< 1 Kraljevima 19 >

1 A Ahav pripovjedi Jezavelji sve što je uèinio Ilija i kako je sve proroke isjekao maèem.
ଏଥିଉତ୍ତାରେ ଆହାବ ଏଲୀୟଙ୍କର କୃତ ସମସ୍ତ କର୍ମର ବୃତ୍ତାନ୍ତ ଓ ସେ କିପରି ଖଡ୍ଗରେ ସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କୁ ବଧ କରିଥିଲେ, ତାହା ଈଷେବଲ୍‍କୁ ଜଣାଇଲେ।
2 Tada Jezavelja posla glasnike k Iliji i poruèi mu: tako da uèine bogovi i tako da dodadu, ako sjutra u ovo doba ne uèinim od tebe što je od kojega god tijeh.
ତହିଁରେ ଈଷେବଲ୍‍ ଏଲୀୟଙ୍କ ନିକଟକୁ ଦୂତ ପଠାଇ ଏହି କଥା କହିଲା, “ପ୍ରାୟ କାଲି ଏହି ସମୟକୁ ଯେବେ ମୁଁ ତୁମ୍ଭ ପ୍ରାଣକୁ ସେମାନଙ୍କ ଜଣକର ପ୍ରାଣ ତୁଲ୍ୟ ନ କରେ, ତେବେ ଦେବତାମାନେ ମୋତେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।”
3 A on videæi to usta i otide duše svoje radi, i doðe u Virsaveju Judinu, i ondje ostavi momka svojega.
ତହୁଁ ଏଲୀୟ ଏହା ଦେଖି ଆପଣା ପ୍ରାଣ ସକାଶେ ଉଠିଯାଇ ଯିହୁଦାର ବେର୍‍ଶେବା ନଗରରେ ଉପସ୍ଥିତ ହେଲେ ଓ ସେଠାରେ ଆପଣା ଦାସକୁ ଛାଡ଼ିଲେ।
4 A sam otide u pustinju dan hoda; i došav sjede pod smreku, i zaželje da umre, i reèe: dosta je veæ, Gospode, primi dušu moju, jer nijesam bolji od otaca svojih.
ମାତ୍ର ସେ ଆପେ ପ୍ରାନ୍ତର ଭିତରକୁ ଦିନକର ପଥ ଯାଇ ଏକ ରେତମବୃକ୍ଷ ମୂଳରେ ଉପସ୍ଥିତ ହୋଇ ବସିଲେ ଓ ଆପଣା ମୃତ୍ୟୁୁ-ପ୍ରାର୍ଥନା କରି କହିଲେ, “ଯଥେଷ୍ଟ ହେଲାଣି; ଏବେ ହେ ସଦାପ୍ରଭୋ, ମୋର ପ୍ରାଣ ନିଅ; କାରଣ ମୁଁ ଆପଣା ପୂର୍ବପୁରୁଷମାନଙ୍କଠାରୁ ଭଲ ନୁହେଁ।”
5 Potom leže i zaspa pod smrekom. A gle, anðeo taknu ga i reèe mu: ustani, jedi.
ତହୁଁ ସେ ରେତମବୃକ୍ଷ ମୂଳେ ଶୟନ କରି ନିଦ୍ରା ଗଲେ; ଏଥିରେ ଦେଖ, ଏକ ଦୂତ ତାଙ୍କୁ ସ୍ପର୍ଶ କରି କହିଲେ, “ଉଠ, ଭୋଜନ କର।”
6 A on pogleda, i gle, èelo glave mu hljeb na ugljenu peèen i krèag vode. I jede i napi se, pa leže opet.
ତହିଁରେ ସେ ଅନାନ୍ତେ, ଦେଖ, ତାଙ୍କ ମସ୍ତକ ପାଖରେ ଅଙ୍ଗାରରେ ପକ୍ୱ ଏକ ପିଠା ଓ ଏକ ପାତ୍ର ଜଳ ଅଛି। ଏଣୁ ସେ ଭୋଜନପାନ କରି ପୁନର୍ବାର ଶୟନ କଲେ।
7 A anðeo Gospodnji doðe opet drugom, i taknu ga govoreæi: ustani, jedi, jer ti je put dalek.
ଏଉତ୍ତାରେ ସଦାପ୍ରଭୁଙ୍କ ଦୂତ ପୁନର୍ବାର ଦ୍ୱିତୀୟ ଥର ଆସି ତାଙ୍କୁ ସ୍ପର୍ଶ କରି କହିଲେ, “ଉଠ, ଭୋଜନ କର; କାରଣ ତୁମ୍ଭ ଶକ୍ତିରୁ ପଥ ଅଧିକ।”
8 A on ustavši jede i napi se; potom okrijepiv se onijem jelom ide èetrdeset dana i èetrdeset noæi dokle doðe na goru Božiju Horiv.
ତହୁଁ ସେ ଉଠି ଭୋଜନପାନ କଲେ ଓ ସେହି ଖାଦ୍ୟର ବଳରେ ପରମେଶ୍ୱରଙ୍କ ପର୍ବତ ହୋରେବ ପର୍ଯ୍ୟନ୍ତ ଚାଳିଶ ଦିନ ଓ ଚାଳିଶ ରାତ୍ରି ଗମନ କଲେ।
9 A ondje uðe u jednu peæinu i zanoæi u njoj; i gle, rijeè Gospodnja doðe mu govoreæi: šta æeš ti tu, Ilija?
ଆଉ ସେ ସେଠାସ୍ଥିତ ଏକ ଗହ୍ୱରରେ ଉପସ୍ଥିତ ହୋଇ ରାତ୍ରି କ୍ଷେପଣ କଲେ; ସେତେବେଳେ ଦେଖ, ସଦାପ୍ରଭୁଙ୍କ ବାକ୍ୟ ତାଙ୍କ ନିକଟରେ ଉପସ୍ଥିତ ହେଲା ଓ ସେ ତାଙ୍କୁ କହିଲେ, “ଏଲୀୟ, ତୁମ୍ଭେ ଏଠାରେ କʼଣ କରୁଅଛ?”
10 A on reèe: revnovah veoma za Gospoda Boga nad vojskama; jer sinovi Izrailjevi ostaviše zavjet tvoj, tvoje oltare razvališe, i proroke tvoje pobiše maèem; a ja ostah sam, pa traže dušu moju da mi je uzmu.
ତହୁଁ ଏଲୀୟ କହିଲେ, “ମୁଁ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱରଙ୍କ ପକ୍ଷରେ ଅତ୍ୟନ୍ତ ଉଦ୍‍ଯୋଗୀ ହେଲି; କାରଣ ଇସ୍ରାଏଲ-ସନ୍ତାନଗଣ ତୁମ୍ଭ ନିୟମ ପରିତ୍ୟାଗ କଲେ, ତୁମ୍ଭର ଯଜ୍ଞବେଦିସବୁ ଉତ୍ପାଟନ କଲେ ଓ ତୁମ୍ଭ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଖଡ୍ଗରେ ବଧ କଲେ; ତହିଁରେ ମୁଁ, କେବଳ ମୁଁ ଅବଶିଷ୍ଟ ରହିଲି; ଆଉ ସେମାନେ ମୋʼ ପ୍ରାଣ ନେବାକୁ ଅନ୍ୱେଷଣ କରୁଅଛନ୍ତି।”
11 A on reèe: izidi i stani na gori pred Gospodom. I gle, Gospod prolažaše, a pred Gospodom velik i jak vjetar, koji brda razvaljivaše i stijene razlamaše; ali Gospod ne bješe u vjetru; a iza vjetra doðe trus; ali Gospod ne bješe u trusu;
ଏଥିରେ ସେ କହିଲେ, “ତୁମ୍ଭେ ବାହାର ହୋଇ ଏହି ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୁଅ।” ଆଉ ଦେଖ, ସଦାପ୍ରଭୁ ନିକଟ ଦେଇ ଗମନ କଲେ, ତହିଁରେ ପ୍ରବଳ ଓ ପ୍ରଚଣ୍ଡ ବାୟୁ ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗଣକୁ ବିଦୀର୍ଣ୍ଣ କଲା ଓ ଶୈଳସବୁ ଭାଙ୍ଗି ଖଣ୍ଡ ଖଣ୍ଡ କଲା; ମାତ୍ର ସଦାପ୍ରଭୁ ସେହି ବାୟୁରେ ନ ଥିଲେ; ପୁଣି, ବାୟୁ ଉତ୍ତାରେ ଭୂମିକମ୍ପ ହେଲା; ମାତ୍ର ସଦାପ୍ରଭୁ ସେହି ଭୂମିକମ୍ପରେ ନ ଥିଲେ।
12 A iza trusa doðe oganj; ali Gospod ne bješe u ognju. A iza ognja doðe glas tih i tanak.
ଆଉ ଭୂମିକମ୍ପ ଉତ୍ତାରେ ଅଗ୍ନି ହେଲା; ମାତ୍ର ସଦାପ୍ରଭୁ ସେହି ଅଗ୍ନିରେ ନ ଥିଲେ; ପୁଣି, ଅଗ୍ନି ଉତ୍ତାରେ ଏକ ଶାନ୍ତ କ୍ଷୁଦ୍ର ରବ ହେଲା।
13 A kad to èu Ilija, zakloni lice svoje plaštem i izašav stade na vratima od peæine. I gle, doðe mu glas govoreæi: šta æeš ti tu, Ilija?
ତହୁଁ ଏଲୀୟ ତାହା ଶୁଣନ୍ତେ, ଆପଣା ବସ୍ତ୍ରରେ ମୁଖ ଆଚ୍ଛାଦନ କରି ବାହାରେ ଯାଇ ଗହ୍ୱର-ମୁଖ ନିକଟରେ ଠିଆ ହେଲେ। ତହିଁରେ ଦେଖ, ଏକ ରବ ତାଙ୍କ ନିକଟରେ ଉପସ୍ଥିତ ହୋଇ କହିଲା, “ଏଲୀୟ, ତୁମ୍ଭେ ଏଠାରେ କଅଣ କରୁଅଛ?”
14 A on reèe: revnovah veoma za Gospoda Boga nad vojskama; jer sinovi Izrailjevi ostaviše zavjet tvoj, tvoje oltare razvališe, i proroke tvoje pobiše maèem; a ja ostah sam, pa traže moju dušu da mi je uzmu.
ତହୁଁ ସେ କହିଲେ, “ମୁଁ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱରଙ୍କ ପକ୍ଷରେ ଅତ୍ୟନ୍ତ ଉଦ୍‍ଯୋଗୀ ହେଲି; କାରଣ ଇସ୍ରାଏଲ-ସନ୍ତାନଗଣ ତୁମ୍ଭ ନିୟମ ପରିତ୍ୟାଗ କଲେ, ତୁମ୍ଭ ଯଜ୍ଞବେଦିସବୁ ଉତ୍ପାଟନ କଲେ ଓ ତୁମ୍ଭ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଖଡ୍ଗରେ ବଧ କଲେ; ତହିଁରେ, କେବଳ ମୁଁ ଅବଶିଷ୍ଟ ରହିଲି; ଆଉ ସେମାନେ ମୋହର ପ୍ରାଣ ନେବାକୁ ଅନ୍ୱେଷଣ କରୁଅଛନ୍ତି।”
15 Tada mu reèe Gospod: idi, vrati se svojim putem u pustinju Damaštansku, i kad doðeš pomaži Azaila za cara nad Sirijom.
ସେତେବେଳେ ସଦାପ୍ରଭୁ ତାଙ୍କୁ କହିଲେ, “ଆପଣା ପଥରେ ଫେରି ଦମ୍ମେଶକ ପ୍ରାନ୍ତରକୁ ଯାଅ; ଆଉ ତୁମ୍ଭେ ସେଠାରେ ଉପସ୍ଥିତ ହେଲେ, ହସାୟେଲକୁ ଅରାମ ଉପରେ ରାଜାଭିଷିକ୍ତ କର;
16 A Juja sina Nimsijina pomaži za cara nad Izrailjem, a Jelisija sina Safatova iz Avel-Meole pomaži za proroka mjesto sebe.
ଆଉ ନିମ୍‍ଶିର ପୁତ୍ର ଯେହୂଙ୍କୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କର; ଆଉ ଆବେଲ୍‍-ମହୋଲା ନିବାସୀ ଶାଫଟ୍‍ର ପୁତ୍ର ଇଲୀଶାୟଙ୍କୁ ତୁମ୍ଭ ପଦରେ ଭବିଷ୍ୟଦ୍‍ବକ୍ତା କରି ଅଭିଷେକ କର।
17 Jer ko uteèe od maèa Azailova njega æe pogubiti Juj; a ko uteèe od maèa Jujeva njega æe pogubiti Jelisije.
ତହିଁରେ ଯେଉଁ ଲୋକ ହସାୟେଲର ଖଡ୍ଗରୁ ବଞ୍ଚିବ, ଯେହୂ ତାହାଙ୍କୁ ବଧ କରିବ ଓ ଯେ ଯେହୂର ଖଡ୍ଗରୁ ବଞ୍ଚିବ, ତାହାକୁ ଇଲୀଶାୟ ବଧ କରିବ।
18 Ali sam ostavio u Izrailju sedam tisuæa, koji nijedan ne saviše koljena pred Valom, niti ga ustima svojim cjelivaše.
ତଥାପି ଆମ୍ଭେ ଇସ୍ରାଏଲ ମଧ୍ୟରେ ଆପଣା ପାଇଁ ସାତ ସହସ୍ର ଲୋକ ଅବଶିଷ୍ଟ ରଖିବା, ଯେଉଁମାନଙ୍କର ଆଣ୍ଠୁ ବାଲ୍‍ ସମ୍ମୁଖରେ ନତ ହୋଇ ନାହିଁ ଓ ଯେଉଁମାନଙ୍କର ମୁଖ ତାହାକୁ ଚୁମ୍ବନ କରି ନାହିଁ।”
19 I otide odande, i naðe Jelisija sina Safatova gdje ore, a dvanaest jarmova pred njim, i sam bijaše kod dvanaestoga; i iduæi mimo nj Ilija baci na nj plašt svoj.
ଏଥିରେ ଏଲୀୟ ଏଠାରୁ ପ୍ରସ୍ଥାନ କରି ଶାଫଟ୍‍ର ପୁତ୍ର ଇଲୀଶାୟଙ୍କର ସନ୍ଧାନ ପାଇଲେ। ସେସମୟରେ ସେ ହଳ ବୁଲାଉଥିଲେ, ତାଙ୍କ ଆଗରେ ବାର ହଳ ବଳଦ ଥିଲେ, ପୁଣି, ସେ ଦ୍ୱାଦଶ ହଳରେ ଥିଲେ; ତହିଁରେ ଏଲୀୟ ତାଙ୍କ ନିକଟକୁ ଯାଇ ଆପଣା ବସ୍ତ୍ର ତାଙ୍କ ଉପରେ ପକାଇଲେ।
20 A on ostavi volove, i otrèa za Ilijom i reèe: da cjelujem oca svojega i mater svoju; pa æu iæi za tobom. A on mu reèe: idi, vrati se, jer šta sam ti uèinio?
ତହିଁରେ ସେ ବଳଦ ଛାଡ଼ି ଏଲୀୟଙ୍କ ପଛେ ଦୌଡ଼ି ତାଙ୍କୁ କହିଲେ, “ବିନୟ କରୁଅଛି, ମୋʼ ପିତା ଓ ମାତାଙ୍କୁ ଚୁମ୍ବନ ଦେବା ପାଇଁ ଅନୁମତି ଦେଉନ୍ତୁ, ତହିଁ ଉତ୍ତାରେ ମୁଁ ଆପଣଙ୍କ ପଛେ ଯିବି।” ତହୁଁ ଏଲୀୟ ତାଙ୍କୁ କହିଲେ, “ଫେରିଯାଅ; କିନ୍ତୁ ଚିନ୍ତା କର ଆମ୍ଭେ ତୁମ୍ଭର କଅଣ କଲୁ।”
21 I on se vrati od njega, i uze jaram volova i zakla ih, i na drvima od pluga skuha meso i dade ga narodu, te jedoše; potom ustavši otide za Ilijom i služaše mu.
ତହିଁରେ ସେ ତାଙ୍କ ପଶ୍ଚାତ୍‍ଗମନରୁ ଫେରିଗଲେ ଓ ସେହି ବଳଦ ହଳକ ନେଇ ବଧ କରି ଯୁଆଳି କାଠରେ ସେହି ମାଂସ ସିଦ୍ଧ କରି ଲୋକମାନଙ୍କୁ ଦିଅନ୍ତେ, ସେମାନେ ଭୋଜନ କଲେ। ତହୁଁ ସେ ଉଠି ଏଲୀୟଙ୍କର ପଶ୍ଚାତ୍‍ଗମନ କରି ତାଙ୍କର ପରିଚର୍ଯ୍ୟା କଲେ।

< 1 Kraljevima 19 >