< Jezekilj 3 >

1 I reèe mi: sine èovjeèji, pojedi što je pred tobom, pojedi ovu knjigu, pa idi, govori domu Izrailjevu.
ଏଥିଉତ୍ତାରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭ ନିକଟରେ ଯାହା ଉପସ୍ଥିତ ତାହା ଭୋଜନ କର; ଏହି ନଳାକାର ପୁସ୍ତକ ଭୋଜନ କର ଓ ଯାଇ ଇସ୍ରାଏଲ ବଂଶ ସହିତ କଥା କୁହ।”
2 I otvorih usta, i založi me onom knjigom.
ତହିଁରେ ମୁଁ ଆପଣା ମୁଖ ଫିଟାନ୍ତେ, ସେ ମୋତେ ସେହି ନଳାକାର ପୁସ୍ତକ ଭୋଜନ କରାଇଲେ।
3 I reèe mi: sine èovjeèji, nahrani trbuh svoj, i crijeva svoja napuni ovom knjigom koju ti dajem. I pojedoh je, i bješe mi u ustima slatka kao med.
ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯେଉଁ ନଳାକାର ପୁସ୍ତକ ଦେଉ, ତାହା ତୁମ୍ଭେ ଜଠରରେ ଗ୍ରହଣ କରି ଆପଣା ଉଦର ପୂର୍ଣ୍ଣ କର!” ତହିଁରେ ମୁଁ ତାହା ଭୋଜନ କଲି; ଆଉ, ମିଷ୍ଟତା ସକାଶୁ ତାହା ମୋʼ ମୁଖକୁ ମଧୁପରି ଲାଗିଲା।
4 Zatijem reèe mi: sine èovjeèji, idi k domu Izrailjevu, i govori im moje rijeèi.
ଏଉତ୍ତାରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶ ନିକଟକୁ ଯାଇ ସେମାନଙ୍କୁ ଆମ୍ଭର ବାକ୍ୟସକଳ କୁହ।
5 Jer se ne šalješ k narodu nepoznata jezika i nerazumljiva govora, nego k domu Izrailjevu;
କାରଣ ତୁମ୍ଭେ କୌଣସି ବିଦେଶୀୟ ଓ କଠିନ ଭାଷାବାଦୀ ଗୋଷ୍ଠୀ ନିକଟକୁ ପ୍ରେରିତ ନ ହୋଇ ଇସ୍ରାଏଲ ବଂଶ ନିକଟକୁ ପ୍ରେରିତ ହେଉଅଛ;
6 Ne k mnogim narodima nepoznata jezika i nerazumljiva govora, kojima rijeèi ne bi razumio; k njima da te pošljem, poslušali bi te.
ଯେଉଁମାନଙ୍କର ଭାଷା ତୁମ୍ଭେ ବୁଝି ନ ପାର, ଏପରି ବିଦେଶୀୟ ଓ କଠିନ ଭାଷାବାଦୀ ଅନେକ ଗୋଷ୍ଠୀ ନିକଟକୁ ତୁମ୍ଭେ ପ୍ରେରିତ ହେଉ ନାହଁ। ଆମ୍ଭେ ସେମାନଙ୍କ ନିକଟକୁ ତୁମ୍ଭକୁ ପଠାଇଲେ, ସେମାନେ ନିଶ୍ଚୟ ତୁମ୍ଭର କଥା ଶୁଣନ୍ତେ।
7 Ali dom Izrailjev neæe te poslušati, jer neæe mene da poslušaju; jer je sav dom Izrailjev tvrda obraza i uporna srca.
ମାତ୍ର ଇସ୍ରାଏଲ ବଂଶ ତୁମ୍ଭ କଥା ଶୁଣିବେ ନାହିଁ; କାରଣ ସେମାନେ ଆମ୍ଭ କଥା ଶୁଣିବେ ନାହିଁ; ସମୁଦାୟ ଇସ୍ରାଏଲ ବଂଶ ଶକ୍ତଗ୍ରୀବ ଓ କଠିନ ଚିତ୍ତ ଅଟନ୍ତି।
8 Evo dadoh tebi obraz tvrd prema njihovu obrazu, i èelo tvrdo prema njihovu èelu.
ଦେଖ, ଆମ୍ଭେ ସେମାନଙ୍କ ମୁଖର ପ୍ରତିକୂଳରେ ତୁମ୍ଭର ମୁଖ ଓ ସେମାନଙ୍କ କପାଳର ପ୍ରତିକୂଳରେ ତୁମ୍ଭର କପାଳ ଦୃଢ଼ କରିଅଛୁ।
9 Kao kamen dijamanat, tvrðe od stijene dadoh ti èelo; ne boj ih se, niti se plaši od njih, zato što su dom odmetnièki.
ଆମ୍ଭେ ଚକ୍‍ମକି ପ୍ରସ୍ତର ଅପେକ୍ଷା ଦୃଢ଼ ହୀରକ ତୁଲ୍ୟ ତୁମ୍ଭର କପାଳ କରିଅଛୁ; ସେମାନେ ବିଦ୍ରୋହୀ ବଂଶ ହେଲେ ହେଁ ସେମାନଙ୍କୁ ଭୟ କର ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍‍ବିଗ୍ନ ହୁଅ ନାହିଁ।”
10 Potom reèe mi: sine èovjeèji, sve rijeèi moje što æu ti govoriti primaj u srce svoje i slušaj ušima svojim.
ଆହୁରି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା ଯାହା କହିବା, ଆମ୍ଭର ସେହି ସବୁ କଥା ତୁମ୍ଭେ ଆପଣା ଅନ୍ତଃକରଣରେ ଗ୍ରହଣ କର ଓ ଆପଣା କର୍ଣ୍ଣରେ ଶ୍ରବଣ କର।
11 Idi k roblju, k sinovima naroda svojega, i govori im i reci im: tako veli Gospod Gospod; poslušali ili ne poslušali.
ପୁଣି, ତୁମ୍ଭ ଲୋକଙ୍କର ନିର୍ବାସିତ ସନ୍ତାନଗଣ ନିକଟକୁ ଯାଇ ସେମାନଙ୍କୁ କୁହ; ସେମାନେ ଶୁଣନ୍ତୁ ଅବା ନ ଶୁଣନ୍ତୁ, ସେମାନଙ୍କୁ ଜଣାଅ, ‘ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି।’”
12 Tada podiže me duh, i èuh za sobom glas gdje se silno razliježe: blagoslovena slava Gospodnja s mjesta njegova;
ଏଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉପରକୁ ଉଠାଇଲେ, ତହିଁରେ ମୁଁ ଆପଣା ପଶ୍ଚାତରେ, “ଧନ୍ୟ ସଦାପ୍ରଭୁଙ୍କର ମହିମା,” ଏହି କଥା ମହା ଖରତର ଶବ୍ଦର ନ୍ୟାୟ ତାହାଙ୍କ ସ୍ଥାନରୁ ଶୁଣିଲି।
13 I lupu krila onijeh životinja, koja udarahu jedno o drugo, i prasku toèkova prema njima, glas koji se silno razlijegaše.
ପୁଣି, ସେହି ଜୀବିତ ପ୍ରାଣୀମାନଙ୍କ ପକ୍ଷ ପରସ୍ପର ସ୍ପର୍ଶ କରନ୍ତେ, ମୁଁ ତହିଁର ଶବ୍ଦ ଓ ସେମାନଙ୍କ ପାର୍ଶ୍ୱସ୍ଥ ଚକ୍ରର ଶବ୍ଦ, ଏହି ମହା ଖରତର ଶବ୍ଦ ଶୁଣିଲି।
14 I duh me podiže i odnese, i iðah žalostan od srdnje u duhu svom; ali ruka Gospodnja silna bješe nada mnom.
ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉପରକୁ ଉଠାଇ ନେଇଗଲେ; ତହୁଁ ମୁଁ ଦୁଃଖିତ ଓ ପରମେଶ୍ୱରଙ୍କ ଆତ୍ମାରେ ତାପିତ ହୋଇ ଗମନ କଲି, ପୁଣି, ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ପ୍ରବଳ ଥିଲା।
15 I doðoh k roblju u Telaviv, koje stanovaše na rijeci Hevaru, i sjedoh gdje oni sjeðahu, i sjedjeh ondje meðu njima sedam dana èudeæi se.
ତେବେ ମୁଁ ତେଲଆବୀବକୁ, କବାର ନଦୀତୀର ନିବାସୀ ନିର୍ବାସିତ ଲୋକମାନଙ୍କ ନିକଟକୁ ଆସିଲି ଓ ସେମାନେ ଯେଉଁ ସ୍ଥାନରେ ବାସ କଲେ, ସେହି ସ୍ଥାନରେ ସେମାନଙ୍କ ମଧ୍ୟରେ ସ୍ତବ୍ଧ ହୋଇ ସାତ ଦିନ ବସି ରହିଲି।
16 A poslije sedam dana doðe mi rijeè Gospodnja govoreæi:
ଏଥିଉତ୍ତାରେ ସାତ ଦିନ ସମାପ୍ତ ହେଲା ପରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା:
17 Sine èovjeèji, postavih te stražarem domu Izrailjevu, da slušaš rijeèi iz mojih usta i opominješ ih od mene.
“ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଇସ୍ରାଏଲ ବଂଶ ପ୍ରତି ତୁମ୍ଭକୁ ପ୍ରହରୀ କରି ନିଯୁକ୍ତ କରିଅଛୁ; ଏହେତୁ ଆମ୍ଭ ମୁଖର କଥା ଶୁଣ ଓ ଆମ୍ଭ ନାମରେ ସେମାନଙ୍କୁ ଚେତନା ଦିଅ।
18 Kad reèem bezbožniku: poginuæeš, a ti ga ne opomeneš i ne progovoriš mu da bi odvratio bezbožnika od bezbožnoga puta njegova, da bi ga saèuvao u životu, onaj æe bezbožnik poginuti sa svojega bezakonja; ali æu krv njegovu iskati iz tvojih ruku.
‘ତୁମ୍ଭେ ନିଶ୍ଚୟ ମରିବ,’ ଏହି କଥା ଯେତେବେଳେ ଆମ୍ଭେ ଦୁଷ୍ଟକୁ କହୁ; ସେତେବେଳେ ତୁମ୍ଭେ ଯଦି ତାହାକୁ ଚେତନା ନ ଦିଅ, କିଅବା ତାହାର ପ୍ରାଣ ରକ୍ଷା ନିମନ୍ତେ ଚେତନା ଦେବା ପାଇଁ ସେହି ଦୁଷ୍ଟ ଲୋକକୁ ତାହାର କୁପଥ ବିଷୟରେ କିଛି ନ କୁହ; ତେବେ ସେହି ଦୁଷ୍ଟ ଲୋକ ଆପଣା ଅଧର୍ମରେ ମରିବ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପ୍ରତିଶୋଧ ନେବା।
19 A kad ti opomeneš bezbožnika, a on se i ne vrati od bezbožnosti svoje i sa zloga puta svojega, on æe poginuti s bezakonja svojega, a ti æeš saèuvati dušu svoju.
ତଥାପି ତୁମ୍ଭେ ଯଦି ଦୁଷ୍ଟକୁ ଚେତନା ଦିଅ, ଆଉ ସେ ଆପଣା ଦୁଷ୍ଟତାରୁ ଓ ଆପଣା କୁପଥରୁ ନ ଫେରେ, ସେ ନିଜ ଅଧର୍ମରେ ମରିବ, ମାତ୍ର ତୁମ୍ଭେ ଆପଣା ପ୍ରାଣ ରକ୍ଷା କରିବ।
20 Ako li se pravednik odvrati od pravde svoje, i stane èiniti bezakonje, i ja mu podmetnem na što æe se spotaæi, te pogine, a ti ga ne opomenu, on æe poginuti sa svoga grijeha, i neæe se pomenuti pravedna djela njegova što je èinio, ali æu krv njegovu iskati iz tvoje ruke.
ପୁନର୍ବାର କୌଣସି ଧାର୍ମିକ ଲୋକ ଯଦି ଆପଣା ଧର୍ମରୁ ଫେରି ଅଧର୍ମ କରେ ଓ ଆମ୍ଭେ ତାହା ସମ୍ମୁଖରେ ବାଧା ରଖୁ, ତେବେ ସେ ମରିବ; ତୁମ୍ଭେ ତାହାକୁ ଚେତନା ନ ଦେବା ସକାଶୁ ସେ ଆପଣା ପାପରେ ମରିବ ଓ ତାହାର ଧର୍ମକର୍ମସବୁ ସ୍ମରଣ କରାଯିବ ନାହିଁ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପ୍ରତିଶୋଧ ନେବା।
21 Ako li ti opomeneš pravednika da ne griješi pravednik, i on prestane griješiti, on æe živjeti, jer primi opomenu, i ti æeš saèuvati dušu svoju.
ତଥାପି ଧାର୍ମିକ ଲୋକ ଯେପରି ପାପ ନ କରିବ, ଏଥିପାଇଁ ତୁମ୍ଭେ ଧାର୍ମିକ ଲୋକକୁ ଚେତନା ଦେଲେ, ସେ ଯଦି ପାପ ନ କରେ, ତେବେ ସେ ଚେତନା ଗ୍ରହଣ କରିବା ସକାଶୁ ନିଶ୍ଚୟ ବଞ୍ଚିବ ଓ ତୁମ୍ଭେ ଆପଣା ପ୍ରାଣ ରକ୍ଷା କରିବ।”
22 I doðe ondje nada me ruka Gospodnja, i reèe mi: ustani, izidi u polje, i ondje æu govoriti s tobom.
ଏଥିଉତ୍ତାରେ ସେହି ସ୍ଥାନରେ ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଅଧିଷ୍ଠାନ କଲା; ପୁଣି, ସେ ମୋତେ କହିଲେ, “ତୁମ୍ଭେ ଉଠି ପଦାଭୂମିକୁ ବାହାରି ଯାଅ, ଆଉ ଆମ୍ଭେ ସେଠାରେ ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିବା!”
23 I ustavši otidoh u polje, a gle, slava Gospodnja stajaše ondje kao slava koju vidjeh na rijeci Hevaru, i padoh na lice svoje.
ତହିଁରେ ମୁଁ ଉଠି ପଦାଭୂମିକୁ ବାହାରିଗଲି; ଆଉ ଦେଖ, କବାର ନଦୀ କୂଳରେ ମୁଁ ଯେଉଁ ମହିମା ଦେଖିଥିଲି, ତାହାର ତୁଲ୍ୟ ସଦାପ୍ରଭୁଙ୍କର ମହିମା ସେହି ସ୍ଥାନରେ ଉପସ୍ଥିତ ହେଲା; ତହୁଁ ମୁଁ ଉବୁଡ଼ ହେଲି।
24 I uðe u me duh, i postavi me na noge; i progovori sa mnom i reèe mi: idi, zatvori se u kuæu svoju.
ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋʼ ମଧ୍ୟରେ ପ୍ରବେଶ କରି ମୋତେ ଚରଣରେ ଠିଆ କରାଇଲେ; ପୁଣି, ସେ ମୋʼ ସଙ୍ଗେ କଥାବାର୍ତ୍ତା କରି ମୋତେ କହିଲେ, “ଯାଅ, ତୁମ୍ଭେ ଆପଣା ଗୃହ ଭିତରେ ଆପଣାକୁ ରୁଦ୍ଧ କରି ରଖ।
25 Jer, sine èovjeèji, evo, metnuæe na te uzice, i svezaæe te njima, i neæeš izlaziti meðu njih.
ମାତ୍ର ହେ ମନୁଷ୍ୟ-ସନ୍ତାନ, ଦେଖ, ଲୋକମାନେ ତୁମ୍ଭ ଉପରେ ରଜ୍ଜୁ ଦେଇ ତଦ୍ଦ୍ୱାରା ତୁମ୍ଭକୁ ବାନ୍ଧିବେ, ତହିଁରେ ତୁମ୍ଭେ ବାହାରି ସେମାନଙ୍କ ମଧ୍ୟରେ ଯିବ ନାହିଁ;
26 I ja æu uèiniti da ti se jezik prilijepi za grlo, te æeš onijemjeti, i neæeš ih karati, jer su dom odmetnièki.
ପୁଣି, ଆମ୍ଭେ ତୁମ୍ଭ ଜିହ୍ୱାକୁ ତୁମ୍ଭ ମୁଖର ତାଳୁରେ ଯୁକ୍ତ କରିବା, ତହିଁରେ ତୁମ୍ଭେ ଘୁଙ୍ଗା ହେବ ଓ ସେମାନଙ୍କର ଭର୍ତ୍ସନାକାରୀ ହେବ ନାହିଁ; କାରଣ ସେମାନେ ବିଦ୍ରୋହୀ ବଂଶ ଅଟନ୍ତି।
27 Ali kad ti progovorim, otvoriæu ti usta, i kazaæeš im: ovako veli Gospod Gospod; ko æe slušati, neka sluša, a ko neæe slušati, neka ne sluša; jer su dom odmetnièki.
ମାତ୍ର ଆମ୍ଭେ ତୁମ୍ଭ ସଙ୍ଗେ କଥା କହିବା ସମୟରେ ତୁମ୍ଭ ମୁଖ ଫିଟାଇବା, ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ‘ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି;’ ଯେ ଶୁଣେ, ସେ ଶୁଣୁ ଓ ଯେ ନ ଶୁଣେ, ସେ ନ ଶୁଣୁ; କାରଣ ସେମାନେ ବିଦ୍ରୋହୀ ବଂଶ!”

< Jezekilj 3 >