< Псалтирь 75 >

1 Начальнику хора. Не погуби. Псалом Асафа. Песнь. Славим Тебя, Боже, славим, ибо близко имя Твое; возвещают чудеса Твои.
ପ୍ରଧାନ ବାଦ୍ୟକର ନିମନ୍ତେ ଏକ ଗୀତ; ଅଲ୍‍-ତଶ୍‍ହେତ୍‍ ସ୍ୱରରେ ଆସଫର ଗୀତ। ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ; ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ, କାରଣ ତୁମ୍ଭ ନାମ ନିକଟବର୍ତ୍ତୀ; ଲୋକମାନେ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସକଳ ବର୍ଣ୍ଣନା କରନ୍ତି।
2 “Когда изберу время, Я произведу суд по правде.
ଆମ୍ଭେ ନିରୂପିତ ସମୟ ପ୍ରାପ୍ତ ହେଲେ ଯଥାର୍ଥ ରୂପେ ବିଚାର କରିବା।
3 Колеблется земля и все живущие на ней: Я утвержу столпы ее”.
ପୃଥିବୀ ଓ ତନ୍ନିବାସୀ ସମସ୍ତେ ତରଳି ଯାଉଅଛନ୍ତି; ଆମ୍ଭେ ତହିଁର ସ୍ତମ୍ଭସକଳ ସ୍ଥାପନ କରିଅଛୁ। (ସେଲା)
4 Говорю безумствующим: “не безумствуйте”, и нечестивым: “не поднимайте рога,
ଆମ୍ଭେ ଗର୍ବୀକୁ କହିଲୁ, “ଗର୍ବାଚରଣ କର ନାହିଁ,” ଆମ୍ଭେ ଦୁଷ୍ଟକୁ କହିଲୁ, “ଶୃଙ୍ଗ ଉଠାଅ ନାହିଁ;
5 не поднимайте высоко рога вашего, не говорите жестоковыйно”,
ତୁମ୍ଭମାନଙ୍କ ଶୃଙ୍ଗ ଊର୍ଦ୍ଧ୍ୱକୁ ଉଠାଅ ନାହିଁ; ଶକ୍ତଗ୍ରୀବ ହୋଇ କଥା କୁହ ନାହିଁ।”
6 ибо не от востока и не от запада и не от пустыни возвышение,
କାରଣ ପୂର୍ବ ଦିଗରୁ, କିମ୍ବା ପଶ୍ଚିମ ଦିଗରୁ, କିଅବା ଦକ୍ଷିଣ ଦିଗରୁ ଉନ୍ନତି ଆସେ ନାହିଁ।
7 но Бог есть судия: одного унижает, а другого возносит;
ମାତ୍ର ପରମେଶ୍ୱର ବିଚାରକର୍ତ୍ତା ଅଟନ୍ତି; ସେ ଏକକୁ ଅବନତ ଓ ଅନ୍ୟକୁ ଉନ୍ନତ କରନ୍ତି।
8 ибо чаша в руке Господа, вино кипит в ней, полное смешения, и Он наливает из нее. Даже дрожжи ее будут выжимать и пить все нечестивые земли.
ଯେହେତୁ ସଦାପ୍ରଭୁଙ୍କ ହସ୍ତରେ ଏକ ପାନପାତ୍ର ଅଛି ଓ ଦ୍ରାକ୍ଷାରସରୁ ଫେଣ ବାହାରୁ ଅଛି; ତାହା ମିଶ୍ରିତ ଦ୍ରବ୍ୟରେ ପୂର୍ଣ୍ଣ ଓ ସେ ତହିଁରୁ ଢାଳି ଦିଅନ୍ତି; ନିଶ୍ଚୟ ପୃଥିବୀର ଦୁଷ୍ଟ ଲୋକ ସମସ୍ତେ ତହିଁର ଖାଦ ନିଗାଡ଼ି ପିଇବେ।
9 А я буду возвещать вечно, буду воспевать Бога Иаковлева,
ମାତ୍ର ମୁଁ ସଦାକାଳ ପ୍ରଚାର କରିବି, ମୁଁ ଯାକୁବର ପରମେଶ୍ୱରଙ୍କର ପ୍ରଶଂସା ଗାନ କରିବି।
10 все роги нечестивых сломлю, и вознесутся роги праведника.
ଆମ୍ଭେ ଦୁଷ୍ଟମାନଙ୍କ ଶୃଙ୍ଗସବୁ କାଟି ପକାଇବା। ମାତ୍ର ଧାର୍ମିକମାନଙ୍କ ଶୃଙ୍ଗ ଉଚ୍ଚୀକୃତ ହେବ।

< Псалтирь 75 >