< Иезекииль 39 >

1 Ты же, сын человеческий, изреки пророчество на Гога и скажи: так говорит Господь Бог: вот, Я - на тебя, Гог, князь Роша, Мешеха и Фувала!
“ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଗୋଗ୍‍ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ହେ ଗେଶର, ମେଶକ୍‍ର ଓ ତୁବଲ୍‍ର ଅଧିପତି ଗୋଗ୍‍, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ;
2 И поверну тебя, и поведу тебя, и выведу тебя от краев севера, и приведу тебя на горы Израилевы.
ପୁଣି, ଆମ୍ଭେ ତୁମ୍ଭକୁ ବୁଲାଇବା ଓ ତୁମ୍ଭକୁ କଢ଼ାଇ ନେବା, ଆଉ ଉତ୍ତର ଦିଗର ପ୍ରାନ୍ତଭାଗରୁ ତୁମ୍ଭକୁ ଅଣାଇବା; ଆଉ, ଆମ୍ଭେ ଇସ୍ରାଏଲର ପର୍ବତସମୂହର ଉପରକୁ ତୁମ୍ଭକୁ ଆଣିବା;
3 И выбью лук твой из левой руки твоей, и выброшу стрелы твои из правой руки твоей.
ପୁଣି, ଆମ୍ଭେ ଆଘାତ କରି ତୁମ୍ଭ ବାମ ହସ୍ତରୁ ତୁମ୍ଭ ଧନୁ ଖସାଇବା ଓ ତୁମ୍ଭର ଦକ୍ଷିଣ ହସ୍ତରୁ ତୁମ୍ଭ ତୀରସବୁ କଢ଼ାଇ ପକାଇବା।
4 Падешь ты на горах Израилевых, ты и все полки твои, и народы, которые с тобою; отдам тебя на съедение всякого рода хищным птицам и зверям полевым.
ଇସ୍ରାଏଲର ପର୍ବତଗଣ ଉପରେ ତୁମ୍ଭେ ପତିତ ହେବ, ତୁମ୍ଭର ସକଳ ସୈନ୍ୟଦଳ ଓ ତୁମ୍ଭ ସଙ୍ଗୀ ଗୋଷ୍ଠୀଗଣ ପତିତ ହେବେ; ଆମ୍ଭେ ସବୁ ପ୍ରକାର ହିଂସ୍ରକ ପକ୍ଷୀଗୁଡ଼ିକୁ ଓ କ୍ଷେତ୍ରସ୍ଥ ପଶୁଗଣର ଗ୍ରାସର ନିମନ୍ତେ ତୁମ୍ଭକୁ ସମର୍ପଣ କରିବା।
5 На открытом поле падешь; ибо Я сказал это, говорит Господь Бог.
ତୁମ୍ଭେ ପଡ଼ିଆରେ ପତିତ ହେବ; କାରଣ ଆମ୍ଭେ ଏହା କହିଅଛୁ, ପ୍ରଭୁ, ସଦାପ୍ରଭୁ ଏହା କହନ୍ତି।
6 И пошлю огонь на землю Магог и на жителей островов, живущих беспечно, и узнают, что Я Господь.
ପୁଣି, ଆମ୍ଭେ ମାଗୋଗ୍‍ର ଉପରେ ଓ ଦ୍ୱୀପସମୂହରେ ନିରାପଦରେ ବାସକାରୀମାନଙ୍କ ଉପରେ ଅଗ୍ନି ପ୍ରେରଣ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
7 И явлю святое имя Мое среди народа Моего, Израиля, и не дам вперед бесславить святого имени Моего, и узнают народы, что Я Господь, Святый в Израиле.
ଆଉ, ଆମ୍ଭେ ଆମ୍ଭର ଇସ୍ରାଏଲ ଲୋକଙ୍କ ମଧ୍ୟରେ ଆପଣା ପବିତ୍ର ନାମ ଜ୍ଞାତ କରାଇବା ଓ ଆମ୍ଭର ପବିତ୍ର ନାମ ଆଉ ଅପବିତ୍ରୀକୃତ ହେବାକୁ ଦେବା ନାହିଁ, ତହିଁରେ ଆମ୍ଭେ ଯେ ଇସ୍ରାଏଲ ମଧ୍ୟରେ ପବିତ୍ର ସଦାପ୍ରଭୁ ଅଟୁ, ଏହା ଗୋଷ୍ଠୀୟମାନେ ଜାଣିବେ।
8 Вот, это придет и сбудется, говорит Господь Бог, это тот день, о котором Я сказал.
ଦେଖ, ତାହା ଆସୁଅଛି ଓ ତାହା ସିଦ୍ଧ ହେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି; ଯେଉଁ ଦିନର ବିଷୟ ଆମ୍ଭେ କହିଅଛୁ, ଏହା ସେହି ଦିନ।
9 Тогда жители городов Израилевых выйдут, и разведут огонь, и будут сожигать оружие, щиты и латы, луки и стрелы и булавы и копья; семь лет буду жечь их.
ପୁଣି, ଇସ୍ରାଏଲର ନଗରସମୂହରେ ବାସକାରୀ ଲୋକମାନେ ବାହାରେ ଯାଇ, ଢାଲ ଓ ଫଳକ, ଧନୁ ଓ ତୀର, ଆଉ ଯଷ୍ଟି ଓ ବର୍ଚ୍ଛା, ଏହି ସକଳ ଅସ୍ତ୍ରଶସ୍ତ୍ର ଅଗ୍ନିରେ ଜଳାଇବେ, ସେମାନେ ସାତ ବର୍ଷ ପର୍ଯ୍ୟନ୍ତ ସେହି ସବୁ ନେଇ ଅଗ୍ନିରେ ଜ୍ୱଳାଇବେ;
10 И не будут носить дров с поля, ни рубить из лесов, но будут жечь только оружие; и ограбят грабителей своих, и оберут обирателей своих, говорит Господь Бог.
ଏହିରୂପେ ସେମାନେ ପଦାରୁ କାଠ ଆଣିବେ ନାହିଁ; କି ବନରୁ କିଛି କାଟିବେ ନାହିଁ; କାରଣ ସେମାନେ ଅସ୍ତ୍ରଶସ୍ତ୍ର ନେଇ ଅଗ୍ନିରେ ଜ୍ୱଳାଇବେ; ଆଉ, ଆପଣା ଲୁଣ୍ଠନକାରୀମାନଙ୍କର ଧନ ଲୁଣ୍ଠନ କରିବେ ଓ ଯେଉଁମାନେ ସେମାନଙ୍କର ସମ୍ପତ୍ତି ଅପହରଣ କଲେ, ସେମାନଙ୍କର ସମ୍ପତ୍ତି ଅପହରଣ କରିବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
11 И будет в тот день: дам Гогу место для могилы в Израиле, долину прохожих на восток от моря, и она будет задерживать прохожих; и похоронят там Гога и все полчище его, и будут называть ее долиною полчища Гогова.
ପୁଣି, ଆମ୍ଭେ ସେହି ଦିନ ଗୋଗ୍‍କୁ ଇସ୍ରାଏଲ ମଧ୍ୟରେ କବର ସ୍ଥାନ ନିମନ୍ତେ, ସମୁଦ୍ରର ପୂର୍ବଦିଗସ୍ଥ ପଥିକମାନଙ୍କ ଉପତ୍ୟକା ଦେବା; ତାହା ପଥିକମାନଙ୍କର ଗମନ ରୋଧ କରିବ ଓ ସେତୁ ସ୍ଥାନରେ ଲୋକମାନେ ଗୋଗ୍‍କୁ ଓ ତାହାର ସମସ୍ତ ଲୋକସମୂହକୁ କବର ଦେବେ; ଆଉ, ସେହି ସ୍ଥାନକୁ ସେମାନେ ହାମୋନ-ଗୋଗ୍‍ର ଉପତ୍ୟକା ବୋଲି ନାମ ଦେବେ।
12 И дом Израилев семь месяцев будет хоронить их, чтобы очистить землю.
ପୁଣି, ଦେଶକୁ ଶୁଚି କରିବା ନିମନ୍ତେ ସେମାନଙ୍କୁ କବର ଦେବା ପାଇଁ ଇସ୍ରାଏଲ ବଂଶକୁ ସାତ ମାସ ଲାଗିବ।
13 И весь народ земли будет хоронить их, и знаменит будет у них день, в который Я прославлю Себя, говорит Господь Бог.
ହଁ, ଦେଶର ସମସ୍ତ ଲୋକ ସେମାନଙ୍କୁ କବର ଦେବେ; ପୁଣି, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଗୌରବାନ୍ୱିତ ହେବା ଦିନ ସେମାନଙ୍କ ପକ୍ଷରେ ତାହା ଯଶ ସ୍ୱରୂପ ହେବ।
14 И назначат людей, которые постоянно обходили бы землю и с помощью прохожих погребали бы оставшихся на поверхности земли, для очищения ее; по прошествии семи месяцев они начнут делать поиски;
ପୁଣି, ସେମାନେ ନିତ୍ୟ କାର୍ଯ୍ୟରେ ନିଯୁକ୍ତ ଲୋକମାନଙ୍କୁ ପୃଥକ କରିବେ, ସେହି ଲୋକମାନେ ଦେଶ ଶୁଚି କରିବା ପାଇଁ, ପଥିକମାନଙ୍କ ମଧ୍ୟରୁ ଭୂମିରେ ଅବଶିଷ୍ଟ ଥିବା ଲୋକମାନଙ୍କୁ କବର ଦେବା ନିମନ୍ତେ ଦେଶ ମଧ୍ୟଦେଇ ଗମନ କରିବେ; ସାତ ମାସ ଶେଷ ହେଲା ଉତ୍ତାରେ ସେମାନେ ଅନୁସନ୍ଧାନ କରିବେ।
15 и когда кто из обходящих землю увидит кость человеческую, то поставит возле нее знак, доколе погребатели не похоронят ее в долине полчища Гогова.
ପୁଣି, ସେହି ଗମନକାରୀମାନେ ଦେଶ ମଧ୍ୟଦେଇ ଗମନ କରିବେ ଓ କେହି ମନୁଷ୍ୟର ଅସ୍ଥି ଦେଖିଲେ ସେ ତାହା ନିକଟରେ ଗୋଟିଏ ଚିହ୍ନ ରଖିବ, ତହୁଁ କବର ଦେବା ଲୋକମାନେ ହାମୋନ-ଗୋଗ୍‍ ଉପତ୍ୟକାରେ ତାହାର କବର ଦେବେ।
16 И будет имя городу: Гамона полчище. И так очистят они землю.
ଆହୁରି, ଏକ ନଗରର ନାମ ‘ହାମୋନା’ (ଲୋକସମୂହ) ହେବ। ଏହିରୂପେ ସେମାନେ ଦେଶ ଶୁଚି କରିବେ।
17 Ты же, сын человеческий, так говорит Господь Бог, скажи всякого рода птицам и всем зверям полевым: собирайтесь и идите, со всех сторон сходитесь к жертве Моей, которую Я заколю для вас, к великой жертве на горах Израилевых; и будете есть мясо и пить кровь.
ପୁଣି, ହେ ମନୁଷ୍ୟ-ସନ୍ତାନ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ସବୁ ପ୍ରକାର ପକ୍ଷୀଗଣକୁ ଓ ପ୍ରତ୍ୟେକ ବନ୍ୟ ପଶୁକୁ କୁହ, ତୁମ୍ଭେମାନେ ଏକତ୍ର ହୋଇ ଆସ; ତୁମ୍ଭେମାନେ ମାଂସ ଖାଇବା ନିମନ୍ତେ ଓ ରକ୍ତ ପିଇବା ନିମନ୍ତେ ଆମ୍ଭ ଯଜ୍ଞର ଚାରିଆଡ଼େ ଏକତ୍ର ହୁଅ, ଆମ୍ଭେ ଇସ୍ରାଏଲର ପର୍ବତଗଣ ଉପରେ ତୁମ୍ଭମାନଙ୍କ ନିମନ୍ତେ ଯଜ୍ଞ, ଏକ ମହାଯଜ୍ଞ କରୁଅଛୁ।
18 Мясо мужей сильных будете есть, и будете пить кровь князей земли, баранов, ягнят, козлов и тельцов, всех откормленных на Васане;
ତୁମ୍ଭେମାନେ ବୀରମାନଙ୍କର ମାଂସ ଖାଇବ ଓ ଭୂପତିମାନଙ୍କର ରକ୍ତ ପିଇବ, ସେମାନେ ସମସ୍ତେ ବାଶନ ଦେଶୀୟ ହୃଷ୍ଟପୁଷ୍ଟ ମେଷ, ମେଷବତ୍ସ, ଛାଗ ଓ ବୃଷ ସ୍ୱରୂପ ଅଟନ୍ତି।
19 и будете есть жир до сытости и пить кровь до опьянения от жертвы Моей, которую Я заколю для вас.
ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ଯେଉଁ ଯଜ୍ଞ କରୁଅଛୁ, ଆମ୍ଭର ସେହି ଯଜ୍ଞରୁ ତୁମ୍ଭେମାନେ ତୃପ୍ତ ହେବା ପର୍ଯ୍ୟନ୍ତ ମେଦ ଖାଇବ ଓ ମତ୍ତ ହେବା ପର୍ଯ୍ୟନ୍ତ ରକ୍ତ ପିଇବ।
20 И насытитесь за столом Моим конями и всадниками, мужами сильными и всякими людьми военными, говорит Господь Бог.
ଆଉ, ତୁମ୍ଭେମାନେ ଆମ୍ଭ ମେଜରେ ଅଶ୍ୱ, ରଥ, ବୀର ଓ ସବୁ ଯୋଦ୍ଧାମାନଙ୍କୁ ଖାଇ ତୃପ୍ତ ହେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
21 И явлю славу Мою между народами, и все народы увидят суд Мой, который Я произведу, и руку Мою, которую Я наложу на них.
ପୁଣି, ଆମ୍ଭେ ଗୋଷ୍ଠୀଗଣଙ୍କ ମଧ୍ୟରେ ଆପଣାର ଗୌରବ ସ୍ଥାପନ କରିବା, ତହିଁରେ ଆମ୍ଭେ ଯାହା ସଫଳ କରିଅଛୁ, ଆମ୍ଭର ସେହି ଶାସନ ଓ ଆମ୍ଭେ ସେମାନଙ୍କ ଉପରେ ଆପଣାର ଯେଉଁ ହସ୍ତ ଥୋଇଅଛୁ, ତାହା ସକଳ ଗୋଷ୍ଠୀ ଦେଖିବେ।
22 И будет знать дом Израилев, что Я Господь Бог их, от сего дня и далее.
ଏହିରୂପେ ସେହି ଦିନ ଓ ସେହି ଦିନଠାରୁ ଇସ୍ରାଏଲ ବଂଶ ଜାଣିବେ ଯେ, ଆମ୍ଭେ ସଦାପ୍ରଭୁ, ସେମାନଙ୍କର ପରମେଶ୍ୱର ଅଟୁ।
23 И узнают народы, что дом Израилев был переселен за неправду свою; за то, что они поступали вероломно предо Мною, Я сокрыл от них лице Мое и отдал их в руки врагов их, и все они пали от меча.
ପୁଣି, ଗୋଷ୍ଠୀଗଣ ଜାଣିବେ ଯେ, ଇସ୍ରାଏଲ ବଂଶ ନିଜ ଅଧର୍ମ ସକାଶୁ ବନ୍ଦୀ ହୋଇ ଯାଇଥିଲେ, କାରଣ ସେମାନେ ଆମ୍ଭ ବିରୁଦ୍ଧରେ ସତ୍ୟ-ଲଙ୍ଘନ ଅପରାଧ କରିବାରୁ ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇଲୁ; ତହୁଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ବିପକ୍ଷଗଣର ହସ୍ତରେ ସମର୍ପଣ କଲୁ, ତହିଁରେ ସେମାନେ ସମସ୍ତେ ଖଡ୍ଗ ଦ୍ୱାରା ହତ ହେଲେ।
24 За нечистоты их и за их беззаконие Я сделал это с ними, и сокрыл от них лице Мое.
ସେମାନଙ୍କର ଅଶୁଚିତା, ଆଉ ସେମାନଙ୍କର ଅପରାଧ ଅନୁସାରେ ଆମ୍ଭେ ସେମାନଙ୍କ ପ୍ରତି ବ୍ୟବହାର କଲୁ ଓ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇଲୁ।
25 Посему так говорит Господь Бог: ныне возвращу плен Иакова, и помилую весь дом Израиля, и возревную по святом имени Моем.
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଏବେ ଆମ୍ଭେ ଯାକୁବର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ସମୁଦାୟ ଇସ୍ରାଏଲ ବଂଶ ପ୍ରତି ଦୟା କରିବା; ଆଉ, ଆମ୍ଭେ ଆପଣା ପବିତ୍ର ନାମ ପକ୍ଷରେ ଉଦ୍‍ଯୋଗୀ ହେବା।
26 И почувствуют они бесчестие свое и все беззакония свои, какие делали предо Мною, когда будут жить на земле своей безопасно, и никто не будет устрашать их,
ପୁଣି, ସେମାନେ ଯେତେବେଳେ ଆପଣାମାନଙ୍କ ଦେଶରେ ନିରାପଦରେ ବାସ କରିବେ ଓ କେହି ସେମାନଙ୍କୁ ଭୟ ନ ଦେଖାଇବ, ଯେତେବେଳେ ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରୁ ସେମାନଙ୍କୁ ପୁନର୍ବାର ଆଣିବା ଓ ସେମାନଙ୍କ ଶତ୍ରୁଗଣର ଦେଶରୁ ସେମାନଙ୍କୁ ସଂଗ୍ରହ କରିବା, ଆଉ ଅନେକ ଗୋଷ୍ଠୀ ସାକ୍ଷାତରେ ସେମାନଙ୍କ ମଧ୍ୟରେ ପବିତ୍ରୀକୃତ ହେବା;
27 когда Я возвращу их из народов, и соберу их из земель врагов их, и явлю в них святость Мою пред глазами многих народов.
ସେତେବେଳେ ସେମାନେ ଆପଣାମାନଙ୍କର ଅପମାନ ଓ ଆମ୍ଭ ବିରୁଦ୍ଧରେ ଯେଉଁସବୁ ସତ୍ୟ-ଲଙ୍ଘନ କଲେ, ସେହି ସକଳ ସତ୍ୟ-ଲଙ୍ଘନର ଫଳ ଭୋଗ କରିବେ।
28 И узнают, что Я Господь Бог их, когда, рассеяв их между народами, опять соберу их в землю их и не оставлю уже там ни одного из них;
ପୁଣି, ଆମ୍ଭେ ଯେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କୁ ନିର୍ବାସିତ କରାଇଲୁ ଓ ପୁନର୍ବାର ସେମାନଙ୍କ ନିଜ ଦେଶରେ ସେମାନଙ୍କୁ ସଂଗ୍ରହ କରିଅଛୁ, ଏହା ସେମାନେ ଜାଣିବେ; ପୁଣି, ଆମ୍ଭେ ସେମାନଙ୍କର କାହାକୁ ହିଁ ଆଉ ସେଠାରେ ଅବଶିଷ୍ଟ ରଖିବା ନାହିଁ।
29 и не буду уже скрывать от них лица Моего, потому что Я изолью дух Мой на дом Израилев, говорит Господь Бог.
ଆଉ, ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଆଉ ଲୁଚାଇବା ନାହିଁ; କାରଣ ଆମ୍ଭେ ଇସ୍ରାଏଲ ବଂଶ ଉପରେ ନିଜ ଆତ୍ମା ଢାଳିଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”

< Иезекииль 39 >