< От Иоанна 17 >

1 После сих слов Иисус возвел очи Свои на небо и сказал: Отче! пришел час, прославь Сына Твоего, да и Сын Твой прославит Тебя,
ଯୀଶୁ ଏହି ସମସ୍ତ କଥା କହି ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି କହିଲେ, “ପିତଃ, ସମୟ ଉପସ୍ଥିତ ହେଲାଣି; ତୁମ୍ଭର ପୁତ୍ରଙ୍କୁ ମହିମାନ୍ୱିତ କର, ଯେପରି ପୁତ୍ର ତୁମ୍ଭକୁ ମହିମାନ୍ୱିତ କରନ୍ତି,
2 так как Ты дал Ему власть над всякою плотью, да всему, что Ты дал Ему, даст Он жизнь вечную. (aiōnios g166)
ଯେପ୍ରକାର ତୁମ୍ଭେ ତାହାଙ୍କୁ ଯେଉଁ ଯେଉଁ ଲୋକମାନଙ୍କୁ ଦେଇଅଛ, ସେମାନଙ୍କୁ ଅନନ୍ତ ଜୀବନ ଦେବା ନିମନ୍ତେ ତାହାଙ୍କୁ ସମସ୍ତ ମନୁଷ୍ୟ ଉପରେ ଅଧିକାର ଦେଲ। (aiōnios g166)
3 Сия же есть жизнь вечная, да знают Тебя, единого истинного Бога, и посланного Тобою Иисуса Христа. (aiōnios g166)
ଆଉ, ଏକମାତ୍ର ସତ୍ୟ ଈଶ୍ବର ଯେ ତୁମ୍ଭେ, ତୁମ୍ଭକୁ ଓ ତୁମ୍ଭର ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଅନନ୍ତ ଜୀବନ ଅଟେ। (aiōnios g166)
4 Я прославил Тебя на земле, совершил дело, которое Ты поручил Мне исполнить.
ତୁମ୍ଭେ ମୋତେ ଯେଉଁ କର୍ମ କରିବାକୁ ଦେଇଅଛ, ତାହା ମୁଁ ସମାପ୍ତ କରି ପୃଥିବୀରେ ତୁମ୍ଭକୁ ମହିମାନ୍ୱିତ କରିଅଛି।
5 И ныне прославь Меня Ты, Отче, у Тебя Самого славою, которую Я имел у Тебя прежде бытия мира.
ଆଉ ଏବେ, ହେ ପିତା, ଜଗତର ସୃଷ୍ଟି ପୂର୍ବେ ତୁମ୍ଭ ସହିତ ମୋହର ଯେଉଁ ମହିମା ଥିଲା, ତଦ୍ୱାରା ତୁମ୍ଭେ ମୋତେ ତୁମ୍ଭ ସହିତ ମହିମାନ୍ୱିତ କର।”
6 Я открыл имя Твое человекам, которых Ты дал Мне от мира; они были Твои, и Ты дал их Мне, и они сохранили слово Твое.
“ତୁମ୍ଭେ ମୋତେ ଜଗତ ମଧ୍ୟରୁ ଯେଉଁ ଲୋକମାନଙ୍କୁ ଦାନ କଲ, ମୁଁ ସେମାନଙ୍କ ନିକଟରେ ତୁମ୍ଭର ନାମ ପ୍ରକାଶ କରିଅଛି; ସେମାନେ ତୁମ୍ଭର ଥିଲେ ଓ ତୁମ୍ଭେ ସେମାନଙ୍କୁ ମୋତେ ଦାନ କଲ, ଆଉ ସେମାନେ ତୁମ୍ଭର ବାକ୍ୟ ପାଳନ କରିଅଛନ୍ତି।
7 Ныне уразумели они, что все, что Ты дал Мне, от Тебя есть,
ତୁମ୍ଭେ ମୋତେ ଯାହା ଯାହା ଦାନ କରିଅଛ, ସେହିସବୁ ଯେ ତୁମ୍ଭଠାରୁ ଉତ୍ପନ୍ନ, ଏହା ସେମାନେ ଏବେ ବୁଝିଅଛନ୍ତି;
8 ибо слова, которые Ты дал Мне, Я передал им, и они приняли, и уразумели истинно, что Я исшел от Тебя, и уверовали, что Ты послал Меня.
କାରଣ ତୁମ୍ଭେ ମୋତେ ଯେ ସମସ୍ତ ବାକ୍ୟ ଦାନ କଲ, ମୁଁ ସେମାନଙ୍କୁ ସେହିସବୁ ଦାନ କରିଅଛି, ଆଉ ସେମାନେ ଗ୍ରହଣ କରିଅଛନ୍ତି, ପୁଣି, ମୁଁ ଯେ ତୁମ୍ଭ ନିକଟରୁ ଆସିଅଛି, ତାହା ସତ୍ୟ ରୂପେ ଜାଣିଅଛନ୍ତି ଓ ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ବିଶ୍ୱାସ କରିଅଛନ୍ତି।
9 Я о них молю: не о всем мире молю, но о тех, которых Ты дал Мне, потому что они Твои.
ମୁଁ ସେମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛି; ଜଗତ ନିମନ୍ତେ ପ୍ରାର୍ଥନା କରୁ ନାହିଁ, କିନ୍ତୁ ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ସେମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛି, କାରଣ ସେମାନେ ତୁମ୍ଭର;
10 И все Мое Твое, и Твое Мое; и Я прославился в них.
ଯାହା ଯାହା ମୋହର, ସେହିସବୁ ତୁମ୍ଭର, ପୁଣି, ଯାହା ଯାହା ତୁମ୍ଭର, ସେହିସବୁ ମୋହର; ଆଉ, ମୁଁ ସେମାନଙ୍କଠାରେ ମହିମାନ୍ୱିତ ହୋଇଅଛି।
11 Я уже не в мире, но они в мире, а Я к Тебе иду. Отче Святый! соблюди их во имя Твое, тех, которых Ты Мне дал, чтобы они были едино, как и Мы.
ମୁଁ ଆଉ ଏ ଜଗତରେ ରହୁ ନାହିଁ, କିନ୍ତୁ ଏମାନେ ଜଗତରେ ରହୁଅଛନ୍ତି; ପୁଣି, ମୁଁ ତୁମ୍ଭ ନିକଟକୁ ଯାଉଅଛି। ପବିତ୍ର ପିତଃ, ତୁମ୍ଭ ସେହି ନାମରେ ସେମାନଙ୍କୁ ରକ୍ଷା କର ଯେଉଁ ନାମ ତୁମ୍ଭେ ମୋତେ ଦେଇଅଛ, ଯେପରି ଆମ୍ଭେମାନେ ଯେପ୍ରକାର ଏକ, ସେମାନେ ସେପ୍ରକାର ଏକ ହୁଅନ୍ତି।
12 Когда Я был с ними в мире, Я соблюдал их во имя Твое; тех, которых Ты дал Мне, Я сохранил, и никто из них не погиб, кроме сына погибели, да сбудется Писание.
ସେମାନଙ୍କ ସହିତ ରହୁଥିବା ସମୟରେ ମୁଁ ସେମାନଙ୍କୁ ତୁମ୍ଭ ସେହି ନାମରେ ରକ୍ଷା କରି ଅାସିଅଛି ଯେଉଁ ନାମ ତୁମ୍ଭେ ମୋତେ ଦେଇଅଛ, ଆଉ ମୁଁ ସେମାନଙ୍କୁ ସାବଧାନରେ ରକ୍ଷା କରିଅଛି ଓ ଧର୍ମଶାସ୍ତ୍ର ଯେପରି ସଫଳ ହୁଏ, ଏଥିନିମନ୍ତେ ବିନାଶର ସନ୍ତାନ ବିନା ସେମାନଙ୍କ ମଧ୍ୟରୁ ଜଣେ କେହି ବିନଷ୍ଟ ହୋଇ ନାହିଁ।”
13 Ныне же к Тебе иду, и сие говорю в мире, чтобы они имели в себе радость Мою совершенную.
“କିନ୍ତୁ ଏବେ ମୁଁ ତୁମ୍ଭ ନିକଟକୁ ଯାଉଅଛି, ଆଉ ସେମାନଙ୍କ ଅନ୍ତରେ ମୋହର ଆନନ୍ଦ ଯେପରି ସମ୍ପୂର୍ଣ୍ଣ ହୁଏ, ସେଥିନିମନ୍ତେ ଜଗତରେ ଥାଉ ଥାଉ ମୁଁ ଏହାସବୁ କହୁଅଛି।
14 Я передал им слово Твое; и мир возненавидел их, потому что они не от мира, как и Я не от мира.
ମୁଁ ସେମାନଙ୍କୁ ତୁମ୍ଭର ବାକ୍ୟ ଦାନ କରିଅଛି, ଆଉ ଜଗତ ସେମାନଙ୍କୁ ଘୃଣା କରିଅଛି, କାରଣ ମୁଁ ଯେପରି ଏ ଜଗତରୁ ଉତ୍ପନ୍ନ ନୁହେଁ, ସେମାନେ ସେହିପରି ଏହି ଜଗତରୁ ଉତ୍ପନ୍ନ ନୁହଁନ୍ତି।
15 Не молю, чтобы Ты взял их из мира, но чтобы сохранил их от зла.
ତୁମ୍ଭେ ସେମାନଙ୍କୁ ଜଗତରୁ ଘେନିଯାଅ ବୋଲି ମୁଁ ପ୍ରାର୍ଥନା କରୁ ନାହିଁ, କିନ୍ତୁ ସେମାନଙ୍କୁ ମନ୍ଦରୁ ରକ୍ଷା କର ବୋଲି ପ୍ରାର୍ଥନା କରୁଅଛି।
16 Они не от мира, как и Я не от мира.
ମୁଁ ଯେପରି ଜଗତରୁ ଉତ୍ପନ୍ନ ନୁହେଁ, ସେମାନେ ସେପରି ଜଗତରୁ ଉତ୍ପନ୍ନ ନୁହଁନ୍ତି।
17 Освяти их истиною Твоею; слово Твое есть истина.
ସତ୍ୟ ଦ୍ୱାରା ସେମାନଙ୍କୁ ପବିତ୍ର କର, ତୁମ୍ଭର ବାକ୍ୟ ତ ସତ୍ୟ।
18 Как Ты послал Меня в мир, так и Я послал их в мир.
ତୁମ୍ଭେ ମୋତେ ଯେପରି ଜଗତକୁ ପ୍ରେରଣ କରିଅଛ, ମୁଁ ମଧ୍ୟ ସେମାନଙ୍କୁ ସେପରି ଜଗତକୁ ପ୍ରେରଣ କରିଅଛି।
19 И за них Я посвящаю Себя, чтобы и они были освящены истиною.
ଆଉ, ସେମାନେ ସୁଦ୍ଧା ଯେପରି ସତ୍ୟ ଦ୍ୱାରା ପବିତ୍ରୀକୃତ ହୁଅନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ଆପଣାକୁ ପବିତ୍ର କରୁଅଛି।”
20 Не о них же только молю, но и о верующих в Меня по слову их,
“ମୁଁ କେବଳ ଏମାନଙ୍କ ନିମନ୍ତେ ପ୍ରାର୍ଥନା କରୁ ନାହିଁ, ମାତ୍ର ଏମାନଙ୍କ ବାକ୍ୟ ଦ୍ୱାରା ଯେଉଁମାନେ ମୋʼ ଠାରେ ବିଶ୍ୱାସ କରନ୍ତି, ସେମାନଙ୍କ ନିମନ୍ତେ ସୁଦ୍ଧା ପ୍ରାର୍ଥନା କରୁଅଛି,
21 да будут все едино, как Ты, Отче, во Мне, и Я в Тебе, так и они да будут в Нас едино, - да уверует мир, что Ты послал Меня.
ଯେପରି ସେମାନେ ସମସ୍ତେ ଏକ ହୁଅନ୍ତି; ହେ ପିତା, ତୁମ୍ଭେ ଯେପ୍ରକାରେ ମୋʼ ଠାରେ ଅଛ ଓ ମୁଁ ତୁମ୍ଭଠାରେ ଅଛି, ସେମାନେ ମଧ୍ୟ ସେପ୍ରକାରେ ଆମ୍ଭମାନଙ୍କଠାରେ ରହନ୍ତୁ, ଯେପରି ତୁମ୍ଭେ ମୋତେ ପ୍ରେରଣ କଲ ବୋଲି ଜଗତ ବିଶ୍ୱାସ କରେ।
22 И славу, которую Ты дал Мне, Я дал им: да будут едино, как Мы едино.
ଆଉ, ତୁମ୍ଭେ ମୋତେ ଯେଉଁ ମହିମା ଦେଇଅଛ, ମୁଁ ସେମାନଙ୍କୁ ତାହା ଦେଇଅଛି, ଯେପରି ଆମ୍ଭେମାନେ ଯେପ୍ରକାରେ ଏକ, ସେମାନେ ସେପ୍ରକାରେ ଏକ ହୁଅନ୍ତି;
23 Я в них, и Ты во Мне; да будут совершены воедино, и да познает мир, что Ты послал Меня и возлюбил их, как возлюбил Меня.
ମୁଁ ସେମାନଙ୍କଠାରେ, ଆଉ ତୁମ୍ଭେ ମୋʼ ଠାରେ, ଯେପରି ସେମାନେ ସିଦ୍ଧ ହୋଇ ଏକ ହୁଅନ୍ତି, ଯେପରି ଜଗତ ବୁଝିବ ଯେ, ତୁମ୍ଭେ ମୋତେ ପ୍ରେରଣ କଲ, ପୁଣି, ମୋତେ ଯେପ୍ରକାରେ ପ୍ରେମ କଲ, ସେମାନଙ୍କୁ ମଧ୍ୟ ସେପ୍ରକାରେ ପ୍ରେମ କଲ।
24 Отче! которых Ты дал Мне, хочу, чтобы там, где Я, и они были со Мною, да видят славу Мою, которую Ты дал Мне, потому что возлюбил Меня прежде основания мира.
ହେ ପିତା, ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ମୁଁ ଯେଉଁଠାରେ ଥାଏ, ସେମାନେ ମଧ୍ୟ ଯେପରି ସେଠାରେ ମୋହର ସହିତ ରହିବେ ଓ ଜଗତର ପତ୍ତନ ପୂର୍ବେ ତୁମ୍ଭେ ମୋତେ ପ୍ରେମ କରିଥିବାରୁ ମୋତେ ଯେଉଁ ମହିମା ଦେଇଅଛ, ମୋହର ସେହି ମହିମା ସେମାନେ ଯେପରି ଦେଖିବେ, ଏହା ମୋହର ଇଚ୍ଛା।
25 Отче праведный! и мир Тебя не познал; а Я познал Тебя, и сии познали, что Ты послал Меня.
ହେ ଧାର୍ମିକ ପିତା, ଜଗତ ତୁମ୍ଭକୁ ଜାଣି ନାହିଁ, କିନ୍ତୁ ମୁଁ ତୁମ୍ଭକୁ ଜାଣିଅଛି; ଆଉ, ତୁମ୍ଭେ ଯେ ମୋତେ ପ୍ରେରଣ କଲ, ତାହା ଏମାନେ ଜାଣିଅଛନ୍ତି;
26 И Я открыл им имя Твое и открою, да любовь, которою Ты возлюбил Меня, в них будет, и Я в них.
ପୁଣି, ତୁମ୍ଭେ ମୋତେ ଯେଉଁ ପ୍ରେମରେ ପ୍ରେମ କଲ, ତାହା ଯେପରି ସେମାନଙ୍କଠାରେ ଥାଏ ଓ ମୁଁ ସେମାନଙ୍କଠାରେ ରହେ, ଏନିମନ୍ତେ ମୁଁ ସେମାନଙ୍କୁ ତୁମ୍ଭ ନାମ ଜଣାଇଅଛି ଓ ଜଣାଇବି।”

< От Иоанна 17 >