< Осия 8 >
1 Трубу к устам твоим! Как орел налетит на дом Господень за то, что они нарушили завет Мой и преступили закон Мой!
ତୁମ୍ଭେ ଆପଣା ମୁଖରେ ତୂରୀ ଦିଅ; ଶତ୍ରୁ ସଦାପ୍ରଭୁଙ୍କ ଗୃହ ବିରୁଦ୍ଧରେ ଉତ୍କ୍ରୋଶ ପକ୍ଷୀ ତୁଲ୍ୟ ଆସୁଅଛି; କାରଣ ଲୋକମାନେ ଆମ୍ଭର ନିୟମ ଲଙ୍ଘନ କରିଅଛନ୍ତି ଓ ଆମ୍ଭ ବ୍ୟବସ୍ଥା ବିରୁଦ୍ଧରେ ଅପରାଧ କରିଅଛନ୍ତି।
2 Ко Мне будут взывать: Боже мой! мы познали Тебя, мы - Израиль.
ସେମାନେ ଆମ୍ଭ ନିକଟରେ କ୍ରନ୍ଦନ କରି କହିବେ, “ହେ ଆମ୍ଭର ପରମେଶ୍ୱର, ଆମ୍ଭେମାନେ ଇସ୍ରାଏଲ, ତୁମ୍ଭଙ୍କୁ ଜାଣୁ।”
3 Отверг Израиль доброе; враг будет преследовать его.
ଯାହା ଉତ୍ତମ, ତାହା ଇସ୍ରାଏଲ ଅଗ୍ରାହ୍ୟ କରିଅଛି; ଶତ୍ରୁ ତାହାର ପଛେ ପଛେ ଗୋଡ଼ାଇବ।
4 Поставляли царей сами, без Меня; ставили князей, но без Моего ведома; из серебра своего и золота своего сделали для себя идолов: оттуда гибель.
ସେମାନେ ରାଜାଗଣକୁ ନିଯୁକ୍ତ କରିଅଛନ୍ତି, ମାତ୍ର ଆମ୍ଭ ଦ୍ୱାରା ନୁହେଁ; ସେମାନେ ଅଧିପତିଗଣ ନିଯୁକ୍ତ କରିଅଛନ୍ତି, ମାତ୍ର ଆମ୍ଭେ ତାହା ଜାଣିଲୁ ନାହିଁ। ସେମାନେ ଯେପରି ଉଚ୍ଛିନ୍ନ ହେବେ, ଏଥିପାଇଁ ଆପଣା ନିମନ୍ତେ ରୂପା ଓ ସୁନାରେ ସେମାନେ ପ୍ରତିମାଗଣ ନିର୍ମାଣ କରିଅଛନ୍ତି।
5 Оставил тебя телец твой, Самария! воспылал гнев Мой на них; доколе не могут они очиститься?
ହେ ଶମରୀୟା, ସେ ତୁମ୍ଭର ଗୋବତ୍ସ ପ୍ରତିମାକୁ ଅଗ୍ରାହ୍ୟ କରିଅଛନ୍ତି। ସେମାନଙ୍କ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହୋଇଅଛି! ସେମାନେ କେତେ କାଳ ଉତ୍ତାରେ ନିର୍ଦ୍ଦୋଷତା ପ୍ରାପ୍ତ ହେବେ?
6 Ибо и он дело Израиля: художник сделал его, и потому он не бог; в куски обратится телец Самарийский!
କାରଣ ଏହା ହିଁ ଇସ୍ରାଏଲଠାରୁ ହୋଇଅଛି, ଶିଳ୍ପକାର ଏହା ନିର୍ମାଣ କରିଅଛି, ତାହା ପରମେଶ୍ୱର ନୁହେଁ; ହଁ, ଶମରୀୟାର ଗୋବତ୍ସ ଖଣ୍ଡ ଖଣ୍ଡ ହୋଇ ଭଗ୍ନ ହେବ।
7 Так как они сеяли ветер, то и пожнут бурю: хлеба на корню не будет у него; зерно не даст муки; а если и даст, то чужие проглотят ее.
କାରଣ ସେମାନେ ବାୟୁ ବୁଣନ୍ତି ଓ ଘୂର୍ଣ୍ଣିବାୟୁରୂପ ଶସ୍ୟ କାଟିବେ। ତାହାର ଉଠିଆ କ୍ଷେତ ନାହିଁ; ପତ୍ର ଖାଦ୍ୟ ଉତ୍ପନ୍ନ କରିବ ନାହିଁ; ଯଦି ଉତ୍ପନ୍ନ କରିବେ, ବିଦେଶୀୟମାନେ ତାହା ଗ୍ରାସ କରିବେ।
8 Поглощен Израиль; теперь они будут среди народов как негодный сосуд.
ଇସ୍ରାଏଲ ଗ୍ରାସିତ ହୋଇଅଛି; ଏବେ ସେମାନେ ଅପ୍ରୀତିକର ପାତ୍ର ତୁଲ୍ୟ ନାନା ଗୋଷ୍ଠୀ ମଧ୍ୟରେ ଅଛନ୍ତି।
9 Они пошли к Ассуру, как дикий осел, одиноко бродящий; Ефрем приобретал подарками расположение к себе.
କାରଣ ସେମାନେ ବନ୍ୟ ଗର୍ଦ୍ଦଭ ତୁଲ୍ୟ ଏକାକୀ ହୋଇ ଅଶୂରକୁ ଯାଇଅଛନ୍ତି; ଇଫ୍ରୟିମ ପ୍ରେମିକଗଣକୁ ବେତନ ଦେଇ ରଖିଅଛି।
10 Хотя они и посылали дары к народам, но скоро Я соберу их, и они начнут страдать от бремени царя князей;
ହଁ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଲୋକମାନଙ୍କୁ ବେତନ ଦେଲେ ମଧ୍ୟ ଏବେ ଆମ୍ଭେ ସେମାନଙ୍କୁ ସଂଗ୍ରହ କରିବା; ସେମାନେ ଅଧିପତିଗଣଙ୍କ ରାଜାର ଭାର ସକାଶୁ ନ୍ୟୂନ ହେବାକୁ ଲାଗିଲେଣି।
11 ибо много жертвенников настроил Ефрем для греха, - ко греху послужили ему эти жертвенники.
କାରଣ ଇଫ୍ରୟିମ ପାପ ଚେଷ୍ଟାରେ ଅନେକ ଯଜ୍ଞବେଦି କରିଅଛି, ଯଜ୍ଞବେଦିସବୁ ତାହା ପକ୍ଷରେ ପାପର କାରଣ ହୋଇଅଛି।
12 Написал Я ему важные законы Мои, но они сочтены им как бы чужие.
ଆମ୍ଭେ ଦଶ ସହସ୍ର ବିଧିରେ ଆମ୍ଭର ବ୍ୟବସ୍ଥା ତାହା ପାଇଁ ଲେଖିଲେ ମଧ୍ୟ ସେହି ସବୁ ବିଦେଶୀୟ କଥା ତୁଲ୍ୟ ଗଣିତ ହୁଏ।
13 В жертвоприношениях Мне они приносят мясо и едят его; Господу неугодны они; ныне Он вспомнит нечестие их и накажет их за грехи их: они возвратятся в Египет.
ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଉପହାରାର୍ଥକ ବଳି ନିମନ୍ତେ ମାଂସ ବଳିଦାନ କରି ତାହା ଭୋଜନ କରନ୍ତି; ମାତ୍ର ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ। ଏବେ ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପର ପ୍ରତିଫଳ ଦେବେ; ସେମାନେ ପୁନର୍ବାର ମିସରକୁ ଫେରିଯିବେ।
14 Забыл Израиль Создателя своего и устроил капища, и Иуда настроил много укрепленных городов; но Я пошлю огонь на города его, и пожрет чертоги его.
କାରଣ ଇସ୍ରାଏଲ ଆପଣା ସୃଷ୍ଟିକର୍ତ୍ତାଙ୍କୁ ପାସୋରିଅଛି ଓ ନାନା ଅଟ୍ଟାଳିକା ନିର୍ମାଣ କରିଅଛି ଓ ଯିହୁଦା ଅନେକ ପ୍ରାଚୀର-ବେଷ୍ଟିତ ନଗର ପ୍ରସ୍ତୁତ କରିଅଛି, ମାତ୍ର ଆମ୍ଭେ ତାହାର ନଗରସକଳର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଦୁର୍ଗସକଳ ଗ୍ରାସ କରିବ।