< Psalmi 29 >
1 Dajte Gospodu, sinovi Božiji, dajte Gospodu slavu i èast.
ଦାଉଦଙ୍କର ଗୀତ। ହେ ବିକ୍ରମୀ-ସନ୍ତାନଗଣ, ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କର ଗୌରବ ଓ ପରାକ୍ରମ କୀର୍ତ୍ତନ କର।
2 Dajte Gospodu slavu imena njegova. Poklonite se Gospodu u svetoj krasoti.
ସଦାପ୍ରଭୁଙ୍କ ନାମର ଗୌରବ କୀର୍ତ୍ତନ କର; ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କୁ ପ୍ରଣାମ କର।
3 Glas je Gospodnji nad vodom, Bog slave grmi, Gospod je nad vodom velikom.
ଜଳରାଶି ଉପରେ ସଦାପ୍ରଭୁଙ୍କର ରବ ଅଛି; ଗୌରବମୟ ପରମେଶ୍ୱର ବଜ୍ରନାଦ କରନ୍ତି, ସଦାପ୍ରଭୁ ଅପାର ଜଳରାଶି ଉପରେ ବିଦ୍ୟମାନ।
4 Glas je Gospodnji silan, glas je Gospodnji slavan.
ସଦାପ୍ରଭୁଙ୍କ ରବ ଶକ୍ତିବିଶିଷ୍ଟ; ସଦାପ୍ରଭୁଙ୍କ ରବ ପ୍ରତାପପୂର୍ଣ୍ଣ।
5 Glas Gospodnji lomi kedre, Gospod lomi kedre Livanske.
ସଦାପ୍ରଭୁଙ୍କ ରବ ଏରସ ବୃକ୍ଷମାନ ଭାଙ୍ଗି ପକାଏ; ହଁ, ସଦାପ୍ରଭୁ ଲିବାନୋନର ଏରସ ବୃକ୍ଷସବୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାନ୍ତି।
6 Kao tele skaèu od njega; Livan i Sirion kao mlad bivo.
ମଧ୍ୟ ସେ ସେମାନଙ୍କୁ ଗୋବତ୍ସ ପରି; ଲିବାନୋନ ଓ ସିରିୟୋନକୁ ଅରଣା ଛୁଆ ପରି ନଚାନ୍ତି।
7 Glas Gospodnji sipa plamen ognjeni.
ସଦାପ୍ରଭୁଙ୍କ ରବ ଅଗ୍ନିଶିଖା ବିଭକ୍ତ କରେ।
8 Glas Gospodnji potresa pustinju, potresa Gospod pustinju Kades.
ସଦାପ୍ରଭୁଙ୍କ ରବ ପ୍ରାନ୍ତରକୁ କମ୍ପିତ କରେ; ସଦାପ୍ରଭୁ କାଦେଶର ପ୍ରାନ୍ତରକୁ କମ୍ପିତ କରନ୍ତି।
9 Glas Gospodnji oprašta košute bremena, i sa šuma skida odijelo; i u crkvi njegovoj sve govori o slavi njegovoj.
ସଦାପ୍ରଭୁଙ୍କ ରବ ହରିଣୀମାନଙ୍କୁ ପ୍ରସବ କରାଏ ଓ ବନସମୂହକୁ ବିବସ୍ତ୍ର କରେ; ପୁଣି, ତାହାଙ୍କ ମନ୍ଦିରରେ ସମସ୍ତ ବିଷୟ “ଗୌରବ, ଗୌରବ” ବୋଲି କହନ୍ତି।
10 Gospod je sjedio nad potopom, i sjedjeæe Gospod kao car uvijek.
ସଦାପ୍ରଭୁ ଜଳପ୍ଲାବନରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ; ହଁ, ସଦାପ୍ରଭୁ ଅନନ୍ତକାଳ ରାଜା ତୁଲ୍ୟ ଉପବିଷ୍ଟ ଅଟନ୍ତି।
11 Gospod æe dati silu narodu svojemu, Gospod æe blagosloviti narod svoj mirom.
ସଦାପ୍ରଭୁ ଆପଣା ଲୋକମାନଙ୍କୁ ବଳ ଦେବେ; ସଦାପ୍ରଭୁ ଆପଣା ଲୋକମାନଙ୍କୁ ଶାନ୍ତି ଦେଇ ଆଶୀର୍ବାଦ କରିବେ।