< 1 Књига о царевима 22 >
1 И прођоше три године без рата између Сираца и Израиљаца.
ଏଥିଉତ୍ତାରେ ଅରାମ ଓ ଇସ୍ରାଏଲ ଯୁଦ୍ଧ ନ କରି ତିନି ବର୍ଷ ପର୍ଯ୍ୟନ୍ତ କ୍ଷାନ୍ତ ରହିଲେ।
2 А треће године дође Јосафат, цар Јудин к цару Израиљевом.
ତହୁଁ ତୃତୀୟ ବର୍ଷରେ ଯିହୁଦାର ରାଜା ଯିହୋଶାଫଟ୍ ଇସ୍ରାଏଲର ରାଜାଙ୍କ ନିକଟକୁ ଆସିଲେ।
3 И рече цар Израиљев слугама својим: Не знате ли да је наш Рамот у Галаду? А ми не радимо да га узмемо из руку цара сирског.
ଏଥିରେ ଇସ୍ରାଏଲର ରାଜା ଆପଣା ଦାସମାନଙ୍କୁ କହିଲେ, “ରାମୋତ୍-ଗିଲୀୟଦ ଯେ ଆମ୍ଭମାନଙ୍କର ଅଟେ, ଏହା କʼଣ ତୁମ୍ଭେମାନେ ଜାଣ ନାହିଁ? ତଥାପି ଆମ୍ଭେମାନେ ନୀରବ ହୋଇ ରହି ଅରାମର ରାଜା ହସ୍ତରୁ ତାହା ନେଉ ନାହୁଁ।”
4 И рече Јосафату: Хоћеш ли ићи са мном на војску на Рамот галадски? А Јосафат рече цару Израиљевом: Ја као ти, народ мој као твој народ, коњи моји као твоји коњи.
ପୁଣି, ସେ ଯିହୋଶାଫଟ୍ଙ୍କୁ କହିଲେ, “ତୁମ୍ଭେ କʼଣ ଯୁଦ୍ଧ କରିବା ପାଇଁ ମୋʼ ସଙ୍ଗେ ରାମୋତ୍-ଗିଲୀୟଦକୁ ଯିବ?” ତହିଁରେ ଯିହୋଶାଫଟ୍ ଇସ୍ରାଏଲର ରାଜାଙ୍କୁ କହିଲେ; “ମୁଁ ତୁମ୍ଭ ପରି, ମୋର ଲୋକ ତୁମ୍ଭ ଲୋକ ପରି, ମୋର ଅଶ୍ୱ ତୁମ୍ଭ ଅଶ୍ୱ ପରି।”
5 Још рече Јосафат цару Израиљевом: Упитај данас шта ће Господ рећи.
ଆହୁରି ଯିହୋଶାଫଟ୍ ଇସ୍ରାଏଲର ରାଜାଙ୍କୁ କହିଲେ, “ମୁଁ ବିନୟ କରୁଅଛି, ଆଜି ସଦାପ୍ରଭୁଙ୍କ ବାକ୍ୟ ପଚାର।”
6 Тада цар Израиљев сабра око четири стотине пророка, и рече им: Хоћу ли ићи на војску на Рамот галадски или ћу се оканити? А они рекоше: Иди, јер ће га Господ дати у руке цару.
ତେବେ ଇସ୍ରାଏଲର ରାଜା ଭବିଷ୍ୟଦ୍ବକ୍ତାମାନଙ୍କର ଊଣାଧିକ ଚାରି ଶହ ଲୋକ ଏକତ୍ର କରି ସେମାନଙ୍କୁ ପଚାରିଲେ, “ମୁଁ ରାମୋତ୍-ଗିଲୀୟଦ ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବି କି କ୍ଷାନ୍ତ ହେବି?” ତହୁଁ ସେମାନେ କହିଲେ, “ଯାଉନ୍ତୁ; କାରଣ ପ୍ରଭୁ ମହାରାଜାଙ୍କ ହସ୍ତରେ ତାହା ସମର୍ପଣ କରିବେ।”
7 А Јосафат рече: Има ли ту још који пророк Господњи да га питамо?
ମାତ୍ର ଯିହୋଶାଫଟ୍ କହିଲେ, “ଏମାନଙ୍କ ବ୍ୟତୀତ ଯାହାକୁ ଆମ୍ଭେମାନେ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି ଭବିଷ୍ୟଦ୍ବକ୍ତା କି କେହି ଏଠାରେ ନାହିଁ?”
8 А цар Израиљев рече Јосафату: Има још један човек, преко ког бисмо могли упитати Господа; али ја мрзим на њ, јер ми не прориче добра него зло; то је Михеја, син Јемлин. А Јосафат рече: Нека цар не говори тако.
ତହିଁରେ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଆଉ ଜଣେ ଅଛନ୍ତି, ଯାହା ଦ୍ୱାରା ଆମ୍ଭେମାନେ ସଦାପ୍ରଭୁଙ୍କୁ ପଚାରି ପାରୁ, ସେ ଇମ୍ଲର ପୁତ୍ର ମୀଖାୟ; ମାତ୍ର ମୁଁ ତାହାକୁ ଘୃଣା କରେ; କାରଣ ସେ ମୋʼ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ ନାହିଁ।” ତହୁଁ ଯିହୋଶାଫଟ୍ କହିଲେ, “ରାଜା ଏପରି ନ କହନ୍ତୁ।”
9 Тада цар Израиљев дозва једног дворанина, и рече му: Брже доведи Михеју, сина Јемлиног.
ସେତେବେଳେ ଇସ୍ରାଏଲର ରାଜା ଏକ ଅଧ୍ୟକ୍ଷଙ୍କୁ ଡାକି କହିଲେ, “ଇମ୍ଲର ପୁତ୍ର ମୀଖାୟକୁ ଶୀଘ୍ର ଆଣ।”
10 А цар Израиљев и Јосафат цар Јудин сеђаху сваки на свом престолу обучени у царске хаљине на пољани код врата самаријских, и сви пророци пророковаху пред њима.
ଏଥିମଧ୍ୟରେ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଯିହୋଶାଫଟ୍ ଆପଣାମାନଙ୍କ ରାଜବସ୍ତ୍ର ପିନ୍ଧି ଶମରୀୟାର ଦ୍ୱାର-ପ୍ରବେଶ ସ୍ଥାନ ନିକଟବର୍ତ୍ତୀ ମେଲାରେ ଆପଣା ଆପଣା ସିଂହାସନରେ ବସିଥିଲେ; ଆଉ ସେମାନଙ୍କ ସମ୍ମୁଖରେ ଭବିଷ୍ୟଦ୍ବକ୍ତା ସମସ୍ତେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରୁଥିଲେ।
11 И Седекија, син Хананин, начини себи гвоздене рогове, и рече: Овако вели Господ: Овим ћеш побости Сирце докле их не истребиш.
ଆଉ କନାନାର ପୁତ୍ର ସିଦିକୀୟ ଲୌହମୟ ଶୃଙ୍ଗମାନ ନିର୍ମାଣ କରି କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଏତଦ୍ଦ୍ୱାରା ଆପଣ ଅରାମୀୟମାନଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଭୁସି ପକାଇବେ।”
12 Тако и сви пророци пророковаху говорећи: Иди на Рамот галадски, и бићеш срећан, јер ће га Господ дати цару у руке.
ତହିଁରେ ସବୁ ଭବିଷ୍ୟଦ୍ବକ୍ତା ତଦ୍ରୂପ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହିଲେ, “ରାମୋତ୍-ଗିଲୀୟଦକୁ ଯାଇ କୃତକାର୍ଯ୍ୟ ହେଉନ୍ତୁ; କାରଣ ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ।”
13 А посланик који отиде да дозове Михеју рече му говорећи: Ево, пророци проричу сви једним гласом добро цару; нека и твоја реч буде као реч њихова, говори добро.
ଯେଉଁ ଦୂତ ମୀଖାୟକୁ ଡାକିବାକୁ ଯାଇଥିଲା, ସେ ତାହାକୁ କହିଲା, “ଦେଖ, ଭବିଷ୍ୟଦ୍ବକ୍ତାମାନଙ୍କର ବାକ୍ୟ ଏକ ମୁଖରେ ରାଜାଙ୍କର ମଙ୍ଗଳ ପ୍ରକାଶ କରୁଅଛି; ମୁଁ ବିନୟ କରୁଅଛି, ତୁମ୍ଭର ବାକ୍ୟ ସେମାନଙ୍କର ଜଣକର ବାକ୍ୟ ତୁଲ୍ୟ ହେଉ, ଆଉ ତୁମ୍ଭେ ମଙ୍ଗଳର କଥା କୁହ।”
14 А Михеја рече: Тако да је жив Господ, говорићу оно што ми Господ каже.
ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ମୋତେ ଯାହା କହିବେ, ମୁଁ ତାହା ହିଁ କହିବି।”
15 И кад дође к цару, рече му цар: Михеја! Хоћемо ли ићи на војску на Рамот галадски или ћемо се оканити? А он му рече: Иди, бићеш срећан, јер ће га Господ дати цару у руке.
ଏଉତ୍ତାରେ ମୀଖାୟ ରାଜାଙ୍କ ନିକଟକୁ ଆସନ୍ତେ, ରାଜା ତାହାକୁ କହିଲେ, “ମୀଖାୟ, ଆମ୍ଭେମାନେ ଯୁଦ୍ଧ କରିବା ପାଇଁ ରାମୋତ୍-ଗିଲୀୟଦକୁ ଯିବା କି କ୍ଷାନ୍ତ ହେବା?” ତହିଁରେ ସେ ଉତ୍ତର କଲା, “ଯାଉନ୍ତୁ, କୃତକାର୍ଯ୍ୟ ହେଉନ୍ତୁ; ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ।”
16 А цар му рече: Колико ћу те пута заклињати да ми не говориш него истину у име Господње?
ତହୁଁ ରାଜା ତାହାକୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ସତ୍ୟ ବିନୁ ଆଉ କିଛି ମୋତେ ନ କୁହ ବୋଲି ମୁଁ କେତେ ଥର ତୁମ୍ଭକୁ ଶପଥ କରାଇବି?”
17 Тада рече: Видех сав народ Израиљев разасут по планинама као овце које немају пастира; јер рече Господ: Ови немају господара; нека се врате свак својој кући с миром.
ଏଥିରେ ସେ କହିଲା, “ମୁଁ ସମଗ୍ର ଇସ୍ରାଏଲକୁ ଅରକ୍ଷକ ମେଷପଲ ତୁଲ୍ୟ ପର୍ବତମାନରେ ଛିନ୍ନଭିନ୍ନ ଦେଖିଲି, ଆଉ ସଦାପ୍ରଭୁ କହିଲେ, ‘ଏମାନଙ୍କର କର୍ତ୍ତା ନାହିଁ; ଏମାନେ ପ୍ରତ୍ୟେକେ କୁଶଳରେ ଆପଣା ଆପଣା ଗୃହକୁ ଫେରି ଯାଉନ୍ତୁ।’”
18 Тада рече цар Израиљев Јосафату: Нисам ли ти рекао да ми неће пророковати добра него зло?
ତହୁଁ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଏ ଆମ୍ଭ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ ନାହିଁ ବୋଲି କି ମୁଁ ତୁମ୍ଭକୁ କହିଲି ନାହିଁ?”
19 А Михеја му рече: Зато чуј реч Господњу; видех Господа где седи на престолу свом, а сва војска небеска стајаше му с десне и с леве стране.
ପୁଣି, ମୀଖାୟ କହିଲା, “ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ତାହାଙ୍କ ନିକଟରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟଙ୍କୁ ଉଭା ହେବାର ଦେଖିଲି।
20 И рече Господ: Ко ће преварити Ахава да отиде и падне код Рамота галадског? И један рече ово а други оно.
ତହିଁରେ ସଦାପ୍ରଭୁ କହିଲେ, ‘ଆହାବ ଯେପରି ରାମୋତ୍-ଗିଲୀୟଦକୁ ଯାଇ ପତିତ ହେବ, ଏଥିପାଇଁ କିଏ ତାହାକୁ ଫୁସଲାଇବ?’ ତହିଁରେ ଜଣେ ଏପ୍ରକାର, ଅନ୍ୟ ଜଣେ ସେପ୍ରକାର କହିଲେ।
21 Тада изиђе један дух и ставши пред Господа рече: Ја ћу га преварити. А Господ му рече: Како?
ତହିଁ ଉତ୍ତାରେ ଏକ ଆତ୍ମା ବାହାରି ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇ କହିଲା, ‘ମୁଁ ତାହାକୁ ଫୁସଲାଇବି।’
22 Одговори: Изаћи ћу и бићу лажљив дух у устима свих пророка његових. А Господ му рече: Преварићеш га и надвладаћеш; иди и учини тако.
ତହୁଁ ସଦାପ୍ରଭୁ ତାହାକୁ କହିଲେ, ‘କାହିଁରେ?’ ସେ କହିଲା, ‘ମୁଁ ଯାଇ ତାହାର ସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ହେବି।’ ତେବେ ସେ କହିଲେ, ‘ତୁମ୍ଭେ ତାହାକୁ ଫୁସଲାଇବ, ମଧ୍ୟ କୃତକାର୍ଯ୍ୟ ହେବ; ଯାଅ, ସେପରି କର।’
23 Зато сада ето, Господ је метнуо лажљив дух у уста свим твојим пророцима, а Господ је изрекао зло по те.
ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି।”
24 Тада приступи Седекија, син Хананин, и удари Михеју по образу говорећи: Куда је отишао дух Господњи од мене да говори с тобом?
ସେତେବେଳେ କନାନାର ପୁତ୍ର ସିଦିକୀୟ ନିକଟକୁ ଆସି ମୀଖାୟର ଗାଲରେ ଚାପୁଡ଼ା ମାରି କହିଲା, “ସଦାପ୍ରଭୁଙ୍କ ଆତ୍ମା ତୋତେ କହିବା ପାଇଁ ମୋʼ ଠାରୁ କେଉଁ ବାଟେ ଗଲେ?”
25 А Михеја му рече: Ето, видећеш у онај дан кад отидеш у најтајнију клет да се сакријеш.
ତହିଁରେ ମୀଖାୟ କହିଲା, “ଦେଖ, ଯେଉଁ ଦିନ ତୁମ୍ଭେ ଆପଣାକୁ ଲୁଚାଇବା ପାଇଁ ଗୋଟିଏ ଭିତର କୋଠରିକି ଯିବ, ସେହି ଦିନ ତାହା ଜାଣିବ।”
26 Тада цар Израиљев рече: Ухвати Михеју и одведи га к Амону заповеднику градском и к Јоасу, сину царевом;
ପୁଣି, ଇସ୍ରାଏଲର ରାଜା କହିଲେ, “ମୀଖାୟକୁ ଧରି ନଗରାଧ୍ୟକ୍ଷ ଆମୋନ୍ର ଓ ରାଜପୁତ୍ର ଯୋୟାଶ୍ର ନିକଟକୁ ଫେରାଇ ନେଇଯାଅ;
27 И реци им: Овако вели цар: Метните овог у тамницу, и дајите им по мало хлеба и по мало воде докле се не вратим у миру.
ପୁଣି, କୁହ, ‘ରାଜା ଏହି କଥା କହନ୍ତି, ଏଇଟାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାକୁ କେବଳ ଅଳ୍ପ ଅନ୍ନ ଓ ଅଳ୍ପ ଜଳ ଖୁଆଅ।’”
28 А Михеја рече: Ако се вратиш у миру, није Господ говорио преко мене. Још рече: Чујте, сви народи!
ତହିଁରେ ମୀଖାୟ କହିଲା, “ଯଦି ତୁମ୍ଭେ କୁଶଳରେ ଫେରି ଆସ, ତେବେ ସଦାପ୍ରଭୁ ମୋʼ ଦ୍ୱାରା କହି ନାହାନ୍ତି।” ଆହୁରି ସେ କହିଲା, “ହେ ଲୋକମାନେ, ତୁମ୍ଭେ ସମସ୍ତେ ଶୁଣ।”
29 И отиде цар Израиљев с Јосафатом царем Јудиним на Рамот галадски.
ଏଥିଉତ୍ତାରେ ଇସ୍ରାଏଲର ରାଜା ଓ ଯିହୁଦାର ଯିହୋଶାଫଟ୍ ରାଜା ରାମୋତ୍-ଗିଲୀୟଦକୁ ଗଲେ।
30 И рече цар Израиљев Јосафату: Ја ћу се преобући кад пођем у бој; а ти обуци своје одело. И преобуче се цар Израиљев и отиде у бој.
ପୁଣି, ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ମୁଁ ଛଦ୍ମବେଶ ଧରି ଯୁଦ୍ଧକୁ ଯିବି; ମାତ୍ର ତୁମ୍ଭେ ଆପଣା ରାଜବସ୍ତ୍ର ପିନ୍ଧ। ଆଉ ଇସ୍ରାଏଲର ରାଜା ଛଦ୍ମବେଶ ଧରି ଯୁଦ୍ଧକୁ ଗଲେ।”
31 А цар сирски заповеди војводама, којих беше тридесет и двојица над колима његовим, и рече: Не ударајте ни на малог ни на великог, него на самог цара Израиљевог.
ମାତ୍ର ଅରାମର ରାଜା ଆପଣାର ବତିଶ ରଥାଧ୍ୟକ୍ଷଙ୍କୁ ଆଜ୍ଞା ଦେଇ କହିଥିଲେ, “ତୁମ୍ଭେମାନେ କେବଳ ଇସ୍ରାଏଲର ରାଜା ଛଡ଼ା ସାନ କି ବଡ଼ କାହା ସଙ୍ଗେ ଯୁଦ୍ଧ ନ କର।”
32 И кад војводе од кола видеше Јосафата, рекоше: Зацело је цар Израиљев. И окренуше се на њ да ударе; али Јосафат повика.
ଏହେତୁ ରଥାଧ୍ୟକ୍ଷମାନେ ଯିହୋଶାଫଟ୍ଙ୍କୁ ଦେଖି କହିଲେ, “ଏ ଅବଶ୍ୟ ଇସ୍ରାଏଲର ରାଜା; ଆଉ ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କରିବା ପାଇଁ ତାଙ୍କ ଆଡ଼କୁ ଫେରିଲେ; ତହିଁରେ ଯିହୋଶାଫଟ୍ ଡାକ ପକାଇଲେ।”
33 А војводе од кола видеше да није цар Израиљев, те одступише од њега.
ତହୁଁ ସେ ଇସ୍ରାଏଲର ରାଜା ନୁହନ୍ତି ବୋଲି ରଥାଧ୍ୟକ୍ଷମାନେ ଦେଖି ତାଙ୍କୁ ଗୋଡ଼ାଇବାରୁ ଫେରିଗଲେ।
34 А један застрели из лука нагоном, и устрели цара Израиљевог где спуча оклоп. А он рече свом возачу: Савиј руком својом и извези ме из боја, јер сам рањен.
ଏପରି ସମୟରେ ଜଣେ ସନ୍ଧାନ ବିନା ଧନୁର୍ଗୁଣ ଟାଣି ଇସ୍ରାଏଲ ରାଜାଙ୍କ ସାଞ୍ଜୁଆର ଯୋଡ଼ ମଧ୍ୟରେ ଆଘାତ କଲା; ତେଣୁ ସେ ଆପଣା ସାରଥିକୁ କହିଲେ, “ତୁମ୍ଭେ ଆପଣା ହାତ ଫେରାଇ ସୈନ୍ୟ ମଧ୍ୟରୁ ମୋତେ ନେଇଯାଅ; କାରଣ ମୁଁ ଅତିଶୟ ଆଘାତ ପାଇଲି।”
35 И бој би жесток оног дана; а цар заоста на колима својим према Сирцима, па умре увече, и крв из ране течаше у кола.
ସେଦିନ ଯୁଦ୍ଧ ପ୍ରବଳ ହେଲା; ପୁଣି, ଲୋକମାନେ ଅରାମୀୟମାନଙ୍କ ସମ୍ମୁଖରେ ରାଜାଙ୍କୁ ତାଙ୍କର ରଥରେ ଠିଆ କରି ରଖିଲେ, ଆଉ ସେ ସନ୍ଧ୍ୟା ବେଳେ ମଲେ; ପୁଣି, ତାଙ୍କର କ୍ଷତର ରକ୍ତ ରଥ ଗର୍ଭରେ ବହି ପଡ଼ିଲା।
36 И прође гласник по војсци о заходу сунчаном говорећи: Свак у свој град, и свак у своју земљу.
“ଆଉ ପ୍ରତ୍ୟେକେ ଆପଣା ନଗରକୁ ଓ ଆପଣା ଦେଶକୁ ଯାଅ,” ଏହି ଡାକ ପ୍ରାୟ ସୂର୍ଯ୍ୟାସ୍ତ ସମୟରେ ସୈନ୍ୟମାନଙ୍କର ସର୍ବତ୍ର ବ୍ୟାପିଗଲା।
37 Тако умре цар, и однесоше га у Самарију; и погребоше цара у Самарији.
ଏହିରୂପେ ରାଜା ମଲେ ଓ ଶମରୀୟାକୁ ଅଣାଗଲେ; ପୁଣି, ଲୋକମାନେ ରାଜାଙ୍କୁ ଶମରୀୟାରେ କବର ଦେଲେ।
38 А кад праху кола на језеру самаријском, лизаше пси крв његову, тако и кад праху оружје његово, по речи коју рече Господ.
ଆଉ ସେମାନେ ଶମରୀୟାର ପୁଷ୍କରିଣୀ ନିକଟରେ ରଥ ଧୋଇଲେ; ତହିଁରେ ସଦାପ୍ରଭୁଙ୍କ ଉକ୍ତ ବାକ୍ୟାନୁସାରେ କୁକ୍କୁରମାନେ ତାଙ୍କର ରକ୍ତ ଚାଟି ଖାଇଲେ। ଏହି ସ୍ଥାନରେ ବେଶ୍ୟାମାନେ ସ୍ନାନ କରନ୍ତି।
39 А остала дела Ахавова и све што је учинио, и за кућу од слонове кости коју је саградио, и за све градове што је саградио, није ли то записано у дневнику царева Израиљевих?
ଏହି ଆହାବଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ନିର୍ମିତ ହସ୍ତୀଦନ୍ତମୟ ଗୃହ ଓ ଯେ ଯେ ନଗର ସେ ନିର୍ମାଣ କରିଥିଲେ, ତାହାସବୁ କʼଣ ଇସ୍ରାଏଲ ରାଜାଗଣଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ?
40 Тако почину Ахав код отаца својих, и на његово се место зацари Охозија, син његов.
ଏହିରୂପେ ଆହାବଙ୍କ ମୃତ୍ୟୁ ପରେ ଓ ତାହାଙ୍କ ପୁତ୍ର ଅହସୀୟ ତାହାଙ୍କ ପଦରେ ରାଜ୍ୟ କଲେ।
41 А Јосафат, син Асин зацари се над Јудом четврте године царовања Ахавовог над Израиљем;
ଇସ୍ରାଏଲର ରାଜା ଆହାବଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ଆସାଙ୍କର ପୁତ୍ର ଯିହୋଶାଫଟ୍ ଯିହୁଦା ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ।
42 И имаше Јосафат тридесет и пет година кад поче царовати, и царова двадесет и пет година у Јерусалиму. А матери му беше име Азува, кћи Силејева.
ରାଜ୍ୟ କରିବାର ଆରମ୍ଭରେ ଯିହୋଶାଫଟ୍ଙ୍କର ବୟସ ପଞ୍ଚତିରିଶ ବର୍ଷ ହୋଇଥିଲା ଓ ସେ ଯିରୂଶାଲମରେ ପଚିଶ ବର୍ଷ ରାଜ୍ୟ କଲେ। ତାଙ୍କର ମାତାର ନାମ ଅସୂବା, ସେ ଶିଲ୍ହିର କନ୍ୟା।
43 И хођаше путем Асе, оца свог сасвим, и не одступи од њега чинећи све што је право пред Господом.
ଯିହୋଶାଫଟ୍ ଆପଣା ପିତା ଆସାଙ୍କର ସମସ୍ତ ପଥରେ ଚାଲିଲେ; ସେ ତହିଁରୁ ବିମୁଖ ନ ହୋଇ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କଲେ; ତଥାପି ଉଚ୍ଚସ୍ଥଳୀମାନ ଉଚ୍ଛିନ୍ନ ନୋହିଲା; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।
44 Али висина не оборише; народ још приношаше жртве и кађаше на висинама.
ପୁଣି, ଯିହୋଶାଫଟ୍ ଇସ୍ରାଏଲର ରାଜାଙ୍କ ସଙ୍ଗେ ସନ୍ଧି ସ୍ଥାପନ କଲେ।
45 И учини мир Јосафат с царем Израиљевим.
ଏହି ଯିହୋଶାଫଟ୍ଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ପ୍ରକାଶିତ ପରାକ୍ରମ ଓ ସେ କି ପ୍ରକାର ଯୁଦ୍ଧ କଲେ, ତାହାସବୁ କʼଣ ଯିହୁଦାର ରାଜାମାନଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ?
46 А остала дела Јосафатова и јунаштва што учини и како војева, није ли то записано у дневнику царева Јудиних?
ତାଙ୍କର ପିତା ଆସାଙ୍କର ସମୟରେ ଯେଉଁ ସଦୋମୀମାନେ ଅବଶିଷ୍ଟ ରହିଥିଲେ, ସେମାନଙ୍କୁ ସେ ଦେଶରୁ ଦୂର କରିଦେଲେ।
47 Он истреби из земље своје остатак аџувана, који беху остали за живота Асе, оца његовог.
ସେହି ସମୟରେ ଇଦୋମରେ କେହି ରାଜା ନ ଥିଲା; ଜଣେ ପ୍ରତିନିଧି ରାଜ୍ୟ କଲା।
48 У то време не беше цара у Идумеји, него беше намесник царев.
ଯିହୋଶାଫଟ୍ ସୁନା ପାଇଁ ଓଫୀରକୁ ଯିବା ସକାଶେ ତର୍ଶୀଶର ଜାହାଜମାନ ନିର୍ମାଣ କଲେ; ମାତ୍ର ତାହାସବୁ ଗଲା ନାହିଁ; କାରଣ ଇତ୍ସିୟୋନ-ଗେବରରେ ଜାହାଜମାନ ଭାଙ୍ଗିଗଲା।
49 И Јосафат начини лађе тарсиске да иду у Офир по злато; али не отидоше; јер се лађе разбише у Есион-Гаверу.
ତେବେ ଆହାବଙ୍କର ପୁତ୍ର ଅହସୀୟ ଯିହୋଶାଫଟ୍ଙ୍କୁ କହିଲେ, “ମୋʼ ଦାସମାନେ ତୁମ୍ଭ ଦାସମାନଙ୍କ ସଙ୍ଗେ ଜାହାଜରେ ଯାଉନ୍ତୁ।” ମାତ୍ର ଯିହୋଶାଫଟ୍ ସମ୍ମତ ହେଲେ ନାହିଁ।
50 Тада рече Охозија, син Ахавов Јосафату: Нека иду моје слуге с твојим слугама на лађама. Али Јосафат не хте.
ଏଥିଉତ୍ତାରେ ଯିହୋଶାଫଟ୍ ଆପଣା ପିତୃଗଣ ସହିତ ଶୟନ କରି ଆପଣା ପୂର୍ବପୁରୁଷ ଦାଉଦଙ୍କର ନଗରରେ ଆପଣା ପିତୃଲୋକଙ୍କ ସହିତ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଯିହୋରାମ୍ ତାଙ୍କର ପଦରେ ରାଜ୍ୟ କଲେ।
51 И почину Јосафат код отаца својих, и погребоше га код отаца његових у граду Давида, оца његовог; а на његово се место зацари Јорам, син његов.
ଯିହୁଦାର ରାଜା ଯିହୋଶାଫଟ୍ଙ୍କ ରାଜତ୍ଵର ସତର ବର୍ଷରେ ଆହାବଙ୍କର ପୁତ୍ର ଅହସୀୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ ଓ ସେ ଇସ୍ରାଏଲ ଉପରେ ଦୁଇ ବର୍ଷ ରାଜ୍ୟ କଲେ।
52 Охозија, син Ахавов зацари се над Израиљем у Самарији седамнаесте године царовања Јосафатовог над Јудом; и царова над Израиљем две године.
ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ସେ ଆପଣା ପିତାଙ୍କର ପଥରେ ଓ ଆପଣା ମାତାର ପଥରେ ଓ ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପଥରେ ଚାଲିଲେ।
53 И чињаше што је зло пред Господом, и хођаше путем оца свог и путем матере своје и путем Јеровоама, сина Наватовог, који наведе на грех Израиља. И служаше Валу и клањаше му се, и гневљаше Господа Бога Израиљевог сасвим како је чинио отац његов.
ପୁଣି, ସେ ଆପଣା ପିତାଙ୍କର ସମସ୍ତ କ୍ରିୟାନୁସାରେ ବାଲ୍ର ସେବା ଓ ପୂଜା କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ବିରକ୍ତ କଲେ।