< Иона 2 >

1 И помолился Иона Господу Богу своему из чрева кита
ସେତେବେଳେ ଯୂନସ ସେହି ମତ୍ସ୍ୟ ଉଦରରେ ଥାଇ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲେ।
2 и сказал: к Господу воззвал я в скорби моей, и Он услышал меня; из чрева преисподней я возопил, и Ты услышал голос мой. (Sheol h7585)
ଆଉ, ସେ କହିଲେ, “ମୁଁ ଆପଣା ଦୁଃଖ ସକାଶୁ ସଦାପ୍ରଭୁଙ୍କୁ ଡାକିଲି, ତହିଁରେ ସେ ମୋତେ ଉତ୍ତର ଦେଲେ, ମୁଁ ପାତାଳର ଉଦରରୁ ପ୍ରାର୍ଥନା କଲି, ତୁମ୍ଭେ ମୋର ରବ ଶୁଣିଲ। (Sheol h7585)
3 Ты вверг меня в глубину, в сердце моря, и потоки окружили меня, все воды Твои и волны Твои проходили надо мною.
କାରଣ ତୁମ୍ଭେ ସମୁଦ୍ର ଗର୍ଭର ଗଭୀର ଜଳରେ ମୋତେ ନିକ୍ଷେପ କଲ, ତହିଁରେ ସ୍ରୋତ ମୋତେ ଚାରିଆଡ଼େ ଘେରିଲା; ତୁମ୍ଭର ଢେଉ ଓ ତରଙ୍ଗସବୁ ମୋʼ ଉପର ଦେଇ ଗଲା।
4 И я сказал: отринут я от очей Твоих, однако я опять увижу святый храм Твой.
ଆଉ, ମୁଁ କହିଲି, ମୁଁ ତୁମ୍ଭ ଦୃଷ୍ଟିଗୋଚରରୁ ଦୂରୀକୃତ ହୋଇଅଛି; ତଥାପି ମୁଁ ପୁନର୍ବାର ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ଦୃଷ୍ଟିପାତ କରିବି।
5 Объяли меня воды до души моей, бездна заключила меня; морскою травою обвита была голова моя.
ଜଳରାଶି ପ୍ରାଣ ପର୍ଯ୍ୟନ୍ତ ହିଁ ମୋତେ ଘେରିଲା; ଗଭୀର ସାଗର ମୋତେ ଚାରିଆଡ଼େ ଘେରିଲା; ସମୁଦ୍ରର ଦଳ ମୋʼ ମସ୍ତକର ଚାରିଆଡ଼େ ଜଡ଼ିତ ହେଲା।
6 До основания гор я нисшел, земля своими запорами навек заградила меня; но Ты, Господи Боже мой, изведешь душу мою из ада. (questioned)
ମୁଁ ପର୍ବତଗଣର ମୂଳ ପର୍ଯ୍ୟନ୍ତ ତଳକୁ ଗଲି; ମୋʼ ପଶ୍ଚାତ୍‍ ପୃଥିବୀ ଆପଣାର ଅର୍ଗଳସକଳ ଚିରକାଳ ନିମନ୍ତେ ରୁଦ୍ଧ କଲା; ତଥାପି ହେ ସଦାପ୍ରଭୁ, ମୋʼ ପରମେଶ୍ୱର, ତୁମ୍ଭେ ଗର୍ତ୍ତରୁ ମୋʼ ପ୍ରାଣକୁ ବାହାର କରି ଆଣିଲ।
7 Когда изнемогла во мне душа моя, я вспомнил о Господе, и молитва моя дошла до Тебя, до храма святого Твоего.
ମୋʼ ମଧ୍ୟରେ ମୋʼ ପ୍ରାଣ ମୂର୍ଚ୍ଛିତ ହେବା ବେଳେ ମୁଁ ସଦାପ୍ରଭୁଙ୍କୁ ସ୍ମରଣ କଲି; ପୁଣି, ମୋʼ ପ୍ରାର୍ଥନା ତୁମ୍ଭ ନିକଟରେ, ତୁମ୍ଭ ପବିତ୍ର ମନ୍ଦିରରେ ଉପସ୍ଥିତ ହେଲା।
8 Чтущие суетных и ложных богов оставили Милосердого своего,
ଯେଉଁମାନେ ଅସାର ପ୍ରତିମାଗଣକୁ ମାନନ୍ତି, ସେମାନେ ନିଜ ଦୟାନିଧିଙ୍କୁ ପରିତ୍ୟାଗ କରନ୍ତି।
9 а я гласом хвалы принесу Тебе жертву; что обещал, исполню: у Господа спасение!
ମାତ୍ର ମୁଁ ଧନ୍ୟବାଦ ସହିତ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି; ମୁଁ ଯାହା ମାନତ କରିଅଛି, ତାହା ପରିଶୋଧ କରିବି; ପରିତ୍ରାଣ ସଦାପ୍ରଭୁଙ୍କଠାରୁ ହୁଏ।”
10 И сказал Господь киту, и он изверг Иону на сушу.
ଏଥିରେ ସଦାପ୍ରଭୁ ସେହି ମତ୍ସ୍ୟକୁ ଆଜ୍ଞା କରନ୍ତେ, ସେ ଯୂନସଙ୍କୁ ଶୁଷ୍କ ଭୂମିରେ ଉଦ୍ଗାର କଲା।

< Иона 2 >