< प्रकाशितं 12 >

1 ततः परं स्वर्गे महाचित्रं दृष्टं योषिदेकासीत् सा परिहितसूर्य्या चन्द्रश्च तस्याश्चरणयोरधो द्वादशताराणां किरीटञ्च शिरस्यासीत्।
ପରେ ଆକାଶରେ ଗୋଟିଏ ମହାଲକ୍ଷଣ ଦେଖାଗଲା; ସୂର୍ଯ୍ୟ ପରିଧାନ କରିଥିବା ଜଣେ ସ୍ତ୍ରୀଲୋକ, ଏବଂ ତାହାଙ୍କ ପାଦ ତଳେ ଚନ୍ଦ୍ର ଓ ମସ୍ତକରେ ଦ୍ୱାଦଶ ନକ୍ଷତ୍ର ଖଚିତ ଗୋଟିଏ ମୁକୁଟ।
2 सा गर्भवती सती प्रसववेदनया व्यथितार्त्तरावम् अकरोत्।
ସେ ଗର୍ଭବତୀ ହୋଇ ପ୍ରସବ ବେଦନାରେ ଆର୍ତ୍ତସ୍ୱର କରି ପ୍ରସବ କରିବା ନିମନ୍ତେ କଷ୍ଟ ପାଉଥିଲେ।
3 ततः स्वर्गे ऽपरम् एकं चित्रं दृष्टं महानाग एक उपातिष्ठत् स लोहितवर्णस्तस्य सप्त शिरांसि सप्त शृङ्गाणि शिरःसु च सप्त किरीटान्यासन्।
ଆକାଶରେ ଆଉ ଗୋଟିଏ ଲକ୍ଷଣ ଦେଖାଗଲା; ଦେଖ, ଗୋଟିଏ ଲାଲ୍ ରଙ୍ଗର ପ୍ରକାଣ୍ଡ ସର୍ପ, ତାହାର ସପ୍ତ ମସ୍ତକ ଓ ଦଶ ଶୃଙ୍ଗ, ପୁଣି, ମସ୍ତକ ଗୁଡ଼ିକ ଉପରେ ସପ୍ତ ମୁକୁଟ।
4 स स्वलाङ्गूलेन गगनस्थनक्षत्राणां तृतीयांशम् अवमृज्य पृथिव्यां न्यपातयत्। स एव नागो नवजातं सन्तानं ग्रसितुम् उद्यतस्तस्याः प्रसविष्यमाणाया योषितो ऽन्तिके ऽतिष्ठत्।
ତାହାର ଲାଙ୍ଗୁଳ ଆକାଶର ତୃତୀୟାଂଶ ନକ୍ଷତ୍ରକୁ ଟାଣିଆଣି ପୃଥିବୀରେ ନିକ୍ଷେପ କଲା। ଆଉ ସେହି ସର୍ପ ପ୍ରସବ କରିବା ମାତ୍ର ତାହାଙ୍କ ସନ୍ତାନକୁ ଗ୍ରାସ କରିବା ନିମନ୍ତେ ତାହାଙ୍କ ସମ୍ମୁଖରେ ଠିଆ ହେଲା।
5 सा तु पुंसन्तानं प्रसूता स एव लौहमयराजदण्डेन सर्व्वजातीश्चारयिष्यति, किञ्च तस्याः सन्तान ईश्वरस्य समीपं तदीयसिंहासनस्य च सन्निधिम् उद्धृतः।
ଯେ ସମସ୍ତ ଜାତିଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଏପରି ପୁତ୍ରସନ୍ତାନଙ୍କୁ ସେହି ସ୍ତ୍ରୀଲୋକ ପ୍ରସବ କଲେ, ଆଉ ତାହାଙ୍କ ସନ୍ତାନ ଈଶ୍ବର ଓ ତାହାଙ୍କ ସିଂହାସନ ନିକଟକୁ ଉଠାଇ ନିଆଗଲେ।
6 सा च योषित् प्रान्तरं पलायिता यतस्तत्रेश्वरेण निर्म्मित आश्रमे षष्ठ्यधिकशतद्वयाधिकसहस्रदिनानि तस्याः पालनेन भवितव्यं।
ପୁଣି, ସେହି ସ୍ତ୍ରୀଲୋକ ପ୍ରାନ୍ତରକୁ ଦୌଡ଼ି ପଳାଇଗଲେ, ସେଠାରେ ଏକ ହଜାର ଦୁଇ ଶହ ଷାଠିଏ ଦିନ ପର୍ଯ୍ୟନ୍ତ ପ୍ରତିପାଳିତ ହେବା ପାଇଁ ତାହାଙ୍କ ନିମନ୍ତେ ଈଶ୍ବରଙ୍କ ନିୟନ୍ତ୍ରଣରେ ପ୍ରସ୍ତୁତ ଗୋଟିଏ ସ୍ଥାନ ଥିଲା।
7 ततः परं स्वर्गे संग्राम उपापिष्ठत् मीखायेलस्तस्य दूताश्च तेन नागेन सहायुध्यन् तथा स नागस्तस्य दूताश्च संग्रामम् अकुर्व्वन्, किन्तु प्रभवितुं नाशक्नुवन्
ତତ୍ପରେ ସ୍ୱର୍ଗରେ ଯୁଦ୍ଧ ହେଲା, ମୀଖାୟେଲ ଓ ତାହାଙ୍କ ଦୂତମାନେ ସେହି ସର୍ପ ସହିତ ଯୁଦ୍ଧ କଲେ। ସେଥିରେ ସେହି ସର୍ପ ଓ ତାହାର ଦୂତମାନେ ମଧ୍ୟ ଯୁଦ୍ଧ କଲେ,
8 यतः स्वर्गे तेषां स्थानं पुन र्नाविद्यत।
କିନ୍ତୁ ସେମାନେ ଜୟ କରିପାରିଲେ ନାହିଁ, ପୁଣି, ସ୍ୱର୍ଗରେ ସେମାନେ ଆଉ ସ୍ଥାନ ପାଇଲେ ନାହିଁ।
9 अपरं स महानागो ऽर्थतो दियावलः (अपवादकः) शयतानश्च (विपक्षः) इति नाम्ना विख्यातो यः पुरातनः सर्पः कृत्स्नं नरलोकं भ्रामयति स पृथिव्यां निपातितस्तेन सार्द्धं तस्य दूता अपि तत्र निपातिताः।
ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା।
10 ततः परं स्वर्गे उच्चै र्भाषमाणो रवो ऽयं मयाश्रावि, त्राणं शक्तिश्च राजत्वमधुनैवेश्वरस्य नः। तथा तेनाभिषिक्तस्य त्रातुः पराक्रमो ऽभवत्ं॥ यतो निपातितो ऽस्माकं भ्रातृणां सो ऽभियोजकः। येनेश्वरस्य नः साक्षात् ते ऽदूष्यन्त दिवानिशं॥
ସେତେବେଳେ ମୁଁ ସ୍ୱର୍ଗରେ ଏହି ଉଚ୍ଚସ୍ୱର ଶୁଣିଲି, “ବର୍ତ୍ତମାନ ଆମ୍ଭମାନଙ୍କ ଈଶ୍ବରଙ୍କ ପରିତ୍ରାଣ, ପରାକ୍ରମ ଓ ରାଜ୍ୟ ପୁଣି, ତାହାଙ୍କ ଖ୍ରୀଷ୍ଟଙ୍କର କର୍ତ୍ତାପଣ ଉପସ୍ଥିତ ହୋଇଅଛି, କାରଣ ଆମ୍ଭମାନଙ୍କ ଭାଇମାନଙ୍କ ଅପବାଦକ, ଯେ ଦିବାରାତ୍ର ସେମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ଈଶ୍ବରଙ୍କ ଛାମୁରେ ଅଭିଯୋଗ କରୁଥିଲା, ସେ ତଳେ ନିକ୍ଷିପ୍ତ ହୋଇଅଛି।
11 मेषवत्सस्य रक्तेन स्वसाक्ष्यवचनेन च। ते तु निर्जितवन्तस्तं न च स्नेहम् अकुर्व्वत। प्राणोष्वपि स्वकीयेषु मरणस्यैव सङ्कटे।
ଆଉ ସେମାନେ ମେଷଶାବକଙ୍କ ରକ୍ତ, ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ୱାରା ତାହାକୁ ଜୟ କରିଅଛନ୍ତି, ପୁଣି, ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ।
12 तस्माद् आनन्दतु स्वर्गो हृष्यन्तां तन्निवामिनः। हा भूमिसागरौ तापो युवामेवाक्रमिष्यति। युवयोरवतीर्णो यत् शैतानो ऽतीव कापनः। अल्पो मे समयो ऽस्त्येतच्चापि तेनावगम्यते॥
ଅତଏବ, ହେ ସ୍ୱର୍ଗ ଓ ତନ୍ନିବାସୀମାନେ, ଆନନ୍ଦ କର; ମାତ୍ର ହାୟ, ପୃଥିବୀ ଓ ସମୁଦ୍ର, ତୁମ୍ଭେମାନେ ସନ୍ତାପର ପାତ୍ର, କାରଣ ସମୟ ଅତି ଅଳ୍ପ ବୋଲି ଜାଣି ଦିଆବଳ ଆପଣା ମହାକ୍ରୋଧରେ ତୁମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଆସିଅଛି।”
13 अनन्तरं स नागः पृथिव्यां स्वं निक्षिप्तं विलोक्य तां पुत्रप्रसूतां योषितम् उपाद्रवत्।
ସର୍ପ ଆପଣାକୁ ପୃଥିବୀରେ ନିକ୍ଷିପ୍ତ ହେବାର ଦେଖି ସେହି ପୁତ୍ରସନ୍ତାନ ପ୍ରସବକାରିଣୀ ସ୍ତ୍ରୀଲୋକଙ୍କୁ ତାଡ଼ନା କଲା।
14 ततः सा योषित् यत् स्वकीयं प्रान्तरस्थाश्रमं प्रत्युत्पतितुं शक्नुयात् तदर्थं महाकुररस्य पक्षद्वयं तस्वै दत्तं, सा तु तत्र नागतो दूरे कालैकं कालद्वयं कालार्द्धञ्च यावत् पाल्यते।
ସେଥିରେ ସେହି ସ୍ତ୍ରୀଲୋକ ଯେପରି ସର୍ପର ମୁଖରୁ ରକ୍ଷା ପାଇ ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ପ୍ରତିପାଳିତ ହୁଅନ୍ତି, ଏଥିନିମନ୍ତେ ପ୍ରାନ୍ତରସ୍ଥ ଆପଣା ସ୍ଥାନକୁ ଉଡ଼ିଯିବା ପାଇଁ ତାହାଙ୍କୁ ବୃହତ୍ ଉତ୍କ୍ରୋଷପକ୍ଷୀର ଦୁଇଟି ଡେଣା ଦିଆ ହେଲା।
15 किञ्च स नागस्तां योषितं स्रोतसा प्लावयितुं स्वमुखात् नदीवत् तोयानि तस्याः पश्चात् प्राक्षिपत्।
ସେହି ସ୍ତ୍ରୀଲୋକଙ୍କୁ ଜଳସ୍ରୋତରେ ଭସାଇଦେବା ନିମନ୍ତେ ସର୍ପ ତାହାଙ୍କ ପଛରେ ଆପଣା ମୁଖରୁ ନଦୀ ପରି ଜଳ ଉଦ୍ଗାର କଲା।
16 किन्तु मेदिनी योषितम् उपकुर्व्वती निजवदनं व्यादाय नागमुखाद् उद्गीर्णां नदीम् अपिवत्।
କିନ୍ତୁ ପୃଥିବୀ ଆପଣା ମୁଖ ଫିଟାଇ ସର୍ପର ମୁଖରୁ ଉଦ୍‌‌ଗାରିତ ନଦୀକୁ ଗ୍ରାସ କରି ସେହି ସ୍ତ୍ରୀଙ୍କୁ ସାହାଯ୍ୟ କଲା।
17 ततो नागो योषिते क्रुद्ध्वा तद्वंशस्यावशिष्टलोकैरर्थतो य ईश्वरस्याज्ञाः पालयन्ति यीशोः साक्ष्यं धारयन्ति च तैः सह योद्धुं निर्गतवान्।
ସେଥିରେ ସର୍ପ ସ୍ତ୍ରୀଲୋକଙ୍କ ଉପରେ ମହାକ୍ରୁଦ୍ଧ ହୋଇ, ତାହାଙ୍କ ବଂଶର ଯେଉଁ ଅବଶିଷ୍ଟ ଲୋକମାନେ ଈଶ୍ବରଙ୍କ ଆଜ୍ଞା ପାଳନ କରନ୍ତି ଓ ଯୀଶୁଙ୍କ ବିଷୟରେ ସାକ୍ଷ୍ୟ ଦାନ କରନ୍ତି, ସେମାନଙ୍କ ସହିତ ଯୁଦ୍ଧ କରିବାକୁ ଚାଲିଗଲା;

< प्रकाशितं 12 >