< Псалтирь 33 >

1 Радуйтесь, праведные, о Господе: правым прилично славословить.
ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ଉଲ୍ଲାସ କର; ପ୍ରଶଂସା କରିବା ସରଳ ଲୋକଙ୍କର ଶୋଭନୀୟ।
2 Славьте Господа на гуслях, пойте Ему на десятиструнной псалтири;
ବୀଣାରେ ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; ଦଶତାର ନେବଲରେ ତାହାଙ୍କର ପ୍ରଶଂସା ଗାନ କର।
3 пойте Ему новую песнь; пойте Ему стройно, с восклицанием,
ତାହାଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; ଉଚ୍ଚଧ୍ୱନିରେ ମନୋହର ବାଦ୍ୟକର।
4 ибо слово Господне право и все дела Его верны.
କାରଣ ସଦାପ୍ରଭୁଙ୍କ ବାକ୍ୟ ଯଥାର୍ଥ; ଆଉ ତାହାଙ୍କର ସମସ୍ତ କାର୍ଯ୍ୟ ବିଶ୍ୱସ୍ତତାରେ ସାଧିତ।
5 Он любит правду и суд; милости Господней полна земля.
ସେ ଧାର୍ମିକତା ଓ ନ୍ୟାୟବିଚାର ଭଲ ପାଆନ୍ତି; ପୃଥିବୀ ସଦାପ୍ରଭୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ପରିପୂର୍ଣ୍ଣ;
6 Словом Господа сотворены небеса, и духом уст Его - все воинство их:
ଗଗନମଣ୍ଡଳ ସଦାପ୍ରଭୁଙ୍କ ବାକ୍ୟରେ, ଆଉ ତହିଁର ସମସ୍ତ ବାହିନୀ ତାହାଙ୍କ ମୁଖର ନିଶ୍ୱାସରେ ନିର୍ମିତ।
7 Он собрал, будто груды, морские воды, положил бездны в хранилищах.
ସେ ସମୁଦ୍ରର ଜଳସମୂହକୁ ରାଶି ତୁଲ୍ୟ ଏକତ୍ର କରନ୍ତି; ସେ ବାରିଧିସମୂହକୁ ଭଣ୍ଡାରରେ ସଞ୍ଚୟ କରନ୍ତି।
8 Да боится Господа вся земля; да трепещут пред Ним все живущие во вселенной,
ସମୁଦାୟ ପୃଥିବୀ ସଦାପ୍ରଭୁଙ୍କୁ ଭୟ କରୁ; ଜଗନ୍ନିବାସୀ ସମସ୍ତେ ତାହାଙ୍କ ବିଷୟରେ ଭୀତ ହେଉନ୍ତୁ।
9 ибо Он сказал, - и сделалось; Он повелел, - и явилось.
ସେ କହିବା ମାତ୍ରେ ସୃଷ୍ଟି ହେଲା, ସେ ଆଜ୍ଞା କରିବା ମାତ୍ରେ ସ୍ଥିତି ହେଲା।
10 Господь разрушает советы язычников, уничтожает замыслы народов.
ସଦାପ୍ରଭୁ ଗୋଷ୍ଠୀୟମାନଙ୍କର ମନ୍ତ୍ରଣା ବ୍ୟର୍ଥ କରନ୍ତି; ସେ ଜନବୃନ୍ଦର ସଂକଳ୍ପସବୁ ବିଫଳ କରନ୍ତି।
11 Совет же Господень стоит вовек; помышления сердца Его - в род и род.
ସଦାପ୍ରଭୁଙ୍କ ମନ୍ତ୍ରଣା ଅନନ୍ତକାଳସ୍ଥାୟୀ; ତାହାଙ୍କ ଚିତ୍ତର ସଂକଳ୍ପସବୁ ପୁରୁଷାନୁକ୍ରମେ ଥାଏ।
12 Блажен народ, у которого Господь есть Бог, племя, которое Он избрал в наследие Себе.
ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ୱର, ସେ ଧନ୍ୟ; ସେ ଯେଉଁ ଲୋକମାନଙ୍କୁ ଆପଣା ଅଧିକାରାର୍ଥେ ମନୋନୀତ କରିଅଛନ୍ତି, ସେମାନେ ଧନ୍ୟ।
13 С небес призирает Господь, видит всех сынов человеческих;
ସଦାପ୍ରଭୁ ସ୍ୱର୍ଗରୁ ଦୃଷ୍ଟିପାତ କରନ୍ତି; ସେ ସମସ୍ତ ଲୋକମାନଙ୍କୁ ନିରୀକ୍ଷଣ କରନ୍ତି;
14 с престола, на котором восседает, Он призирает на всех, живущих на земле:
ସେ ଆପଣା ନିବାସ-ସ୍ଥାନରୁ ପୃଥିବୀନିବାସୀ ସମସ୍ତଙ୍କ ଉପରେ ଦୃଷ୍ଟିପାତ କରନ୍ତି;
15 Он создал сердца всех их и вникает во все дела их.
ସେ ସମସ୍ତଙ୍କର ହୃଦୟ ଗଢ଼ନ୍ତି, ସେ ସେମାନଙ୍କର କର୍ମସବୁ ନିରୀକ୍ଷଣ କରନ୍ତି।
16 Не спасется царь множеством воинства; исполина не защитит великая сила.
କୌଣସି ରାଜା ଅପାର ସୈନ୍ୟ ଦ୍ୱାରା ଉଦ୍ଧାର ପାଏ ନାହିଁ; କୌଣସି ବୀର ମହାଶକ୍ତି ଦ୍ୱାରା ଉଦ୍ଧାର ପାଏ ନାହିଁ।
17 Ненадежен конь для спасения, не избавит великою силою своею.
ରକ୍ଷାର୍ଥେ ଅଶ୍ୱ ମିଥ୍ୟା; କିଅବା ସେ ଆପଣା ମହାବଳ ଦ୍ୱାରା କାହାକୁ ରକ୍ଷା କରି ପାରିବ ନାହିଁ।
18 Вот, око Господне над боящимися Его и уповающими на милость Его,
ଦେଖ, ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କ ଦୟାରେ ଭରସା ରଖନ୍ତି,
19 что Он душу их спасет от смерти и во время голода пропитает их.
ସେମାନଙ୍କ ପ୍ରାଣ ମୃତ୍ୟୁୁରୁ ରକ୍ଷା କରିବା ପାଇଁ ଓ ଦୁର୍ଭିକ୍ଷ ସମୟରେ ସେମାନଙ୍କୁ ବଞ୍ଚାଇବା ପାଇଁ ସେମାନଙ୍କ ଉପରେ ତାହାଙ୍କର ଦୃଷ୍ଟି ଥାଏ।
20 Душа наша уповает на Господа: Он - помощь наша и защита наша;
ଆମ୍ଭମାନଙ୍କ ପ୍ରାଣ ସଦାପ୍ରଭୁଙ୍କ ଅପେକ୍ଷାରେ ରହିଅଛି; ସେ ଆମ୍ଭମାନଙ୍କର ସହାୟ ଓ ଆମ୍ଭମାନଙ୍କର ଢାଲ।
21 о Нем веселится сердце наше, ибо на святое имя Его мы уповали.
ଆମ୍ଭମାନଙ୍କ ଅନ୍ତଃକରଣ ତାହାଙ୍କଠାରେ ଆନନ୍ଦ କରିବ, କାରଣ ଆମ୍ଭେମାନେ ତାହାଙ୍କ ପବିତ୍ର ନାମରେ ବିଶ୍ୱାସ କରିଅଛୁ।
22 Да будет милость Твоя, Господи, над нами, как мы уповаем на Тебя.
ହେ ସଦାପ୍ରଭୋ, ତୁମ୍ଭଠାରେ ଆମ୍ଭେମାନେ ଭରସା କରିଥିବା ପ୍ରମାଣେ ଆମ୍ଭମାନଙ୍କ ପ୍ରତି ତୁମ୍ଭର ଦୟା ବର୍ତ୍ତୁ।

< Псалтирь 33 >