< Ponovljeni Zakon 25 >

1 Kad je raspra meðu ljudima, pa doðu na sud da im sude, tada pravoga neka opravdaju a krivoga neka osude.
ମନୁଷ୍ୟମାନଙ୍କ ମଧ୍ୟରେ ବିବାଦ ଉପସ୍ଥିତ ହେଲେ, ଯଦି ସେମାନେ ବିଚାରାର୍ଥେ ଆସନ୍ତି ଓ ବିଚାରକର୍ତ୍ତାମାନେ ସେମାନଙ୍କ ବିଚାର କରନ୍ତି; ତେବେ ସେମାନେ ନିର୍ଦ୍ଦୋଷକୁ ନିର୍ଦ୍ଦୋଷ ଓ ଦୋଷୀକୁ ଦୋଷୀ କରିବେ।
2 I ako krivi zaslužuje boj, tada sudija neka zapovjedi da ga povale i biju pred njim, na broj prema krivici njegovoj.
ପୁଣି ଯଦି ଦୋଷୀ ଲୋକ ପ୍ରହାରିତ ହେବାର ଯୋଗ୍ୟ ହୁଏ, ତେବେ ବିଚାରକର୍ତ୍ତା ତାହାକୁ ଶୁଆଇବ, ପୁଣି ତାହାର ଦୋଷ ଅନୁସାରେ ଗଣି ଗଣି ଆପଣା ସମ୍ମୁଖରେ ତାହାକୁ ପ୍ରହାର କରାଇବ।
3 Do èetrdeset udaraca neka zapovjedi da mu udare, ne više, da se ne bi poništio brat tvoj u tvojim oèima, kad bi mu se udarilo više udaraca.
ସେ ତାହାକୁ ଚାଳିଶ ପ୍ରହାର ଦେଇ ପାରିବ, ତହିଁରୁ ବଢ଼ିବ ନାହିଁ; ନୋହିଲେ, ଯେବେ ତାହା ବଢ଼େ ଓ ତହିଁରୁ ବହୁତ ପ୍ରହାର କରେ, ତେବେ ତୁମ୍ଭ ଭାଇ ତୁମ୍ଭ ଦୃଷ୍ଟିରେ ତୁଚ୍ଛଯୋଗ୍ୟ ହେବ।
4 Nemoj zavezati usta volu kad vrše.
ବଳଦ ବେଙ୍ଗଳାରେ ବୁଲିଲା ବେଳେ ତୁମ୍ଭେ ତାହାର ତୁଣ୍ଡି ବାନ୍ଧିବ ନାହିଁ।
5 Kad braæa žive zajedno pa umre jedan od njih bez djece, onda žena umrloga da se ne uda iz kuæe za drugoga; brat njegov neka otide k njoj i uzme je za ženu i uèini joj dužnost djeversku.
ଭାଇମାନେ ଏକତ୍ର ବାସ କରୁଥିଲେ, ଯେବେ ସେମାନଙ୍କ ମଧ୍ୟରୁ ଜଣେ ମରେ ଓ ତାହାର ସନ୍ତାନ ନ ଥାଏ, ତେବେ ସେହି ମୃତ ଲୋକର ଭାର୍ଯ୍ୟା ବାହାରର ଅନ୍ୟ ପୁରୁଷକୁ ବିବାହ କରିବ ନାହିଁ; ତାହାର ଦିଅର ତାହାକୁ ବିବାହ କରି ତାହାର ସହବାସ କରିବ ଓ ତାହା ପ୍ରତି ଦେବରର କର୍ତ୍ତବ୍ୟ କର୍ମ କରିବ।
6 I prvi sin kojega ona rodi neka se nazove imenom brata njegova umrloga, da ne pogine ime njegovo u Izrailju.
ପୁଣି ସେହି ସ୍ତ୍ରୀ ଯେଉଁ ପ୍ରଥମ ସନ୍ତାନ ଜନ୍ମ କରିବ, ସେ ତାହାର ମୃତ ଭ୍ରାତାର ଉତ୍ତରାଧିକାରୀ ହେବ; ତହିଁରେ ତାହାର ନାମ ଇସ୍ରାଏଲ ମଧ୍ୟରୁ ଲୁପ୍ତ ହେବ ନାହିଁ।
7 Ako li onaj èovjek ne bi htio uzeti snahe svoje, onda snaha njegova neka doðe na vrata pred starješine, i reèe: neæe djever moj da podigne bratu svojemu sjemena u Izrailju, neæe da mi uèini dužnosti djeverske.
ଆଉ ସେହି ପୁରୁଷ ଯଦି ଆପଣା ଭ୍ରାତୃର ଭାର୍ଯ୍ୟାକୁ ଗ୍ରହଣ କରିବା ପାଇଁ ଅସମ୍ମତ ହୁଏ, ତେବେ ସେହି ସ୍ତ୍ରୀ ନଗର-ଦ୍ୱାରରେ ପ୍ରାଚୀନବର୍ଗଙ୍କ ନିକଟକୁ ଯାଇ କହିବ, “ଆମ୍ଭ ଦେବର ଇସ୍ରାଏଲ ମଧ୍ୟରେ ଆପଣା ଭ୍ରାତାର ନାମ ରଖିବାକୁ ଅସମ୍ମତ, ସେ ଆମ୍ଭ ପ୍ରତି ଦେବରର କର୍ତ୍ତବ୍ୟ କର୍ମ କରିବାକୁ ଇଚ୍ଛା କରେ ନାହିଁ।”
8 Tada neka ga dozovu starješine mjesta onoga i razgovore se s njim; pa ako se on upre i reèe: neæu da je uzmem;
ତେବେ ତାହାର ନଗରସ୍ଥ ପ୍ରାଚୀନମାନେ ତାହାକୁ ଡାକି କହିବେ; ତହିଁରେ ଯେବେ ସେ ଠିଆ ହୋଇ କହେ ଯେ, “ତାହାକୁ ଗ୍ରହଣ କରିବାକୁ ମୋʼ ର ଇଚ୍ଛା ନାହିଁ;”
9 Onda neka pristupi k njemu snaha njegova pred starješinama, i neka mu izuje obuæu s noge njegove i pljune mu u lice, i progovorivši neka reèe: tako valja da bude èovjeku koji neæe da zida kuæe brata svojega.
ତେବେ ତାହାର ଭ୍ରାତୃର ଭାର୍ଯ୍ୟା ପ୍ରାଚୀନମାନଙ୍କ ସାକ୍ଷାତରେ ତାହାର ନିକଟକୁ ଆସି ତାହାର ପାଦରୁ ପାଦୁକା କାଢ଼ି ତାହା ମୁଖରେ ଛେପ ପକାଇବ; ପୁଣି ପ୍ରତ୍ୟୁତ୍ତର କରି କହିବ, ଯେକେହି ଆପଣା ଭାଇର ଘର ନ ତୋଳେ, ତାହା ପ୍ରତି ଏହିରୂପ କରାଯିବ।
10 I on neka se zove u Izrailju: dom bosoga.
ଆଉ ଇସ୍ରାଏଲ ମଧ୍ୟରେ “ସେ ଚ୍ୟୁତପାଦୁକ ବଂଶ ବୋଲି ବିଖ୍ୟାତ ହେବ।”
11 Ako bi se svadili ljudi, jedan s drugim, pa bi došla žena jednoga da otme muža svojega iz ruke drugoga koji ga bije, i pruživši ruku svoju uhvatila bi ga za mošnice,
ପୁରୁଷମାନେ ପରସ୍ପର ବିରୋଧ କଲେ, ସେମାନଙ୍କ ମଧ୍ୟରୁ କାହାରି ଭାର୍ଯ୍ୟା ଯଦି ପ୍ରହାରକ ହସ୍ତରୁ ଆପଣା ସ୍ୱାମୀକୁ ରକ୍ଷା କରିବାକୁ ଆସେ ଓ ହାତ ବଢ଼ାଇ ପ୍ରହାରକର ଗୁପ୍ତାଙ୍ଗ ଧରେ,
12 Otsijeci joj ruku; neka ne žali oko tvoje.
ତେବେ ତୁମ୍ଭେ ତାହାର ହସ୍ତ କାଟି ପକାଇବ; ତୁମ୍ଭ ଚକ୍ଷୁ ତାହାକୁ ଦୟା କରିବ ନାହିଁ।
13 Nemoj imati u torbi svojoj dvojaku mjeru, veliku i malu.
ତୁମ୍ଭେ ଆପଣା ଥଳୀରେ ଊଣା ଅଧିକ ଓଜନର ନାନା ପ୍ରକାର ବଟଖରା ରଖିବ ନାହିଁ।
14 Nemoj imati u kuæi svojoj dvojaku efu, veliku i malu.
ତୁମ୍ଭେ ଆପଣା ଗୃହରେ ଊଣା ଅଧିକ ପରିମାଣର ପାତ୍ର ରଖିବ ନାହିଁ।
15 Mjera potpuna i prava neka ti je; efa potpuna i prava neka ti je, da bi ti se produljili dani tvoji u zemlji koju ti daje Gospod Bog tvoj.
ତୁମ୍ଭେ ଯଥାର୍ଥ ଓ ନ୍ୟାୟ ବଟଖରା ରଖିବ, ପୁଣି ଯଥାର୍ଥ ଓ ନ୍ୟାୟ ପରିମାଣ ପାତ୍ର ରଖିବ; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦିନ ଦୀର୍ଘ ହେବ।
16 Jer je gad pred Gospodom Bogom tvojim ko god èini tako, ko god èini krivo.
କାରଣ ଯେଉଁମାନେ ଏପରି ଅଧର୍ମ କର୍ମ କରନ୍ତି, ସେହି ସମସ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣାଯୋଗ୍ୟ।
17 Opominji se šta ti je uèinio Amalik na putu kad iðaste iz Misira,
ତୁମ୍ଭେମାନେ ମିସରରୁ ବାହାର ହୋଇ ଆସିବା ବେଳେ ପଥ ମଧ୍ୟରେ ଅମାଲେକ ତୁମ୍ଭକୁ ଯାହା କଲା;
18 Kako te doèeka na putu i pobi na kraju sve umorne koji iðahu za tobom, kad si bio sustao i iznemogao, i ne boja se Boga.
ତୁମ୍ଭେ ଶ୍ରାନ୍ତ ଓ କ୍ଳାନ୍ତ ହେବା ସମୟରେ ସେ ପଥରେ ତୁମ୍ଭକୁ ଭେଟି ତୁମ୍ଭ ପଶ୍ଚାତ୍‍ବର୍ତ୍ତୀ ଦୁର୍ବଳ ଲୋକମାନଙ୍କୁ ତୁମ୍ଭ ପଛରେ କିପରି ଆକ୍ରମଣ କଲା ଓ ସେ ପରମେଶ୍ୱରଙ୍କୁ ଭୟ କଲା ନାହିଁ; ଏହା ସ୍ମରଣ କର।
19 Zato kad te Gospod Bog tvoj smiri od svijeh neprijatelja tvojih unaokolo u zemlji koju ti daje Gospod Bog tvoj da je naslijediš, tada zatri spomen Amaliku pod nebom; ne zaboravi.
ଏହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଚତୁର୍ଦ୍ଦିଗସ୍ଥ ତୁମ୍ଭ ଶତ୍ରୁମାନଙ୍କଠାରୁ ତୁମ୍ଭକୁ ବିଶ୍ରାମ ଦେଲେ, ତୁମ୍ଭେ ଆକାଶ ତଳରୁ ଅମାଲେକର ସ୍ମରଣ ଚିହ୍ନ ଲୋପ କରିବ; ତୁମ୍ଭେ ପାସୋରିବ ନାହିଁ।

< Ponovljeni Zakon 25 >