< Књига пророка Данила 6 >

1 Свиде се Дарију те постави над царством сто и педесет управитеља да буду над свим царством;
ଦାରୀୟାବସ ସମୁଦାୟ ରାଜ୍ୟରେ ଏକ ଶହ କୋଡ଼ିଏ ଜଣ କ୍ଷିତିପାଳ ରାଜ୍ୟ ଉପରେ ନିଯୁକ୍ତ କରିବାକୁ
2 А над њима три старешине, од којих један беше Данило, којима ће управитељи давати рачуне да не би цару било штете.
ଓ ସେହି କ୍ଷିତିପାଳମାନେ ଯେପରି ହିସାବ ଦେବେ ଓ ରାଜାର ଯେପରି କିଛି କ୍ଷତି ନ ହେବ, ଏଥିପାଇଁ ସେମାନଙ୍କ ଉପରେ ତିନି ଜଣ ଅଧ୍ୟକ୍ଷ ନିଯୁକ୍ତ କରିବାକୁ ବିହିତ ବୁଝିଲା; ଏହି ତିନି ଜଣ ମଧ୍ୟରେ ଦାନିୟେଲ ଏକ ଜଣ ଥିଲେ।
3 А тај Данило надвишиваше старешине и управитеље, јер у њему беше велик дух и цар мишљаше да га постави над свим царством својим.
ଏହି ଦାନିୟେଲଙ୍କର ଅନ୍ତରରେ ଶ୍ରେଷ୍ଠ ଆତ୍ମା ଥିବାରୁ ସେ ଅଧ୍ୟକ୍ଷଗଣ ଓ କ୍ଷିତିପାଳମାନଙ୍କ ଅପେକ୍ଷା ବିଖ୍ୟାତ ହୋଇଥିଲେ; ଆଉ, ରାଜା ତାଙ୍କୁ ସମୁଦାୟ ରାଜ୍ୟ ଉପରେ ନିଯୁକ୍ତ କରିବାକୁ ମନସ୍ଥ କଲା।
4 Тада старешине и управитељи гледаху како би нашли шта да замере Данилу ради царства; али не могаху наћи забаве ни погрешке, јер беше веран, и не налажаше се у њега погрешке ни мане.
ଏଥିରେ ଅଧ୍ୟକ୍ଷ ଓ କ୍ଷିତିପାଳମାନେ ରାଜକର୍ମ ବିଷୟରେ ଦାନିୟେଲଙ୍କର ଦୋଷ ଅନୁସନ୍ଧାନ କଲେ; ମାତ୍ର ସେମାନେ କୌଣସି ଦୋଷ ଅବା ଅପରାଧ ପାଇ ପାରିଲେ ନାହିଁ, କାରଣ ସେ ବିଶ୍ୱସ୍ତ ଥିଲେ ଓ ତାଙ୍କର କୌଣସି ଭ୍ରାନ୍ତି ଅବା ଅପରାଧ ଦେଖାଗଲା ନାହିଁ।
5 Тада рекоше они људи: Нећемо наћи на тог Данила ништа, ако не нађемо шта на њ ради закона Бога његовог.
ତହୁଁ ସେହି ଲୋକମାନେ କହିଲେ, “ଆମ୍ଭେମାନେ ଦାନିୟେଲଙ୍କର ପରମେଶ୍ୱରଙ୍କ ବ୍ୟବସ୍ଥା ସମ୍ବନ୍ଧରେ, ତାହାର ଦୋଷ ନ ଧରିଲେ ଆଉ କୌଣସି ବିଷୟରେ ଦୋଷ ପାଇବା ନାହିଁ।”
6 Тада дођоше старешине и управитељи к цару, и рекоше му овако: Дарије царе, да си жив довека!
ଏଥିରେ ଅଧ୍ୟକ୍ଷଗଣ ଓ କ୍ଷିତିପାଳମାନେ ରାଜା ନିକଟରେ ଏକତ୍ର ହୋଇ ତାହାକୁ ଏହି ପ୍ରକାର କହିଲେ, “ମହାରାଜ ଦାରୀୟାବସ, ଚିରଜୀବୀ ହେଉନ୍ତୁ।
7 Све старешине у царству, поглавари и управитељи, већници и војводе договорише се да се постави царска наредба и оштра забрана да ко би се год замолио за шта коме год богу или човеку за тридесет дана осим теби, царе, да се баци у јаму лавовску.
ରାଜ୍ୟର ଅଧ୍ୟକ୍ଷଗଣ, ରାଜପ୍ରତିନିଧିଗଣ ଓ କ୍ଷିତିପାଳଗଣ, ମନ୍ତ୍ରୀ ଓ ଦେଶାଧ୍ୟକ୍ଷଗଣ ସମସ୍ତେ ଏକତ୍ର ମନ୍ତ୍ରଣା କରି ଏପରି ଏକ ରାଜାଜ୍ଞା ଓ ଦୃଢ଼ ନିଷେଧ-ବିଧି ସ୍ଥାପନ କରିବାକୁ ବିଚାର କରିଅଛନ୍ତି ଯେ, ଯଦି କେହି ତିରିଶ ଦିନ ପର୍ଯ୍ୟନ୍ତ ମହାରାଜାଙ୍କ ବିନା କୌଣସି ଦେବତା କିଅବା ମନୁଷ୍ୟର ନିକଟରେ ପ୍ରାର୍ଥନା କରିବ, ସେ ସିଂହମାନଙ୍କ ଗର୍ତ୍ତରେ ନିକ୍ଷିପ୍ତ ହେବ।
8 Зато, царе, постави ту забрану и напиши да се не може променити, по закону мидском и персијском, који је непроменљив.
ଏବେ ହେ ମହାରାଜ, ମାଦୀୟ ଓ ପାରସିକମାନଙ୍କର ଅଟଳ ବ୍ୟବସ୍ଥାନୁସାରେ ଏହି ନିଷେଧ-ବିଧି ଯେପରି ପରିବର୍ତ୍ତିତ ନ ହୁଏ, ଏଥିପାଇଁ ତାହା ସ୍ଥିର କରନ୍ତୁ ଓ ଏହି ଲେଖାରେ ସ୍ୱାକ୍ଷର କରନ୍ତୁ।”
9 И цар Дарије написа књигу и забрану.
ଏଣୁ ରାଜା ଦାରୀୟାବସ ସେହି ଲେଖା ଓ ନିଷେଧ-ବିଧିରେ ସ୍ୱାକ୍ଷର କଲା।
10 А Данило кад дозна да је књига написана, отиде својој кући, где беху отворени прозори у његовој соби према Јерусалиму, и падаше на колена своја три пута на дан и мољаше се и хвалу даваше Богу свом као шта чињаше пре.
ଏଥିଉତ୍ତାରେ ଏହି ଲେଖା ସ୍ୱାକ୍ଷରିତ ହୋଇଅଛି ବୋଲି ଜାଣିଲା ଉତ୍ତାରେ ଦାନିୟେଲ ଆପଣା ଗୃହକୁ ଗଲେ; ତାଙ୍କ କୋଠରିର ଝରକା ଯିରୂଶାଲମ ଆଡ଼େ ମେଲା ଥିଲା; ପୁଣି, ସେ ପୂର୍ବେ ଯେପରି କରିଥାʼନ୍ତି, ତଦନୁସାରେ ଦିନ ମଧ୍ୟରେ ତିନି ଥର ଆଣ୍ଠୁପାତି ପ୍ରାର୍ଥନା କଲେ ଓ ଆପଣା ପରମେଶ୍ୱରଙ୍କ ଛାମୁରେ ଧନ୍ୟବାଦ ପ୍ରଦାନ କଲେ।
11 Тада се сабраше они људи, и нађоше Данила где се моли и припада Богу свом.
ଏଥିରେ ସେହି ଲୋକମାନେ ଏକତ୍ର ହୋଇ ଦାନିୟେଲଙ୍କୁ ତାଙ୍କର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା ଓ ନିବେଦନ କରିବାର ଦେଖିଲେ।
12 И отидоше те рекоше цару за царску забрану: Ниси ли написао заповест, да ко би се год замолио коме год богу или човеку за тридесет дана, осим теби, царе, да се баци у јаму лавовску? Цар одговори и рече: Тако је по закону мидском и персијском, који је непроменљив.
ସେତେବେଳେ ସେମାନେ ରାଜାର ନିକଟକୁ ଯାଇ ରାଜକୀୟ ନିଷେଧ-ବିଧି ବିଷୟରେ ତାଙ୍କ ଛାମୁରେ କହିଲେ, ଯଥା; “ହେ ମହାରାଜ, ଯେଉଁ କୌଣସି ଲୋକ ତିରିଶ ଦିନ ମଧ୍ୟରେ ଆପଣଙ୍କ ବିନା କୌଣସି ଦେବତା କି ମନୁଷ୍ୟର ନିକଟରେ ପ୍ରାର୍ଥନା କରିବ, ସେ ସିଂହମାନଙ୍କ ଗର୍ତ୍ତରେ ନିକ୍ଷିପ୍ତ ହେବ, ଏପରି ଏକ ନିଷେଧ ପତ୍ରରେ କି ଆପଣ ସ୍ୱାକ୍ଷର କରି ନାହାନ୍ତି?” ରାଜା ଉତ୍ତର କରି କହିଲା, “ମାଦୀୟ ଓ ପାରସିକମାନଙ୍କର ଅଟଳ ବ୍ୟବସ୍ଥାନୁସାରେ ତାହା ସ୍ଥିର ହୋଇଅଛି।”
13 Тада одговорише и рекоше цару: Данило, који је између робља Јудина, не хаје за те, царе, ни за забрану коју си написао, него се моли три пута на дан својом молитвом.
ତହିଁରେ ସେମାନେ ରାଜାଙ୍କ ଛାମୁରେ ଉତ୍ତର କରି କହିଲେ, “ହେ ମହାରାଜ, ନିର୍ବାସିତ ଯିହୁଦୀ-ସନ୍ତାନଗଣ ମଧ୍ୟରେ ଜଣେ ଯେ ଦାନିୟେଲ, ସେ ଆପଣଙ୍କୁ କିଅବା ଆପଣଙ୍କ ସ୍ୱାକ୍ଷରିତ ନିଷେଧ ପତ୍ରକୁ ମାନ୍ୟ କରେ ନାହିଁ, ମାତ୍ର ଦିନ ମଧ୍ୟରେ ତିନି ଥର ପ୍ରାର୍ଥନା କରେ।”
14 Тада цар чувши то ожалости се врло, и науми да избави Данила, и труђаше се до захода сунчаног да га избави.
ତହୁଁ ରାଜା ଏ କଥା ଶୁଣି ଅତିଶୟ ଅସନ୍ତୁଷ୍ଟ ହେଲା, ପୁଣି ଦାନିୟେଲଙ୍କୁ ଉଦ୍ଧାର କରିବା ପାଇଁ ତାଙ୍କ ବିଷୟରେ ମନୋଯୋଗ କଲା; ଆଉ, ତାଙ୍କୁ ରକ୍ଷା କରିବା ପାଇଁ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଚେଷ୍ଟା କଲା।
15 Тада они људи сабраше се код цара и рекоше цару: Знај, царе, да је закон у Мидијана и Персијана да се никаква забрана и наредба коју постави цар, не мења.
ଏଥିରେ ସେହି ଲୋକମାନେ ରାଜାର ନିକଟରେ ଏକତ୍ର ହୋଇ ରାଜାକୁ କହିଲେ, “ହେ ମହାରାଜ, ଆପଣ ଜାଣନ୍ତୁ, ରାଜା କୌଣସି ନିଷେଧାଜ୍ଞା ଅବା ବିଧି ସ୍ଥାପନ କଲେ, ତାହା ଯେ ପରିବର୍ତ୍ତିତ ହୋଇ ନ ପାରେ, ମାଦୀୟ ଓ ପାରସିକମାନଙ୍କର ଏପରି ଏକ ବ୍ୟବସ୍ଥା ଅଛି।”
16 Тада цар рече те доведоше Данила и бацише га у јаму лавовску; и цар проговори и рече Данилу: Бог твој, коме без престанка служиш, нека те избави.
ତହୁଁ ରାଜା ଆଜ୍ଞା କରନ୍ତେ, ସେମାନେ ଦାନିୟେଲଙ୍କୁ ଆଣି ସିଂହମାନଙ୍କ ଗର୍ତ୍ତରେ ନିକ୍ଷେପ କଲେ। ପୁଣି, ରାଜା ଦାନିୟେଲଙ୍କୁ କହିଲା, “ତୁମ୍ଭେ ନିତ୍ୟ ନିତ୍ୟ ଯେଉଁ ପରମେଶ୍ୱରଙ୍କର ସେବା କରୁଅଛ, ସେ ତୁମ୍ଭଙ୍କୁ ଉଦ୍ଧାର କରିବେ।”
17 И донесоше камен и метнуше јами на врата, и цар га запечати својим прстеном и прстеном својих кнезова да се ништа не промени за Данила.
ପୁଣି, ଏକ ପଥର ଅଣାଯାଇ ଗର୍ତ୍ତ ମୁଖରେ ଥୁଆଗଲା; ଆଉ, ଦାନିୟେଲଙ୍କ ବିଷୟରେ ଯେପରି କୌଣସି ପରିବର୍ତ୍ତନ ନ ହେବ, ଏଥିପାଇଁ ରାଜା ଆପଣାର ମୁଦ୍ରାରେ ଓ ଆପଣା ଅମାତ୍ୟଗଣର ମୁଦ୍ରାରେ ତାହା ଅଙ୍କିତ କଲା।
18 Тада отиде цар у свој двор, и преноћи не једавши нити допустивши да му се донесе шта чим би се развеселио, и не може заспати.
ଏଉତ୍ତାରେ ରାଜା ଆପଣା ଅଟ୍ଟାଳିକାକୁ ଯାଇ ଉପବାସରେ ରାତ୍ରି କ୍ଷେପଣ କଲା ଓ ବାଦ୍ୟଯନ୍ତ୍ରାଦି ତାହା ନିକଟକୁ ଅଣାଗଲା ନାହିଁ; ଆଉ, ତାହାର ନିଦ୍ରା ନୋହିଲା।
19 Потом цар уста ујутро рано и отиде брже к јами лавовској.
ଏଥିଉତ୍ତାରେ ରାଜା ଅତି ପ୍ରଭାତରୁ ଉଠି ଶୀଘ୍ର ସିଂହମାନଙ୍କ ଗର୍ତ୍ତ ନିକଟକୁ ଗଲା।
20 И кад дође к јами, викну Данила жалосним гласом; и проговори цар и рече Данилу: Данило, слуго Бога Живога, Бог твој, коме служиш без престанка, може ли те избавити од лавова?
ପୁଣି, ସେ ଗର୍ତ୍ତ ନିକଟରେ ଦାନିୟେଲଙ୍କ ପାଖରେ ଉପସ୍ଥିତ ହୋଇ ବିଳାପ ସ୍ୱରରେ ଡାକିଲା; ରାଜା ଦାନିୟେଲଙ୍କୁ କହିଲା, “ହେ ଜୀବିତ ପରମେଶ୍ୱରଙ୍କ ସେବକ ଦାନିୟେଲ, ତୁମ୍ଭେ ନିତ୍ୟ ନିତ୍ୟ ଯାହାଙ୍କର ସେବା କରୁଅଛ, ତୁମ୍ଭର ସେହି ପରମେଶ୍ୱର ସିଂହମାନଙ୍କଠାରୁ ତୁମ୍ଭଙ୍କୁ ଉଦ୍ଧାର କରିବାକୁ କି ସମର୍ଥ ଅଟନ୍ତି?”
21 Тада Данило рече цару: Царе, да си жив довека!
ତହିଁରେ ଦାନିୟେଲ ରାଜାଙ୍କୁ କହିଲେ, “ହେ ମହାରାଜ, ଚିରଜୀବୀ ହେଉନ୍ତୁ।”
22 Бог мој посла анђела свог и затвори уста лавовима, те ми не наудише; јер се нађох чист пред Њим, а ни теби царе, не учиних зла.
ମୋର ପରମେଶ୍ୱର ଆପଣା ଦୂତ ପଠାଇ ସିଂହମାନଙ୍କ ମୁଖ ବନ୍ଦ କରିଅଛନ୍ତି ଓ ସେମାନେ ମୋର କ୍ଷତି କରି ନାହାନ୍ତି; କାରଣ ତାହାଙ୍କ ଛାମୁରେ ମୋର ନିର୍ଦ୍ଦୋଷତା ଦେଖାଗଲା; ପୁଣି, ହେ ମହାରାଜ, ମୁଁ ଆପଣଙ୍କ ସାକ୍ଷାତରେ ହିଁ କୌଣସି କ୍ଷତି କରି ନାହିଁ।
23 Тада се цар веома обрадова том, и заповеди да изваде Данила из јаме. И извадише Данила из јаме, и не нађе се ране на њему, јер верова Богу свом.
ତହିଁରେ ରାଜା ଅତିଶୟ ଆନନ୍ଦିତ ହୋଇ ଦାନିୟେଲଙ୍କୁ ଗର୍ତ୍ତରୁ ଉଠାଇ ଆଣିବାକୁ ଆଜ୍ଞା ଦେଲା। ତହୁଁ ଦାନିୟେଲ ଗର୍ତ୍ତରୁ ଉଠାଗଲେ ଓ ତାଙ୍କ ଶରୀରରେ କୌଣସି ପ୍ରକାର କ୍ଷତ ଦେଖା ନ ଗଲା, କାରଣ ସେ ଆପଣା ପରମେଶ୍ୱରଙ୍କଠାରେ ବିଶ୍ୱାସ କରିଥିଲେ।
24 Потом заповеди цар, те доведоше људе који беху оптужили Данила, и бацише у јаму лавовску њих, децу њихову и жене њихове; и још не дођоше на дно јами, а лавови их зграбише и све им кости потрше.
ଏଥିଉତ୍ତାରେ ରାଜା ଆଜ୍ଞା କରନ୍ତେ, ଲୋକମାନେ ଦାନିୟେଲଙ୍କର ଅପବାଦକାରୀମାନଙ୍କୁ ଆଣି, ସେମାନଙ୍କୁ, ସେମାନଙ୍କର ବାଳକ ଓ ସେମାନଙ୍କର ସ୍ତ୍ରୀମାନଙ୍କୁ ସିଂହମାନଙ୍କ ଗର୍ତ୍ତରେ ପକାଇଲେ; ପୁଣି, ସେମାନେ ଗର୍ତ୍ତର ତଳଭାଗରେ ନ ପଡ଼ୁଣୁ ସିଂହମାନେ ସେମାନଙ୍କୁ ଆକ୍ରମଣ କରି ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କଲେ।
25 Тада цар Дарије писа свим народима и племенима и језицима што живљаху у свој земљи: Мир да вам се умножи.
ସେତେବେଳେ ଦାରୀୟାବସ ସମୁଦାୟ ପୃଥିବୀନିବାସୀ, ସମସ୍ତ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନଙ୍କ ନିକଟକୁ ପତ୍ର ଲେଖିଲା; “ତୁମ୍ଭମାନଙ୍କ ପ୍ରତି ବାହୁଲ୍ୟ ରୂପରେ ଶାନ୍ତି ହେଉ।
26 Од мене је заповест да се у свој држави царства мог свак боји и страши Бога Даниловог, јер је Он Бог живи, који остаје довека, и царство се Његово неће расути, и власт ће Његова бити до краја;
ମୁଁ ଏହି ଆଜ୍ଞା କରୁଅଛି ଯେ, ମୋର ରାଜ୍ୟସ୍ଥ ସମୁଦାୟ ପ୍ରଦେଶର ଲୋକମାନେ ଦାନିୟେଲଙ୍କର ପରମେଶ୍ୱରଙ୍କ ଛାମୁରେ କମ୍ପିତ ଓ ଭୀତ ହେଉନ୍ତୁ; କାରଣ ସେ ଜୀବିତ ପରମେଶ୍ୱର ଓ ନିତ୍ୟସ୍ଥାୟୀ ଅଟନ୍ତି ଓ ତାହାଙ୍କର ରାଜ୍ୟ ଅବିନାଶ୍ୟ ଅଟେ; ପୁଣି ତାହାଙ୍କର କର୍ତ୍ତୃତ୍ୱ ଶେଷ ପର୍ଯ୍ୟନ୍ତ ହିଁ ଥିବ।
27 Он избавља и спасава, и чини знаке и чудеса на небу и на земљи, Он је избавио Данила од силе лавовске.
ସେ ଉଦ୍ଧାର କରନ୍ତି ଓ ରକ୍ଷା କରନ୍ତି, ପୁଣି ସେ ସ୍ୱର୍ଗରେ ଓ ପୃଥିବୀରେ ଚିହ୍ନ ଓ ଅଦ୍ଭୁତ କ୍ରିୟା ସାଧନ କରନ୍ତି; ସେ ଦାନିୟେଲଙ୍କୁ ସିଂହମାନଙ୍କ ବଳରୁ ଉଦ୍ଧାର କରିଅଛନ୍ତି।”
28 И тај Данило беше срећан за царовања Даријевог и за царовања Кира Персијанца.
ଏହିରୂପେ ଦାନିୟେଲ ଦାରୀୟାବସର ରାଜତ୍ୱ ସମୟରେ ଓ ପାରସିକ କୋରସ୍‍ର ରାଜତ୍ୱ ସମୟରେ ଉନ୍ନତି ଲାଭ କଲେ।

< Књига пророка Данила 6 >