< От Иоанна 16 >

1 Сие сказал Я вам, чтобы вы не соблазнились.
“ତୁମ୍ଭେମାନେ ଯେପରି ବିଘ୍ନ ନ ପାଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଅଛି।
2 Изгонят вас из синагог; даже наступает время, когда всякий, убивающий вас, будет думать, что он тем служит Богу.
ସେମାନେ ତୁମ୍ଭମାନଙ୍କୁ ସମାଜଗୃହରୁ ବାହାର କରିବେ, ହଁ, ଏପରି ସମୟ ଆସୁଅଛି, ଯେତେବେଳେ ଯେ କେହି ତୁମ୍ଭମାନଙ୍କୁ ବଧ କରେ, ସେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଉପାସନାରୂପ ବଳି ଉତ୍ସର୍ଗ କରୁଅଛି ବୋଲି ମନେ କରିବ।
3 Так будут поступать, потому что не познали ни Отца, ни Меня.
ଆଉ, ସେମାନେ ଏହାସବୁ କରିବେ, କାରଣ ସେମାନେ ପିତାଙ୍କୁ କିମ୍ବା ମୋତେ ଜାଣି ନାହାନ୍ତି।
4 Но Я сказал вам сие для того, чтобы вы, когда придет то время, вспомнили, что Я сказывал вам о том; не говорил же сего вам сначала, потому что был с вами.
ମାତ୍ର ଏସମସ୍ତ ଘଟିବାର ସମୟ ଉପସ୍ଥିତ ହେଲେ, ମୁଁ ଯେ ତୁମ୍ଭମାନଙ୍କୁ କହିଥିଲି, ଏହା ଯେପରି ତୁମ୍ଭେମାନେ ସ୍ମରଣ କର, ଏଥିନିମନ୍ତେ ମୁଁ ଏହିସବୁ କଥା ତୁମ୍ଭମାନଙ୍କୁ କହିଅଛି। ମୁଁ ତୁମ୍ଭମାନଙ୍କ ସହିତ ଥିବାରୁ ଆରମ୍ଭରୁ ଏହିସବୁ କଥା ତୁମ୍ଭମାନଙ୍କୁ କହିଲି ନାହିଁ।”
5 А теперь иду к Пославшему Меня, и никто из вас не спрашивает Меня: куда идешь?
“କିନ୍ତୁ ବର୍ତ୍ତମାନ ମୁଁ ମୋହର ପ୍ରେରଣକର୍ତ୍ତାଙ୍କ ନିକଟକୁ ଯାଉଅଛି, ଆଉ ତୁମ୍ଭେ କେଉଁ ସ୍ଥାନକୁ ଯାଉଅଛ ବୋଲି ତୁମ୍ଭମାନଙ୍କ ମଧ୍ୟରୁ କେହି ମୋତେ ପଚାରୁ ନାହଁ।
6 Но оттого, что Я сказал вам это, печалью исполнилось сердце ваше.
ମାତ୍ର ମୁଁ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିବାରୁ ତୁମ୍ଭମାନଙ୍କ ହୃଦୟ ଦୁଃଖରେ ପରିପୂର୍ଣ୍ଣ ହୋଇଅଛି।
7 Но Я истину говорю вам: лучше для вас, чтобы Я пошел; ибо, если Я не пойду, Утешитель не приидет к вам; а если пойду, то пошлю Его к вам,
କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମୋହର ପ୍ରସ୍ଥାନ କରିବାରେ ତୁମ୍ଭମାନଙ୍କର ମଙ୍ଗଳ, କାରଣ ମୁଁ ପ୍ରସ୍ଥାନ ନ କଲେ ସେହି ସାହାଯ୍ୟକାରୀ ତୁମ୍ଭମାନଙ୍କ ନିକଟକୁ ଆସିବେ ନାହିଁ, ମାତ୍ର ମୁଁ ଗଲେ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଦେବି।
8 и Он, придя, обличит мир о грехе, и о правде, и о суде:
ସେ ଆସି ପାପ, ଧାର୍ମିକତା ଓ ବିଚାର ବିଷୟରେ ଜଗତକୁ ପ୍ରମାଣ ଦେବେ;
9 о грехе, что не веруют в Меня;
ପାପ ବିଷୟରେ, କାରଣ ସେମାନେ ମୋʼ ଠାରେ ବିଶ୍ୱାସ କରନ୍ତି ନାହିଁ;
10 о правде, что Я иду к Отцу Моему и уже не увидите Меня;
ଧାର୍ମିକତା ବିଷୟରେ, କାରଣ ମୁଁ ପିତାଙ୍କ ନିକଟକୁ ଯାଉଅଛି ଓ ତୁମ୍ଭେମାନେ ମୋତେ ଆଉ ଦେଖିବ ନାହିଁ;
11 о суде же, что князь мира сего осужден.
ନ୍ୟାୟବିଚାର ବିଷୟରେ କାରଣ ଏହି ଜଗତର ଅଧିପତି ବିଚାରିତ ହୋଇଅଛି।
12 Еще многое имею сказать вам; но вы теперь не можете вместить.
ମୋହର ତୁମ୍ଭମାନଙ୍କୁ ଆହୁରି ଅନେକ କଥା କହିବାର ଅଛି, ମାତ୍ର ତୁମ୍ଭେମାନେ ଏବେ ସେହିସବୁ ସହି ପାର ନାହିଁ।
13 Когда же приидет Он, Дух истины, то наставит вас на всякую истину: ибо не от Себя говорить будет, но будет говорить, что услышит, и будущее возвестит вам.
କିନ୍ତୁ ସେ, ଅର୍ଥାତ୍‍, ସତ୍ୟମୟ ଆତ୍ମା ଆସିଲେ ସେ ପଥ ଦେଖାଇ ତୁମ୍ଭମାନଙ୍କୁ ସମସ୍ତ ସତ୍ୟରେ ପ୍ରବେଶ କରାଇବେ, କାରଣ ସେ ଆପଣାଠାରୁ କଥା କହିବେ ନାହିଁ, ମାତ୍ର ଯାହା ଯାହା ଶୁଣିବେ, ସେହିସବୁ କହିବେ, ପୁଣି, ଆଗାମୀ ବିଷୟସବୁ ତୁମ୍ଭମାନଙ୍କୁ ଜଣାଇବେ।
14 Он прославит Меня, потому что от Моего возьмет и возвестит вам.
ସେ ମୋତେ ଗୌରବାନ୍ୱିତ କରିବେ, କାରଣ ସେ ମୋʼ ବିଷୟ ଘେନି ତୁମ୍ଭମାନଙ୍କୁ ଜଣାଇବେ।
15 Все, что имеет Отец, есть Мое; потому Я сказал, что от Моего возьмет и возвестит вам.
ଯାହା ଯାହା ପିତାଙ୍କର, ସେହିସବୁ ମୋହର; ଏହି ହେତୁ ମୁଁ କହିଲି, ସେ ମୋହର ବିଷୟ ଘେନି ତୁମ୍ଭମାନଙ୍କୁ ଜଣାଇବେ।”
16 Вскоре вы не увидите Меня, и опять вскоре увидите Меня, ибо Я иду к Отцу.
“ଅଳ୍ପମାତ୍ର ସମୟ ରହିଲା, ତୁମ୍ଭେମାନେ ମୋତେ ଆଉ ଦେଖିବ ନାହିଁ, ପୁନର୍ବାର ଅଳ୍ପ ସମୟ ଉତ୍ତାରେ ତୁମ୍ଭେମାନେ ମୋତେ ଦେଖିବ।”
17 Тут некоторые из учеников Его сказали один другому: что это Он говорит нам: вскоре не увидите Меня, и опять вскоре увидите Меня, и: Я иду к Отцу?
ସେଥିରେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ କେହି କେହି ପରସ୍ପର କହିଲେ, “ଅଳ୍ପମାତ୍ର ସମୟ ରହିଲା, ତୁମ୍ଭେମାନେ ମୋତେ ଦେଖିବ ନାହିଁ, ପୁନର୍ବାର ଅଳ୍ପ ସମୟ ଉତ୍ତାରେ ତୁମ୍ଭେମାନେ ମୋତେ ଦେଖିବ ଓ ମୁଁ ପିତାଙ୍କ ନିକଟକୁ ଯାଉଅଛି,” ଏହି ଯେଉଁ କଥା ସେ ଆମ୍ଭମାନଙ୍କୁ କହୁଅଛନ୍ତି, ଏହା କଅଣ?
18 Итак они говорили: что это говорит Он: “вскоре”? Не знаем, что говорит.
ଏଣୁ ସେମାନେ କହିଲେ, “ଅଳ୍ପ ସମୟ” ବୋଲି ଏ କଅଣ କହୁଅଛନ୍ତି? ସେ କଅଣ କହୁଅଛନ୍ତି, ଆମ୍ଭେମାନେ ବୁଝି ପାରୁ ନାହୁଁ।
19 Иисус, уразумев, что хотят спросить Его, сказал им: о том ли спрашиваете вы один другого, что Я сказал: вскоре не увидите Меня, и опять вскоре увидите Меня?
ସେମାନେ ତାହାଙ୍କୁ ପଚାରିବାକୁ ଇଚ୍ଛା କରୁଅଛନ୍ତି ବୋଲି ବୁଝି ଯୀଶୁ ସେମାନଙ୍କୁ କହିଲେ, “ଅଳ୍ପମାତ୍ର ସମୟ ରହିଲା, ତୁମ୍ଭେମାନେ ମୋତେ ଦେଖିବ ନାହିଁ, ‘ପୁନର୍ବାର ଅଳ୍ପ ସମୟ ଉତ୍ତାରେ ତୁମ୍ଭେମାନେ ମୋତେ ଦେଖିବ, ମୁଁ ଏହି ଯେଉଁ କଥା କହିଲି, ସେ ବିଷୟ ଘେନି ତୁମ୍ଭେମାନେ କଅଣ ପରସ୍ପର ବାଦାନୁବାଦ କରୁଅଛ?’
20 Истинно, истинно говорю вам: вы восплачете и возрыдаете, а мир возрадуется; вы печальны будете, но печаль ваша в радость будет.
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ରୋଦନ ଓ ବିଳାପ କରିବ, କିନ୍ତୁ ଜଗତ ଆନନ୍ଦ କରିବ; ତୁମ୍ଭେମାନେ ଦୁଃଖିତ ହେବ, କିନ୍ତୁ ତୁମ୍ଭମାନଙ୍କ ଦୁଃଖ ଆନନ୍ଦରେ ପରିଣତ ହେବ।
21 Женщина, когда рождает, терпит скорбь, потому что пришел час ее; но когда родит младенца, уже не помнит скорби от радости, потому что родился человек в мир.
ପ୍ରସବ ସମୟ ଉପସ୍ଥିତ ହେଲେ ସ୍ତ୍ରୀଲୋକ ଦୁଃଖ ପାଏ; କିନ୍ତୁ ସେ ସନ୍ତାନ ପ୍ରସବ କଲା ଉତ୍ତାରେ ଜଗତରେ ଜଣେ ମାନବ ଜନ୍ମଗ୍ରହଣ କଲା, ଏହି ଆନନ୍ଦ ଯୋଗୁଁ ଆଉ କଷ୍ଟ ସ୍ମରଣ କରେ ନାହିଁ।
22 Так и вы теперь имеете печаль; но Я увижу вас опять, и возрадуется сердце ваше, и радости вашей никто не отнимет у вас;
ସେହିପରି ତୁମ୍ଭେମାନେ ବର୍ତ୍ତମାନ ଦୁଃଖ ପାଉଅଛ, କିନ୍ତୁ ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଦର୍ଶନ ଦେବି, ଆଉ ତୁମ୍ଭମାନଙ୍କ ହୃଦୟ ଆନନ୍ଦିତ ହେବ ଓ କେହି ତୁମ୍ଭମାନଙ୍କଠାରୁ ତୁମ୍ଭମାନଙ୍କର ଆନନ୍ଦ ହରଣ କରିବ ନାହିଁ।
23 и в тот день вы не спросите Меня ни о чем. Истинно, истинно говорю вам: о чем ни попросите Отца во имя Мое, даст вам.
ସେ ଦିନ ତୁମ୍ଭେମାନେ ମୋତେ କିଛି ପଚାରିବ ନାହିଁ। ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭେମାନେ ପିତାଙ୍କୁ କିଛି ମାଗିବ, ତେବେ ମୋʼ ନାମରେ ସେ ତୁମ୍ଭମାନଙ୍କୁ ତାହା ଦେବେ।
24 Доныне вы ничего не просили во имя Мое; просите, и получите, чтобы радость ваша была совершенна.
ଏପର୍ଯ୍ୟନ୍ତ ତୁମ୍ଭେମାନେ ମୋʼ ନାମରେ କିଛି ମାଗି ନାହଁ; ମାଗ, ପୁଣି, ତୁମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ସେଥିନିମନ୍ତେ ତୁମ୍ଭେମାନେ ତାହା ପାଇବ।”
25 Доселе Я говорил вам притчами; но наступает время, когда уже не буду говорить вам притчами, но прямо возвещу вам об Отце.
“ମୁଁ ତୁମ୍ଭମାନଙ୍କୁ ଉପମା ଦ୍ୱାରା ଏହି ସମସ୍ତ କଥା କହିଅଛି; ସମୟ ଆସୁଅଛି, ଯେତେବେଳେ ମୁଁ ଆଉ ଉପମା ଦ୍ୱାରା ତୁମ୍ଭମାନଙ୍କୁ କହିବି ନାହିଁ, କିନ୍ତୁ ପିତାଙ୍କ ବିଷୟ ସ୍ପଷ୍ଟ ରୂପେ ତୁମ୍ଭମାନଙ୍କୁ ଜଣାଇବି।
26 В тот день будете просить во имя Мое, и не говорю вам, что Я буду просить Отца о вас:
ସେ ଦିନ ତୁମ୍ଭେମାନେ ମୋʼ ନାମରେ ମାଗିବ; ଆଉ, ମୁଁ ଯେ ତୁମ୍ଭମାନଙ୍କ ସପକ୍ଷରେ ପିତାଙ୍କୁ ନିବେଦନ କରିବି, ଏହା ମୁଁ ତୁମ୍ଭମାନଙ୍କୁ କହୁ ନାହିଁ;
27 ибо Сам Отец любит вас, потому что вы возлюбили Меня и уверовали, что Я исшел от Бога.
କାରଣ ପିତା ସ୍ୱୟଂ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ଯେଣୁ ତୁମ୍ଭେମାନେ ମୋତେ ସ୍ନେହ କରିଅଛ ଓ ମୁଁ ଯେ ଈଶ୍ବରଙ୍କ ନିକଟରୁ ଆସିଅଛି, ତାହା ତୁମ୍ଭେମାନେ ବିଶ୍ୱାସ କରିଅଛ।
28 Я исшел от Отца и пришел в мир; и опять оставляю мир и иду к Отцу.
ମୁଁ ପିତାଙ୍କ ନିକଟରୁ ଜଗତକୁ ଆସିଅଛି; ପୁନର୍ବାର ମୁଁ ଜଗତ ପରିତ୍ୟାଗ କରି ପିତାଙ୍କ ନିକଟକୁ ଯାଉଅଛି।”
29 Ученики Его сказали Ему: вот, теперь Ты прямо говоришь, и притчи не говоришь никакой.
ତାହାଙ୍କ ଶିଷ୍ୟମାନେ କହିଲେ, ଦେଖନ୍ତୁ, ବର୍ତ୍ତମାନ ଆପଣ ସ୍ପଷ୍ଟ ରୂପେ କହୁଅଛନ୍ତି ଓ ଉପମା-କଥା ଆଉ କହୁ ନାହାନ୍ତି।
30 Теперь видим, что Ты знаешь все и не имеешь нужды, чтобы кто спрашивал Тебя. Посему веруем, что Ты от Бога исшел.
ଆପଣ ଯେ ସମସ୍ତ ବିଷୟ ଜାଣନ୍ତି, ପୁଣି, କେହି ଆପଣଙ୍କୁ ପ୍ରଶ୍ନ କରିବାର ଯେ ଆପଣଙ୍କର ପ୍ରୟୋଜନ ନାହିଁ, ତାହା ଏବେ ଆମ୍ଭେମାନେ ଜାଣିଲୁ; ଈଶ୍ବରଙ୍କ ନିକଟରୁ ଆପଣ ଆସିଅଛନ୍ତି ବୋଲି ଆମ୍ଭେମାନେ ଏହା ଦ୍ୱାରା ବିଶ୍ୱାସ କରୁଅଛୁ।
31 Иисус отвечал им: теперь веруете?
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ କଅଣ ଏବେ ବିଶ୍ୱାସ କରୁଅଛ?
32 Вот, наступает час, и настал уже, что вы рассеетесь каждый в свою сторону и Меня оставите одного; но Я не один, потому что Отец со Мною.
ଦେଖ, ସମୟ ଆସୁଅଛି, ହଁ, ଆସିଲାଣି, ଯେତେବେଳେ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇ ପ୍ରତ୍ୟେକେ ଆପଣା ଆପଣା ଘରକୁ ପଳାଇଯିବ, ଆଉ ମୋତେ ଏକାକୀ ପରିତ୍ୟାଗ କରିବ; ତଥାପି ମୁଁ ଏକାକୀ ନୁହେଁ, କାରଣ ପିତା ମୋʼ ସାଙ୍ଗରେ ଅଛନ୍ତି।
33 Сие сказал Я вам, чтобы вы имели во Мне мир. В мире будете иметь скорбь; но мужайтесь: Я победил мир.
ତୁମ୍ଭେମାନେ ଯେପରି ମୋʼ ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହିସବୁ ବିଷୟ କହିଅଛି। ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି।”

< От Иоанна 16 >