< Agej 1 >
1 Druge godine cara Darija šestoga mjeseca prvoga dana doðe rijeè Gospodnja preko Ageja proroka Zorovavelju sinu Salatilovu, upravitelju Judejskom, i Isusu sinu Josedekovu, poglavaru sveštenièkom, govoreæi:
ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ପ୍ରଥମ ଦିନରେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍ ନାମକ ଯିହୁଦୀୟ ଦେଶାଧ୍ୟକ୍ଷର ନିକଟରେ ଓ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକର ନିକଟରେ ଉପସ୍ଥିତ ହେଲା,
2 Ovako veli Gospod nad vojskama govoreæi: taj narod govori: još nije došlo vrijeme, vrijeme da se sazida dom Gospodnji.
“ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଏହି ଲୋକମାନେ କହୁଅଛନ୍ତି, ଆମ୍ଭମାନଙ୍କର ଆସିବାର ଓ ସଦାପ୍ରଭୁଙ୍କ ଗୃହ ନିର୍ମିତ ହେବାର ସମୟ ଉପସ୍ଥିତ ହୋଇ ନାହିଁ।”
3 Zato doðe rijeè Gospodnja preko Ageja proroka govoreæi:
ସେତେବେଳେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
4 Je li vama vrijeme da sjedite u kuæama svojim obloženijem daskama, a ovaj je dom pust?
“ଏହି ଗୃହ ଭଗ୍ନ ଅବସ୍ଥାରେ ଥାଉ ଥାଉ ତୁମ୍ଭମାନଙ୍କର ନିଜର ଫଳକ ମଣ୍ଡିତ ଗୃହରେ ବାସ କରିବାର କି ସମୟ ଏହି?
5 Zato sada ovako veli Gospod nad vojskama: uzmite na um putove svoje.
ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ପଥ ବିବେଚନା କର।
6 Sijete mnogo, a uvozite malo; jedete, a ne bivate siti; pijete, a ne napijate se; odijevate se, a nijedan ne može da se zgrije; i koji zaslužuje novce, meæe ih u prodrt tobolac.
ତୁମ୍ଭେମାନେ ବହୁତ ବୁଣିଅଛ, ମାତ୍ର ଅଳ୍ପ ସଞ୍ଚୟ କରୁଅଛ; ତୁମ୍ଭେମାନେ ଭୋଜନ କରୁଅଛ, ମାତ୍ର ସନ୍ତୁଷ୍ଟ ହେଉ ନାହଁ; ତୁମ୍ଭେମାନେ ପାନ କରୁଅଛ, ମାତ୍ର ତହିଁରେ ତୃପ୍ତ ହେଉ ନାହଁ; ତୁମ୍ଭେମାନେ ବସ୍ତ୍ର ପିନ୍ଧୁଅଛ, ମାତ୍ର କେହି ଉଷ୍ମ ହେଉ ନାହଁ; ପୁଣି, ଯେ ବେତନ ଅର୍ଜନ କରେ, ସେ କଣା ଥଳୀରେ ତାହା ରଖିବା ପାଇଁ ଅର୍ଜନ କରେ।
7 Ovako veli Gospod nad vojskama: uzmite na um putove svoje.
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ପଥ ବିବେଚନା କର।
8 Idite na goru, i donesite drva, te zidajte dom; i biæe mi milo, i proslaviæu se, veli Gospod.
ତୁମ୍ଭେମାନେ ପର୍ବତକୁ ଯାଇ କାଷ୍ଠ ଆଣ ଓ ଏହି ଗୃହ ନିର୍ମାଣ କର; ତହିଁରେ ଆମ୍ଭେ ତହିଁ ପ୍ରତି ପ୍ରସନ୍ନ ହେବା ଓ ଆମ୍ଭେ ଗୌରବାନ୍ୱିତ ହେବା, ଏହା ସଦାପ୍ରଭୁ କହନ୍ତି।
9 Izgledate mnogo, a eto malo; i što unesete u kuæu, ja razduham; zašto? veli Gospod nad vojskama; zato što je dom moj pust, a vi svaki trèite za svoj dom.
ତୁମ୍ଭେମାନେ ବହୁତ ନିମନ୍ତେ ଅପେକ୍ଷା କଲ, ଆଉ ଦେଖ, ତାହା ଅଳ୍ପ ହେଲା; ପୁଣି, ତାହା ଗୃହକୁ ଆଣିଲା ବେଳେ ଆମ୍ଭେ ତହିଁ ଉପରେ ଫୁଙ୍କି ଉଡ଼ାଇ ଦେଲୁ। ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଏହାର କାରଣ କଅଣ? ଏହି, ଆମ୍ଭର ଗୃହ ଭଗ୍ନ ହୋଇ ପଡ଼ିଅଛି, ମାତ୍ର ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଗୃହ ବିଷୟରେ ଦୌଡ଼ୁଅଛ।
10 Zato se zatvori nebo nad vama da nema rose, i zemlja se zatvori da nema roda njezina.
ଏଥିପାଇଁ ତୁମ୍ଭମାନଙ୍କ ସକାଶୁ ଆକାଶ ଶିଶିରରହିତ ହୋଇଅଛି ଓ ପୃଥିବୀ ଆପଣା ଫଳରହିତ ହୋଇଅଛି।
11 I dozvah sušu na zemlju, i na gore, i na žito i na vino i na ulje i na sve što zemlja raða, i na ljude i na stoku i na svaki rad ruèni.
ପୁଣି, ଆମ୍ଭେ ଦେଶର ଓ ପର୍ବତଗଣର ଉପରେ, ଆଉ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଉପରେ, ଆଉ ଭୂମିର ଉତ୍ପନ୍ନ ବସ୍ତୁ ଉପରେ ମନୁଷ୍ୟ ଓ ପଶୁର ଉପରେ, ପୁଣି ହସ୍ତକୃତ ସମସ୍ତ କାର୍ଯ୍ୟ ଉପରେ ମାରୁଡ଼ିକୁ ଆହ୍ୱାନ କଲୁ।”
12 I posluša Zorovavelj sin Salatilov i Isus sin Josedekov, poglavar sveštenièki, i sav ostatak narodni glas Gospoda Boga svojega i rijeèi proroka Ageja, kako ga posla Gospod Bog njihov, i poboja se narod Gospoda.
ସେତେବେଳେ ଶଲ୍ଟୀୟେଲଙ୍କ ପୁତ୍ର ଯିରୁବ୍ବାବିଲ୍ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକ ଓ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତେ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ରବରେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ହାଗୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ଯେଉଁସବୁ ବାକ୍ୟ ପ୍ରେରଣ କରିଥିଲେ, ସେହି ସବୁରେ ମନୋଯୋଗ କଲେ; ଆଉ, ଲୋକମାନେ ସଦାପ୍ରଭୁଙ୍କ ଛାମୁରେ ଭୀତ ହେଲେ।
13 I govori Agej, poslanik Gospodnji, narodu kao što ga posla Gospod, i reèe: ja sam s vama, govori Gospod.
ତହିଁରେ ସଦାପ୍ରଭୁଙ୍କର ଦୂତ ହାଗୟ ଲୋକମାନଙ୍କୁ ସଦାପ୍ରଭୁଙ୍କର ସମ୍ବାଦ ଜଣାଇ କହିଲେ, “ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କର ସଙ୍ଗେ ସଙ୍ଗେ ଅଛୁ।”
14 I Gospod podiže duh Zorovavelju sinu Salatilovu, upravitelju Judejskom, i duh Isusu sinu Josedekovu, poglavaru sveštenièkom, i duh svemu ostatku narodnom, te doðoše i radiše u domu Gospoda nad vojskama, Boga svojega,
ପୁଣି, ସଦାପ୍ରଭୁ ଶଲ୍ଟୀୟେଲଙ୍କ ପୁତ୍ର ଯିହୁଦୀୟ ଦେଶାଧ୍ୟକ୍ଷ ଯିରୁବ୍ବାବିଲ୍ଙ୍କ ଆତ୍ମାକୁ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କ ଆତ୍ମାକୁ, ଆଉ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତଙ୍କର ଆତ୍ମାକୁ ଉତ୍ତେଜିତ କଲେ; ତହିଁରେ ସେମାନେ ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ଚତୁର୍ବିଂଶ ଦିନରେ ଆସି,
15 Dvadeset èetvrtoga dana šestoga mjeseca, druge godine cara Darija.
ସୈନ୍ୟାଧିପତି ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ କାର୍ଯ୍ୟ କଲେ।