< Psalmi 12 >

1 Pomagaj, Gospode; jer nesta svetijeh, jer je malo vjernijeh meðu sinovima èovjeèijim.
ପ୍ରଧାନ ବାଦ୍ୟକର ନିମନ୍ତେ ଶମୀନୀତ୍‍ ସ୍ୱରରେ ଦାଉଦଙ୍କର ଗୀତ। ସଦାପ୍ରଭୋ, ସାହାଯ୍ୟ କର, କାରଣ ଧାର୍ମିକ ଲୋକ ଲୋପ ପାଇଅଛନ୍ତି; ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ବିଶ୍ୱସ୍ତ ଲୋକର ହ୍ରାସ ହୋଇଅଛି।
2 Laž govore jedan drugome, usnama lažljivijem govore iz srca dvolièna.
ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀମାନଙ୍କୁ ମିଥ୍ୟା କହନ୍ତି। ସେମାନେ ଚାଟୁବାଦୀ ଓଷ୍ଠାଧରରେ ଓ ଦ୍ୱିଧାଚିତ୍ତରେ କଥା କହନ୍ତି।
3 Istrijebiæe Gospod sva usta lažljiva, jezik velièavi,
ସଦାପ୍ରଭୁ ଚାଟୁବାଦୀ ଓଷ୍ଠାଧରସବୁ ଓ ଦର୍ପବାଦୀ ଜିହ୍ୱା ଉଚ୍ଛିନ୍ନ କରିବେ;
4 Ljude, koji govore: jezikom smo jaki, usta su naša u nas, ko je gospodar nad nama?
ସେମାନେ କହନ୍ତି, “ଆମ୍ଭେମାନେ ଜିହ୍ୱା ଦ୍ୱାରା ପ୍ରବଳ ହେବା; ଆମ୍ଭମାନଙ୍କ ଓଷ୍ଠାଧର ଆମ୍ଭମାନଙ୍କ ନିଜର; ଆମ୍ଭମାନଙ୍କ ଉପରେ କର୍ତ୍ତା କିଏ?”
5 Videæi stradanje nevoljnih i uzdisanje ništih, sad æu ustati, veli Gospod, i izbaviti onoga kome zlobe.
ଦୁଃଖୀଲୋକ ଲୁଟିତ ହେବାରୁ, ଦୀନହୀନ କାତରୋକ୍ତି କରିବାରୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ଏବେ ଉଠିବା; ସେମାନେ ଯାହା ପ୍ରତି ଫୁତ୍କାର କରନ୍ତି, ତାହାକୁ ଆମ୍ଭେ ନିରାପଦରେ ରଖିବା।”
6 Rijeèi su Gospodnje rijeèi èiste, srebro u vatri oèišæeno od zemlje, sedam puta pretopljeno.
ସଦାପ୍ରଭୁଙ୍କ ବାକ୍ୟସବୁ ନିର୍ମଳ ବାକ୍ୟ, ତାହା ମୃତ୍ତିକାର ଉହ୍ମାଇରେ ପରୀକ୍ଷିତ ସାତ ଥର ପରିଷ୍କୃତ ରୂପା ତୁଲ୍ୟ।
7 Ti æeš nas, Gospode, odbraniti, i saèuvati nas od roda ovoga dovijeka.
ହେ ସଦାପ୍ରଭୋ, ତୁମ୍ଭେ ସେମାନଙ୍କୁ ରକ୍ଷା କରିବ, ତୁମ୍ଭେ ବର୍ତ୍ତମାନ ଲୋକମାନଙ୍କଠାରୁ ସେମାନଙ୍କୁ ସଦାକାଳ ଉଦ୍ଧାର କରିବ।
8 Bezbožnici idu naokolo; kad se oni podižu, sramote se sinovi èovjeèiji.
ମନୁଷ୍ୟ-ସନ୍ତାନଗଣ ମଧ୍ୟରେ ଅଧମତା ଉଚ୍ଚୀକୃତ ହେବା ବେଳେ ଦୁଷ୍ଟମାନେ ଚତୁର୍ଦ୍ଦିଗରେ ଭ୍ରମଣ କରନ୍ତି।

< Psalmi 12 >