< Исаия 56 >

1 Так говорит Господь: сохраняйте суд и делайте правду; ибо близко спасение Мое и откровение правды Моей.
ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ନ୍ୟାୟବିଚାର ପାଳନ କର; ଧର୍ମକର୍ମ କର; କାରଣ ଆମ୍ଭର ପରିତ୍ରାଣର ଆଗମନ ଓ ଆମ୍ଭ ଧର୍ମର ପ୍ରକାଶ ସନ୍ନିକଟ।
2 Блажен муж, который делает это, и сын человеческий, который крепко держится этого, который хранит субботу от осквернения и оберегает руку свою, чтобы не сделать никакого зла.
ଯେଉଁ ମନୁଷ୍ୟ ଏହା କରେ ଓ ଯେଉଁ ମନୁଷ୍ୟ-ସନ୍ତାନ ଏହା ଦୃଢ଼ ରୂପେ ଅବଲମ୍ବନ କରେ; ଯେ ବିଶ୍ରାମବାର ପାଳନ କରି ତାହା ଅଶୁଚି ନ କରେ ଓ ସବୁ ପ୍ରକାର କୁକର୍ମରୁ ଆପଣା ହସ୍ତକୁ ନିବାରଣ କରେ, ସେ ଧନ୍ୟ।”
3 Да не говорит сын иноплеменника, присоединившийся к Господу: “Господь совсем отделил меня от Своего народа”, и да не говорит евнух: “вот я сухое дерево”.
“ନିଶ୍ଚୟ ସଦାପ୍ରଭୁ ଆପଣା ଲୋକମାନଙ୍କଠାରୁ ମୋତେ ପୃଥକ କରିବେ,” ଏହା ସଦାପ୍ରଭୁଙ୍କଠାରେ ଆସକ୍ତ ବିଦେଶୀ ଲୋକ ନ କହୁ; ଅଥବା “ଦେଖ, ମୁଁ ଗୋଟିଏ ଶୁଷ୍କ ବୃକ୍ଷ, ଏହା ନପୁଂସକ ନ କହୁ।”
4 Ибо Господь так говорит об евнухах: которые хранят Мои субботы и избирают угодное Мне, и крепко держатся завета Моего, -
କାରଣ, ନପୁଂସକମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, “ଯେଉଁମାନେ ଆମ୍ଭର ବିଶ୍ରାମବାର ପାଳନ କରନ୍ତି ଓ ଆମ୍ଭର ତୁଷ୍ଟିକର ବିଷୟ ମନୋନୀତ କରନ୍ତି ଓ ଆମ୍ଭର ନିୟମ ଅବଲମ୍ବନ କରନ୍ତି;”
5 тем дам Я в доме Моем и в стенах Моих место и имя лучшее, нежели сыновьям и дочерям; дам им вечное имя, которое не истребится.
“ସେମାନଙ୍କୁ ଆମ୍ଭେ ଆମ୍ଭ ଗୃହ ମଧ୍ୟରେ ଓ ଆମ୍ଭ ପ୍ରାଚୀର ଭିତରେ ପୁତ୍ରକନ୍ୟା ଅପେକ୍ଷା ଉତ୍ତମ ସ୍ମରଣାର୍ଥକ ସ୍ତମ୍ଭ ଓ ନାମ ଦେବା; ଆମ୍ଭେ ସେମାନଙ୍କୁ ଅନନ୍ତକାଳସ୍ଥାୟୀ ନାମ ଦେବା, ତାହା କଟା ହେବ ନାହିଁ।
6 И сыновей иноплеменников, присоединившихся к Господу, чтобы служить Ему и любить имя Господа, быть рабами Его, всех, хранящих субботу от осквернения ее и твердо держащихся завета Моего,
ଆହୁରି, ଯେଉଁ ବିଦେଶୀୟମାନେ ସଦାପ୍ରଭୁଙ୍କର ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁଙ୍କ ନାମକୁ ପ୍ରେମ କରିବା ପାଇଁ ଓ ତାହାଙ୍କର ଦାସ ହେବା ନିମନ୍ତେ ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅନ୍ତି, ଅର୍ଥାତ୍‍, ଯେଉଁମାନେ ବିଶ୍ରାମବାର ପାଳନ କରି ତାହା ଅଶୁଚି ନ କରନ୍ତି ଓ ଆମ୍ଭର ନିୟମ ଅବଲମ୍ବନ କରନ୍ତି;
7 Я приведу на святую гору Мою и обрадую их в Моем доме молитвы; всесожжения их и жертвы их будут благоприятны на жертвеннике Моем, ибо дом Мой назовется домом молитвы для всех народов.
ସେହି ସମସ୍ତଙ୍କୁ ଆମ୍ଭେ ଆପଣା ପବିତ୍ର ପର୍ବତକୁ ଆଣିବା ଓ ଆମ୍ଭର ପ୍ରାର୍ଥନାଗୃହରେ ସେମାନଙ୍କୁ ଆନନ୍ଦିତ କରିବା; ସେମାନଙ୍କର ହୋମବଳି ଓ ପ୍ରାୟଶ୍ଚିତ୍ତ ବଳିସବୁ ଆମ୍ଭ ଯଜ୍ଞବେଦି ଉପରେ ଗ୍ରାହ୍ୟ ହେବ; କାରଣ ଆମ୍ଭର ଗୃହ ସର୍ବଗୋଷ୍ଠୀୟ ଲୋକଙ୍କର ପ୍ରାର୍ଥନାଗୃହ ବୋଲି ବିଖ୍ୟାତ ହେବ।
8 Господь Бог, собирающий рассеянных Израильтян, говорит: к собранным у него Я буду еще собирать других.
ଯେ ଇସ୍ରାଏଲର ଦୂରୀକୃତ ଲୋକଙ୍କୁ ସଂଗ୍ରହ କରନ୍ତି, ସେହି ପ୍ରଭୁ, ସଦାପ୍ରଭୁ କହନ୍ତି, ତାହାର ସଂଗୃହୀତ ନିଜ ଲୋକ ଛଡ଼ା ଆମ୍ଭେ ଅନ୍ୟ ଲୋକମାନଙ୍କୁ ତାହା ନିକଟରେ ସଂଗ୍ରହ କରିବା।”
9 Все звери полевые, все звери лесные! идите есть.
ହେ କ୍ଷେତ୍ରସ୍ଥ ପଶୁସବୁ, ହେ ବନସ୍ଥ ସମସ୍ତ ପଶୁ, ତୁମ୍ଭେମାନେ ଗ୍ରାସ କରିବାକୁ ଆସ।
10 Стражи их слепы все и невежды: все они немые псы, не могущие лаять, бредящие лежа, любящие спать.
ତାହାର ପ୍ରହରୀଗଣ ଅନ୍ଧ, ସେମାନେ ସମସ୍ତେ ଜ୍ଞାନହୀନ; ସେସମସ୍ତେ ଘୁଙ୍ଗା କୁକ୍କୁର, ସେମାନେ ଭୁକି ପାରନ୍ତି ନାହିଁ; ସେମାନେ ସ୍ୱପ୍ନଦର୍ଶୀ, ନିଦ୍ରାଳୁ, ଢୁଳାଇବାକୁ ଭଲ ପାʼନ୍ତି।
11 И это псы, жадные душею, не знающие сытости; и это пастыри бессмысленные: все смотрят на свою дорогу, каждый до последнего, на свою корысть;
ଆହୁରି, ସେହି କୁକ୍କୁରମାନେ ପେଟୁକ, ସେମାନେ କେବେ ତୃପ୍ତ ନୁହନ୍ତି; ଆଉ, ଏମାନେ ବିବେଚନାଶକ୍ତି ଶୂନ୍ୟ ପାଳକ; ସେସମସ୍ତେ ଚାରିଆଡ଼ରୁ ଆପଣା ଆପଣା ଲାଭ ଚେଷ୍ଟାରେ ଆପଣା ଆପଣା ବାଟ ଆଡ଼େ ଫେରିଅଛନ୍ତି।
12 приходите, говорят, я достану вина, и мы напьемся сикеры; и завтра то же будет, что сегодня, да еще и больше.
ପ୍ରତ୍ୟେକେ କହନ୍ତି, “ଆସ, ଆମ୍ଭେ ଦ୍ରାକ୍ଷାରସ ଆଣିବା ଓ ଆମ୍ଭେମାନେ ସୁରାପାନରେ ମତ୍ତ ହେବା; ପୁଣି, ଯେପରି ଆଜି, ସେହିପରି କାଲି ହେବ, ତାହା ଅପରିମିତ ମହାଦିନ ହେବ।”

< Исаия 56 >