< Jeremija 23 >
1 Teško pastirima koji potiru i razmeæu stado paše moje! govori Gospod.
ସଦାପ୍ରଭୁ କହନ୍ତି, “ଯେଉଁ ପାଳକମାନେ ଆମ୍ଭ ଚରାସ୍ଥାନର ମେଷମାନଙ୍କୁ ନଷ୍ଟ ଓ ଛିନ୍ନଭିନ୍ନ କରନ୍ତି, ସେମାନେ ସନ୍ତାପର ପାତ୍ର!”
2 Zato ovako veli Gospod Bog Izrailjev za pastire koji pasu narod moj: vi razmetnuste ovce moje i razagnaste ih, i ne obilaziste ih; evo, ja æu vas obiæi za zloæu djela vaših, govori Gospod.
ଏନିମନ୍ତେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଆପଣା ଲୋକମାନଙ୍କର ପାଳନକାରୀ ପାଳକମାନଙ୍କ ବିରୁଦ୍ଧରେ ଏହି କଥା କହନ୍ତି; “ତୁମ୍ଭେମାନେ ଆମ୍ଭର ପଲକୁ ଛିନ୍ନଭିନ୍ନ କରି ଦୂରକୁ ତଡ଼ି ଦେଇଅଛ ଓ ସେମାନଙ୍କର ତତ୍ତ୍ୱାନୁସନ୍ଧାନ କରି ନାହଁ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କ ଦୁଷ୍କର୍ମର ପ୍ରତିଫଳ ଦେବା।
3 I ostatak ovaca svojih ja æu skupiti iz svijeh zemalja, u koje ih razagnah, i vratiæu ih u torove njihove, gdje æe se naploditi i umnožiti.
ପୁଣି, ଆମ୍ଭେ ଯେଉଁ ଯେଉଁ ଦେଶକୁ ଆପଣା ପଲକୁ ତଡ଼ି ଦେଇଅଛୁ, ସେହି ସବୁ ଦେଶରୁ ସେମାନଙ୍କର ଅବଶିଷ୍ଟାଂଶ ସଂଗ୍ରହ କରିବା, ଆଉ ପୁନର୍ବାର ସେମାନଙ୍କୁ ସେମାନଙ୍କ ଖୁଆଡ଼କୁ ଆଣିବା; ତହିଁରେ ସେମାନେ ପ୍ରଜାବନ୍ତ ଓ ବହୁସଂଖ୍ୟକ ହେବେ।
4 I postaviæu im pastire, koji æe ih pasti, da se ne boje više i ne plaše i da ne pogine nijedna, govori Gospod.
ଆଉ, ଆମ୍ଭେ ସେମାନଙ୍କ ଉପରେ ପାଳକଗଣ ନିଯୁକ୍ତ କରିବା, ସେମାନେ ସେମାନଙ୍କୁ ଚରାଇବେ; ପୁଣି, ସେମାନେ ଆଉ ଭୀତ କି ନିରାଶ ହେବେ ନାହିଁ, କିଅବା ସେମାନଙ୍କର କେହି ଅନୁପସ୍ଥିତ ହେବେ ନାହିଁ, ଏହା ସଦାପ୍ରଭୁ କହନ୍ତି।
5 Gle, idu dani, govori Gospod, u koje æu podignuti Davidu klicu pravednu, koja æe carovati i biti sreæna i èiniti sud i pravdu na zemlji.
ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଦାଉଦ-ବଂଶରେ ଏକ ଧାର୍ମିକ ଶାଖା ଉତ୍ପନ୍ନ କରିବା, ଏପରି ସମୟ ଆସୁଅଛି, ତହିଁରେ ସେ ରାଜା ହୋଇ ରାଜତ୍ୱ କରିବେ ଓ ଜ୍ଞାନରେ ବ୍ୟବହାର କରିବେ, ପୁଣି ଦେଶରେ ସୁବିଚାର ଓ ନ୍ୟାୟ ପ୍ରଚଳିତ କରିବେ।
6 U njegove dane spašæe se Juda, i Izrailj æe stanovati u miru, i ovo mu je ime kojim æe se zvati: Gospod pravda naša.
ତାହାଙ୍କ ସମୟରେ ଯିହୁଦା ପରିତ୍ରାଣ ପାଇବ ଓ ଇସ୍ରାଏଲ ନିରାପଦରେ ବାସ କରିବ; ପୁଣି, ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ, ଏହି ନାମରେ ସେ ବିଖ୍ୟାତ ହେବେ।
7 Zato, evo, idu dani, govori Gospod, u koje se neæe više govoriti: tako da je živ Gospod, koji je izveo sinove Izrailjeve iz zemlje Misirske;
ଏଣୁକରି ‘ସଦାପ୍ରଭୁ କହନ୍ତି, ଦେଖ, ଇସ୍ରାଏଲ-ସନ୍ତାନଗଣକୁ ଯେ ମିସର ଦେଶରୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ, ଯେଉଁ ସମୟରେ ଲୋକମାନେ ଏହି କଥା କହିବେ ନାହିଁ;’
8 Nego: tako da je živ Gospod, koji je izveo i doveo sjeme doma Izrailjeva iz sjeverne zemlje i iz svijeh zemalja, u koje ih bijah razagnao. I oni æe sjedjeti u svojoj zemlji.
ମାତ୍ର ‘ଇସ୍ରାଏଲ କୁଳଜାତ ବଂଶକୁ ଉତ୍ତର ଦେଶରୁ ଓ ଯେଉଁ ଯେଉଁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ି ଦେଇଥିଲୁ, ସେହି ସବୁ ଦେଶରୁ ଯେ ସେମାନଙ୍କୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ ବୋଲି କହିବେ,’ ଏପରି ସମୟ ଆସୁଅଛି; ଆଉ, ସେମାନେ ଆପଣାମାନଙ୍କ ଦେଶରେ ବାସ କରିବେ।”
9 Radi proroka puca srce u meni, trepeæu sve kosti moje, kao pijan sam i kao èovjek kojega je osvojilo vino, Gospoda radi i njegovijeh radi svetijeh rijeèi.
ଭବିଷ୍ୟଦ୍ବକ୍ତାମାନଙ୍କ ବିଷୟ। ମୋର ଅନ୍ତରସ୍ଥ ହୃଦୟ ଭଗ୍ନ ହୋଇଅଛି, ମୋର ଅସ୍ଥିସବୁ କମ୍ପୁଅଛି; ସଦାପ୍ରଭୁଙ୍କର ଓ ତାହାଙ୍କ ପବିତ୍ର ବାକ୍ୟ ହେତୁରୁ ମୁଁ ମତ୍ତ ଲୋକ ତୁଲ୍ୟ ଓ ଦ୍ରାକ୍ଷାରସରେ ପରାଜିତ ଲୋକ ତୁଲ୍ୟ ଅଛି।
10 Jer je zemlja puna preljuboèinaca, i s kletava tuži zemlja, posušiše se paše u pustinji; trk je njihov zao i moæ njihova neprava.
କାରଣ ଦେଶ ବ୍ୟଭିଚାରୀଗଣରେ ପରିପୂର୍ଣ୍ଣ ଓ ଅଭିଶାପ ସକାଶୁ ଦେଶ ଶୋକ କରୁଅଛି; ପ୍ରାନ୍ତରସ୍ଥ ଚରାସ୍ଥାନସବୁ ଶୁଷ୍କ ହୋଇଅଛି ଓ ଲୋକମାନଙ୍କର ବ୍ୟବହାର ମନ୍ଦ, ଆଉ ସେମାନଙ୍କର ପରାକ୍ରମ ନ୍ୟାୟସଙ୍ଗତ ନୁହେଁ।
11 Jer i prorok i sveštenik skvrne je, nalazim i u domu svom zloæu njihovu, govori Gospod.
“କାରଣ ଭବିଷ୍ୟଦ୍ବକ୍ତା ଓ ଯାଜକ ଉଭୟ ପାଷାଣ୍ଡ; ହଁ, ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ଗୃହ ମଧ୍ୟରେ ସେମାନଙ୍କର ଦୁଷ୍କ୍ରିୟା ଦେଖିଅଛୁ।
12 Zato æe put njihov biti kao klizavica po tami, gdje æe popuznuti i pasti; jer æu pustiti na njih zlo godine pohoðenja njihova, govori Gospod.
ଏଣୁକରି ସେମାନଙ୍କର ପଥ ଅନ୍ଧକାରାବୃତ ଖସଡ଼ା ସ୍ଥାନ ହେବ; ସେମାନେ ତାଡ଼ିତ ହୋଇ ତହିଁରେ ପଡ଼ିବେ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ସେମାନଙ୍କୁ ପ୍ରତିଫଳ ଦେବାର ବର୍ଷ ଆଣିବା।
13 U proroka Samarijskih vidio sam bezumlje, prorokovahu Valom, prelašæivahu narod moj Izrailja;
ଆହୁରି, ଆମ୍ଭେ ଶମରୀୟାର ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଅଜ୍ଞାନତା ଦେଖିଅଛୁ; ସେମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି ଆମ୍ଭର ଇସ୍ରାଏଲ ଲୋକମାନଙ୍କୁ ଭ୍ରାନ୍ତ କରାଇଲେ।
14 Ali u proroka Jerusalimskih vidim strahotu: èine preljubu i hode u laži, ukrjepljuju ruke zlikovcima da se niko ne vrati od svoje zloæe; svi su mi kao Sodom, i stanovnici njegovi kao Gomor.
ଯିରୂଶାଲମର ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ହିଁ ଆମ୍ଭେ ରୋମାଞ୍ଚଜନକ ବିଷୟ ଦେଖିଅଛୁ; ସେମାନେ ପରଦାର ଗମନ କରନ୍ତି, ମିଥ୍ୟାଚରଣ କରନ୍ତି ଓ ଦୁଷ୍କର୍ମକାରୀମାନଙ୍କର ହସ୍ତ ଏପରି ସବଳ କରନ୍ତି ଯେ, ସେମାନଙ୍କର କେହି ଆପଣା ଆପଣା ଦୁଷ୍ଟତାରୁ ଫେରନ୍ତି ନାହିଁ; ସେମାନେ ସମସ୍ତେ ଆମ୍ଭ ପ୍ରତି ସଦୋମର ତୁଲ୍ୟ ଓ ତହିଁର ନିବାସୀମାନେ ହମୋରାର ସମାନ ଅଟନ୍ତି।”
15 Zato ovako veli Gospod nad vojskama o tijem prorocima: evo, ja æu ih nahraniti pelenom i napojiæu ih žuèi; jer od proroka Jerusalimskih izide oskvrnjenje po svoj zemlji.
ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଭବିଷ୍ୟଦ୍ବକ୍ତାମାନଙ୍କ ବିଷୟରେ ଏହି କଥା କହନ୍ତି; “ଦେଖ, ଆମ୍ଭେ ସେମାନଙ୍କୁ ତିକ୍ତ ଫଳ ଭୋଜନ କରାଇବା ଓ ବିଷବୃକ୍ଷର ରସ ପାନ କରାଇବା; କାରଣ ଯିରୂଶାଲମର ଭବିଷ୍ୟଦ୍ବକ୍ତାଗଣଠାରୁ ଦେଶଯାକରେ ଅଧାର୍ମିକତା ବ୍ୟାପିଅଛି।”
16 Ovako veli Gospod nad vojskama: ne slušajte što govore proroci koji vam prorokuju; varaju vas, govore utvare svojega srca, ne iz usta Gospodnjih.
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଭବିଷ୍ୟଦ୍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର ବାକ୍ୟ ତୁମ୍ଭେମାନେ ଶୁଣ ନାହିଁ; ସେମାନେ ତୁମ୍ଭମାନଙ୍କୁ ଅସାରତା ଶିଖାନ୍ତି; ସେମାନେ ଆପଣା ହୃଦୟର ଦର୍ଶନ କଥା କହନ୍ତି ଓ ସେମାନେ ସଦାପ୍ରଭୁଙ୍କ ମୁଖର କଥା କହନ୍ତି ନାହିଁ।
17 Jednako govore onima koji ne mare za me: Gospod je rekao: imaæete mir; i svakome koji ide po misli srca svojega govore: neæe doæi na vas zlo.
ସେମାନେ ଆମ୍ଭର ଅବଜ୍ଞାକାରୀମାନଙ୍କୁ ଅନୁକ୍ଷଣେ କହନ୍ତି, ସଦାପ୍ରଭୁ କହିଅଛନ୍ତି, ‘ତୁମ୍ଭମାନଙ୍କର ଶାନ୍ତି ହେବ;’ ପୁଣି, ଯେଉଁମାନେ ଆପଣା ଆପଣା ହୃଦୟର ଅବାଧ୍ୟତାନୁସାରେ ଆଚରଣ କରନ୍ତି, ସେହି ପ୍ରତ୍ୟେକ ଲୋକଙ୍କୁ ସେମାନେ କହନ୍ତି, ‘ତୁମ୍ଭମାନଙ୍କ ପ୍ରତି କୌଣସି ଅମଙ୍ଗଳ ଘଟିବ ନାହିଁ।’”
18 Jer ko je stajao u vijeæu Gospodnjem, i vidio ili èuo rijeè njegovu? ko je pazio na rijeè njegovu i èuo?
ମାତ୍ର ସଦାପ୍ରଭୁଙ୍କର ବାକ୍ୟ ପ୍ରତ୍ୟକ୍ଷରେ ଶୁଣିବା ପାଇଁ କିଏ ତାହାଙ୍କ ଆଗରେ ଠିଆ ହୋଇଅଛି? କିଏ ଆମ୍ଭର ବାକ୍ୟ ମନ ଦେଇ ଶୁଣିଅଛି?
19 Evo, vihor Gospodnji, gnjev, iziæi æe vihor, koji ne prestaje, pašæe na glavu bezbožnicima.
ଦେଖ, ସଦାପ୍ରଭୁଙ୍କର ତୋଫାନ, ତାହାଙ୍କର ପ୍ରଚଣ୍ଡ କ୍ରୋଧ, ହଁ, ଘୂର୍ଣ୍ଣାୟମାନ ତୋଫାନ ବାହାର ହୋଇଅଛି; ତାହା ଦୁଷ୍ଟମାନଙ୍କ ମସ୍ତକରେ ଲାଗିବ।
20 Neæe se odvratiti gnjev Gospodnji dokle ne uèini i izvrši što je u srcu naumio; najposlije æete razumjeti to sasvijem.
ଯେପର୍ଯ୍ୟନ୍ତ ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରନ୍ତି, ସେପର୍ଯ୍ୟନ୍ତ ତାହାଙ୍କ କ୍ରୋଧ ଫେରିବ ନାହିଁ; ତୁମ୍ଭେମାନେ ଶେଷ କାଳରେ ତାହା ସମ୍ପୂର୍ଣ୍ଣ ରୂପେ ବୁଝିବ।
21 Ne slah tijeh proroka, a oni trèaše; ne govorih im, a oni prorokovaše.
“ଆମ୍ଭେ ଏହି ଭବିଷ୍ୟଦ୍ବକ୍ତାମାନଙ୍କୁ ପଠାଇଲୁ ନାହିଁ, ତଥାପି ସେମାନେ ଦୌଡ଼ିଲେ; ଆମ୍ଭେ ସେମାନଙ୍କୁ କଥା କହିଲୁ ନାହିଁ, ତଥାପି ସେମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।
22 Da su stajali u mom vijeæu, tada bi kazivali moje rijeèi narodu mojemu, i odvraæali bi ih s puta njihova zloga i od zloæe djela njihovijeh.
ମାତ୍ର ଯେବେ ସେମାନେ ଆମ୍ଭ ସଭାରେ ଠିଆ ହୋଇଥାʼନ୍ତେ, ତେବେ ଆମ୍ଭ ଲୋକମାନଙ୍କୁ ଆମ୍ଭର ବାକ୍ୟ ଶୁଣାଇଥାʼନ୍ତେ ଓ ସେମାନଙ୍କ କୁପଥରୁ, ସେମାନଙ୍କ କୁକ୍ରିୟାରୁ ସେମାନଙ୍କୁ ଫେରାଇଥାʼନ୍ତେ।
23 Jesam li ja Bog izbliza, govori Gospod, a nijesam Bog i izdaleka?
ସଦାପ୍ରଭୁ କହନ୍ତି, ଆମ୍ଭେ କି ନିକଟରେ ପରମେଶ୍ୱର ଅଟୁ ଓ ଦୂରରେ ପରମେଶ୍ୱର ନୋହୁଁ?
24 Može li se ko sakriti na tajno mjesto da ga ja ne vidim? govori Gospod; ne ispunjam li ja nebo i zemlju? govori Gospod.
ସଦାପ୍ରଭୁ କହନ୍ତି, ଆମ୍ଭେ ଯେଉଁ ସ୍ଥାନରେ ଦେଖି ନ ପାରିବୁ, ଏପରି ଗୁପ୍ତ ସ୍ଥାନରେ କି କେହି ଆପଣାକୁ ଲୁଚାଇ ପାରେ? ସଦାପ୍ରଭୁ କହନ୍ତି, ଆମ୍ଭେ କି ସ୍ୱର୍ଗ ଓ ମର୍ତ୍ତ୍ୟ ବ୍ୟାପି ନ ଥାଉ?
25 Èujem što govore ti proroci koji u ime moje prorokuju laž govoreæi: snio sam, snio sam.
‘ଆମ୍ଭେ ସ୍ୱପ୍ନ ଦେଖିଅଛୁ, ଆମ୍ଭେ ସ୍ୱପ୍ନ ଦେଖିଅଛୁ ବୋଲି କହି’ ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର କଥା ଆମ୍ଭେ ଶୁଣିଅଛୁ।
26 Dokle æe to biti u srcu prorocima koji prorokuju laž, i prijevaru srca svojega prorokuju?
ଯେଉଁ ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ଅର୍ଥାତ୍, ଯେଉଁମାନେ ନିଜ ଅନ୍ତଃକରଣର କପଟତାର ଭବିଷ୍ୟଦ୍ବକ୍ତା ଅଟନ୍ତି, ସେମାନଙ୍କ ଅନ୍ତଃକରଣରେ ଏହା କେତେ କାଳ ଥିବ?
27 Koji misle da æe uèiniti da narod moj zaboravi ime moje uza sne njihove, koje pripovijedaju jedan drugomu, kao što zaboraviše oci njihovi ime moje uz Vala.
ସେମାନଙ୍କର ପିତୃପୁରୁଷମାନେ ଯେପରି ବାଲ୍ଦେବ ସକାଶେ ଆମ୍ଭ ନାମ ପାସୋରି ପକାଇଲେ, ସେପରି ସେମାନେ ଆପଣା ଆପଣା ପ୍ରତିବାସୀ ନିକଟରେ ନିଜ ସ୍ୱପ୍ନ କଥା କହି ଆମ୍ଭ ଲୋକମାନଙ୍କୁ ଆମ୍ଭର ନାମ ବିସ୍ମୃତ କରାଇବାକୁ ବିଚାର କରନ୍ତି।
28 Prorok koji sni, neka pripovijeda san; a u koga je rijeè moja, neka govori rijeè moju istinito; šta æe pljeva sa pšenicom? govori Gospod.
ଯେଉଁ ଭବିଷ୍ୟଦ୍ବକ୍ତା ସ୍ୱପ୍ନ ଦେଖିଅଛି, ସେ ସ୍ୱପ୍ନ କଥା ପ୍ରକାଶ କରୁ, ପୁଣି ଯେ ଆମ୍ଭର ବାକ୍ୟ ପାଇଅଛି, ସେ ବିଶ୍ୱସ୍ତ ରୂପେ ଆମ୍ଭର ବାକ୍ୟ କହୁ। ସଦାପ୍ରଭୁ କହନ୍ତି, ଶସ୍ୟ ନିକଟରେ ପାଳ କଅଣ?
29 Nije li rijeè moja kao oganj, govori Gospod, i kao malj koji razbija kamen?
ସଦାପ୍ରଭୁ କହନ୍ତି, ଆମ୍ଭର ବାକ୍ୟ କି ଅଗ୍ନି ସ୍ୱରୂପ ନୁହେଁ? ଓ ପାଷାଣ ଖଣ୍ଡବିଖଣ୍ଡକାରୀ ହାତୁଡ଼ି ତୁଲ୍ୟ ନୁହେଁ?
30 Zato, evo me na te proroke, govori Gospod, koji kradu moje rijeèi jedan od drugoga.
ଏଥିପାଇଁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ଭବିଷ୍ୟଦ୍ବକ୍ତାମାନେ, ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀଠାରୁ ଆମ୍ଭର ବାକ୍ୟ ହରଣ କରନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ।
31 Evo me na te proroke, veli Gospod, koji dižu jezik svoj i govore: on veli.
ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆପଣା ଆପଣା ଜିହ୍ୱା ବ୍ୟବହାର କରି, ‘ସେ କହନ୍ତି’ ବୋଲି କହନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ।
32 Evo me na one koji prorokuju lažne sne, veli Gospod, i pripovijedajuæi ih zavode narod moj lažima svojim i hitrinom svojom; a ja ih nijesam poslao niti sam im zapovjedio; i neæe ništa pomoæi tome narodu, govori Gospod.
ସଦାପ୍ରଭୁ କହନ୍ତି, ଦେଖ, ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ୱାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ।
33 Ako te zapita ovaj narod ili koji prorok ili sveštenik govoreæi: kako je breme Gospodnje? tada im reci: kako breme? ostaviæu vas, govori Gospod.
ପୁଣି, ଯେତେବେଳେ ଏହି ଲୋକମାନେ, ଅବା ଭବିଷ୍ୟଦ୍ବକ୍ତା, ଅବା କୌଣସି ଯାଜକ ତୁମ୍ଭକୁ ପଚାରିବେ, ‘ସଦାପ୍ରଭୁଙ୍କର ଭାରୋକ୍ତି କଅଣ?’ ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ଭାରୋକ୍ତି କଅଣ! ଆମ୍ଭେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବା, ଏହା ସଦାପ୍ରଭୁଙ୍କର ଉକ୍ତି।’
34 A proroka i sveštenika i narod koji reèe: breme Gospodnje, ja æu pokarati toga èovjeka i dom njegov.
ଆଉ, ‘ସଦାପ୍ରଭୁଙ୍କର ପ୍ରତ୍ୟାଦେଶ,’ ଏହି କଥା ଭବିଷ୍ୟଦ୍ବକ୍ତା, ଯାଜକ ଓ ଲୋକମାନେ କହିଲେ, ଆମ୍ଭେ ସେ ଲୋକକୁ ଓ ତାହାର ବଂଶକୁ ଶାସ୍ତି ଦେବା।
35 Nego ovako govorite svaki bližnjemu svojemu i svaki bratu svojemu: šta odgovori Gospod? i: šta reèe Gospod?
ତୁମ୍ଭେମାନେ ପ୍ରତ୍ୟେକ ଲୋକ ଆପଣା ଆପଣା ପ୍ରତିବାସୀକୁ ଓ ଆପଣା ଭ୍ରାତାକୁ ଏହି କଥା କହିବ, ‘ସଦାପ୍ରଭୁ କି ଉତ୍ତର ଦେଇଅଛନ୍ତି? ଓ ସଦାପ୍ରଭୁ କି କଥା କହିଅଛନ୍ତି?’
36 A bremena Gospodnjega ne pominjite više, jer æe svakome biti breme rijeè njegova, jer izvræete rijeèi Boga živoga, Gospoda nad vojskama, Boga našega.
ପୁଣି, ‘ସଦାପ୍ରଭୁଙ୍କର ପ୍ରତ୍ୟାଦେଶ’ ବୋଲି ଆଉ ଉଚ୍ଚାରଣ କରିବ ନାହିଁ; କାରଣ ପ୍ରତ୍ୟେକ ମନୁଷ୍ୟର ନିଜ କଥା ତାହାର ପ୍ରତ୍ୟାଦେଶ ହେବ; ଯେହେତୁ ତୁମ୍ଭେମାନେ ଜୀବିତ ପରମେଶ୍ୱରଙ୍କର, ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ବାକ୍ୟସକଳ ବିପରୀତ କରିଅଛ।
37 Ovako reci proroku: šta ti odgovori Gospod? i: šta ti reèe Gospod?
ତୁମ୍ଭେ ଭବିଷ୍ୟଦ୍ବକ୍ତାଙ୍କୁ ଏହି କଥା କହିବ, ‘ସଦାପ୍ରଭୁ କି ଉତ୍ତର ଦେଇଅଛନ୍ତି?’ ଓ ‘ସଦାପ୍ରଭୁ କି କଥା କହିଅଛନ୍ତି?’
38 Ali kad kažete: breme Gospodnje, zato ovako veli Gospod: šta govorite tu rijeè: breme Gospodnje, a ja slah k vama da vam kažu: ne govorite: breme Gospodnje,
ମାତ୍ର ‘ସଦାପ୍ରଭୁଙ୍କର ଭାରୋକ୍ତି,’ ଏହି କଥା ଯେବେ ତୁମ୍ଭେମାନେ କୁହ, ତେବେ ତହିଁ ସକାଶୁ ସଦାପ୍ରଭୁ କହନ୍ତି: ‘ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଲୋକ ପଠାଇ,’ ‘ସଦାପ୍ରଭୁଙ୍କର ଭାରୋକ୍ତି’ ବୋଲି କହିବାକୁ ନିଷେଧ କରିଅଛୁ, ତଥାପି ତୁମ୍ଭେମାନେ ‘ସଦାପ୍ରଭୁଙ୍କର ଭାରୋକ୍ତି ବୋଲି କହୁଅଛ।’
39 Zato evo me, ja æu vas zaboraviti sasvijem i odbaciæu od sebe vas i grad koji sam dao vama i ocima vašim.
ଏଣୁକରି ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ନିତାନ୍ତ ପାସୋରିବା, ପୁଣି, ତୁମ୍ଭମାନଙ୍କୁ ଓ ଯେଉଁ ନଗର ଆମ୍ଭେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦେଇଅଛୁ, ତାହାକୁ ଆମ୍ଭ ଛାମୁରୁ ଦୂର କରିବା;
40 I navaliæu na vas porugu vjeènu i sramotu vjeènu koja se neæe zaboraviti.
ଆଉ, ଯାହା ବିସ୍ମୃତ ହେବ ନାହିଁ, ଏପରି ନିତ୍ୟସ୍ଥାୟୀ ଦୁର୍ନାମ ଓ ଚିରସ୍ଥାୟୀ ଲଜ୍ଜା ଆମ୍ଭେ ତୁମ୍ଭମାନଙ୍କୁ ଭୋଗ କରାଇବା।”