< Postanak 41 >

1 A poslije dvije godine dana usni Faraon, a on stoji na jednoj rijeci.
ଏଥିଉତ୍ତାରେ ସମ୍ପୂର୍ଣ୍ଣ ଦୁଇ ବର୍ଷ ଶେଷରେ ଫାରୋ ଏହି ସ୍ୱପ୍ନ ଦେଖିଲେ; ଦେଖ, ସେ ନୀଳ ନଦୀ କୂଳରେ ଠିଆ ହୋଇଅଛନ୍ତି।
2 I gle, iz rijeke izaðe sedam krava lijepijeh i debelijeh, i stadoše pasti po obali.
ଆଉ ଦେଖ, ନଦୀ ଭିତରୁ ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁ ଉଠି ନଳ-ତୃଣ ମଧ୍ୟରେ ଚରିବାକୁ ଲାଗିଲେ।
3 I gle, iza njih izaðe iz rijeke sedam drugih krava, ružnijeh i mršavijeh, i stadoše pored onijeh krava na obali.
ସେମାନଙ୍କ ଉତ୍ତାରେ ଦେଖ, ଅନ୍ୟ ସାତୋଟି କୃଶ ଓ କୁତ୍ସିତ ଗୋରୁ ନଦୀରୁ ଉଠି ନଦୀ ତଟରେ ସେହି ଗୋରୁମାନଙ୍କ ପାଖରେ ଠିଆ ହେଲେ।
4 I ove krave ružne i mršave pojedoše onijeh sedam krava lijepijeh i debelijeh. U tom se probudi Faraon.
ତହିଁରେ ସେହି ଦୁର୍ବଳ ଓ କୁତ୍ସିତ ଗୋରୁ ସେହି ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁଙ୍କୁ ଖାଇ ପକାଇଲେ। ଏପରି ସମୟରେ ଫାରୋଙ୍କର ନିଦ୍ରା ଭଙ୍ଗ ହେଲା।
5 Pa opet zaspav usni drugom, a to sedam klasova izraste iz jednoga stabla jedrijeh i lijepijeh;
ତହିଁ ଉତ୍ତାରେ ସେ ନିଦ୍ରିତ ହୋଇ ଦ୍ୱିତୀୟ ଥର ସ୍ୱପ୍ନ ଦେଖିଲେ; ଗୋଟିଏ ଡେମ୍ଫରେ ସାତୋଟି ପରିପୁଷ୍ଟ ଓ ଉତ୍ତମ ଶିଷା ବାହାରିଲା।
6 A iza njih isklija sedam klasova malijeh i šturijeh;
ସେମାନଙ୍କ ଉତ୍ତାରେ ପୂର୍ବୀୟ ବାୟୁରେ ଶୁଷ୍କ ଆଉ ସାତୁଟା କ୍ଷୀଣ ଶିଷା ଉତ୍ପନ୍ନ ହେଲା।
7 Pa ovi klasovi mali pojedoše onijeh sedam velikijeh i jedrijeh. U tom se probudi Faraon i vidje da je san.
ପୁଣି, ସେହି ସାତୁଟା କ୍ଷୀଣ ଶିଷା ଏହି ସାତୋଟି ପରିପୁଷ୍ଟ ଓ ପୂର୍ଣ୍ଣ ଶିଷାକୁ ଗ୍ରାସ କଲା। ଏପରି ସମୟରେ ଫାରୋଙ୍କର ନିଦ୍ରା ଭଙ୍ଗ ହୁଅନ୍ତେ, ସ୍ୱପ୍ନ-ମାତ୍ର ଜ୍ଞାତ ହେଲା।
8 I kad bi ujutru, on se zabrinu u duhu, i poslav sazva sve gatare Misirske i sve mudarce, i pripovjedi im šta je snio; ali niko ne može kazati Faraonu šta znaèi.
ପୁଣି, ପ୍ରଭାତରେ ତାଙ୍କର ମନ ଉଦ୍‍ବିଗ୍ନ ହେଲା, ତହୁଁ ସେ ଲୋକ ପଠାଇ ମିସର ଦେଶୀୟ ମନ୍ତ୍ରଜ୍ଞ ଓ ପଣ୍ଡିତ ସମସ୍ତଙ୍କୁ ଡକାଇଲେ; ମାତ୍ର ଫାରୋ ସେମାନଙ୍କ ନିକଟରେ ଆପଣା ସ୍ୱପ୍ନର କଥା କହନ୍ତେ, ସେମାନଙ୍କ ମଧ୍ୟରୁ କେହି ଫାରୋଙ୍କୁ ତହିଁର ଅର୍ଥ କହି ପାରିଲେ ନାହିଁ।
9 Tada progovori starješina nad peharnicima Faraonu i reèe: danas se opomenuh grijeha svojega.
ସେତେବେଳେ ପ୍ରଧାନ ପାନପାତ୍ରବାହକ ଫାରୋଙ୍କ ଛାମୁରେ ନିବେଦନ କଲା, “ଆଜି ମୁଁ ନିଜ ଅପରାଧ ସ୍ମରଣ କରୁଅଛି।
10 Kad se Faraon rasrdi na sluge svoje i baci u tamnicu u kuæi zapovjednika stražarskoga mene i starješinu nad hljebarima,
ଫାରୋ ଆପଣା ଦାସ ମୋʼ ପ୍ରତି ଓ ପ୍ରଧାନ ସୂପକାର ପ୍ରତି କ୍ରୋଧାନ୍ୱିତ ହୋଇ ଆମ୍ଭମାନଙ୍କୁ ରକ୍ଷକ ସୈନ୍ୟାଧିପତିର କାରାଗାରରେ ବନ୍ଦ କରି ରଖିଥିଲେ।
11 Usnismo u jednu noæ ja i on, svaki za sebe po znaèenju sna svojega usnismo.
ତହିଁରେ ଆମ୍ଭେ ଦୁହେଁ ଏକ ରାତ୍ରିରେ ସ୍ୱପ୍ନ ଦେଖିଲୁ; ପୁଣି, ଦୁହିଁଙ୍କ ସ୍ୱପ୍ନର ଦୁଇ ପ୍ରକାର ଅର୍ଥ ହେଲା।
12 A ondje bijaše s nama momèe Jevrejèe, sluga zapovjednika stražarskoga, i mi mu pripovjedismo sne, a on nam kaza šta èiji san znaèi.
ସେଠାରେ ଆମ୍ଭମାନଙ୍କ ସଙ୍ଗରେ ରକ୍ଷକ ସୈନ୍ୟାଧିପତିର ଦାସ ଜଣେ ଏବ୍ରୀୟ ଯୁବା ଥିଲା; ଆମ୍ଭେମାନେ ତାକୁ ସ୍ୱପ୍ନର କଥା କହନ୍ତେ, ସେ ଆମ୍ଭମାନଙ୍କୁ ତହିଁର ଅର୍ଥ କହିଲା, ପ୍ରତ୍ୟେକ ଜଣର ସ୍ୱପ୍ନାନୁସାରେ ଅର୍ଥ କହିଲା।
13 I zbi se kako nam kaza: mene povrati Faraon u službu, a onoga objesi.
ତହିଁରେ ସେ ଆମ୍ଭ ଦୁହିଁଙ୍କୁ ଯେରୂପ ଅର୍ଥ କହିଥିଲା, ତଦ୍ରୂପ ଘଟିଲା; ମୁଁ ପୂର୍ବ ପଦରେ ନିଯୁକ୍ତ ହେଲି ଓ ସେ ଫାଶୀ ପାଇଲା।”
14 Tada Faraon posla po Josifa, i brže ga izvedoše iz tamnice, a on se obrija i preobuèe se, te izaðe pred Faraona.
ସେତେବେଳେ ଫାରୋ ଯୋଷେଫଙ୍କୁ ଡକାଇ ପଠାନ୍ତେ, ଲୋକମାନେ କାରାଗାରରୁ ତାଙ୍କୁ ଶୀଘ୍ର ଆଣିଲେ; ସେ କ୍ଷୌରକର୍ମ କରି ଓ ଉତ୍ତମ ବସ୍ତ୍ର ପିନ୍ଧି ଫାରୋଙ୍କ ଛାମୁରେ ଉପସ୍ଥିତ ହେଲେ।
15 A Faraon reèe Josifu: usnih san, pa mi niko ne umije da kaže šta znaèi; a za tebe èujem da umiješ kazivati sne.
ତହୁଁ ଫାରୋ ଯୋଷେଫଙ୍କୁ କହିଲେ, “ଆମ୍ଭେ ଗୋଟିଏ ସ୍ୱପ୍ନ ଦେଖିଅଛୁ, କେହି ତହିଁର ଅର୍ଥ କରି ପାରୁ ନାହାନ୍ତି; ମାତ୍ର ଆମ୍ଭେ ତୁମ୍ଭ ବିଷୟରେ ଶୁଣିଅଛୁ, ଯେ ତୁମ୍ଭେ ସ୍ୱପ୍ନ ଶୁଣିଲେ, ତହିଁର ଅର୍ଥ କରିପାର।”
16 A Josif odgovori Faraonu i reèe: to nije u mojoj vlasti, Bog æe javiti dobro Faraonu.
ତହିଁରେ ଯୋଷେଫ କହିଲେ, “ତାହା ମୋହର ଆୟତ୍ତ ନୁହେଁ, ମାତ୍ର ପରମେଶ୍ୱର ଫାରୋଙ୍କୁ ମାଙ୍ଗଳିକ ଉତ୍ତର ଦେବେ।”
17 I reèe Faraon Josifu: usnih, a ja stojim kraj rijeke na obali.
ତହୁଁ ଫାରୋ ଯୋଷେଫଙ୍କୁ କହିଲେ, “ଆମ୍ଭ ସ୍ୱପ୍ନରେ, ଦେଖ, ଆମ୍ଭେ ନଦୀ ତଟରେ ଠିଆ ହୋଇଥିଲୁ।
18 I gle, iz rijeke izaðe sedam krava debelijeh i lijepijeh, te stadoše pasti po obali.
ତହିଁରେ ନଦୀ ଭିତରୁ ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁ ଉଠି ନଳ-ତୃଣ ମଧ୍ୟରେ ଚରିବାକୁ ଲାଗିଲେ।
19 I gle, iza njih izaðe sedam drugih krava rðavijeh, i vrlo ružnijeh i mršavijeh, kakvijeh nijesam vidio u cijeloj zemlji Misirskoj.
ଏଥିଉତ୍ତାରେ ସେମାନଙ୍କ ଉତ୍ତାରେ ଆଉ ସାତୋଟି ଦୁର୍ବଳ ଅତି କୁତ୍ସିତ ଓ କୃଶାଙ୍ଗ ଗୋରୁ ଉଠି ଆସିଲେ; ଆମ୍ଭେ ସେମାନଙ୍କ ପରି କୁତ୍ସିତ ଗୋରୁ ସମୁଦାୟ ମିସର ଦେଶରେ କଦାପି ଦେଖି ନାହୁଁ।
20 I ove krave mršave i ružne pojedoše onijeh sedam debelijeh,
ପୁଣି, ସେହି କ୍ଷୀଣ କୁତ୍ସିତ ଗୋରୁ ପୂର୍ବର ହୃଷ୍ଟପୁଷ୍ଟ ସେହି ସାତୋଟି ଗୋରୁଙ୍କୁ ଖାଇ ପକାଇଲେ।
21 I kad im biše u trbuhu, ne poznavaše se da su im u trbuhu, nego opet bjehu onako ružne kao prije. U tom se probudih.
ମାତ୍ର ଖାଇଲା ଉତ୍ତାରେ ସେମାନଙ୍କ ପେଟ ଖାଇଲା ପରି ଜଣାଗଲା ନାହିଁ; ସେମାନେ ପୂର୍ବ ପରି କୁତ୍ସିତ ରହିଲେ। ଏପରି ସମୟରେ ଆମ୍ଭର ନିଦ୍ରା ଭଙ୍ଗ ହେଲା।
22 Pa opet usnih, a to sedam klasova izraste iz jednoga stabla jedrijeh i lijepijeh;
ଏଥିଉତ୍ତାରେ ଆମ୍ଭେ ସ୍ୱପ୍ନରେ ଦେଖିଲୁ ଯେ, ଦେଖ, ଗୋଟିଏ ଶଣ୍ଢାରେ ସାତୋଟି ପୂର୍ଣ୍ଣ ଓ ଉତ୍ତମ ଶିଷା ବାହାରିଲା।
23 A iza njih isklija sedam malijeh, tankijeh i šturijeh.
ତହିଁ ଉତ୍ତାରେ ପୂର୍ବୀୟ ବାୟୁରେ ଶୁଷ୍କ, କ୍ଷୀଣ ଓ ମ୍ଳାନ ସାତୋଟି ଶିଷା ଉତ୍ପନ୍ନ ହେଲା।
24 I ovi tanki klasovi proždriješe onijeh sedam lijepijeh. I ovo pripovjedih gatarima, ali mi nijedan ne zna kazati šta znaèi.
ପୁଣି, ସେହି କ୍ଷୀଣ ଶିଷା, ସେହି ଉତ୍ତମ ସାତ ଶିଷାକୁ ଗ୍ରାସ କଲା। ଏହି ସ୍ୱପ୍ନ ଆମ୍ଭେ ମନ୍ତ୍ରଜ୍ଞମାନଙ୍କୁ କହିଲୁ, ମାତ୍ର କେହି ଏଥିର ଅର୍ଥ ଆମ୍ଭକୁ କହି ପାରିଲେ ନାହିଁ।”
25 A Josif reèe Faraonu: oba su sna Faraonova jednaka; Bog javlja Faraonu šta je naumio.
ତେବେ ଯୋଷେଫ ଫାରୋଙ୍କୁ କହିଲେ, “ଫାରୋଙ୍କର ସ୍ୱପ୍ନ ଏକ; ପରମେଶ୍ୱର ଯାହା କରିବାକୁ ଉଦ୍ୟତ, ତାହା ଫାରୋଙ୍କ ପ୍ରତି ପ୍ରକାଶ କରିଅଛନ୍ତି।
26 Sedam lijepijeh krava jesu sedam godina, i sedam lijepijeh klasova jesu sedam godina; oba su sna jednaka.
ସେହି ସାତୋଟି ଉତ୍ତମ ଗୋରୁ ସାତ ବର୍ଷ ସ୍ୱରୂପ, ପୁଣି, ସେହି ସାତୋଟି ଉତ୍ତମ ଶିଷା ମଧ୍ୟ ସାତ ବର୍ଷ ସ୍ୱରୂପ, ସ୍ୱପ୍ନ ଏକମାତ୍ର।
27 A sedam krava mršavijeh i ružnijeh, što izaðoše iza onijeh, jesu sedam godina; i sedam klasova sitnijeh i šturijeh biæe sedam godina gladnijeh.
ତହିଁ ପଶ୍ଚାତ୍‍ ଉତ୍ଥିତ ସେହି ସାତୋଟି କ୍ଷୀଣ କୁତ୍ସିତ ଗୋରୁ ସାତ ବର୍ଷ ସ୍ୱରୂପ; ଆଉ ପୂର୍ବୀୟ ବାୟୁରେ ଶୁଷ୍କ ସାତୋଟି ଶିଷା ମଧ୍ୟ ଦୁର୍ଭିକ୍ଷର ସାତ ବର୍ଷ ସ୍ୱରୂପ।
28 To je što rekoh Faraonu: Bog kaže Faraonu šta je naumio.
ମୁଁ ଫାରୋଙ୍କୁ କହିଅଛି: ପରମେଶ୍ୱର ଯାହା କରିବାକୁ ଉଦ୍ୟତ, ତାହା ଫାରୋଙ୍କୁ ଦେଖାଇଅଛନ୍ତି।
29 Evo doæi æe sedam godina vrlo rodnijeh svoj zemlji Misirskoj.
ଦେଖନ୍ତୁ, ସମସ୍ତ ମିସର ଦେଶରେ ସାତ ବର୍ଷ ମହା ସୁଭିକ୍ଷ ଆସୁଅଛି।
30 A iza njih nastaæe sedam gladnijeh godina, gdje æe se zaboraviti sve obilje u zemlji Misirskoj, jer æe glad satrti zemlju,
ତହିଁ ପଛେ ସାତ ବର୍ଷ ଦୁର୍ଭିକ୍ଷ ପଡ଼ିବ; ସମସ୍ତ ସୁଭିକ୍ଷ ମିସର ଦେଶରୁ ବିସ୍ମୃତ ହେବ; ଦୁର୍ଭିକ୍ଷ ଦେଶକୁ ଧ୍ୱଂସ କରିବ।
31 Te se neæe znati to obilje u zemlji od gladi potonje, jer æe biti vrlo velika.
ପୁଣି, ପଶ୍ଚାଦ୍‍ବର୍ତ୍ତୀ ଦୁର୍ଭିକ୍ଷ ସକାଶୁ ଦେଶରେ ସୁଭିକ୍ଷ ଜଣା ପଡ଼ିବ ନାହିଁ; କାରଣ ତାହା ଅତି ଭାରୀ ହେବ।
32 A što je dva puta zasopce Faraon snio, to je zato što je zacijelo Bog tako naumio, i naskoro æe to uèiniti Bog.
ଫାରୋ ଦୁଇ ଥର ସ୍ୱପ୍ନ ଦେଖିବାର ଭାବ ଏହି ଯେ, ପରମେଶ୍ୱରଙ୍କ ଦ୍ୱାରା ତାହା ନିଶ୍ଚିତ ହୋଇଅଛି, ପୁଣି, ପରମେଶ୍ୱର ତାହା ଶୀଘ୍ର ଘଟାଇବେ।
33 Nego sada neka potraži Faraon èovjeka mudra i razumna, pa neka ga postavi nad zemljom Misirskom.
ଏଥିପାଇଁ ଏବେ ଫାରୋ ଜଣେ ବୁଦ୍ଧିମାନ ଜ୍ଞାନୀ ପୁରୁଷ ଦେଖି ମିସର ଦେଶ ଉପରେ ନିଯୁକ୍ତ କରନ୍ତୁ।
34 I neka gleda Faraon da postavi starješine po zemlji, i pokupi petinu po zemlji Misirskoj za sedam rodnijeh godina;
ଫାରୋ ଏହା କରନ୍ତୁ, ଆଉ ଦେଶରେ ଅଧ୍ୟକ୍ଷଗଣ ନିଯୁକ୍ତ କରି ସାତ ବର୍ଷ ସୁଭିକ୍ଷ ସମୟରେ ମିସର ଦେଶରୁ ଶସ୍ୟର ପଞ୍ଚମାଂଶ ଗ୍ରହଣ କରନ୍ତୁ।
35 Neka skupljaju od svakoga žita za rodnijeh godina koje idu, i neka snesu pod ruku Faraonovu svakoga žita u sve gradove, i neka èuvaju,
ଅର୍ଥାତ୍‍, ସେମାନେ ସେହି ଆଗାମୀ ଉତ୍ତମ ବର୍ଷର ସବୁ ଭକ୍ଷ୍ୟ ସଂଗ୍ରହ କରନ୍ତୁ, ପୁଣି, ପ୍ରତି ନଗରରେ ଖାଦ୍ୟ ନିମନ୍ତେ ଫାରୋଙ୍କ ହସ୍ତାଧୀନରେ ଶସ୍ୟ ସଞ୍ଚୟ କରି ରକ୍ଷା କରନ୍ତୁ।
36 Da se naðe hrane zemlji za sedam godina gladnijeh, kad nastanu, da ne propadne zemlja od gladi.
ଏହିରୂପେ ମିସର ଦେଶରେ ଭବିଷ୍ୟତ ଦୁର୍ଭିକ୍ଷର ସାତ ବର୍ଷ ନିମନ୍ତେ ଦେଶର ନିର୍ବାହାର୍ଥେ ସେହି ଭକ୍ଷ୍ୟ ସଞ୍ଚିତ ଥିଲେ, ଦୁର୍ଭିକ୍ଷ ଦ୍ୱାରା ଦେଶ ଉଚ୍ଛିନ୍ନ ହେବ ନାହିଁ।”
37 I ovo se uèini dobro Faraonu i svijem slugama njegovijem.
ସେତେବେଳେ ଫାରୋଙ୍କର ଓ ତାଙ୍କର ଦାସମାନଙ୍କ ଦୃଷ୍ଟିରେ ଏହି କଥା ଉତ୍ତମ ବୋଧ ହେଲା।
38 I reèe Faraon slugama svojim: možemo li naæi èovjeka kakav je ovaj, u kojem bi bio duh Božji?
ତହିଁରେ ଫାରୋ ଆପଣା ଦାସମାନଙ୍କୁ କହିଲେ, “ଆମ୍ଭେମାନେ କି ଏହାଙ୍କ ପରି ପୁରୁଷ ଆଉ ପାଇ ପାରିବା? ଏହାଙ୍କଠାରେ ପରମେଶ୍ୱରଙ୍କ ଆତ୍ମା ଅଛନ୍ତି।”
39 Pa reèe Faraon Josifu: kad je tebi javio Bog sve ovo, nema nikoga tako mudra i razumna kao što si ti.
ତହୁଁ ଫାରୋ ଯୋଷେଫଙ୍କୁ କହିଲେ, “ପରମେଶ୍ୱର ତୁମ୍ଭକୁ ଏସମସ୍ତ ଜଣାଇଛନ୍ତି, ଏଣୁ ତୁମ୍ଭ ପରି ବୁଦ୍ଧିମାନ ଓ ଜ୍ଞାନୀ କେହି ନାହିଁ;
40 Ti æeš biti nad domom mojim, i sav æe ti narod moj usta ljubiti; samo æu ovijem prijestolom biti veæi od tebe.
ତୁମ୍ଭେ ଆମ୍ଭର ଗୃହାଧ୍ୟକ୍ଷ ହୁଅ; ଆମ୍ଭର ସମସ୍ତ ପ୍ରଜା ତୁମ୍ଭର ବାକ୍ୟ ଶିରୋଧାର୍ଯ୍ୟ କରିବେ, କେବଳ ସିଂହାସନରେ ଆମ୍ଭେ ତୁମ୍ଭଠାରୁ ବଡ଼ ଥିବା।”
41 I još reèe Faraon Josifu: evo, postavljam te nad svom zemljom Misirskom.
ଫାରୋ ଯୋଷେଫଙ୍କୁ ଆହୁରି କହିଲେ, “ଦେଖ, ଆମ୍ଭେ ତୁମ୍ଭକୁ ସମୁଦାୟ ମିସର ଦେଶ ଉପରେ ନିଯୁକ୍ତ କଲୁ।”
42 I skide Faraon prsten s ruke svoje i metnu ga Josifu na ruku, i obuèe ga u haljine od tankoga platna, i objesi mu zlatnu verižicu o vratu,
ଏଥିଉତ୍ତାରେ ଫାରୋ ଆପଣା ହସ୍ତରୁ ନିଜ ସନ୍ତକ-ଅଙ୍ଗୁରୀୟ କାଢ଼ି ଯୋଷେଫଙ୍କ ହସ୍ତରେ ଦେଇ ତାଙ୍କୁ ସୂକ୍ଷ୍ମବସ୍ତ୍ର ପିନ୍ଧାଇ ତାଙ୍କ ଗଳାରେ ସୁବର୍ଣ୍ଣ ହାର ଦେଲେ।
43 I posadi ga na kola koja bijahu druga za njegovijem, i zapovjedi da pred njim vièu: klanjajte se! i da ga je postavio nad svom zemljom Misirskom.
ପୁଣି, ତାଙ୍କୁ ଆପଣା ଦ୍ୱିତୀୟ ରଥରେ ଆରୋହଣ କରାଇଲେ; ଆଉ ଲୋକମାନେ ତାଙ୍କର ଆଗେ ଆଗେ “ଆଣ୍ଠୁ ପାତ ଆଣ୍ଠୁ ପାତ” ବୋଲି ଘୋଷଣା କଲେ। ଏହି ପ୍ରକାରେ ସେ ତାଙ୍କୁ ସମସ୍ତ ମିସର ଦେଶ ଉପରେ ନିଯୁକ୍ତ କଲେ।
44 I još reèe Faraon Josifu: ja sam Faraon, ali bez tebe neæe niko maæi ruke svoje ni noge svoje u svoj zemlji Misirskoj.
ଏଥିଉତ୍ତାରେ ଫାରୋ ଯୋଷେଫଙ୍କୁ କହିଲେ, “ଆମ୍ଭେ ଫାରୋ ଅଟୁ, ଏହେତୁ ତୁମ୍ଭ ଆଜ୍ଞା ବିନୁ ସମସ୍ତ ମିସର ଦେଶରେ କୌଣସି ଲୋକ ହାତ ଗୋଡ଼ ଉଠାଇ ପାରିବ ନାହିଁ।”
45 I nadje Faraon Josifu ime Psontomfanih, i oženi ga Asenetom kæerju Potifere sveštenika Onskoga. I poðe Josif po zemlji Misirskoj.
ପୁଣି, ଫାରୋ ଯୋଷେଫଙ୍କର ନାମ “ସାଫନତ୍‍-ପାନେହ ରଖିଲେ;” ପୁଣି, ଓନ୍‍ ନଗର ନିବାସୀ ପୋଟୀଫେର ନାମକ ଯାଜକର ଆସନତ୍‍ ନାମ୍ନୀ କନ୍ୟା ସହିତ ତାଙ୍କର ବିବାହ ଦେଲେ। ଏଥିଉତ୍ତାରେ ଯୋଷେଫ ସମୁଦାୟ ମିସର ଦେଶରେ ଗମନାଗମନ କରିବାକୁ ଲାଗିଲେ।
46 A bijaše Josifu trideset godina kad izaðe pred Faraona cara Misirskoga. I otišav od Faraona obiðe svu zemlju Misirsku.
ଯୋଷେଫ ତିରିଶ ବର୍ଷ ବୟସ ସମୟରେ ମିସରୀୟ ରାଜା ଫାରୋଙ୍କ ଛାମୁରେ ଠିଆ ହୋଇଥିଲେ; ତାହା ପରେ ଯୋଷେଫ ଫାରୋଙ୍କ ନିକଟରୁ ପ୍ରସ୍ଥାନ କରି ମିସର ଦେଶର ସର୍ବତ୍ର ଭ୍ରମଣ କଲେ।
47 I za sedam rodnijeh godina rodi zemlja svašta izobila.
ଏଥିଉତ୍ତାରେ ସେହି ସୁଭିକ୍ଷର ସାତ ବର୍ଷ ଭୂମିରେ ଅପାର ଅପାର ଶସ୍ୟ ଉତ୍ପନ୍ନ ହେଲା।
48 I stade Josif kupiti za tijeh sedam godina svakoga žita što bješe po zemlji Misirskoj, i snositi žito u gradove; u svaki grad snošaše žito s njiva koje bjehu oko njega.
ଯୋଷେଫ ସେହି ସାତ ବର୍ଷରେ ମିସର ଦେଶରେ ଉତ୍ପନ୍ନ ସକଳ ଶସ୍ୟ ସଂଗ୍ରହ କରି ପ୍ରତି ନଗରରେ ସଞ୍ଚୟ କଲେ; ପୁଣି, ଯେଉଁ ଯେଉଁ ନଗରର ଚାରିଆଡ଼ ଭୂମିରେ ଯେତେ ଶସ୍ୟ ଉତ୍ପନ୍ନ ହେଲା, ତାହାସବୁ ସେହି ସେହି ନଗରରେ ସଞ୍ଚୟ କଲେ।
49 Tako nakupi Josif žita vrlo mnogo koliko je pijeska morskoga, tako da ga presta mjeriti, jer mu ne bješe broja.
ଏହି ପ୍ରକାରେ ଯୋଷେଫ ସମୁଦ୍ରର ବାଲି ପରି ଏତେ ବହୁଳ ଶସ୍ୟ ସଂଗ୍ରହ କଲେ ଯେ, ତାହା ଆଉ ମାପିଲେ ନାହିଁ; କାରଣ ତାହା ଅପରିମେୟ ଥିଲା।
50 I dokle još ne nasta gladna godina, rodiše se Josifu dva sina, koje mu rodi Aseneta kæi Potifere sveštenika Onskoga.
ଆଉ ଦୁର୍ଭିକ୍ଷ ବର୍ଷ ପୂର୍ବରେ ଯୋଷେଫଙ୍କର ଦୁଇ ପୁତ୍ର ଜାତ ହୋଇଥିଲେ, ଓନ୍‍ ନଗର ନିବାସୀ ପୋଟୀଫେର ଯାଜକର ଆସନତ୍‍ ନାମ୍ନୀ କନ୍ୟା ସେମାନଙ୍କୁ ଜନ୍ମ କରିଥିଲା।
51 I prvencu nadjede Josif ime Manasija, govoreæi: jer mi Bog dade da zaboravim svu muku svoju i sav dom oca svojega.
ତହିଁରେ ଯୋଷେଫ ଜ୍ୟେଷ୍ଠର ନାମ ମନଃଶି ରଖିଲେ, କାରଣ ସେ କହିଲେ, “ପରମେଶ୍ୱର ମୋହର ସମସ୍ତ କ୍ଳେଶର ଓ ନିଜ ପିତୃଗୃହର ବିସ୍ମୃତି ଜନ୍ମାଇ ଅଛନ୍ତି।”
52 A drugome nadjede ime Jefrem, govoreæi: jer mi Bog dade da rastem u zemlji nevolje svoje.
ପୁଣି, ଦ୍ୱିତୀୟ ପୁତ୍ରର ନାମ ଇଫ୍ରୟିମ ରଖିଲେ, କାରଣ ସେ କହିଲେ, “ମୋହର ଦୁଃଖଭୋଗର ଦେଶରେ ପରମେଶ୍ୱର ମୋତେ ଫଳବାନ କରିଅଛନ୍ତି।”
53 Ali proðe sedam godina rodnijeh u zemlji Misirskoj;
ଏଥିଉତ୍ତାରେ ମିସର ଦେଶରେ ଘଟିତ ସୁଭିକ୍ଷର ସାତ ବର୍ଷ ଶେଷ ହେଲା।
54 I nasta sedam godina gladnijeh, kao što je Josif naprijed kazao. I bješe glad po svijem zemljama, a po svoj zemlji Misirskoj bješe hljeba.
ପୁଣି, ଯୋଷେଫଙ୍କ ବାକ୍ୟାନୁସାରେ ଦୁର୍ଭିକ୍ଷର ସାତ ବର୍ଷର ଆରମ୍ଭ ହେଲା; ତହିଁରେ ଅନ୍ୟ ସମସ୍ତ ଦେଶରେ ଦୁର୍ଭିକ୍ଷ ପଡ଼ିଲା, ମାତ୍ର ସମୁଦାୟ ମିସର ଦେଶରେ ଆହାର ଥିଲା।
55 Ali najposlije nasta glad i po svoj zemlji Misirskoj, i narod povika k Faraonu za hljeb; a Faraon reèe svima Misircima: idite k Josifu, pa što vam on kaže ono èinite.
ପୁଣି, ସମୁଦାୟ ମିସର ଦେଶରେ ଦୁର୍ଭିକ୍ଷ ପଡ଼ନ୍ତେ, ପ୍ରଜାମାନେ ଆହାର ନିମନ୍ତେ ଫାରୋଙ୍କ ନିକଟରେ ଡକା ପକାଇଲେ; ତହିଁରେ ଫାରୋ ସମସ୍ତ ମିସରୀୟ ଲୋକଙ୍କୁ କହିଲେ, “ତୁମ୍ଭେମାନେ ଯୋଷେଫ ନିକଟକୁ ଯାଅ; ସେ ଯାହା କହନ୍ତି, ତାହା କର।”
56 I kad glad bješe po svoj zemlji, otvori Josif sve žitnice, i prodavaše Misircima. I glad posta vrlo velika u zemlji Misirskoj.
ସେତେବେଳେ ସର୍ବଦେଶରେ ଦୁର୍ଭିକ୍ଷ ହୁଅନ୍ତେ, ଯୋଷେଫ ସବୁ ସ୍ଥାନର ଗୋଲା ଫିଟାଇ ମିସରୀୟମାନଙ୍କୁ ଶସ୍ୟ ବିକ୍ରୟ କରିବାକୁ ଲାଗିଲେ; ତଥାପି ମିସର ଦେଶରେ ଦୁର୍ଭିକ୍ଷ ପ୍ରବଳ ହେଲା।
57 I iz svijeh zemalja dolažahu u Misir k Josifu da kupuju; jer posta velika glad u svakoj zemlji.
ପୁଣି, ସର୍ବଦେଶୀୟ ଲୋକମାନେ ମିସର ଦେଶରେ ଶସ୍ୟ କିଣିବା ପାଇଁ ଯୋଷେଫଙ୍କ ନିକଟକୁ ଆସିଲେ। ଯେହେତୁ ସବୁ ଦେଶରେ ଦୁର୍ଭିକ୍ଷ ପ୍ରବଳ ଥିଲା।

< Postanak 41 >