< 2 Dnevnika 8 >
1 A kad proðe dvadeset godina, u koje sazida Solomun dom Gospodnji i dom svoj,
ଶଲୋମନ ସଦାପ୍ରଭୁଙ୍କ ଗୃହ ଓ ଆପଣା ଗୃହ କୋଡ଼ିଏ ବର୍ଷ ମଧ୍ୟରେ ନିର୍ମାଣ କଲେ।
2 Pogradi Solomun gradove, koje mu dade Hiram, i naseli onuda sinove Izrailjeve.
ତହିଁ ଉତ୍ତାରେ ହୂରମ୍ ଶଲୋମନଙ୍କୁ ଯେଉଁ ଯେଉଁ ଦେଇଥିଲା, ସେସବୁ ଶଲୋମନ ନିର୍ମାଣ କରି ତହିଁରେ ଇସ୍ରାଏଲ-ସନ୍ତାନଗଣକୁ ବାସ କରାଇଲେ।
3 Potom otide Solomun na Emat Sovski, i osvoji ga.
ଏଥିଉତ୍ତାରେ ଶଲୋମନ ହମାତ୍-ସୋବାକୁ ଯାଇ ତାହା ପରାସ୍ତ କଲେ।
4 I sazida Tadmor u pustinji i sve gradove za žitnice sazida u Ematu.
ପୁଣି ସେ ପ୍ରାନ୍ତରରେ ତଦ୍ମୋର ନଗର ଓ ହମାତ୍ତରେ ଭଣ୍ଡାର-ନଗରସବୁ ନିର୍ମାଣ କଲେ।
5 Sazida i Vet-Oron gornji i Vet-Oron donji, tvrde gradove, sa zidovima, vratima i prijevornicama,
ଆହୁରି ସେ ଉପରିସ୍ଥ ବେଥ୍-ହୋରଣ ଓ ନୀଚସ୍ଥ ବେଥ୍-ହୋରଣ, ପ୍ରାଚୀର-ବେଷ୍ଟିତ ଏହି ଦୁଇ ନଗର, ପ୍ରାଚୀର, ଦ୍ୱାର ଓ ଅର୍ଗଳ ସମେତ ନିର୍ମାଣ କଲେ;
6 I Valat i sve gradove u kojima Solomun imaše žitnice, i gradove u kojima mu bijahu kola, i gradove u kojima bijahu konjici, i što god Solomunu bi volja zidati u Jerusalimu i na Livanu i u svoj zemlji carstva svojega.
ଆଉ ବାଲତ୍ ଓ ଶଲୋମନଙ୍କର ସମସ୍ତ ଭଣ୍ଡାର ନଗର ଓ ଆପଣାର ରଥମାନଙ୍କ ନିମନ୍ତେ ସମସ୍ତ ନଗର ଓ ଆପଣାର ଅଶ୍ୱାରୂଢ଼ମାନଙ୍କ ନିମନ୍ତେ ସମସ୍ତ ନଗର, ପୁଣି ଯିରୂଶାଲମରେ ଓ ଲିବାନୋନରେ ଓ ଆପଣା ଅଧିକୃତ ଦେଶର ସର୍ବତ୍ର ଆପଣାର ସନ୍ତୋଷାର୍ଥେ ଯାହା ଯାହା ନିର୍ମାଣ କରିବାକୁ ଶଲୋମନ ଇଚ୍ଛା କଲେ, ତାହାସବୁ ସେ ନିର୍ମାଣ କଲେ।
7 I sav narod što bješe ostao od Heteja i od Amoreja i od Ferezeja i od Jeveja i od Jevuseja, koji ne bijahu od Izrailja,
ଯେଉଁମାନେ ଇସ୍ରାଏଲ ସନ୍ତାନ ନୁହନ୍ତି, ଏପରି ଯେସବୁ ହିତ୍ତୀୟ ଓ ଇମୋରୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ଲୋକ ଅବଶିଷ୍ଟ ରହିଥିଲେ,
8 Od sinova njihovijeh koji bjehu ostali iza njih u zemlji, kojih ne potrše sinovi Izrailjevi, njih nagna Solomun da plaæaju danak do današnjega dana.
ସେମାନଙ୍କ ଉତ୍ତାରେ ଦେଶରେ ଅବଶିଷ୍ଟ ସେମାନଙ୍କର ଯେଉଁ ସନ୍ତାନଗଣକୁ ଇସ୍ରାଏଲ-ସନ୍ତାନଗଣ ବିନାଶ କରି ନ ଥିଲେ, ସେମାନଙ୍କ ମଧ୍ୟରୁ ଆଜିଯାଏ ବେଠିକର୍ମ କରିବା ପାଇଁ ଶଲୋମନ ଦାସ ସଂଗ୍ରହ କଲେ।
9 A od sinova Izrailjevijeh, kojih ne uèini Solomun robovima za svoj posao, nego bijahu vojnici i poglavari nad vojvodama njegovijem, i zapovjednici nad kolima i konjicima njegovijem,
ମାତ୍ର ଶଲୋମନ ଆପଣା କର୍ମ ପାଇଁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ କାହାକୁ ଦାସ କଲେ ନାହିଁ; ସେମାନେ ଯୋଦ୍ଧା ଓ ପ୍ରଧାନ ସେନାପତି, ପୁଣି ତାଙ୍କର ରଥ ଓ ଅଶ୍ୱାରୋହୀମାନଙ୍କର ଅଧ୍ୟକ୍ଷ ହୋଇଥିଲେ।
10 Od njih bijaše glavnijeh nastojnika, koje imaše car Solomun, dvjesta i pedeset, koji upravljahu narodom.
ଆଉ ଏମାନଙ୍କ ମଧ୍ୟରୁ ଦୁଇ ଶହ ପଚାଶ ଜଣ ଶଲୋମନ ରାଜାଙ୍କର ପ୍ରଧାନ ଅଧ୍ୟକ୍ଷ ଥିଲେ, ଏମାନେ ଲୋକମାନଙ୍କ ଉପରେ କର୍ତ୍ତୃତ୍ୱ କଲେ।
11 I kæer faraonovu preseli Solomun iz grada Davidova u dom koji joj sazida, jer reèe: neæe sjedjeti žena moja u domu Davida cara Izrailjeva, jer je svet što je došao u nj kovèeg Gospodnji.
ଏଉତ୍ତାରେ ଶଲୋମନ ଫାରୋର କନ୍ୟା ନିମନ୍ତେ ଯେଉଁ ଗୃହ ନିର୍ମାଣ କରିଥିଲେ, ସେହି ଗୃହକୁ ଦାଉଦ-ନଗରରୁ ତାହାକୁ ଆଣିଲେ; କାରଣ ସେ କହିଲେ, “ଆମ୍ଭର ଭାର୍ଯ୍ୟା ଇସ୍ରାଏଲର ରାଜା ଦାଉଦଙ୍କର ଗୃହରେ ବାସ କରିବ ନାହିଁ, ଯେହେତୁ ଯେଉଁ ଯେଉଁ ସ୍ଥାନକୁ ସଦାପ୍ରଭୁଙ୍କ ସିନ୍ଦୁକ ଆସିଅଛି, ସେସବୁ ସ୍ଥାନ ପବିତ୍ର।”
12 Tada prinošaše Solomun žrtve paljenice Gospodu na oltaru Gospodnjem koji naèini pred trijemom,
ତହୁଁ ଶଲୋମନ ବାରଣ୍ଡା ସମ୍ମୁଖରେ ସଦାପ୍ରଭୁଙ୍କର ଯେଉଁ ଯଜ୍ଞବେଦି ନିର୍ମାଣ କରିଥିଲେ, ତହିଁ ଉପରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କଲେ;
13 Što trebaše od dana na dan prinositi po zapovijesti Mojsijevoj, u subote i na mladine i na praznike, tri puta u godini, na praznik prijesnijeh hljebova i na praznik sedmica i na praznik sjenica.
ସେ ମୋଶାଙ୍କର ଆଜ୍ଞା ପ୍ରମାଣେ ବିଶ୍ରାମବାରରେ, ଅମାବାସ୍ୟାରେ ଓ ବର୍ଷକେ ତିନି ଥର ନିରୂପିତ ପର୍ବରେ, ଅର୍ଥାତ୍, ତାଡ଼ିଶୂନ୍ୟ ରୁଟିର ପର୍ବରେ, ସପ୍ତାହର ପର୍ବରେ ଓ ତମ୍ବୁବାସ ପର୍ବରେ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ବଳି ଉତ୍ସର୍ଗ କଲେ।
14 I postavi po naredbi Davida oca svojega redove sveštenièke prema službi njihovoj, i Levitske prema dužnosti njihovoj, da hvale Boga i služe pred sveštenicima kako treba svaki dan, i vratare po redovima njihovijem nad svakim vratima; jer taka bijaše zapovijest Davida èovjeka Božijega.
ଆଉ, ସେ ଆପଣା ପିତା ଦାଉଦଙ୍କର ବିଧାନାନୁସାରେ ଯାଜକମାନଙ୍କ ସେବାକର୍ମାର୍ଥେ ସେମାନଙ୍କର ପାଳି ନିରୂପଣ କଲେ ଓ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ପ୍ରଶଂସା ଓ ଯାଜକମାନଙ୍କ ସମ୍ମୁଖରେ ପରିଚର୍ଯ୍ୟା କରିବା ନିମନ୍ତେ ଲେବୀୟମାନଙ୍କୁ ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ କଲେ; ମଧ୍ୟ ଦ୍ୱାରପାଳମାନଙ୍କୁ ସେମାନଙ୍କ ପାଳି ଅନୁସାରେ ପ୍ରତ୍ୟେକ ଦ୍ୱାରରେ ନିଯୁକ୍ତ କଲେ; କାରଣ ପରମେଶ୍ୱରଙ୍କ ଲୋକ ଦାଉଦ ସେପରି ଆଜ୍ଞା କରିଥିଲେ।
15 I ne otstupiše od zapovijesti careve za sveštenike i Levite ni u èem, ni za riznice.
ଆଉ ସେମାନେ କୌଣସି ବିଷୟରେ ଅବା ଭଣ୍ଡାର ବିଷୟରେ ଯାଜକମାନଙ୍କ ପ୍ରତି ଓ ଲେବୀୟମାନଙ୍କ ପ୍ରତି ରାଜାଙ୍କର ଆଜ୍ଞା ଅନ୍ୟଥା କଲେ ନାହିଁ।
16 Tako se svrši sve djelo Solomunovo od onoga dana kad bi osnovan dom Gospodnji pa dokle ga ne dovrši, i gotov bi dom Gospodnji.
ସଦାପ୍ରଭୁଙ୍କ ଗୃହର ଭିତ୍ତିମୂଳ ସ୍ଥାପନ ଦିନକୁ ଓ ତହିଁର ସମାପ୍ତି ପର୍ଯ୍ୟନ୍ତ ଶଲୋମନଙ୍କର ସମସ୍ତ କାର୍ଯ୍ୟ ପ୍ରସ୍ତୁତ ହୋଇଥିଲା। ଏହିରୂପେ ସଦାପ୍ରଭୁଙ୍କ ଗୃହ ସମ୍ପୂର୍ଣ୍ଣ ହେଲା।
17 Tada otide Solomun u Esion-Gaver i u Elot na brijegu morskom u zemlji Edomskoj.
ସେତେବେଳେ ଶଲୋମନ ଇଦୋମ୍ ଦେଶର ସମୁଦ୍ରତୀରସ୍ଥ ଇତ୍ସିୟୋନ-ଗେବରକୁ ଓ ଏଲତ୍କୁ ଗଲେ।
18 A Hiram posla mu po svojim slugama laðe i sluge vješte moru, i otidoše sa slugama Solomunovijem u Ofir i uzeše odande èetiri stotine i pedeset talanata zlata i donesoše caru Solomunu.
ତହୁଁ ହୂରମ୍ ଆପଣା ଦାସମାନଙ୍କ ହସ୍ତରେ ତାଙ୍କ ନିକଟକୁ ଜାହାଜ ଓ ସାମୁଦ୍ରିକ କାର୍ଯ୍ୟ ଜାଣିଥିବା ଦାସମାନଙ୍କୁ ପଠାଇଲା; ପୁଣି ସେମାନେ ଶଲୋମନଙ୍କର ଦାସମାନଙ୍କ ସଙ୍ଗେ ଓଫୀରକୁ ଯାଇ ସେଠାରୁ ଶଲୋମନ ରାଜାଙ୍କ ନିକଟକୁ ଚାରି ଶହ ପଚାଶ ତାଳନ୍ତ ସୁନା ଆଣିଲେ।