< 2 Dnevnika 2 >
1 I naumi Solomun da zida dom imenu Gospodnjemu i dom carski sebi.
ଏଥିଉତ୍ତାରେ ଶଲୋମନ ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଏକ ଗୃହ ଓ ଆପଣା ରାଜ୍ୟ ପାଇଁ ଏକ ଗୃହ ନିର୍ମାଣ କରିବାକୁ ମନସ୍ଥ କଲେ।
2 I odbroji Solomun sedamdeset tisuæa nosilaca i osamdeset tisuæa koji æe tesati u gori, i tri tisuæe i šest stotina nastojnika nad njima.
ପୁଣି ଶଲୋମନ ଭାରବହନାର୍ଥେ ସତୁରି ହଜାର ଲୋକ ଓ ପର୍ବତରେ ଅଶୀ ହଜାର କଟାଳି ଲୋକ ଓ ସେମାନଙ୍କ କାର୍ଯ୍ୟର ତତ୍ତ୍ୱାବଧାରଣ ନିମନ୍ତେ ତିନି ହଜାର ଛଅ ଶହ ଲୋକ ନିଯୁକ୍ତ କଲେ।
3 I posla Solomun ka Hiramu caru Tirskom i poruèi mu: kako si èinio Davidu ocu mojemu i slao mu drva kedrovijeh da zida sebi kuæu gdje æe sjedjeti, uèini tako i meni.
ଆଉ ଶଲୋମନ ସୋରର ରାଜା ହୂରମ୍ ନିକଟକୁ ଲୋକ ପଠାଇ କହିଲେ, “ଆପଣ ମୋʼ ପିତା ଦାଉଦଙ୍କ ପ୍ରତି ଯେପରି ବ୍ୟବହାର କରିଥିଲେ ଓ ତାଙ୍କ ବସତି-ଗୃହର ନିର୍ମାଣ ନିମନ୍ତେ ଏରସ କାଷ୍ଠ ପଠାଇଥିଲେ, ସେହିପରି ମୋʼ ପ୍ରତି ବ୍ୟବହାର କରନ୍ତୁ।
4 Evo rad sam zidati dom imenu Gospoda Boga svojega da mu ga posvetim da se kadi pred njim kadom mirisnijem i da se postavljaju hljebovi vazda i da se prinose žrtve paljenice jutrom i veèerom, i u subote i na mladine i na praznike Gospoda Boga našega, što treba da biva u Izrailju dovijeka.
ଦେଖନ୍ତୁ, ମୁଁ ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ନାମ ନିମନ୍ତେ ଗୋଟିଏ ଗୃହ ନିର୍ମାଣ କରିବାକୁ ଉଦ୍ୟତ ଅଛି, ତାହାଙ୍କ ସମ୍ମୁଖରେ ସୁଗନ୍ଧି ଧୂପ ଜ୍ୱଳାଇବା ପାଇଁ ଓ ନିତ୍ୟ ଦର୍ଶନୀୟ ରୁଟି ପାଇଁ, ପ୍ରତି ପ୍ରଭାତରେ ଓ ସନ୍ଧ୍ୟାରେ, ବିଶ୍ରାମବାରରେ ଓ ଅମାବାସ୍ୟାରେ ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିରୂପିତ ପର୍ବସବୁରେ ହୋମବଳି ନିମନ୍ତେ ତାହା ମୁଁ ପ୍ରତିଷ୍ଠା କରିବି। ଏହା ଇସ୍ରାଏଲ ପ୍ରତି ନିତ୍ୟ ଏକ ବିଧି ଅଟେ।
5 A dom koji æu zidati biæe velik, jer je Bog naš veæi od svijeh bogova.
ଆଉ ମୁଁ ଯେଉଁ ଗୃହ ନିର୍ମାଣ କରିବି, ତାହା ବୃହତ ହେବ; କାରଣ ସମସ୍ତ ଦେବତାଠାରୁ ଆମ୍ଭମାନଙ୍କ ପରମେଶ୍ୱର ମହାନ ଅଟନ୍ତି।
6 A ko bi mogao njemu sazidati dom kad ga nebo i nebesa nad nebesima ne mogu obuhvatiti? i ko sam ja da mu sazidam dom? nego samo da se kadi pred njim.
ମାତ୍ର ତାହାଙ୍କ ନିମନ୍ତେ ଗୃହ ନିର୍ମାଣ କରିବାକୁ କିଏ ସମର୍ଥ? ଯେହେତୁ ସ୍ୱର୍ଗ ଓ ସ୍ୱର୍ଗର ସ୍ୱର୍ଗ ହିଁ ତାହାଙ୍କୁ ଧାରଣ କରି ନ ପାରେ; ତେବେ ମୁଁ କିଏ ଯେ, ତାହାଙ୍କ ପାଇଁ ଗୃହ ନିର୍ମାଣ କରିବି? କେବଳ ତାହାଙ୍କ ସମ୍ମୁଖରେ ଧୂପ ଜ୍ୱଳାଇବା ପାଇଁ ତାହା କରିବି।
7 Tako sada pošlji mi èovjeka vješta, koji umije raditi od zlata i od srebra i od mjedi i od gvožða i od skerleta i od crvca i od porfire, i koji zna rezati, da radi s umjetnicima koje imam kod sebe u Judeji i u Jerusalimu, koje je dobavio David otac moj.
ଏହେତୁ ମୋʼ ପିତା ଦାଉଦଙ୍କ ଦ୍ୱାରା ନିଯୁକ୍ତ ଯେଉଁ ନିପୁଣ ଲୋକମାନେ ଯିହୁଦାରେ ଓ ଯିରୂଶାଲମରେ ମୋʼ ନିକଟରେ ଅଛନ୍ତି, ସେମାନଙ୍କ ସଙ୍ଗେ ସୁନା, ରୂପା, ପିତ୍ତଳ, ଲୁହା, ଧୂମ୍ର, ସିନ୍ଦୂର ଓ ନୀଳ ସୂତ୍ରର କର୍ମରେ ଓ ସର୍ବପ୍ରକାର ଖୋଦନ-କର୍ମରେ ନିପୁଣ ଏକ ଲୋକକୁ ମୋʼ ନିକଟକୁ ପଠାଉନ୍ତୁ।
8 I pošlji mi drva kedrovijeh i jelovijeh i almugima s Livana, jer znam da sluge tvoje umiju sjeæi drva Livanska; a evo sluge æe moje biti s tvojim slugama,
ଆହୁରି ଲିବାନୋନରୁ ଏରସ କାଷ୍ଠ ଓ ଦେବଦାରୁ କାଷ୍ଠ ଓ ଚନ୍ଦନ କାଷ୍ଠ ମୋʼ ନିକଟକୁ ପଠାଉନ୍ତୁ; କାରଣ ମୁଁ ଜାଣେ, ଆପଣଙ୍କ ଦାସମାନେ ଲିବାନୋନରେ କାଷ୍ଠ କାଟିବାରେ ନିପୁଣ;
9 Da mi priprave mnogo drva, jer dom što æu zidati biæe velik i divan.
ଆଉ ଦେଖନ୍ତୁ, ମୋʼ ଦାସମାନେ ମଧ୍ୟ ପ୍ରଚୁର କାଷ୍ଠ ପ୍ରସ୍ତୁତ କରିବା ପାଇଁ ଆପଣଙ୍କ ଦାସମାନଙ୍କ ସଙ୍ଗେ ରହିବେ; ଯେହେତୁ ମୁଁ ଯେଉଁ ଗୃହ ନିର୍ମାଣ କରିବାକୁ ଉଦ୍ୟତ ଅଛି, ତାହା ଆଶ୍ଚର୍ଯ୍ୟ ଓ ବୃହତ ହେବ।
10 A evo, poslenicima koji æe sjeæi drvo, slugama tvojim, daæu pšenice ovršene dvadeset tisuæa kora, i dvadeset tisuæa kora jeèma, i vina dvadeset tisuæa vata, i ulja dvadeset tisuæa vata.
ଆଉ ଦେଖନ୍ତୁ, ମୁଁ ଆପଣଙ୍କ ଦାସ କାଠକଟାଳୀମାନଙ୍କୁ କୋଡ଼ିଏ ହଜାର ମହଣ ମଳା ଗହମ ଓ କୋଡ଼ିଏ ହଜାର ମହଣ ଯବ ଓ କୋଡ଼ିଏ ହଜାର ମହଣ ଦ୍ରାକ୍ଷାରସ ଓ କୋଡ଼ିଏ ହଜାର ମହଣ ତୈଳ ଦେବି।”
11 I odgovori Hiram car Tirski u knjizi koju posla Solomunu: što Gospod ljubi svoj narod zato te postavi carem nad njim.
ତହିଁରେ ସୋରର ରାଜା ହୂରମ୍ ଶଲୋମନଙ୍କ ନିକଟକୁ ଏହି ଉତ୍ତର ଲେଖି ପଠାଇଲା, “ସଦାପ୍ରଭୁ ଆପଣା ଲୋକମାନଙ୍କୁ ପ୍ରେମ କରନ୍ତି, ଏହେତୁ ସେମାନଙ୍କ ଉପରେ ସେ ତୁମ୍ଭକୁ ରାଜା କରିଅଛନ୍ତି।”
12 I govoraše Hiram: blagosloven da je Gospod Bog Izrailjev, koji je stvorio nebo i zemlju, što je dao caru Davidu sina mudra, pametna i razumna, koji æe sazidati dom Gospodu i carski dom sebi.
ହୂରମ୍ ଆହୁରି କହିଲା, “ସ୍ୱର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ, ସେ ସଦାପ୍ରଭୁଙ୍କ ନିମନ୍ତେ ଏକ ଗୃହ ଓ ଆପଣା ରାଜ୍ୟ ନିମନ୍ତେ ଏକ ଗୃହ ନିର୍ମାଣ କରିବା ପାଇଁ ଦାଉଦ ରାଜାଙ୍କୁ ବୁଦ୍ଧି ଓ ବିବେଚନାବିଶିଷ୍ଟ ଏକ ଜ୍ଞାନବାନ ପୁତ୍ର ଦେଇଅଛନ୍ତି।
13 Šaljem ti dakle èovjeka vješta i razumna, Hirama Aviva,
ଏବେ ମୁଁ ମୋʼ ପିତା ହୂରମ୍ଙ୍କର ଏକ ଜଣ ନିପୁଣ ବୁଦ୍ଧିମାନ ଲୋକ ପଠାଇଲି,
14 Sina jedne žene izmeðu kæeri Danovijeh, kojemu je otac bio Tirac; on umije raditi od zlata i od srebra, od mjedi, od gvožða, od kamena i od drveta, od skerleta, od porfire i od tankoga platna i od crvca, i rezati svašta, i izmisliti svašta vješto što mu se da, neka radi s tvojim umjetnicima i s umjetnicima gospodara mojega Davida oca tvojega.
ସେ ଦାନ୍ ବଂଶୀୟା ଏକ ସ୍ତ୍ରୀର ପୁତ୍ର, ତାହାର ପିତା ସୋରୀୟ ଲୋକ ଥିଲା, ସେ ସୁନା, ରୂପା, ପିତ୍ତଳ, ଲୁହା, ପ୍ରସ୍ତର, କାଷ୍ଠ ଓ ଧୂମ, ନୀଳ, କ୍ଷୌମ ଓ ସିନ୍ଦୂର ବର୍ଣ୍ଣ ସୂତ୍ରର କାର୍ଯ୍ୟରେ, ମଧ୍ୟ ସର୍ବପ୍ରକାର ଖୋଦନ କାର୍ଯ୍ୟ ଓ ସର୍ବପ୍ରକାର କଳ୍ପନାର କାର୍ଯ୍ୟ କରିବାକୁ ନିପୁଣ; ତାହାକୁ ଆପଣଙ୍କ ନିପୁଣ ଲୋକମାନଙ୍କ ମଧ୍ୟରେ ଓ ଆପଣଙ୍କ ପିତା ମୋʼ ପ୍ରଭୁ ଦାଉଦଙ୍କ ନିପୁଣ ଲୋକମାନଙ୍କ ମଧ୍ୟରେ ସ୍ଥାନ ଦିଆଯାଉ।
15 Neka dakle pšenicu i jeèam, ulje i vino, što je rekao gospodar moj, pošlje slugama svojim.
ଏହେତୁ ମୋʼ ପ୍ରଭୁ ଯେଉଁ ଗହମ ଓ ଯବ, ତୈଳ ଓ ଦ୍ରାକ୍ଷାରସ ବିଷୟ କହିଅଛନ୍ତି, ତାହା ସେ ଆପଣା ଦାସମାନଙ୍କ ନିକଟକୁ ପଠାଇ ଦେଉନ୍ତୁ;
16 A mi æemo nasjeæi drva na Livanu koliko ti god treba, i spustiæemo ih u splavovima morem u Jopu, a ti ih odande vozi u Jerusalim.
ତହିଁରେ ଆପଣଙ୍କ ଯେତେ କାଷ୍ଠ ପ୍ରୟୋଜନ ହେବ, ତାହା ଆମ୍ଭେମାନେ ଲିବାନୋନରୁ କାଟିବୁ; ଆଉ ଆମ୍ଭେମାନେ ଭେଳା ବାନ୍ଧି ସମୁଦ୍ର ପଥରେ ଯାଫୋରେ ଆପଣଙ୍କ ନିକଟରେ ପହଞ୍ଚାଇ ଦେବୁ; ତହୁଁ ଆପଣ ତାହା ଯିରୂଶାଲମକୁ ନେଇଯିବେ।”
17 Tada Solomun izbroji sve inostrance koji bijahu u zemlji Izrailjevoj poslije brojenja kad ih izbroji David otac njegov, i naðe ih se sto i pedeset i tri tisuæe i šest stotina;
ଏଥିଉତ୍ତାରେ ଶଲୋମନ ଆପଣା ପିତା ଦାଉଦଙ୍କର କୃତ ଗଣନା ଉତ୍ତାରେ ଇସ୍ରାଏଲ ଦେଶରେ ପ୍ରବାସକାରୀ ବିଦେଶୀ ସମସ୍ତଙ୍କୁ ଗଣନା କଲେ; ତହିଁରେ ଏକ ଲକ୍ଷ ତେପନ ହଜାର ଛଅ ଶହ ଲୋକ ମିଳିଲେ।
18 I odredi od njih sedamdeset tisuæa koji æe nositi, i osamdeset tisuæa koji æe tesati u planini, a tri tisuæe i šest stotina nastojnika da nastoje da radi narod.
ତହୁଁ ସେ ସେମାନଙ୍କ ମଧ୍ୟରୁ ଭାର ବହିବା ପାଇଁ ସତୁରି ହଜାର ଲୋକ ଓ ପର୍ବତରେ ଅଶୀ ହଜାର କଟାଳି ଲୋକ ଓ ଲୋକମାନଙ୍କୁ କାର୍ଯ୍ୟ କରାଇବା ପାଇଁ ତିନି ହଜାର ଛଅ ଶହ କାର୍ଯ୍ୟଶାସକଙ୍କୁ ନିଯୁକ୍ତ କଲେ।