< 3-я Царств 1 >
1 Когда царь Давид состарился, вошел в преклонные лета, то покрывали его одеждами, но не мог он согреться.
ଏଥିଉତ୍ତାରେ ଦାଉଦ ରାଜା ବୃଦ୍ଧ ଓ ଗତବୟସ୍କ ହେଲେ; ତହିଁରେ ଲୋକମାନେ ତାଙ୍କୁ ଅନେକ ବସ୍ତ୍ର ଘୋଡ଼ାଇଲେ, ମାତ୍ର ସେ କିଛି ଉଷ୍ଣତା ପାଇଲେ ନାହିଁ।
2 И сказали ему слуги его: пусть поищут для господина нашего царя молодую девицу, чтоб она предстояла царю и ходила за ним и лежала с ним, - и будет тепло господину нашему, царю.
ଏଥିପାଇଁ, ତାଙ୍କ ଦାସମାନେ ତାଙ୍କୁ କହିଲେ, ଆମ୍ଭମାନଙ୍କ ପ୍ରଭୁ ମହାରାଜଙ୍କ ନିମନ୍ତେ ଗୋଟିଏ ଯୁବତୀ କନ୍ୟା ଅନ୍ୱେଷଣ କରାଯାଉ ଓ ସେ ମହାରାଜଙ୍କ ଛାମୁରେ ଠିଆ ହୋଇ ସେବା କରୁ; ଆଉ ଆମ୍ଭମାନଙ୍କ ପ୍ରଭୁ ମହାରାଜ ଯେପରି ଉଷ୍ଣତା ପାଇବେ, ଏଥିପାଇଁ ସେ ଆପଣଙ୍କ କୋଳରେ ଶୟନ କରୁ।
3 И искали красивой девицы во всех пределах Израильских, и нашли Ависагу Сунамитянку, и привели ее к царю.
ତହିଁରେ ଲୋକମାନେ ଇସ୍ରାଏଲର ସମସ୍ତ ଅଞ୍ଚଳରେ ସୁନ୍ଦରୀ କନ୍ୟାର ଅନ୍ୱେଷଣ କରି ଶୁନେମୀୟା ଅବୀଶଗ ନାମକ ଏକ କନ୍ୟାକୁ ପାଇ ରାଜାଙ୍କ ନିକଟକୁ ଆଣିଲେ।
4 Девица была очень красива, и ходила она за царем и прислуживала ему; но царь не познал ее.
ସେହି ଯୁବତୀ ଅତି ସୁନ୍ଦରୀ ଥିଲା ଓ ସେ ରାଜାଙ୍କର ସେବା ଓ ପରିଚର୍ଯ୍ୟା କଲା; ମାତ୍ର ରାଜା ତାହାର ସହବାସ କଲେ ନାହିଁ।
5 Адония, сын Аггифы, возгордившись говорил: я буду царем. И завел себе колесницы и всадников и пятьдесят человек скороходов.
ଏହି ସମୟରେ ହଗୀତର ପୁତ୍ର ଅଦୋନୀୟ ଆପଣାକୁ ବଡ଼ କରି କହିଲା, “ମୁଁ ରାଜା ହେବି,” ଏଣୁ ସେ ଆପଣା ପାଇଁ ରଥ ଓ ଅଶ୍ୱାରୋହୀଗଣ ଓ ଆପଣା ଆଗେ ଆଗେ ଦୌଡ଼ିବା ପାଇଁ ପଚାଶ ଜଣ ଦେହରକ୍ଷୀକୁ ପ୍ରସ୍ତୁତ କଲେ।
6 Отец же никогда не стеснял его вопросом: для чего ты это делаешь? Он же был очень красив и родился ему после Авессалома.
ମାତ୍ର, ତୁମ୍ଭେ କାହିଁକି ଏପରି କରୁଅଛ ବୋଲି କହି ତାହାର ପିତା ତାହାକୁ କୌଣସି ସମୟରେ ଅସନ୍ତୁଷ୍ଟ କରି ନ ଥିଲେ। ମଧ୍ୟ ସେ ଅତି ସୁନ୍ଦର ପୁରୁଷ ଓ ଅବଶାଲୋମ ଉତ୍ତାରେ ଜାତ ହୋଇଥିଲା।
7 И советовался он с Иоавом, сыном Саруиным, и с Авиафаром священником, и они помогали Адонии.
ପୁଣି, ସେ ସରୁୟାର ପୁତ୍ର ଯୋୟାବ ଓ ଅବୀୟାଥର ଯାଜକ ସହିତ ପରାମର୍ଶ କଲା; ଆଉ ସେମାନେ ଅଦୋନୀୟର ଅନୁଗତ ହୋଇ ତାହାକୁ ସାହାଯ୍ୟ କଲେ।
8 Но священник Садок и Ванея, сын Иодаев, и пророк Нафан, и Семей, и Рисий, и сильные Давидовы не были на стороне Адонии.
ମାତ୍ର, ସାଦୋକ ଯାଜକ ଓ ଯିହୋୟାଦାର ପୁତ୍ର ବନାୟ ଓ ନାଥନ ଭବିଷ୍ୟଦ୍ବକ୍ତା ଓ ଶିମୀୟି ଓ ରେୟି ଓ ଦାଉଦଙ୍କର ବୀରଗଣ ଅଦୋନୀୟର ପକ୍ଷ ନ ଥିଲେ।
9 И заколол Адония овец и волов и тельцов у камня Зохелет, что у источника Рогель, и пригласил всех братьев своих, сыновей царя, со всеми Иудеянами, служившими у царя.
ଏଉତ୍ତାରେ ଅଦୋନୀୟ ଐନ୍-ରୋଗେଲର ପାର୍ଶ୍ୱସ୍ଥ ସୋହେଲତ୍-ପ୍ରସ୍ତର ନିକଟରେ ମେଷ, ବୃଷ ଓ ପୁଷ୍ଟ ପଶୁମାନଙ୍କୁ ମାରି ଆପଣା ଭ୍ରାତା ସମସ୍ତ ରାଜପୁତ୍ରଙ୍କୁ ଓ ରାଜାଙ୍କ ଦାସ ଯିହୁଦାର ସମସ୍ତ ଲୋକଙ୍କୁ ନିମନ୍ତ୍ରଣ କଲେ।
10 Пророка же Нафана и Ванею, и тех сильных, и Соломона, брата своего, не пригласил.
ମାତ୍ର, ନାଥନ ଭବିଷ୍ୟଦ୍ବକ୍ତାଙ୍କୁ ଓ ବନାୟକୁ ଓ ବୀରମାନଙ୍କୁ ଓ ଆପଣା ଭାଇ ଶଲୋମନକୁ ସେ ନିମନ୍ତ୍ରଣ କଲେ ନାହିଁ।
11 Тогда Нафан сказал Вирсавии, матери Соломона, говоря: слышала ли ты, что Адония, сын Аггифин, сделался царем, а господин наш Давид не знает о том?
ଏଥିରେ ନାଥନ ଶଲୋମନଙ୍କର ମାତା ବତ୍ଶେବାକୁ କହିଲେ, “ଆମ୍ଭମାନଙ୍କ ପ୍ରଭୁ ଦାଉଦଙ୍କ ଅଜ୍ଞାତସାରରେ ହଗୀତର ପୁତ୍ର ଅଦୋନୀୟ ରାଜା ହୋଇଅଛି, ଏହା କʼଣ ତୁମ୍ଭେ ଶୁଣି ନାହଁ?
12 Теперь, вот, я советую тебе: спасай жизнь твою и жизнь сына твоего Соломона.
ଏହେତୁ ବିନୟ କରୁଅଛି, ଏବେ ଆସ, ମୁଁ ତୁମ୍ଭକୁ ପରାମର୍ଶ ଦେବି; ତହିଁରେ ତୁମ୍ଭେ ଆପଣା ପ୍ରାଣ ଓ ଆପଣା ପୁତ୍ର ଶଲୋମନର ପ୍ରାଣ ରକ୍ଷା କରିବ।
13 Иди и войди к царю Давиду и скажи ему: не клялся ли ты, господин мой царь, рабе твоей, говоря: “сын твой Соломон будет царем после меня и он сядет на престоле моем”? Почему же воцарился Адония?
ତୁମ୍ଭେ ଦାଉଦ ରାଜାଙ୍କ ନିକଟକୁ ଯାଇ ତାଙ୍କୁ କୁହ, ‘ହେ ମୋହର ପ୍ରଭୋ, ମହାରାଜ, ଆପଣ କି ଶପଥ କରି ଆପଣା ଦାସୀକୁ କହି ନାହାନ୍ତି, ମୋʼ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜ୍ୟ କରିବ ଓ ସେ ମୋʼ ସିଂହାସନରେ ବସିବ? ତେବେ, କାହିଁକି ଅଦୋନୀୟ ରାଜା ହୋଇଅଛି?’
14 И вот, когда ты еще будешь говорить там с царем, войду и я вслед за тобою и дополню слова твои.
ଦେଖ, ତୁମ୍ଭେ ରାଜାଙ୍କ ସଙ୍ଗେ କଥାବାର୍ତ୍ତା କରୁଥିବା ବେଳେ ମୁଁ ମଧ୍ୟ ତୁମ୍ଭ ପଛେ ଯାଇ ତୁମ୍ଭ କଥା ଦୃଢ଼ କରିବି।”
15 Вирсавия пошла к царю в спальню; царь был очень стар, и Ависага Сунамитянка прислуживала царю;
ଏଥିରେ ବତ୍ଶେବା କୋଠରି ଭିତରେ ରାଜାଙ୍କ ନିକଟକୁ ଗଲା; ସେହି ସମୟରେ ରାଜା ଅତି ବୃଦ୍ଧ ଥିଲେ; ଆଉ ଶୁନେମୀୟା ଅବୀଶଗ ରାଜାଙ୍କର ପରିଚର୍ଯ୍ୟା କରୁଥିଲା।
16 и наклонилась Вирсавия и поклонилась царю; и сказал царь: что тебе?
ତହୁଁ ବତ୍ଶେବା ନଇଁପଡ଼ି ରାଜାଙ୍କୁ ପ୍ରଣାମ କଲା। ତହିଁରେ ରାଜା ପଚାରିଲେ, “ତୁମ୍ଭେ କଅଣ ଇଚ୍ଛା କରୁଅଛ?”
17 Она сказала ему: господин мой царь! ты клялся рабе твоей Господом Богом твоим: “сын твой Соломон будет царствовать после меня и он сядет на престоле моем”.
ଏଥିରେ ସେ ତାଙ୍କୁ କହିଲା, “ହେ ମୋହର ପ୍ରଭୋ, ଆପଣ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମରେ ଆପଣା ଦାସୀ ନିକଟରେ ଶପଥ କରିଥିଲେ ଯେ, ମୋʼ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜ୍ୟ କରିବ ଓ ସେ ମୋʼ ସିଂହାସନରେ ବସିବ।”
18 А теперь, вот, Адония воцарился, и ты, господин мой царь, не знаешь о том.
ମାତ୍ର, ଏବେ ଦେଖନ୍ତୁ, ଅଦୋନୀୟ ରାଜ୍ୟ କରୁଅଛି, ଆଉ ମୋʼ ପ୍ରଭୁ ମହାରାଜ ତାହା ଜାଣନ୍ତି ନାହିଁ।
19 И заколол он множество волов, тельцов и овец, и пригласил всех сыновей царских и священника Авиафара, и военачальника Иоава; Соломона же, раба твоего, не пригласил.
ଆଉ, ସେ ଅନେକ ବୃଷ, ପୁଷ୍ଟ ପଶୁ ଓ ମେଷ ମାରି ମହାରାଜଙ୍କ ସମସ୍ତ ପୁତ୍ରଙ୍କୁ ଓ ଅବୀୟାଥର ଯାଜକଙ୍କୁ ଓ ଯୋୟାବ ସେନାପତିଙ୍କୁ ନିମନ୍ତ୍ରଣ କରିଅଛନ୍ତି; ମାତ୍ର, ଆପଣଙ୍କ ଦାସ ଶଲୋମନକୁ ନିମନ୍ତ୍ରଣ କରି ନାହିଁ।
20 Но ты, господин мой, - царь, и глаза всех Израильтян устремлены на тебя, чтобы ты объявил им, кто сядет на престоле господина моего царя после него;
ପୁଣି, ହେ ମୋହର ପ୍ରଭୋ, ମହାରାଜ, ମୋହର ପ୍ରଭୁ ମହାରାଜଙ୍କ ସିଂହାସନରେ ତାଙ୍କ ଉତ୍ତାରେ କିଏ ବସିବ, ଏହା ଯେପରି ଆପଣ ସମଗ୍ର ଇସ୍ରାଏଲକୁ କହିବେ, ଏଥିପାଇଁ ସେମାନଙ୍କ ଦୃଷ୍ଟି ଆପଣଙ୍କ ଉପରେ ଅଛି।
21 иначе, когда господин мой царь почиет с отцами своими, падет обвинение на меня и на сына моего Соломона.
ନୋହିଲେ ମୋʼ ପ୍ରଭୁ ମହାରାଜ ଆପଣା ପିତୃଲୋକମାନଙ୍କ ସହିତ ଶୟନ କଲା ଉତ୍ତାରେ ମୁଁ ଓ ମୋʼ ପୁତ୍ର ଶଲୋମନ ଦୋଷୀ ଗଣିତ ହେବୁ।
22 Когда она еще говорила с царем, пришел и пророк Нафан.
ଆଉ, ସେ ରାଜାଙ୍କ ସହିତ କଥାବାର୍ତ୍ତା କରୁଥିବା ସମୟରେ, ଦେଖ, ନାଥନ ଭବିଷ୍ୟଦ୍ବକ୍ତା ଉପସ୍ଥିତ ହେଲେ।
23 И сказали царю, говоря: вот Нафан пророк. И вошел он к царю и поклонился царю лицем до земли.
ଏଣୁ, ସେମାନେ ରାଜାଙ୍କୁ କହିଲେ, “ଦେଖନ୍ତୁ, ଏହି ନାଥନ ଭବିଷ୍ୟଦ୍ବକ୍ତା। ତହିଁରେ ସେ ରାଜାଙ୍କ ସମ୍ମୁଖକୁ ଆସି ଭୂମିଷ୍ଠ ହୋଇ ରାଜାଙ୍କୁ ପ୍ରଣାମ କଲେ।”
24 И сказал Нафан: господин мой царь! сказал ли ты: “Адония будет царствовать после меня и он сядет на престоле моем”?
ପୁଣି, ନାଥନ କହିଲେ, “ହେ ମୋହର ପ୍ରଭୋ ମହାରାଜ, ମୋʼ ଉତ୍ତାରେ ଅଦୋନୀୟ ରାଜ୍ୟ କରିବ ଓ ମୋʼ ସିଂହାସନରେ ବସିବ, ଏହା କଅଣ ଆପଣ କହିଅଛନ୍ତି?”
25 Потому что он ныне сошел и заколол множество волов, тельцов и овец, и пригласил всех сыновей царских и военачальников и священника Авиафара, и вот, они едят и пьют у него и говорят: да живет царь Адония!
କାରଣ, ସେ ଆଜି ଯାଇ ଅନେକ ବୃଷ, ପୁଷ୍ଟ ପଶୁ ଓ ମେଷ ମାରି ରାଜପୁତ୍ର ସମସ୍ତଙ୍କୁ ଓ ସେନାପତିମାନଙ୍କୁ ଓ ଅବୀୟାଥର ଯାଜକଙ୍କୁ ନିମନ୍ତ୍ରଣ କରିଅଛନ୍ତି; ଆଉ ଦେଖନ୍ତୁ, ସେମାନେ ତାହା ସାକ୍ଷାତରେ ଭୋଜନପାନ କରି କହୁଅଛନ୍ତି, ଅଦୋନୀୟ ରାଜା ଚିରଜୀବୀ ହେଉନ୍ତୁ।
26 А меня, раба твоего, и священника Садока, и Ванею, сына Иодаева, и Соломона, раба твоего, не пригласил.
ମାତ୍ର, ଆପଣଙ୍କ ଦାସ ଯେ ମୁଁ, ମୋତେ ଓ ସାଦୋକ ଯାଜକଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ ଓ ଆପଣଙ୍କ ଦାସ ଶଲୋମନକୁ ସେ ନିମନ୍ତ୍ରଣ କରି ନାହାନ୍ତି।
27 Не сталось ли это по воле господина моего царя, и для чего ты не открыл рабу твоему, кто сядет на престоле господина моего царя после него?
ଏହି କର୍ମ କି ମୋʼ ପ୍ରଭୁ ମହରାଜଙ୍କ ଦ୍ୱାରା ହେଲା, ଆଉ ମୋʼ ପ୍ରଭୁ ମହାରାଜଙ୍କ ସିଂହାସନରେ ତାଙ୍କ ଉତ୍ତାରେ କିଏ ବସିବ, ଏହା ଆପଣ ନିଜ ଦାସମାନଙ୍କୁ ଜଣାଇ ନାହାନ୍ତି?
28 И отвечал царь Давид и сказал: позовите ко мне Вирсавию. И вошла она и стала пред царем.
ତେବେ, ଦାଉଦ ରାଜା ଉତ୍ତର କରି କହିଲେ, “ବତ୍ଶେବାକୁ ମୋʼ ନିକଟକୁ ଡାକ। ତହୁଁ ସେ ରାଜାଙ୍କ ଛାମୁକୁ ଆସି ରାଜାଙ୍କ ଛାମୁରେ ଠିଆ ହେଲା।”
29 И клялся царь и сказал: жив Господь, избавлявший душу мою от всякой беды!
ଏଥିରେ ରାଜା ଶପଥ କରି କହିଲେ, “ମୁଁ ଅବଶ୍ୟ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ
30 Как я клялся тебе Господом Богом Израилевым, говоря, что Соломон, сын твой, будет царствовать после меня и он сядет на престоле моем вместо меня, так я и сделаю это сегодня.
ଯେପରି ତୁମ୍ଭ ନିକଟରେ ଶପଥ କରିଅଛି ଯେ, ମୋʼ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜା ହେବ ଓ ମୋʼ ପଦରେ ମୋʼ ସିଂହାସନରେ ବସିବ, ସବୁ କ୍ଳେଶରୁ ମୋʼ ପ୍ରାଣ ମୁକ୍ତକାରୀ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ଅବଶ୍ୟ ଆଜି ସେପରି କରିବି।”
31 И наклонилась Вирсавия лицем до земли, и поклонилась царю, и сказала: да живет господин мой царь Давид вовеки!
ତହୁଁ ବତ୍ଶେବା ଭୂମିରେ ମୁହଁ ମାଡ଼ି ରାଜାଙ୍କୁ ପ୍ରଣାମ କରି କହିଲା, “ମୋʼ ପ୍ରଭୁ ମହାରାଜ ଦାଉଦ ଚିରଜୀବୀ ହେଉନ୍ତୁ।”
32 И сказал царь Давид: позовите ко мне священника Садока и пророка Нафана и Ванею, сына Иодаева. И вошли они к царю.
ଏଥିରେ ଦାଉଦ ରାଜା କହିଲେ, “ସାଦୋକ ଯାଜକଙ୍କୁ ଓ ନାଥନ ଭବିଷ୍ୟଦ୍ବକ୍ତାଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ ମୋʼ ନିକଟକୁ ଡାକ।” ଏଣୁ, ସେମାନେ ରାଜାଙ୍କ ସମ୍ମୁଖକୁ ଆସିଲେ।
33 И сказал им царь: возьмите с собою слуг господина вашего и посадите Соломона, сына моего, на мула моего, и сведите его к Гиону,
ତହିଁରେ, ରାଜା ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ପ୍ରଭୁଙ୍କ ଦାସମାନଙ୍କୁ ସଙ୍ଗେ ନେଇ ଓ ମୋʼ ପୁତ୍ର ଶଲୋମନକୁ ମୋʼ ନିଜ ଖଚରରେ ଆରୋହଣ କରାଇ ଗୀହୋନ ଝରଣାକୁ ନେଇଯାଅ।”
34 и да помажет его там Садок священник и Нафан пророк в царя над Израилем, и затрубите трубою и возгласите: да живет царь Соломон!
ଆଉ, ସେଠାରେ ସାଦୋକ ଯାଜକ ଓ ନାଥନ ଭବିଷ୍ୟଦ୍ବକ୍ତା ତାହାକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରନ୍ତୁ; ପୁଣି, ତୁମ୍ଭେମାନେ ତୂରୀ ବଜାଇ କୁହ, ଶଲୋମନ ରାଜା ଚିରଜୀବୀ ହେଉନ୍ତୁ।
35 Потом проводите его назад, и он придет и сядет на престоле моем; он будет царствовать вместо меня; ему завещал я быть вождем Израиля и Иуды.
ତହିଁ ଉତ୍ତାରେ ତୁମ୍ଭେମାନେ ତାହାର ପଛେ ପଛେ ଆସ ଓ ସେ ଆସି ମୋʼ ସିଂହାସନରେ ବସୁ; କାରଣ, ସେ ମୋʼ ପଦରେ ରାଜା ହେବ; ଆଉ, ମୁଁ ତାହାକୁ ଇସ୍ରାଏଲ ଓ ଯିହୁଦାର ଅଗ୍ରଣୀ କରି ନିଯୁକ୍ତ କରିଅଛି।
36 И отвечал Ванея, сын Иодаев, царю и сказал: аминь, - да скажет так Господь Бог господина моего царя!
ଏଥିରେ ଯିହୋୟାଦାର ପୁତ୍ର ବନାୟ ରାଜାଙ୍କୁ ଉତ୍ତର କରି କହିଲା, “ଆମେନ୍,” ମୋʼ ପ୍ରଭୁ ମହାରାଜଙ୍କୁ ସଦାପ୍ରଭୁ ପରମେଶ୍ୱର ମଧ୍ୟ ଏପରି କହନ୍ତୁ।
37 Как был Господь Бог с господином моим царем, так да будет Он с Соломоном и да возвеличит престол его более престола господина моего царя Давида!
ସଦାପ୍ରଭୁ ଯେପରି ମୋʼ ପ୍ରଭୁ ମହାରାଜାଙ୍କର ସହବର୍ତ୍ତୀ ହୋଇଅଛନ୍ତି, ସେହିପରି ଶଲୋମନଙ୍କର ସହବର୍ତ୍ତୀ ହେଉନ୍ତୁ ଓ ସେ ମୋʼ ପ୍ରଭୁ ମହାରାଜ ଦାଉଦଙ୍କ ସିଂହାସନ ଅପେକ୍ଷା ତାଙ୍କ ସିଂହାସନ ବଡ଼ କରନ୍ତୁ।
38 И пошли Садок священник и Нафан пророк и Ванея, сын Иодая, и Хелефеи и Фелефеи, и посадили Соломона на мула царя Давида, и повели его к Гиону.
ଏଥିରେ ସାଦୋକ ଯାଜକ, ନାଥନ ଭବିଷ୍ୟଦ୍ବକ୍ତା, ଯିହୋୟାଦାର ପୁତ୍ର ବନାୟ, କରେଥୀୟ ଓ ପଲେଥୀୟ ଲୋକମାନେ ଯାଇ ଶଲୋମନଙ୍କୁ ଦାଉଦ ରାଜାଙ୍କର ଖଚର ଉପରେ ଆରୋହଣ କରାଇ ଗୀହୋନକୁ ଆଣିଲେ।
39 И взял Садок священник рог с елеем из скинии и помазал Соломона. И затрубили трубою, и весь народ восклицал: да живет царь Соломон!
ପୁଣି, ସାଦୋକ ଯାଜକ ତମ୍ବୁ ମଧ୍ୟରୁ ତୈଳପୂର୍ଣ୍ଣ ଶୃଙ୍ଗ ନେଇ ଶଲୋମନଙ୍କୁ ଅଭିଷେକ କଲେ। ତହୁଁ ଲୋକମାନେ ତୂରୀ ବଜାନ୍ତେ, ସମସ୍ତେ କହିଲେ, “ଶଲୋମନ ରାଜା ଚିରଜୀବୀ ହେଉନ୍ତୁ।”
40 И весь народ провожал Соломона, и играл народ на свирелях, и весьма радовался, так что земля расседалась от криков его.
ଆଉ, ସମସ୍ତ ଲୋକ ତାହାଙ୍କ ପଛେ ପଛେ ଉଠି ଆସିଲେ ଓ ଲୋକମାନେ ବଂଶୀ ବଜାଇ ଏପରି ମହାହର୍ଷନାଦ କଲେ ଯେ, ସେମାନଙ୍କ ଶବ୍ଦରେ ପୃଥିବୀ ବିଦୀର୍ଣ୍ଣ ହେଲା।
41 И услышал Адония и все приглашенные им, как только перестали есть; а Иоав, услышав звук трубы, сказал: отчего этот шум волнующегося города?
ପୁଣି, ଅଦୋନୀୟ ଓ ତାହାର ସଙ୍ଗୀ ନିମନ୍ତ୍ରିତ ସମସ୍ତ ଲୋକ ଭୋଜନ ଶେଷ କରିବା ସମୟରେ ତାହା ଶୁଣିଲେ। ଆଉ, ଯୋୟାବ ତୂରୀ ଶବ୍ଦ ଶୁଣି ପଚାରିଲା, ନଗରରେ ଏହି କୋଳାହଳ ଶବ୍ଦ କାହିଁକି ହେଉଅଛି?
42 Еще он говорил, как пришел Ионафан, сын священника Авиафара. И сказал Адония: войди; ты - честный человек и несешь добрую весть.
ସେ ଏପରି କହୁଥିବା ସମୟରେ, ଦେଖ, ଅବୀୟାଥର ଯାଜକର ପୁତ୍ର ଯୋନାଥନ ଉପସ୍ଥିତ ହେଲା; ତହିଁରେ ଅଦୋନୀୟ କହିଲା, “ଭିତରକୁ ଆସ; କାରଣ ତୁମ୍ଭେ ଯୋଗ୍ୟ ପୁରୁଷ ଓ ସୁସମାଚାର ଆଣିଥିବ।”
43 И отвечал Ионафан и сказал Адонии: да, господин наш царь Давид поставил Соломона царем;
ତହିଁରେ ଯୋନାଥନ ଅଦୋନୀୟକୁ ଉତ୍ତର କରି କହିଲା, “ସତ୍ୟ, ଆମ୍ଭମାନଙ୍କ ପ୍ରଭୁ ଦାଉଦ ରାଜା ଶଲୋମନଙ୍କୁ ରାଜା କରିଅଛନ୍ତି;
44 и послал царь с ним Садока священника и Нафана пророка, и Ванею, сына Иодая, и Хелефеев и Фелефеев, и они посадили его на мула царского;
ପୁଣି, ରାଜା ସାଦୋକ ଯାଜକଙ୍କୁ, ନାଥନ ଭବିଷ୍ୟଦ୍ବକ୍ତାଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ, ପୁଣି, କରେଥୀୟ ଓ ପଲେଥୀୟମାନଙ୍କୁ ତାଙ୍କ ସଙ୍ଗେ ପଠାଇଲେ ଓ ସେମାନେ ତାଙ୍କୁ ରାଜାଙ୍କ ନିଜ ଖଚରରେ ଆରୋହଣ କରାଇଲେ;
45 и помазали его Садок священник и Нафан пророк в царя в Гионе, и оттуда отправились с радостью, и пришел в движение город. Вот отчего шум, который вы слышите.
ଆଉ, ସାଦୋକ ଯାଜକ ଓ ନାଥନ ଭବିଷ୍ୟଦ୍ବକ୍ତା ତାଙ୍କୁ ଗୀହୋନରେ ରାଜାଭିଷିକ୍ତ କଲେ ଓ ସେମାନେ ସେଠାରୁ ଏପରି ଆନନ୍ଦ କରି କରି ଆସିଲେ ଯେ, ତହିଁର ଶବ୍ଦରେ ନଗରରେ କୋଳାହଳ ହେଲା। ତୁମ୍ଭେମାନେ ଯାହା ଶୁଣିଲ, ତାହା ସେହି ଶବ୍ଦ।
46 И Соломон уже сел на царском престоле.
ଶଲୋମନ ମଧ୍ୟ ରାଜ୍ୟର ସିଂହାସନରେ ବସୁଅଛନ୍ତି।
47 И слуги царя приходили поздравить господина нашего царя Давида, говоря: Бог твой да прославит имя Соломона более твоего имени и да возвеличит престол его более твоего престола. И поклонился царь на ложе своем,
ଆହୁରି ରାଜାଙ୍କର ଦାସମାନେ ଆମ୍ଭମାନଙ୍କ ପ୍ରଭୁ ଦାଉଦ ରାଜାଙ୍କର ମଙ୍ଗଳବାଦ କରିବାକୁ ଆସି କହିଲେ, ‘ଆପଣଙ୍କ ପରମେଶ୍ୱର ଆପଣଙ୍କ ନାମ ଅପେକ୍ଷା ଶଲୋମନଙ୍କ ନାମ ଅଧିକ କରନ୍ତୁ ଓ ଆପଣଙ୍କ ସିଂହାସନ ଅପେକ୍ଷା ତାଙ୍କ ସିଂହାସନ ବଡ଼ କରନ୍ତୁ,’ ତହିଁରେ ରାଜା ଶଯ୍ୟାରେ ଥାଇ ପ୍ରଣାମ କଲେ।
48 и сказал царь так: “благословен Господь Бог Израилев, Который сегодня дал от семени моего сидящего на престоле моем, и очи мои видят это!”
ଆଉ, ମଧ୍ୟ ରାଜା ଏପରି କହିଲେ, ‘ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ, ସେ ଆଜି ମୋʼ ସିଂହାସନରେ ବସିବା ପାଇଁ ଜଣକୁ ଯୋଗାଇଲେ, ଏହା ହିଁ ମୋହର ଚକ୍ଷୁ ଦେଖିଲା।’”
49 Тогда испугались и встали все приглашенные, которые были у Адонии, и пошли каждый своею дорогою.
ଏଥିରେ ଅଦୋନୀୟର ନିମନ୍ତ୍ରିତ ଲୋକ ସମସ୍ତେ ଭୀତ ହେଲେ, ପୁଣି, ଉଠି ପ୍ରତ୍ୟେକେ ଆପଣା ଆପଣା ବାଟରେ ଚାଲିଗଲେ।
50 Адония же, боясь Соломона, встал и пошел и ухватился за роги жертвенника.
ଆଉ, ଅଦୋନୀୟ ଶଲୋମନଙ୍କ ସକାଶୁ ଭୀତ ହେଲା ଓ ସେ ଉଠିଯାଇ ଯଜ୍ଞବେଦିର ଶୃଙ୍ଗ ଧରିପକାଇଲା।
51 И донесли Соломону, говоря: вот, Адония боится царя Соломона, и вот, он держится за роги жертвенника, говоря: пусть поклянется мне теперь царь Соломон, что он не умертвит раба своего мечом.
ଏଉତ୍ତାରେ କେହି ଶଲୋମନଙ୍କୁ ଜଣାଇ କହିଲା, “ଦେଖନ୍ତୁ, ଶଲୋମନ ରାଜାଙ୍କୁ ଅଦୋନୀୟ ଭୟ କରୁଅଛି; କାରଣ, ସେ ଯଜ୍ଞବେଦିର ଶୃଙ୍ଗ ଅବଲମ୍ବନ କରି କହୁଅଛି, ‘ଶଲୋମନ ରାଜା ଯେ ଆପଣା ଦାସକୁ ଖଡ୍ଗରେ ବଧ କରିବେ ନାହିଁ, ଏହା ସେ ଆଜି ମୋʼ ନିକଟରେ ଶପଥ କରନ୍ତୁ।’”
52 И сказал Соломон: если он будет человеком честным, то ни один волос его не упадет на землю; если же найдется в нем лукавство, то умрет.
ତହିଁରେ ଶଲୋମନ କହିଲେ, “ଯେବେ ସେ ଆପଣାକୁ ଯୋଗ୍ୟ ଲୋକ ଦେଖାଇବ, ତେବେ ତାହାର ଏକ କେଶ ହିଁ ଭୂମିରେ ପଡ଼ିବ ନାହିଁ; ମାତ୍ର, ତାହାଠାରେ ଦୁଷ୍ଟତା ଦେଖାଗଲେ, ସେ ମରିବ।”
53 И послал царь Соломон, и привели его от жертвенника. И он пришел и поклонился царю Соломону; и сказал ему Соломон: иди в дом свой.
ତହୁଁ ଶଲୋମନ ରାଜା ଲୋକ ପଠାନ୍ତେ, ସେମାନେ ତାହାକୁ ଯଜ୍ଞବେଦିରୁ ଓହ୍ଲାଇ ଆଣିଲେ। ତହିଁରେ ସେ ଆସି ଶଲୋମନ ରାଜାଙ୍କୁ ପ୍ରଣାମ କଲା, ପୁଣି, ଶଲୋମନ ତାହାକୁ କହିଲେ, “ଆପଣା ଘରକୁ ଯାଅ।”