< Brojevi 23 >
1 I reèe Valam Valaku: naèini mi ovdje sedam oltara, i pripravi mi ovdje sedam telaca i sedam ovnova.
ଏଥିଉତ୍ତାରେ ବିଲୀୟମ୍ ବାଲାକଙ୍କୁ କହିଲା, “ଏହି ସ୍ଥାନରେ ମୋʼ ପାଇଁ ସାତଗୋଟି ଯଜ୍ଞବେଦି ନିର୍ମାଣ କର ଓ ଏହି ସ୍ଥାନରେ ମୋʼ ପାଇଁ ସାତ ଗୋବତ୍ସ ଓ ସାତ ମେଷ ଆୟୋଜନ କର।”
2 I uèini Valak kako mu reèe Valam; i prinese Valak s Valamom na svakom oltaru po jedno tele i ovna.
ତହିଁରେ ବାଲାକ ବିଲୀୟମ୍ର କଥାନୁସାରେ କଲେ; ପୁଣି, ବାଲାକ ଓ ବିଲୀୟମ୍ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।
3 Pa reèe Valam Valaku: stoj kod svoje žrtve paljenice; a ja idem eda bih se sreo s Gospodom, pa što mi javi kazaæu ti. I on otide sam.
ତହୁଁ ବିଲୀୟମ୍ ବାଲାକଙ୍କୁ କହିଲା, “ତୁମ୍ଭେ ଆପଣା ହୋମବଳି ନିକଟରେ ଠିଆ ହୁଅ, ମୁଁ ଯିବି କେଜାଣି ସଦାପ୍ରଭୁ ମୋତେ ସାକ୍ଷାତ କରିବାକୁ ଆସିବେ; ଆଉ ସେ ଯାହା ମୋତେ ଦେଖାଇବେ, ତାହା ମୁଁ ତୁମ୍ଭକୁ କହିବି।” ପୁଣି, ସେ ଏକ ଉଚ୍ଚସ୍ଥାନକୁ ଗଲା।
4 I srete Bog Valama, a on mu reèe: sedam oltara spremih, i prinesoh po tele i ovna na svakom oltaru.
ସେତେବେଳେ ପରମେଶ୍ୱର ବିଲୀୟମ୍କୁ ସାକ୍ଷାତ କଲେ; ତହିଁରେ ସେ ତାହାଙ୍କୁ କହିଲା, “ମୁଁ ସାତ ଯଜ୍ଞବେଦି ପ୍ରସ୍ତୁତ କରିଅଛି ଓ ମୁଁ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଗୋବତ୍ସ ଓ ଏକ ମେଷ ଉତ୍ସର୍ଗ କରିଅଛି।”
5 A Gospod metnu rijeèi u usta Valamu, i reèe: vrati se k Valaku i tako mu reci.
ସେତେବେଳେ ସଦାପ୍ରଭୁ ବିଲୀୟମ୍ର ମୁଖରେ ଏକ ବାକ୍ୟ ଦେଇ ତାହାକୁ କହିଲେ, “ତୁମ୍ଭେ ବାଲାକ ନିକଟକୁ ଫେରିଯାଅ, ପୁଣି, ତାହାକୁ ଏହିପରି କୁହ।”
6 I vrati se k njemu, a on stajaše kod žrtve svoje paljenice i svi knezovi Moavski.
ତହିଁରେ ସେ ତାଙ୍କ ନିକଟକୁ ଫେରିଗଲା, ସେହି ସମୟରେ ଦେଖ, ସେ ଆପଣା ହୋମବଳି ନିକଟରେ ଠିଆ ହୋଇଥିଲେ, ସେ ଓ ମୋୟାବର ଅଧିପତି ସମସ୍ତେ (ଠିଆ ହୋଇଥିଲେ)।
7 A on otvori prièu svoju, i reèe: iz Arama dovede me Valak car Moavski s planine istoène, govoreæi: hodi, prokuni mi Jakova, hodi, naruži Izrailja.
ତହୁଁ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବାଲାକ ଅରାମଠାରୁ, ମୋୟାବର ରାଜା ପୂର୍ବଦିଗସ୍ଥିତ ପର୍ବତଶ୍ରେଣୀରୁ ମୋତେ ଆଣିଅଛି; ‘ଆସ, ଆମ୍ଭ ନିମନ୍ତେ ଯାକୁବକୁ ଅଭିଶାପ ଦିଅ;’ ପୁଣି, ‘ଆସ, ଇସ୍ରାଏଲକୁ ଅଭିଶପ୍ତ କର।’
8 Kako bih kleo onoga koga ne kune Bog? ili kako bih ružio onoga koga Gospod ne ruži?
ପରମେଶ୍ୱର ଯାହାକୁ ଅଭିଶାପ ଦେଇ ନାହାନ୍ତି, ମୁଁ କିପରି ତାହାକୁ ଅଭିଶାପ ଦେବି? ସଦାପ୍ରଭୁ ଯାହାକୁ ଅଭିଶପ୍ତ କରି ନାହାନ୍ତି, ମୁଁ କିପରି ତାହାକୁ ଅଭିଶପ୍ତ କରିବି?
9 Jer svrh stijena vidim ga, i s humova gledam ga. Gle, ovaj æe narod nastavati sam, i s drugim narodima neæe se pomiješati.
କାରଣ ଶୈଳମାଳାର ଶିଖରରୁ ମୁଁ ତାହାକୁ ଦେଖୁଅଛି ଓ ଗିରିଶ୍ରେଣୀରୁ ମୁଁ ତାହାକୁ ଦର୍ଶନ କରୁଅଛି। ଦେଖ, ଏହି ଲୋକମାନେ ଅଲଗା ବାସ କରନ୍ତି, ସେମାନେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଗଣିତ ହେବେ ନାହିଁ।
10 Ko æe izbrojiti prah Jakovljev i broj od èetvrti Izrailja? Da bih ja umro smræu pravednièkom, i kraj moj da bi bio kao njihov!
ଯାକୁବର ଧୂଳି କିଏ ଗଣିପାରେ ଅବା ଇସ୍ରାଏଲର ଚତୁର୍ଥାଂଶର ସଂଖ୍ୟା କିଏ କହିପାରେ; ଧାର୍ମିକର ମରଣ ମୁଁ ମରେ, ମୋହର ଶେଷାବସ୍ଥା ତାହାର ତୁଲ୍ୟ ହେଉ।”
11 Tada reèe Valak Valamu: šta to radiš od mene? Ja te dozvah da prokuneš neprijatelje moje, a gle, ti blagosiljaš jednako.
ଏଥିରେ ବାଲାକ ବିଲୀୟମ୍କୁ କହିଲେ, “ତୁମ୍ଭେ ଆମ୍ଭ ପ୍ରତି ଏ କି କଲ? ଆମ୍ଭର ଶତ୍ରୁମାନଙ୍କୁ ଅଭିଶାପ ଦେବା ପାଇଁ ଆମ୍ଭେ ତୁମ୍ଭକୁ ନେଇଗଲୁ, ଆଉ ଦେଖ, ତୁମ୍ଭେ ସେମାନଙ୍କୁ ସର୍ବୋତୋଭାବେ ଆଶୀର୍ବାଦ କଲ।”
12 A on odgovori i reèe: zar neæu paziti i govoriti ono što mi je Gospod metnuo u usta?
ତହିଁରେ ସେ ଉତ୍ତର ଦେଇ କହିଲା, “ସଦାପ୍ରଭୁ ମୋʼ ମୁଖରେ ଯେଉଁ କଥା ଦିଅନ୍ତି, ସାବଧାନ ହୋଇ ତାହା ହିଁ କହିବା କି ମୋହର ଉଚିତ ନୁହେଁ?”
13 Tada mu reèe Valak: hodi sa mnom na drugo mjesto, odakle æeš ga vidjeti; samo mu kraj vidiš, a svega ga ne vidiš; prokuni mi ga odande.
ଏଉତ୍ତାରେ ବାଲାକ କହିଲେ, “ଆମ୍ଭେ ନିବେଦନ କରୁଅଛୁ, ତୁମ୍ଭେ ଯେଉଁ ସ୍ଥାନରୁ ସେମାନଙ୍କୁ ଦେଖି ପାରିବ, ଏପରି ଅନ୍ୟ ଏକ ସ୍ଥାନକୁ ଆମ୍ଭ ସଙ୍ଗେ ଆସ; ତୁମ୍ଭେ କେବଳ ସେମାନଙ୍କର ଶେଷସୀମାସ୍ଥିତ ଲୋକମାନଙ୍କୁ ଦେଖିବ, ମାତ୍ର ସମସ୍ତଙ୍କୁ ଦେଖି ପାରିବ ନାହିଁ; ସେହିଠାରୁ ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦିଅ।”
14 I dovede ga u polje Zofim, navrh Fazge, i naèini sedam oltara, i prinese na svakom oltaru po jedno tele i ovna.
ସେତେବେଳେ ବାଲାକ ତାହାକୁ ପିସ୍ଗାର ପୃଷ୍ଠସ୍ଥିତ ସୋଫୀମ୍ କ୍ଷେତ୍ରକୁ ନେଇଯାଇ ସେହି ସ୍ଥାନରେ ସାତ ବେଦି ନିର୍ମାଣ କଲେ, ପୁଣି, ପ୍ରତ୍ୟେକ ବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।
15 Tada Valam reèe Valaku: stoj tu kod žrtve svoje paljenice, a ja idem onamo na susret Gospodu.
ତହୁଁ ସେ ବାଲାକଙ୍କୁ କହିଲା, “ମୁଁ ଯେପର୍ଯ୍ୟନ୍ତ ସେହି ସ୍ଥାନରେ ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବି, ସେପର୍ଯ୍ୟନ୍ତ ତୁମ୍ଭେ ଏହି ସ୍ଥାନରେ ଆପଣା ହୋମବଳି ନିକଟରେ ଠିଆ ହୋଇଥାଅ।”
16 I srete Gospod Valama, i metnu mu rijeè u usta, i reèe: vrati se k Valaku, i tako govori.
ଏଥିରେ ସଦାପ୍ରଭୁ ବିଲୀୟମ୍ ସହିତ ସାକ୍ଷାତ କଲେ, ପୁଣି, ତାହାର ମୁଖରେ ଗୋଟିଏ, ବାକ୍ୟ ଦେଇ ତାହାକୁ କହିଲେ, “ତୁମ୍ଭେ ବାଲାକ ନିକଟକୁ ଫେରିଯାଇ ତାହାକୁ ଏହି କଥା କହିବ।”
17 I doðe k njemu, a on stajaše kod žrtve svoje paljenice i s njim knezovi Moavski; i reèe Valak: šta veli Gospod?
ତହୁଁ ସେ ତାଙ୍କ ନିକଟକୁ ଆସିଲା, ଆଉ ଦେଖ, ସେ ଆପଣା ହୋମବଳି ନିକଟରେ ଠିଆ ହୋଇଥିଲେ, ଆଉ ମୋୟାବର ଅଧିପତିମାନେ ତାଙ୍କ ସଙ୍ଗରେ ଥିଲେ। ତେବେ ବାଲାକ ତାକୁ ପଚାରିଲେ, “ସଦାପ୍ରଭୁ କଅଣ କହିଅଛନ୍ତି?”
18 A on otvori prièu svoju, i reèe: ustani Valaèe, i poslušaj, èuj me sine Seforov!
ତହିଁରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ହେ ବାଲାକ, ଉଠ, ଶ୍ରବଣ କର; ହେ ସିପ୍ପୋରର ପୁତ୍ର, ମୋʼ କଥାରେ କର୍ଣ୍ଣପାତ କର।
19 Bog nije èovjek da laže, ni sin èovjeèji da se pokaje. Što kaže neæe li uèiniti, i što reèe neæe li izvršiti?
ପରମେଶ୍ୱର ମନୁଷ୍ୟ ନୁହନ୍ତି ଯେ, ସେ ମିଥ୍ୟା କହିବେ; କିଅବା ସେ ମନୁଷ୍ୟର ସନ୍ତାନ ନୁହନ୍ତି ଯେ, ସେ ଅନୁତାପ କରିବେ; ସେ କହିଅଛନ୍ତି, ଆଉ ସେ କି ତାହା କରିବେ ନାହିଁ? ସେ କହିଅଛନ୍ତି, ଆଉ ତାହା କି ସେ ସିଦ୍ଧ କରିବେ ନାହିଁ?
20 Gle, primih da blagoslovim; jer je on blagoslovio, a ja neæu poreæi.
ଦେଖ, ମୁଁ ଆଶୀର୍ବାଦ କରିବାକୁ ଆଜ୍ଞା ପାଇଅଛି; ପୁଣି, ସେ ଆଶୀର୍ବାଦ କରିଅଛନ୍ତି, ଏଣୁ ମୁଁ ତାହା ଅନ୍ୟଥା କରି ନ ପାରେ।
21 Ne gleda na bezakonje u Jakovu ni na nevaljalstvo u Izrailju; Gospod je njegov s njim, i graja u njemu kao car kad nadvlada.
ସେ ଯାକୁବ ମଧ୍ୟରେ ଅଧର୍ମ ଦୃଷ୍ଟିଗୋଚର କରି ନାହାନ୍ତି, କିଅବା ସେ ଇସ୍ରାଏଲ ମଧ୍ୟରେ ଉପଦ୍ରବ ଦେଖି ନାହାନ୍ତି; ସେମାନଙ୍କର ପରମେଶ୍ୱର ସଦାପ୍ରଭୁ ସେମାନଙ୍କ ସଙ୍ଗରେ ଅଛନ୍ତି, ପୁଣି, ରାଜାର ଜୟଧ୍ୱନି ସେମାନଙ୍କ ମଧ୍ୟରେ ଅଛି।
22 Bog ga je izveo iz Misira, on mu je kao snaga jednorogova.
ପରମେଶ୍ୱର ସେମାନଙ୍କୁ ମିସରରୁ ବାହାର କରି ଆଣୁଅଛନ୍ତି; ଅରଣା ଷଣ୍ଢ ତୁଲ୍ୟ ସେମାନଙ୍କର ବଳ।
23 Jer nema èini na Jakova ni vraèanja na Izrailja; u ovo doba govoriæe se o Jakovu i o Izrailju, što je uèinio Bog.
ନିତାନ୍ତ ଯାକୁବ ପାଇଁ କୌଣସି ଗଣକତା ନାହିଁ, କିଅବା ଇସ୍ରାଏଲ ପାଇଁ କୌଣସି ମନ୍ତ୍ର ନାହିଁ; ଏହିକ୍ଷଣି ଯାକୁବ ଓ ଇସ୍ରାଏଲ ବିଷୟରେ କୁହାଯିବ, ‘ପରମେଶ୍ୱର କି କର୍ମ କରିଅଛନ୍ତି!’
24 Evo, narod æe ustati kao silan lav, i kao laviæ skoèiæe; neæe leæi dokle ne pojede lova i popije krvi pobijenijeh.
ଦେଖ, ସେହି ଲୋକସମୂହ ସିଂହୀ ପରି ଉଠୁଅଛନ୍ତି; ପୁଣି, ସେ ସିଂହ ପରି ଆପଣାକୁ ଉଠାଉଅଛି; ଯେପର୍ଯ୍ୟନ୍ତ ସେ ଶିକାର ଭୋଜନ ନ କରେ ଓ ହତ ଲୋକମାନଙ୍କର ରକ୍ତ ପାନ ନ କରେ, ସେପର୍ଯ୍ୟନ୍ତ ଶୟନ କରିବ ନାହିଁ।”
25 Tada reèe Valak Valamu: nemoj ga ni kleti ni blagosiljati.
ଏଥିଉତ୍ତାରେ ବାଲାକ ବିଲୀୟମ୍କୁ କହିଲେ, “ତୁମ୍ଭେ ସେମାନଙ୍କୁ କିଛି ଅଭିଶାପ ଦିଅ ନାହିଁ, କିଅବା ସେମାନଙ୍କୁ କିଛି ଆଶୀର୍ବାଦ କର ନାହିଁ।”
26 A Valam odgovori Valaku: nijesam li ti kazao da æu èiniti što mi god Gospod kaže?
ତହିଁରେ ବିଲୀୟମ୍ ଉତ୍ତର ଦେଇ ବାଲାକଙ୍କୁ କହିଲା, “ସଦାପ୍ରଭୁ ମୋତେ ଯାହା କିଛି କହିବେ, ତାହା ହିଁ ମୁଁ କରିବି; ଏହା କି ମୁଁ ତୁମ୍ଭକୁ କହି ନାହିଁ?”
27 A Valak reèe Valamu: hodi, odvešæu te na drugo mjesto; da ako Bogu bude volja da mi ga odande prokuneš.
ତହୁଁ ବାଲାକ ବିଲୀୟମ୍କୁ କହିଲେ, “ବିନୟ କରୁଅଛୁ, ଆସ, ଆମ୍ଭେ ତୁମ୍ଭକୁ ଅନ୍ୟ ଏକ ସ୍ଥାନକୁ ନେଇଯିବା; ହୋଇପାରେ, ସେହି ସ୍ଥାନରେ ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦେବାର ପରମେଶ୍ୱରଙ୍କ ଦୃଷ୍ଟିରେ ଉପଯୁକ୍ତ ହେବ।”
28 I odvede Valak Valama navrh Fegora, koji gleda u pustinju.
ଏଣୁ ବାଲାକ ବିଲୀୟମ୍କୁ ମରୁଭୂମି ଅଭିମୁଖରେ ପିୟୋର ଶିଖରକୁ ନେଇଗଲେ।
29 I reèe Valam Valaku: naèini mi ovdje sedam oltara, i pripravi mi ovdje sedam telaca i sedam ovnova.
ତହିଁରେ ବିଲୀୟମ୍ ବାଲାକଙ୍କୁ କହିଲା, “ଏହି ସ୍ଥାନରେ ମୋʼ ପାଇଁ ସାତଗୋଟି ବେଦି ନିର୍ମାଣ କର ଓ ଏହି ସ୍ଥାନରେ ମୋʼ ନିମନ୍ତେ ସାତ ଗୋବତ୍ସ ଓ ସାତ ମେଷ ଆୟୋଜନ କର।”
30 I uèini Valak kako reèe Valam i prinese žrtvu po tele i ovna na svakom oltaru.
ତହୁଁ ବାଲାକ ବିଲୀୟମ୍ର କଥାନୁସାରେ କଲେ ଓ ପ୍ରତ୍ୟେକ ବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।