои, что между вами есть споры.
କାରଣ, ହେ ମୋହର ଭାଇମାନେ, ଖ୍ଳୟୀଙ୍କ ପରିଜନଙ୍କଠାରୁ ତୁମ୍ଭମାନଙ୍କ ସମ୍ବନ୍ଧରେ ମୋʼ ନିକଟରେ ଏହା ପ୍ରକାଶ ପାଇଅଛି ଯେ, ତୁମ୍ଭମାନଙ୍କ ମଧ୍ୟରେ ବାଦବିବାଦ ଅଛି।
12 Я разумею то, что у вас говорят: “Я Павлов”; “Я Аполлосов”; “Я Кифин”; “А я Христов”.
ମୋʼ କଥାର ଭାବ ଏହି, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି କହନ୍ତି, ମୁଁ ପାଉଲଙ୍କର, କେହି କେହି କହନ୍ତି, ମୁଁ ଆପଲ୍ଲଙ୍କର, କେହି କେହି କହନ୍ତି, ମୁଁ କୈଫାଙ୍କର, ଆଉ କେହି କେହି କହନ୍ତି, ମୁଁ ଖ୍ରୀଷ୍ଟଙ୍କର।
13 Разве разделился Христос? Разве Павел распялся за вас? Или во имя Павла вы крестились?
ଖ୍ରୀଷ୍ଟ କି ବିଭକ୍ତ ହୋଇଅଛନ୍ତି? ତୁମ୍ଭମାନଙ୍କ ନିମନ୍ତେ କି ପାଉଲ କ୍ରୁଶରେ ହତ ହୋଇଥିଲା? କିମ୍ବା ତୁମ୍ଭେମାନେ କି ପାଉଲ ନାମରେ ବାପ୍ତିଜିତ ହୋଇଥିଲ?
14 Благодарю Бога, что я никого из вас не крестил, кроме Криспа и Гаия,
କାଳେ ତୁମ୍ଭେମାନେ ମୋହର ନାମରେ ବାପ୍ତିଜିତ ହୋଇଅଛ ବୋଲି କେହି କହିବ,
15 дабы не сказал кто, что я крестил в мое имя.
ଏଥିପାଇଁ କ୍ରୀଷ୍ପ ଓ ଗାୟ ବିନା ତୁମ୍ଭମାନଙ୍କ ମଧ୍ୟରେ ଆଉ କାହାରିକୁ ବାପ୍ତିସ୍ମ ଦେଇ ନାହିଁ ବୋଲି ମୁଁ ଈଶ୍ବରଙ୍କୁ ଧନ୍ୟବାଦ ଦିଏ।
16 Крестил я также Стефанов дом; а крестил ли еще кого, не знаю.
ଆଉ ସ୍ତିଫାନଙ୍କ ପରିଜନଙ୍କୁ ମଧ୍ୟ ବାପ୍ତିସ୍ମ ଦେଇଅଛି, ଏହା ଛଡ଼ା ମୁଁ ଆଉ କାହାରିକୁ ବାପ୍ତିସ୍ମ ଦେଇଅଛି ବୋଲି ମୋହର ମନେ ପଡ଼ୁ ନାହିଁ।
17 Ибо Христос послал меня не крестить, а благовествовать, не в премудрости слова, чтобы не упразднить креста Христова.
କାରଣ ଖ୍ରୀଷ୍ଟ ମୋତେ ବାପ୍ତିସ୍ମ ଦେବା ନିମନ୍ତେ ପ୍ରେରଣ କରିନାହାଁନ୍ତି, ମାତ୍ର ସୁସମାଚାର ପ୍ରଚାର କରିବା ନିମନ୍ତେ ପ୍ରେରଣ କରିଅଛନ୍ତି; ତାହା ମଧ୍ୟ ବାକ୍ୟ ଆଡ଼ମ୍ବରରେ ନୁହେଁ, କାଳେ କ୍ରୁଶରେ ଖ୍ରୀଷ୍ଟଙ୍କ ମୃତ୍ୟୁ ବ୍ୟର୍ଥ ହୁଏ।
18 Ибо слово о кресте для погибающих юродство есть, а для нас, спасаемых, - сила Божия.
କାରଣ ବିନାଶ ପ୍ରାପ୍ତ ହେଉଥିବା ଲୋକମାନଙ୍କ ପ୍ରତି କ୍ରୁଶର କଥା ମୂର୍ଖତା ମାତ୍ର, କିନ୍ତୁ ପରିତ୍ରାଣ ପ୍ରାପ୍ତ ହେଉଥିବା ଆମ୍ଭମାନଙ୍କ ପ୍ରତି ତାହା ଈଶ୍ବରଙ୍କ ଶକ୍ତି ଅଟେ।
19 Ибо написано: погублю мудрость мудрецов, и разум разумных отвергну.
ଯେଣୁ ଏହା ଲେଖାଅଛି, “ଆମ୍ଭେ ଜ୍ଞାନୀମାନଙ୍କର ଜ୍ଞାନ ନଷ୍ଟ କରିବା, ଆଉ ବୁଦ୍ଧିମାନମାନଙ୍କର ବୁଦ୍ଧି ଅଗ୍ରାହ୍ୟ କରିବା।”
20 Где мудрец? Где книжник? Где совопросник века сего? Не обратил ли Бог мудрость мира сего в безумие? (aiōn )
ଜ୍ଞାନୀ କାହିଁ? ଶାସ୍ତ୍ରୀ କାହିଁ? ଏହି ଯୁଗର ତାର୍କିକ କାହିଁ? ଈଶ୍ବର କି ଜଗତର ଜ୍ଞାନକୁ ମୂର୍ଖତା ବୋଲି ପ୍ରକାଶ କରି ନାହାନ୍ତି? (aiōn )
21 Ибо когда мир своею мудростью не познал Бога в премудрости Божией, то благоугодно было Богу юродством проповеди спасти верующих.
କାରଣ ଈଶ୍ବରଙ୍କ ଜ୍ଞାନ ପ୍ରକାଶିତ ହୋଇଥିଲେ ହେଁ ଜଗତ ନିଜ ଜ୍ଞାନ ଦ୍ୱାରା ଈଶ୍ବରଙ୍କୁ ନ ଜାଣିବାରୁ ପ୍ରଚାରିତ ପ୍ରସଙ୍ଗର ମୂର୍ଖତା ଦ୍ୱାରା ବିଶ୍ଵାସୀମାନଙ୍କୁ ପରିତ୍ରାଣ କରିବା ପାଇଁ ଈଶ୍ବର ସନ୍ତୁଷ୍ଟ ହେଲେ।
22 Ибо и Иудеи требуют чудес, и Еллины ищут мудрости;
କାରଣ ଯିହୁଦୀମାନେ ଚିହ୍ନ ଲୋଡ଼ନ୍ତି, ଆଉ ଗ୍ରୀକ୍ମାନେ ଜ୍ଞାନ ଅନ୍ୱେଷଣ କରନ୍ତି,
23 а мы проповедуем Христа распятого, для Иудеев соблазн, а для Еллинов безумие,
କିନ୍ତୁ ଆମ୍ଭେମାନେ କ୍ରୁଶରେ ହତ ଖ୍ରୀଷ୍ଟଙ୍କୁ ପ୍ରଚାର କରୁ, ସେ ଯିହୁଦୀମାନଙ୍କ ନିମନ୍ତେ ବିଘ୍ନସ୍ୱରୂପ ଓ ଅଣଯିହୁଦୀମାନଙ୍କ ନିମନ୍ତେ ମୂର୍ଖତାସ୍ୱରୂପ,
24 для самих же призванных, Иудеев и Еллинов, Христа, Божию силу и Божию премудрость;
କିନ୍ତୁ ଯିହୁଦୀ ହେଉ ବା ଗ୍ରୀକ୍ ହେଉ, ଯେଉଁମାନେ ଆହୂତ, ସେମାନଙ୍କ ନିମନ୍ତେ ଖ୍ରୀଷ୍ଟ ଈଶ୍ବରଙ୍କ ଶକ୍ତି ଓ ଈଶ୍ବରଙ୍କ ଜ୍ଞାନସ୍ୱରୂପ ଅଟନ୍ତି।
25 потому что немудрое Божие премудрее человеков, и немощное Божие сильнее человеков.
ଯେଣୁ ଈଶ୍ବରଙ୍କ ମୂର୍ଖ ବିଷୟ ମନୁଷ୍ୟର ଜ୍ଞାନ ଅପେକ୍ଷା ଅଧିକ ଜ୍ଞାନପୂର୍ଣ୍ଣ, ଆଉ ଈଶ୍ବରଙ୍କ ଦୁର୍ବଳ ବିଷୟ ମନୁଷ୍ୟର ବଳ ଅପେକ୍ଷା ଅଧିକ ବଳବାନ।
26 Посмотрите, братия, кто вы, призванные: не много из вас мудрых по плоти, не много сильных, не много благородных;
କାରଣ, ହେ ଭାଇମାନେ, ତୁମ୍ଭମାନଙ୍କ ଆହ୍ୱାନ ବିଷୟ ଭାବି ଦେଖ, ସାଂସାରିକ ମତାନୁସାରେ ଅନେକ ଜ୍ଞାନୀ, ଅନେକ କ୍ଷମତାପନ୍ନ ବା ଅନେକ କୁଳୀନ ଆହୂତ ହୋଇ ନାହାନ୍ତି;
27 но Бог избрал немудрое мира, чтобы посрамить мудрых, и немощное мира избрал Бог, чтобы посрамить сильное;
କିନ୍ତୁ ଯେପରି କୌଣସି ମର୍ତ୍ତ୍ୟ ଈଶ୍ବରଙ୍କ ଛାମୁରେ ଗର୍ବ ନ କରେ,
28 и незнатное мира и уничиженное и ничего не значащее избрал Бог, чтобы упразднить значащее, -
ଏଥିପାଇଁ ଈଶ୍ବର ଜ୍ଞାନୀମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଜଗତର ମୂର୍ଖମାନଙ୍କୁ ମନୋନୀତ କଲେ, ପୁଣି, ବଳବାନମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଈଶ୍ବର ଜଗତର ଦୁର୍ବଳମାନଙ୍କୁ ମନୋନୀତ କଲେ,
29 для того чтобы никакая плоть не хвалилась пред Богом.
ଆଉ ଯାହା ଜଗତ ଚକ୍ଷୁରେ ମାନ୍ୟଗଣ୍ୟ, ସେ ସବୁକୁ ବ୍ୟର୍ଥ କରିବା ନିମନ୍ତେ ଈଶ୍ବର ଜଗତର ନୀଚ ଓ ତୁଚ୍ଛ ଲୋକମାନଙ୍କୁ, ହଁ, ନଗଣ୍ୟ ଲୋକମାନଙ୍କୁ ମନୋନୀତ କଲେ।
30 От Него и вы во Христе Иисусе, Который сделался для нас премудростью от Бога, праведностью и освящением и искуплением,
କିନ୍ତୁ ତାହାଙ୍କ ହେତୁ ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛ, ସେ ଈଶ୍ବରଙ୍କଠାରୁ ଆମ୍ଭମାନଙ୍କ ନିମନ୍ତେ ଜ୍ଞାନ, ଅର୍ଥାତ୍, ଧାର୍ମିକତା, ପବିତ୍ରତା ଓ ମୁକ୍ତି-ସ୍ୱରୂପ ହୋଇଅଛନ୍ତି।
31 чтобы было, как написано: хвалящийся хвались Господом.
ଅତଏବ, ଯେପରି ଲେଖାଅଛି, “ଯେ ଦର୍ପ କରେ, ସେ ପ୍ରଭୁଙ୍କଠାରେ ଦର୍ପ କରୁ।”