< 1 Dnevnika 13 >
1 I David uèini vijeæe s tisuænicima i sa stotinicima i sa svijem vojvodama,
ଏଥିଉତ୍ତାରେ ଦାଉଦ ସହସ୍ରପତିମାନଙ୍କର, ଶତପତିମାନଙ୍କର ଓ ସମସ୍ତ ଅଧ୍ୟକ୍ଷଙ୍କ ସହିତ ମନ୍ତ୍ରଣା କଲେ।
2 I reèe David svemu zboru Izrailjevu: ako vam je po volji, i ako je od Gospoda Boga našega, da pošaljemo na sve strane k braæi svojoj ostaloj po svijem krajevima Izrailjevijem, i k sveštenicima i Levitima po gradovima i podgraðima njihovijem, da se skupe k nama,
ଆଉ ଦାଉଦ ଇସ୍ରାଏଲର ସମଗ୍ର ସମାଜକୁ କହିଲେ, “ଯଦି ତୁମ୍ଭମାନଙ୍କୁ ଉତ୍ତମ ଦେଖାଯାଏ ଓ ଯଦି ତାହା ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଡ଼ୁ ହୁଏ, ତେବେ ଇସ୍ରାଏଲର ସମୁଦାୟ ପ୍ରଦେଶରେ ଆମ୍ଭମାନଙ୍କ ଅବଶିଷ୍ଟ ଭ୍ରାତୃଗଣ ଓ ସେମାନଙ୍କ ସଙ୍ଗେ ଆପଣା ଆପଣା ତଳିଭୂମି-ବିଶିଷ୍ଟ ନଗରରେ ବାସକାରୀ ଯାଜକମାନେ ଓ ଲେବୀୟମାନେ ଯେପରି ଆମ୍ଭମାନଙ୍କ ନିକଟରେ ଏକତ୍ରିତ ହୁଅନ୍ତି, ଏନିମନ୍ତେ ଆସ, ଆମ୍ଭେମାନେ ସର୍ବତ୍ର ସେମାନଙ୍କ ନିକଟକୁ ଲୋକ ପଠାଉ।
3 Pa da donesemo k sebi kovèeg Boga svojega, jer ga ne tražismo za vremena Saulova.
ପୁଣି, ଆମ୍ଭମାନଙ୍କ ପରମେଶ୍ୱରଙ୍କ ସିନ୍ଦୁକ ପୁନର୍ବାର ଆମ୍ଭମାନଙ୍କ ନିକଟକୁ ଆଣୁ; କାରଣ ଶାଉଲଙ୍କ ସମୟରେ ଆମ୍ଭେମାନେ ତହିଁର ଅନ୍ୱେଷଣ କରି ନାହୁଁ।”
4 A sav zbor reèe da se tako uèini, jer to bi po volji svemu narodu.
ତହିଁରେ ସମଗ୍ର ସମାଜ ସେହିପରି କରିବେ ବୋଲି କହିଲେ; କାରଣ ସକଳ ଲୋକଙ୍କ ଦୃଷ୍ଟିରେ ତାହା ଯଥାର୍ଥ ବୋଧ ହେଲା।
5 I tako David sabra sav narod Izrailjev od Sihora Misirskoga dori do Emata, da donesu kovèeg Božji iz Kirijat-Jarima.
ତହୁଁ କିରୀୟଥ୍-ଯିୟାରୀମ୍ରୁ ପରମେଶ୍ୱରଙ୍କ ସିନ୍ଦୁକ ଆଣିବା ନିମନ୍ତେ ଦାଉଦ ମିସରର ଶୀୟୋର ନଦୀଠାରୁ ହମାତର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲକୁ ଏକତ୍ର କଲେ।
6 I otide David sa svijem Izrailjem u Valu, u Kirijat-Jarim Judin, da prenesu odande kovèeg Boga Gospoda, koji sjedi na heruvimima, èije se ime prizivlje.
ଆଉ କିରୂବଗଣ ମଧ୍ୟରେ ଉପବିଷ୍ଟ ସଦାପ୍ରଭୁଙ୍କ ନାମରେ ଖ୍ୟାତ ପରମେଶ୍ୱରଙ୍କ ସିନ୍ଦୁକକୁ ଯିହୁଦାର ଅଧିକାରସ୍ଥ ବାଲାରୁ, ଅର୍ଥାତ୍, କିରୀୟଥ୍-ଯିୟାରୀମ୍ରୁ ଆଣିବା ପାଇଁ ଦାଉଦ ଓ ସମଗ୍ର ଇସ୍ରାଏଲ ସେହି ସ୍ଥାନକୁ ଗଲେ।
7 I povezoše kovèeg Božji na novijem kolima iz kuæe Avinadavove; a Uza i Ahijo upravljahu kolima.
ପୁଣି, ସେମାନେ ଗୋଟିଏ ନୂତନ ଶଗଡ଼ରେ ପରମେଶ୍ୱରଙ୍କ ସିନ୍ଦୁକକୁ ଅବୀନାଦବର ଗୃହରୁ ବାହାର କରି ବୋହି ଆଣିଲେ; ଆଉ ଉଷ ଓ ଅହୀୟୋ ଶଗଡ଼ ଚଳାଇଲେ।
8 A David i sav narod Izrailjev igrahu pred Bogom iz sve snage pjevajuæi i udarajuæi u gusle i u psaltire i u bubnje i u kimvale i trubeæi u trube.
ପୁଣି, ଦାଉଦ ଓ ସମଗ୍ର ଇସ୍ରାଏଲ ପରମେଶ୍ୱରଙ୍କ ସାକ୍ଷାତରେ ସମସ୍ତ ଶକ୍ତି ସହିତ ଗାୟନ କରି ବୀଣା ଓ ନେବଲ ଓ ଦାରା ଓ କରତାଳ ଓ ତୂରୀ ବଜାଇଲେ।
9 A kad doðoše do gumna Hidonova, Uza se maši rukom da prihvati kovèeg, jer volovi potegoše na stranu.
ଆଉ ସେମାନେ କୀଦୋନ୍ ନାମକ ଶସ୍ୟମର୍ଦ୍ଦନ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ବଳଦମାନେ ଅମଣା ହେବାରୁ ଉଷ ହସ୍ତ ବିସ୍ତାର କରି ସିନ୍ଦୁକ ଧରିଲା।
10 I Gospod se razgnjevi na Uzu, i udari ga što se maši rukom za kovèeg, te umrije ondje pred Bogom.
ସେତେବେଳେ ଉଷ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା ଓ ସିନ୍ଦୁକ ପ୍ରତି ହସ୍ତ ବିସ୍ତାର କରିବା ସକାଶୁ ସେ ତାହାକୁ ଆଘାତ କଲେ; ତହୁଁ ସେ ସେଠାରେ ପରମେଶ୍ୱରଙ୍କ ସାକ୍ଷାତରେ ମଲା।
11 I ožalosti se David što Gospod ubi Uzu: zato se prozva ono mjesto Fares-Uza do danas.
ପୁଣି, ସଦାପ୍ରଭୁ ଉଷକୁ ଆକ୍ରମଣ କରିବାରୁ ଦାଉଦ ଅସନ୍ତୁଷ୍ଟ ହେଲେ; ଏଣୁ ସେ ସେହି ସ୍ଥାନର ନାମ “ପେରସ-ଉଷ” ରଖିଲେ; ଆଜି ପର୍ଯ୍ୟନ୍ତ ସେହି ନାମ ଅଛି।
12 I uplaši se David od Boga u onaj dan, i reèe: kako æu donijeti k sebi kovèeg Božji?
ଆଉ ଦାଉଦ ସେହି ଦିନ ପରମେଶ୍ୱରଙ୍କ ବିଷୟରେ ଭୟ ପାଇ କହିଲେ, “ମୁଁ କିପରି ପରମେଶ୍ୱରଙ୍କ ସିନ୍ଦୁକ ମୋʼ ନିକଟକୁ ଗୃହକୁ ଆଣିବି?”
13 I ne prenese David kovèega k sebi u grad Davidov, nego ga skloni u kuæu Ovid-Edoma Getejina.
ତହୁଁ ଦାଉଦ ଦାଉଦ-ନଗରକୁ ଆପଣା ନିକଟକୁ ସିନ୍ଦୁକ ଆଣିଲେ ନାହିଁ, ମାତ୍ର ତାହା ନେଇ ପଥପାର୍ଶ୍ୱସ୍ଥ ଗାଥୀୟ ଓବେଦ୍-ଇଦୋମର ଗୃହରେ ରଖିଲେ।
14 I osta kovèeg Božji kod porodice Ovid-Edomove u kuæi njegovoj tri mjeseca. I Gospod blagoslovi dom Ovid-Edomov i sve što imaše.
ତହିଁରେ ପରମେଶ୍ୱରଙ୍କ ସିନ୍ଦୁକ ଓବେଦ୍-ଇଦୋମର ପରିବାର ସହିତ ତାହାର ଗୃହରେ ତିନି ମାସ ରହିଲା; ପୁଣି, ସଦାପ୍ରଭୁ ଓବେଦ୍-ଇଦୋମର ଗୃହକୁ ଓ ତାହାର ସର୍ବସ୍ୱକୁ ଆଶୀର୍ବାଦ କଲେ।