< Числа 26 >
1 После сего поражения сказал Господь Моисею и Елеазару, сыну Аарона, священнику, говоря:
ସେହି ମାରୀ ଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କ ପୁତ୍ର ଇଲୀୟାସର ଯାଜକକୁ, କହିଲେ,
2 исчислите все общество сынов Израилевых от двадцати лет и выше, по семействам их, всех годных для войны у Израиля.
“ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣ ସମସ୍ତ ମଣ୍ଡଳୀ ମଧ୍ୟରୁ ଆପଣା ଆପଣା ପିତୃଗୃହାନୁସାରେ କୋଡ଼ିଏ ବର୍ଷ ବୟସ୍କ ଓ ତହିଁରୁ ଅଧିକ ବୟସ୍କ ଲୋକମାନଙ୍କର, ଅର୍ଥାତ୍, ଇସ୍ରାଏଲ ସୈନ୍ୟଶ୍ରେଣୀଭୁକ୍ତ ସମସ୍ତ ଲୋକଙ୍କର ଗଣନା କର।”
3 И сказал им Моисей и Елеазар священник на равнинах Моавитских у Иордана, против Иерихона, говоря:
ତହିଁରେ ମୋଶା ଓ ଇଲୀୟାସର ଯାଜକ ଯିରୀହୋର ନିକଟସ୍ଥିତ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ଲୋକମାନଙ୍କ ସଙ୍ଗେ କଥା କହିଲେ,
4 исчислите всех от двадцати лет и выше, как повелел Господь Моисею и сынам Израилевым, которые вышли из земли Египетской:
“ମୋଶା ପ୍ରତି ଓ ମିସର ଦେଶରୁ ବହିର୍ଗତ ଇସ୍ରାଏଲ-ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, କୋଡ଼ିଏ ବର୍ଷ ବୟସ୍କ ଅବଧି ସମସ୍ତ ଲୋକର ଗଣନା କର।”
5 Рувим, первенец Израиля. Сыны Рувима: от Ханоха поколение Ханохово, от Фаллу поколение Фаллуево,
ରୁବେନ୍, ଇସ୍ରାଏଲର ଜ୍ୟେଷ୍ଠ ପୁତ୍ର; ରୁବେନ୍ର ସନ୍ତାନ ହନୋକଠାରୁ ହନୋକୀୟ ବଂଶ; ପଲ୍ଲୁଠାରୁ ପଲ୍ଲୁୟୀୟ ବଂଶ;
6 от Хецрона поколение Хецроново, от Харми поколение Хармиево;
ହିଷ୍ରୋଣଠାରୁ ହିଷ୍ରୋଣୀୟ ବଂଶ; କର୍ମ୍ମିଠାରୁ କର୍ମିୟ ବଂଶ।
7 вот поколения Рувимовы; и исчислено их сорок три тысячи семьсот тридцать.
ଏମାନେ ରୁବେନ୍ର ବଂଶ; ପୁଣି, ଏମାନେ ଗଣାଯାʼନ୍ତେ, ତେୟାଳିଶ ହଜାର ସାତ ଶହ ତିରିଶ ଲୋକ ହେଲେ।
9 Сыны Елиава: Немуил, Дафан и Авирон. Это те Дафан и Авирон, призываемые в собрание, которые произвели возмущение против Моисея и Аарона вместе с сообщниками Корея, когда сии произвели возмущение против Господа;
ସେହି ଇଲୀୟାବ୍ର ସନ୍ତାନ ନମୂୟେଲ, ଦାଥନ ଓ ଅବୀରାମ; କୋରହର ଦଳୀୟ ଲୋକମାନେ ଯେତେବେଳେ ସଦାପ୍ରଭୁଙ୍କ ପ୍ରତିକୂଳରେ ବିବାଦ କଲେ, ସେତେବେଳେ ସେମାନଙ୍କ ମଧ୍ୟରୁ ମଣ୍ଡଳୀର ଆହୂତ ଲୋକ ଯେ ଦାଥନ ଓ ଅବୀରାମ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବିବାଦ କରିଥିଲେ, ସେମାନେ ଏହି ଦୁଇ ଜଣ।
10 и разверзла земля уста свои, и поглотила их и Корея; вместе с ними умерли и сообщники их, когда огонь пожрал двести пятьдесят человек, и стали они в знамение;
ସେହି ସମୟରେ ପୃଥିବୀ ଆପଣା ମୁଖ ମେଲାଇ ସେମାନଙ୍କୁ ଓ କୋରହକୁ ଗ୍ରାସ କଲା, ତହିଁରେ ସେହି ଦଳ ନଷ୍ଟ ହେଲେ, ପୁଣି, ଅଗ୍ନି ଦୁଇ ଶହ ପଚାଶ ଜଣକୁ ଦଗ୍ଧ କଲା, ସେମାନେ ଚିହ୍ନସ୍ୱରୂପ ହେଲେ।
11 но сыны Кореевы не умерли.
ତଥାପି କୋରହର ସନ୍ତାନମାନେ ମଲେ ନାହିଁ।
12 Сыны Симеона по поколениям их: от Немуила поколение Немуилово, от Ямина поколение Яминово, от Яхина поколение Яхиново,
ଆପଣା ଆପଣା ବଂଶାନୁସାରେ ଶିମୀୟୋନର ସନ୍ତାନ; ନମୂୟେଲଠାରୁ ନମୂୟେଲୀୟ ବଂଶ; ଯାମୀନ୍ଠାରୁ ଯାମୀନୀୟ ବଂଶ; ଯାଖୀନ୍ଠାରୁ ଯାଖୀନୀୟ ବଂଶ;
13 от Зары поколение Зарино, от Саула поколение Саулово;
ସେରହଠାରୁ ସେରହୀୟ ବଂଶ; ଶୌଲଠାରୁ ଶୌଲୀୟ ବଂଶ।
14 вот поколения Симеоновы при исчислении их: двадцать две тысячи двести.
ଶିମୀୟୋନୀୟ ଏହି ସକଳ ବଂଶ ବାଇଶ ହଜାର ଦୁଇ ଶହ ଲୋକ ଥିଲେ।
15 Сыны Гада по поколениям их: от Цефона поколение Цефоново, от Хаггия поколение Хаггиево, от Шуния поколение Шуниево,
ଆପଣା ଆପଣା ବଂଶାନୁସାରେ ଗାଦ୍ର ସନ୍ତାନ; ସିଫୋନଠାରୁ ସିଫୋନୀୟ ବଂଶ; ହଗିଠାରୁ ହଗୀୟ ବଂଶ; ଶୂନୀଠାରୁ ଶୂନୀୟ ବଂଶ;
16 от Озния поколение Озниево, от Ерия поколение Ериево,
ଓଷ୍ଣିଠାରୁ ଓଷ୍ଣୀୟ ବଂଶ, ଏରିଠାରୁ ଏରୀୟ ବଂଶ;
17 от Арода поколение Ародово, от Арелия поколение Арелиево;
ଅରୋଦିଠାରୁ ଅରୋଦୀୟ ବଂଶ, ଅରେଲୀଠାରୁ ଅରେଲୀୟ ବଂଶ।
18 вот поколения сынов Гадовых, по исчислению их: сорок тысяч пятьсот.
ଗାଦ୍ ସନ୍ତାନମାନଙ୍କର ଏହି ସକଳ ବଂଶ ଗଣାଯାʼନ୍ତେ, ଚାଳିଶ ହଜାର ପାଞ୍ଚ ଶହ ଲୋକ ହେଲେ।
19 Сыны Иуды: Ир и Онан, Шела, Фарес и Зара; но Ир и Онан умерли в земле Ханаанской;
ଯିହୁଦାର ପୁତ୍ର ଏର ଓ ଓନନ୍; ସେହି ଏର ଓ ଓନନ୍ କିଣାନ ଦେଶରେ ମରିଥିଲେ।
20 и были сыны Иуды по поколениям их: от Шелы поколение Шелино, от Фареса поколение Фаресово, от Зары поколение Зарино;
ଆପଣା ଆପଣା ବଂଶାନୁସାରେ ଯିହୁଦାର ସନ୍ତାନ; ଶେଲାଠାରୁ ଶେଲାୟୀୟ ବଂଶ; ପେରସଠାରୁ ପେରସୀୟ ବଂଶ; ସେରହଠାରୁ ସେରହୀୟ ବଂଶ।
21 и были сыны Фаресовы: от Есрома поколение Есромово, от Хамула поколение Хамулово;
ପୁଣି, ପେରସର ଏହି ସକଳ ସନ୍ତାନ ହିଷ୍ରୋଣଠାରୁ ହିଷ୍ରୋଣୀୟ ବଂଶ; ହାମୂଲଠାରୁ ହାମୂଲୀୟ ବଂଶ।
22 вот поколения Иудины, по исчислению их: семьдесят шесть тысяч пятьсот.
ଯିହୁଦାର ଏହିସବୁ ବଂଶ ଗଣାଯାʼନ୍ତେ, ଛସ୍ତରି ହଜାର ପାଞ୍ଚ ଶହ ଲୋକ ହେଲେ।
23 Сыны Иссахаровы по поколениям их: от Фолы поколение Фолино, от Фувы поколение Фувино,
ଆପଣା ଆପଣା ବଂଶାନୁସାରେ ଇଷାଖରର ସନ୍ତାନ; ତୋଲୟଠାରୁ ତୋଲୟୀୟ ବଂଶ; ପୂୟଠାରୁ ପୂୟୀୟ ବଂଶ;
24 от Иашува поколение Иашувово, от Шимрона поколение Шимроново;
ଯାଶୂବଠାରୁ ଯାଶୂବୀୟ ବଂଶ; ଶିମ୍ରୋଣଠାରୁ ଶିମ୍ରୋଣୀୟ ବଂଶ।
25 вот поколения Иссахаровы, по исчислению их: шестьдесят четыре тысячи триста.
ଇଷାଖରର ଏହି ସକଳ ବଂଶ ଗଣାଯାʼନ୍ତେ, ଚଉଷଠି ହଜାର ତିନି ଶହ ଲୋକ ହେଲେ।
26 Сыны Завулона по поколениям их: от Середа поколение Середово, от Елона поколение Елоново, от Иахлеила поколение Иахлеилово;
ଆପଣା ଆପଣା ବଂଶାନୁସାରେ ସବୂଲୂନର ସନ୍ତାନ; ସେରଦଠାରୁ ସେରଦୀୟ ବଂଶ; ଏଲୋନ୍ଠାରୁ ଏଲୋନୀୟ ବଂଶ; ଯହଲେଲଠାରୁ ଯହଲେଲୀୟ ବଂଶ।
27 вот поколения Завулоновы, по исчислению их: шестьдесят тысяч пятьсот.
ସବୂଲୂନର ଏହି ସକଳ ବଂଶ ଗଣାଯାʼନ୍ତେ, ଷାଠିଏ ହଜାର ପାଞ୍ଚ ଶହ ଲୋକ ହେଲେ।
28 Сыны Иосифа по поколениям их: Манассия и Ефрем.
ଆପଣା ଆପଣା ବଂଶାନୁସାରେ ଯୋଷେଫଙ୍କ ପୁତ୍ର ମନଃଶି ଓ ଇଫ୍ରୟିମ।
29 Сыны Манассии: от Махира поколение Махирово; от Махира родился Галаад, от Галаада поколение Галаадово.
ମନଃଶିର ସନ୍ତାନ; ମାଖୀରଠାରୁ ମାଖରୀୟ ବଂଶ; ସେହି ମାଖୀରର ପୁତ୍ର ଗିଲୀୟଦ; ସେହି ଗିଲୀୟଦଠାରୁ ଗିଲୀୟଦୀୟ ବଂଶ।
30 Вот сыны Галаадовы: от Иезера поколение Иезерово, от Хелека поколение Хелеково,
ଗିଲୀୟଦର ସନ୍ତାନ ଏମାନେ; ଈୟେଷରଠାରୁ ଈୟେଷ୍ରୀୟ ବଂଶ; ହେଲକଠାରୁ ହେଲକୀୟ ବଂଶ,
31 от Асриила поколение Асриилово, от Шехема поколение Шехемово,
ଅସ୍ରୀୟେଲଠାରୁ ଅସ୍ରୀୟେଲୀୟ ବଂଶ ଓ ଶେଖମଠାରୁ ଶେଖମୀୟ ବଂଶ,
32 от Шемиды поколение Шемидино, от Хефера поколение Хеферово.
ଶମୀଦାଠାରୁ ଶମୀଦାୟୀୟ ବଂଶ ଓ ହେଫରଠାରୁ ହେଫରୀୟ ବଂଶ।
33 У Салпаада, сына Хеферова, не было сыновей, а только дочери; имя дочерей Салпаадовых: Махла, Ноа, Хогла, Милка и Фирца.
ସେହି ହେଫରର ପୁତ୍ର ଯେ ସଲଫାଦ, ତାହାର ପୁତ୍ର ନ ଥିଲା, କେବଳ କନ୍ୟା ଥିଲା; ସେହି ସଲଫାଦର କନ୍ୟାମାନଙ୍କ ନାମ ମହଲା, ନୋୟା, ହଗ୍ଲା, ମିଲ୍କା ଓ ତିର୍ସା।
34 Вот поколения Манассиины; а исчислено их пятьдесят две тысячи семьсот.
ଏମାନେ ମନଃଶିର ବଂଶ, ଏମାନଙ୍କର ଗଣିତ ଲୋକ ବାବନ ହଜାର ସାତ ଶହ ଜଣ।
35 Вот сыны Ефремовы по поколениям их: от Шутелы поколение Шутелино, от Бехера поколение Бехерово, от Тахана поколение Таханово;
ଆପଣା ଆପଣା ବଂଶାନୁସାରେ ଇଫ୍ରୟିମର ସନ୍ତାନ; ଶୂଥେଲହଠାରୁ ଶୂଥଲହୀୟ ବଂଶ; ବେଖରଠାରୁ ବେଖ୍ରୀୟ ବଂଶ; ତହନଠାରୁ ତହନୀୟ ବଂଶ।
36 и вот сыны Шутелы: от Арана поколение Араново;
ପୁଣି, ଶୂଥେଲହର ସନ୍ତାନ ଏମାନେ; ଏରଣଠାରୁ ଏରଣୀୟ ବଂଶ।
37 вот поколения сынов Ефремовых, по исчислению их: тридцать две тысячи пятьсот. Вот сыны Иосифовы по поколениям их.
ଇଫ୍ରୟିମର ସନ୍ତାନମାନଙ୍କ ଏହି ସକଳ ବଂଶ ଗଣାଯାʼନ୍ତେ, ବତିଶ ହଜାର ପାଞ୍ଚ ଶହ ଲୋକ ହେଲେ; ଆପଣା ଆପଣା ବଂଶାନୁସାରେ ଏମାନେ ଯୋଷେଫର ସନ୍ତାନ।
38 Сыны Вениамина по поколениям их: от Белы поколение Белино, от Ашбела поколение Ашбелово, от Ахирама поколение Ахирамово,
ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍ର ସନ୍ତାନ; ବେଲାଠାରୁ ବେଲାୟୀୟ ବଂଶ: ଅସ୍ବେଲଠାରୁ ଅସ୍ବେଲୀୟ ବଂଶ; ଅହୀରାମଠାରୁ ଅହୀରାମୀୟ ବଂଶ;
39 от Шефуфама поколение Шефуфамово, от Хуфама поколение Хуфамово;
ଶୂଫମଠାରୁ ଶୂଫମୀୟ ବଂଶ; ହୂଫମଠାରୁ ହୂଫମୀୟ ବଂଶ।
40 и были сыны Белы: Ард и Нааман; от Арда поколение Ардово, от Наамана поколение Нааманово;
ପୁଣି, ବେଲାର ସନ୍ତାନ ଅର୍ଦ ଓ ନାମାନ୍; ଅର୍ଦଠାରୁ ଅର୍ଦୀୟ ବଂଶ; ନାମାନ୍ଠାରୁ ନାମାନୀୟ ବଂଶ।
41 вот сыны Вениамина по поколениям их; а исчислено их сорок пять тысяч шестьсот.
ଆପଣା ଆପଣା ବଂଶାନୁସାରେ ଏମାନେ ବିନ୍ୟାମୀନ୍ର ସନ୍ତାନ। ଏମାନଙ୍କର ଗଣିତ ଲୋକ ପଞ୍ଚଚାଳିଶ ହଜାର ଛଅ ଶହ ଜଣ।
42 Вот сыны Дановы по поколениям их: от Шухама поколение Шухамово; вот семейства Дановы по поколениям их.
ଆପଣା ଆପଣା ବଂଶାନୁସାରେ ଏମାନେ ଦାନର ସନ୍ତାନ; ଶୂହମଠାରୁ ଶୂହମୀୟ ବଂଶ। ଏମାନେ ଆପଣା ଆପଣା ବଂଶାନୁସାରେ ଦାନ୍ର ବଂଶ।
43 И всех поколений Шухама, по исчислению их: шестьдесят четыре тысячи четыреста.
ଶୂହମୀୟ ସମସ୍ତ ବଂଶ ଗଣାଯାʼନ୍ତେ, ଚଉଷଠି ହଜାର ଚାରି ଶହ ଲୋକ ହେଲେ।
44 Сыны Асировы по поколениям их: от Имны поколение Имнино, от Ишвы поколение Ишвино, от Верии поколение Вериино;
ଆପଣା ଆପଣା ବଂଶାନୁସାରେ ଆଶେରର ସନ୍ତାନ; ଯିମ୍ନାଠାରୁ ଯିମ୍ନୀୟ ବଂଶ; ଯିଶ୍ବିଠାରୁ ଯିଶ୍ବିୟ ବଂଶ; ବରୀୟଠାରୁ ବରୀୟୀୟ ବଂଶ।
45 от сынов Верии, от Хевера поколение Хеверово, от Малхиила поколение Малхиилово;
ବରୀୟର ସନ୍ତାନ ଏମାନେ; ହେବରଠାରୁ ହେବରୀୟ ବଂଶ; ମଲ୍କୀୟେଲଠାରୁ ମଲ୍କୀୟେଲୀୟ ବଂଶ।
46 имя дочери Асировой Сара;
ଆଶେରର କନ୍ୟାର ନାମ ସେରହ।
47 вот поколения сынов Асировых, по исчислению их: пятьдесят три тысячи четыреста.
ଆଶେରର ସନ୍ତାନମାନଙ୍କ ଏହି ସକଳ ବଂଶ ଗଣାଯାʼନ୍ତେ; ତେପନ ହଜାର ଚାରି ଶହ ଲୋକ ହେଲେ।
48 Сыны Неффалима по поколениям их: от Иахцеила поколение Иахцеилово, от Гуния поколение Гуниево,
ଆପଣା ଆପଣା ବଂଶାନୁସାରେ ନପ୍ତାଲିର ସନ୍ତାନ; ଯହସୀୟେଲଠାରୁ ଯହସୀୟେଲୀୟ ବଂଶ; ଗୂନିଠାରୁ ଗୂନୀୟ ବଂଶ;
49 от Иецера поколение Иецерово, от Шиллема поколение Шиллемово;
ଯେତ୍ସରଠାରୁ ଯେତ୍ସରୀୟ ବଂଶ; ଶିଲ୍ଲେମଠାରୁ ଶିଲ୍ଲେମୀୟ ବଂଶ।
50 вот поколения Неффалимовы по поколениям их; исчислено же их сорок пять тысяч четыреста.
ଆପଣା ଆପଣା ବଂଶାନୁସାରେ ଏହି ସକଳ ନପ୍ତାଲିର ବଂଶ। ଏମାନଙ୍କର ଗଣିତ ଲୋକ ପଞ୍ଚଚାଳିଶ ହଜାର ଚାରି ଶହ ଜଣ।
51 Вот число вошедших в исчисление сынов Израилевых: шестьсот одна тысяча семьсот тридцать.
ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ଗଣିତ ଲୋକମାନଙ୍କର ସଂଖ୍ୟା ଛଅ ଲକ୍ଷ ଏକ ହଜାର ସାତ ଶହ ତିରିଶ ଥିଲା।
52 И сказал Господь Моисею, говоря:
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
53 сим в удел должно разделить землю по числу имен;
“ନାମ-ସଂଖ୍ୟାନୁସାରେ ଅଧିକାର ନିମନ୍ତେ ଏମାନଙ୍କ ମଧ୍ୟରେ ଦେଶ ବିଭକ୍ତ ହେବ।
54 кто многочисленнее, тем дай удел более; а кто малочисленнее, тем дай удел менее: каждому должно дать удел соразмерно с числом вошедших в исчисление;
ଯାହାର ଲୋକ ବହୁତ, ତୁମ୍ଭେ ତାହାକୁ ବହୁତ ଅଧିକାର ଦେବ, ପୁଣି, ଯାହାର ଲୋକ ଅଳ୍ପ, ତୁମ୍ଭେ ତାହାକୁ ଅଳ୍ପ ଅଧିକାର ଦେବ, ଯାହାର ଯେତେ ଗଣିତ ଲୋକ, ତାହାକୁ ସେତେ ଅଧିକାର ଦିଆଯିବ।
55 по жребию должно разделить землю, по именам колен отцов их должны они получить уделы;
ତଥାପି ଗୁଲିବାଣ୍ଟ ଦ୍ୱାରା ଦେଶ ବିଭକ୍ତ ହେବ; ସେମାନେ ଆପଣା ଆପଣା ପିତୃବଂଶ ନାମାନୁସାରେ ଅଧିକାର ପାଇବେ।
56 по жребию должно разделить им уделы их, как многочисленным, так и малочисленным.
ବହୁତ ଓ ଅଳ୍ପ ଲୋକଙ୍କ ମଧ୍ୟରେ ଗୁଲିବାଣ୍ଟ ଅନୁସାରେ ସେମାନଙ୍କର ଅଧିକାର ବିଭକ୍ତ ହେବ।”
57 Сии суть вошедшие в исчисление левиты по поколениям их: от Гирсона поколение Гирсоново, от Каафа поколение Каафово, от Мерари поколение Мерарино.
ଆପଣା ଆପଣା ବଂଶାନୁସାରେ ଏମାନେ ଲେବୀୟମାନଙ୍କ ମଧ୍ୟରୁ ଗଣିତ ହେଲେ; ଗେର୍ଶୋନଠାରୁ ଗେର୍ଶୋନୀୟ ବଂଶ; କହାତଠାରୁ କହାତୀୟ ବଂଶ; ମରାରିଠାରୁ ମରାରୀୟ ବଂଶ।
58 Вот поколения Левиины: поколение Ливниево, поколение Хевроново, поколение Махлиево, поколение Мушиево, поколение Кореево. От Каафа родился Амрам.
ଲେବୀୟ ବଂଶ ଏହି; ଲିବ୍ନୀୟ ବଂଶ, ହିବ୍ରୋଣୀୟ ବଂଶ, ମହଲୀୟ ବଂଶ, ମୂଶୀୟ ବଂଶ, କୋରହୀ ବଂଶ।
59 Имя жены Амрамовой Иохаведа, дочь Левиина, которую родила жена Левиина в Египте, а она Амраму родила Аарона, Моисея и Мариам, сестру их.
ସେହି କହାତର ପୁତ୍ର ଅମ୍ରାମ୍; ସେହି ଅମ୍ରମର ଯୋକେବଦ ନାମ୍ନୀ ଭାର୍ଯ୍ୟା ମିସର ଦେଶରେ ଲେବୀର ଔରସଜାତା କନ୍ୟା ଥିଲା। ସେ ଅମ୍ରମର ଔରସରେ ହାରୋଣ, ମୋଶା ଓ ସେମାନଙ୍କ ଭଗିନୀ ମରୀୟମଙ୍କୁ ପ୍ରସବ କଲା।
60 И родились у Аарона Надав и Авиуд, Елеазар и Ифамар;
ହାରୋଣଠାରୁ ନାଦବ୍ ଓ ଅବୀହୂ, ପୁଣି, ଇଲୀୟାସର ଓ ଈଥାମର ଜନ୍ମିଲେ।
61 но Надав и Авиуд умерли, когда принесли чуждый огонь пред Господа в пустыне Синайской.
ମାତ୍ର ନାଦବ୍ ଓ ଅବୀହୂ ସଦାପ୍ରଭୁଙ୍କ ସମ୍ମୁଖରେ ଇତର ଅଗ୍ନି ଉତ୍ସର୍ଗ କରନ୍ତେ ମଲେ।
62 И было исчислено двадцать три тысячи всех мужеского пола, от одного месяца и выше; ибо они не были исчислены вместе с сынами Израилевыми, потому что не дано им удела среди сынов Израилевых.
ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ଲୋକ ଗଣାଯାʼନ୍ତେ, ତେଇଶ ହଜାର ଜଣ ହେଲେ; କାରଣ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସେମାନଙ୍କୁ କୌଣସି ଅଧିକାର ଦତ୍ତ ନୋହିବାରୁ ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗଣିତ ହେଲେ ନାହିଁ।
63 Вот исчисленные Моисеем и Елеазаром священником, которые исчисляли сынов Израилевых на равнинах Моавитских у Иордана, против Иерихона;
ଯିରୀହୋ ନିକଟସ୍ଥ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ଇସ୍ରାଏଲ-ସନ୍ତାନଗଣଙ୍କର ଗଣନାକାରୀ ମୋଶା ଓ ଇଲୀୟାସର ଯାଜକ ଦ୍ୱାରା ଏସମସ୍ତେ ଗଣାଗଲେ।
64 в числе их не было ни одного человека из исчисленных Моисеем и Аароном священником, которые исчисляли сынов Израилевых в пустыне Синайской;
ମାତ୍ର ସୀନୟ ପ୍ରାନ୍ତରରେ ଇସ୍ରାଏଲ-ସନ୍ତାନଗଣଙ୍କର ଗଣନାକାରୀ ମୋଶା ଓ ହାରୋଣ ଯାଜକ ଦ୍ୱାରା ଯେଉଁମାନେ ଗଣିତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଏମାନଙ୍କ ମଧ୍ୟରେ ନ ଥିଲା।
65 ибо Господь сказал им, что умрут они в пустыне, - и не осталось из них никого, кроме Халева, сына Иефонниина, и Иисуса, сына Навина.
କାରଣ ସଦାପ୍ରଭୁ ସେମାନଙ୍କ ବିଷୟରେ କହିଥିଲେ ଯେ, “ସେମାନେ ଅବଶ୍ୟ ଏହି ପ୍ରାନ୍ତରରେ ମରିବେ; ଏହେତୁ ସେମାନଙ୍କ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ବ୍ୟତୀତ ଏକ ଜଣ ହିଁ ଅବଶିଷ୍ଟ ରହିଲା ନାହିଁ।”