< 1 Петрова 4 >

1 Кад, дакле, Христос пострада за нас телом, и ви се том мисли наоружајте: јер који пострада телом, престаје од греха,
ଖ୍ରୀଷ୍ଟ ଶରୀରରେ ଦୁଃଖଭୋଗ କରିଥିବାରୁ ତୁମ୍ଭେମାନେ ମଧ୍ୟ ସେହିପରି ମନ ଧରି ଆପଣାମାନଙ୍କୁ ସୁସଜ୍ଜିତ କର, କାରଣ ଯେ, ଶରୀରରେ ଦୁଃଖଭୋଗ କରିଅଛି, ସେ ପାପରୁ ନିବୃତ୍ତ ହୋଇଅଛି,
2 Да остало време живота у телу не живи више жељама човечијим, него вољи Божијој.
ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଈଶ୍ବରଙ୍କ ଇଚ୍ଛାନୁସାରେ କ୍ଷେପଣ କର।
3 Јер је доста што смо протекло време живота провели по вољи незнабожачкој, живећи у нечистотама, у сластима, у пијењу и богомрским незнабоштвима.
ଯେଣୁ ଅଣଯିହୁଦୀମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ;
4 Зато се чуде што ви не трчите с њима у то исто неуредно живљење, и хуле на вас.
ଏପ୍ରକାର ଉଚ୍ଛୃଙ୍ଖଳ ପନ୍ଥାରେ ତୁମ୍ଭେମାନେ ଯେ ସେମାନଙ୍କ ସହିତ ଧାବମାନ ହେଉ ନାହଁ, ଏହା ସେମାନେ ଆଶ୍ଚର୍ଯ୍ୟ ମଣି ତୁମ୍ଭମାନଙ୍କର ନିନ୍ଦା କରନ୍ତି;
5 Они ће дати одговор Ономе који је готов да суди живима и мртвима.
କିନ୍ତୁ ଯେ ଜୀବିତ ଓ ମୃତ ଲୋକମାନଙ୍କର ବିଚାର କରିବାକୁ ଉଦ୍ୟତ, ସେହି ଈଶ୍ବରଙ୍କ ଛାମୁରେ ସେମାନଙ୍କୁ ହିସାବ ଦେବାକୁ ହେବ।
6 Зато се и мртвима проповеди јеванђеље, да приме суд по човеку телом, а по Богу да живе духом.
କାରଣ ଏହି ଉଦ୍ଦେଶ୍ୟରେ ମୃତମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାରିତ ହେଲା, ଯେପରି ସେମାନେ ମନୁଷ୍ୟମାନଙ୍କ ସଦୃଶ ଶରୀରରେ ବିଚାରିତ ହେଲେ ହଁ ଈଶ୍ବରଙ୍କ ସଦୃଶ ଆତ୍ମାରେ ସଜୀବ ହେବେ।
7 А свему се крај приближи. Будите дакле мудри и трезни у молитвама.
ମାତ୍ର ସମସ୍ତ ବିଷୟର ଅନ୍ତିମ ସମୟ ସନ୍ନିକଟ। ଅତଏବ ସୁବୁଦ୍ଧି ହୁଅ, ପୁଣି, ପ୍ରାର୍ଥନା କରିବା ପାଇଁ ଜାଗ୍ରତ ଥାଅ,
8 А пре свега имајте непрестану љубав међу собом; јер љубав покрива мноштво греха,
ବିଶେଷରେ ପ୍ରଗାଢ଼ ପ୍ରେମରେ ପରସ୍ପରକୁ ପ୍ରେମ କରୁଥାଅ, କାରଣ ପ୍ରେମ ବହୁଳ ପାପ ଆଚ୍ଛାଦନ କରେ।
9 Будите гостољубиви међу собом без мрмљања;
କୁଣ୍ଠିତ ନ ହୋଇ ପରସ୍ପରର ଆତିଥ୍ୟ କର;
10 И служите се међу собом, сваки даром који је примио, као добри пристави различне благодати Божије.
ପ୍ରତ୍ୟେକ ଜଣ ଯେଉଁପରି ଅନୁଗ୍ରହ ଦାନ ପାଇଅଛ, ସେହି ପ୍ରକାରେ ଈଶ୍ବରଙ୍କ ବହୁବିଧ ଅନୁଗ୍ରହର ଉତ୍ତମ ଭଣ୍ଡାରଘରିଆ ସ୍ୱରୂପେ ତଦ୍ୱାରା ପରସ୍ପରର ସେବା କର;
11 Ако ко говори, нека говори као речи Божије; ако ко служи нека служи као по моћи коју Бог даје: да се у свачему слави Бог кроз Исуса Христа, коме је слава и држава ва век века. Амин. (aiōn g165)
କେହି ଯଦି ପ୍ରଚାର କରେ, ତେବେ ସେ ଈଶ୍ବରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ବରଙ୍କଠାରୁ ଶକ୍ତିପ୍ରାପ୍ତ ଲୋକ ପରି ସେବା କରୁ, ଯେପରି ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବର ଗୌରବାନ୍ୱିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର। ଆମେନ୍‍। (aiōn g165)
12 Љубазни! Не чудите се врућини која вам се догађа за кушање ваше, као да вам се шта ново догађа;
ହେ ପ୍ରିୟମାନେ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଯେଉଁ ଦୁଃଖଭୋଗରୂପ ଅଗ୍ନି ଉପସ୍ଥିତ ହୋଇଅଛି, ତାହା ଅଦ୍ଭୁତ ଘଟଣା ବୋଲି ମନେ କରି ଆଶ୍ଚର୍ଯ୍ୟ ଜ୍ଞାନ କର ନାହିଁ;
13 Него се радујте што страдате с Христом, да бисте, и кад се јави слава Његова, имали радост и весеље.
ବରଂ ଯେଉଁ ପରିମାଣରେ ଖ୍ରୀଷ୍ଟଙ୍କ ଦୁଃଖଭୋଗର ସହଭାଗୀ ହେଉଅଛ, ସେହି ପରିମାଣରେ ଆନନ୍ଦ କର, ଯେପରି ତାହାଙ୍କ ମହିମା ପ୍ରକାଶିତ ହେବା ସମୟରେ ମଧ୍ୟ ତୁମ୍ଭେମାନେ ମହାନନ୍ଦରେ ଆନନ୍ଦିତ ହେବ।
14 Ако бивате укорени за име Христово, благо вама! Јер Дух славе и Бога почива на вама: они дакле хуле на Њ, а ви Га прослављате.
ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ନାମ ସକାଶେ ନିନ୍ଦିତ ହୁଅ, ତାହାହେଲେ ତୁମ୍ଭେମାନେ ଧନ୍ୟ, କାରଣ ଗୌରବମୟ ଆତ୍ମା, ଅର୍ଥାତ୍‍, ଈଶ୍ବରଙ୍କ ଆତ୍ମା, ତୁମ୍ଭମାନଙ୍କଠାରେ ଅଧିଷ୍ଠାନ କରୁଅଛନ୍ତି।
15 Само да не пострада који од вас као крвник, или као лупеж, или као злочинац, или као онај који се меша у туђе послове;
ଏଣୁ ତୁମ୍ଭମାନଙ୍କ ମଧ୍ୟରୁ କେହି ହତ୍ୟାକାରୀ କି ଚୋର, କି ଦୂରାଚାରୀ, କି ଅନଧିକାର ଚର୍ଚ୍ଚାକାରୀ ହୋଇ ଦଣ୍ଡ ଭୋଗ ନ କରୁ;
16 А ако ли као хришћанин, нека се не стиди, већ нека слави Бога у овом догађају.
କିନ୍ତୁ କେହି ଯଦି ଖ୍ରୀଷ୍ଟିୟାନ ହେବାରୁ ଦଣ୍ଡ ଭୋଗ କରେ, ତାହାହେଲେ ସେ ଲଜ୍ଜା ବୋଧ ନ କରୁ, ବରଂ ଏହି ନାମ ହେତୁରୁ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ।
17 Јер је време да се почне суд од куће Божије; ако ли се најпре од вас почне, какав ће бити последак онима што се противе Божијем јеванђељу?
କାରଣ, ଈଶ୍ବରଙ୍କ ଗୃହଠାରୁ ଆରମ୍ଭ କରି ବିଚାର କରିବା ସମୟ ଉପସ୍ଥିତ; ଆଉ ଯଦି ପ୍ରଥମରେ ଆମ୍ଭମାନଙ୍କଠାରୁ ଆରମ୍ଭ ହୁଏ, ତେବେ ଯେଉଁମାନେ ଈଶ୍ବରଙ୍କ ସୁସମାଚାରର ଅନାଜ୍ଞାବହ, ସେମାନଙ୍କର ଶେଷ ଦଶା ଅବା କଅଣ ନ ହେବ!
18 И кад се праведник једва спасе, безбожник и грешник где ће се јавити?
ପୁଣି, “ଧାର୍ମିକ ବ୍ୟକ୍ତି ଯଦି କଷ୍ଟରେ ପରିତ୍ରାଣ ପାଏ, ତେବେ ଅଧାର୍ମିକ ଓ ପାପୀ ଲୋକ କେଉଁଠାରେ ମୁହଁ ଦେଖାଇବ?”
19 Зато и који страдају по вољи Божијој нека Му као верном Творцу предаду душе своје у добрим делима.
ଅତଏବ, ଯେଉଁମାନେ ଈଶ୍ବରଙ୍କ ଇଚ୍ଛାମତେ ଦୁଃଖଭୋଗ କରନ୍ତି, ସେମାନେ ବିଶ୍ୱସ୍ତ ସୃଷ୍ଟିକର୍ତ୍ତାଙ୍କର ହସ୍ତରେ ଆପଣା ଆପଣା ଆତ୍ମାକୁ ସମର୍ପଣ କରି ସତ୍କର୍ମରେ ନିବିଷ୍ଟ ରହନ୍ତୁ।

< 1 Петрова 4 >