< 2 Мојсијева 24 >
1 И рече Мојсију: Изађи горе ка Господу ти и Арон и Надав и Авијуд и седамдесет старешина Израиљевих, и поклоните се издалека.
ଏଥିଉତ୍ତାରେ ସେ ମୋଶାଙ୍କୁ କହିଲେ, “ତୁମ୍ଭେ, ହାରୋଣ, ନାଦବ୍, ଅବୀହୂ ଓ ଇସ୍ରାଏଲର ପ୍ରାଚୀନବର୍ଗର ସତୁରି ଜଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରି ଆସି ଦୂରରେ ରହି ତାହାଙ୍କର ଭଜନା କର।
2 И Мојсије сам нека приступи ка Господу, а они нека не приступе; и народ нека не иде на горе с њим.
କେବଳ ମୋଶା ସଦାପ୍ରଭୁଙ୍କ ନିକଟକୁ ଆସିବ, ମାତ୍ର ସେମାନେ ନିକଟକୁ ଆସିବେ ନାହିଁ, କିଅବା ଲୋକମାନେ ତାହା ସଙ୍ଗେ ଆରୋହଣ କରିବେ ନାହିଁ।”
3 И дође Мојсије, и каза народу све речи Господње и све законе. И одговори народ једним гласом и рекоше: Чинићемо све што је рекао Господ.
ତେବେ ମୋଶା ଆସି ସଦାପ୍ରଭୁଙ୍କର ସେହି ସବୁ ବାକ୍ୟ ଓ ନିୟମ ବିଷୟ ଲୋକମାନଙ୍କୁ କହନ୍ତେ, ସମସ୍ତେ ଏକସ୍ୱରରେ ଉତ୍ତର କଲେ, “ସଦାପ୍ରଭୁ ଯେଉଁସବୁ କଥା କହିଅଛନ୍ତି, ତାହାସବୁ ଆମ୍ଭେମାନେ ପାଳନ କରିବା।”
4 И написа Мојсије све речи Господње, и уставши рано начини олтар под гором и дванаест ступова за дванаест племена Израиљевих.
ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କର ସମସ୍ତ ବାକ୍ୟ ଲେଖିଲେ, ପୁଣି, ପ୍ରଭାତରେ ଉଠି ପର୍ବତ ତଳେ ଗୋଟିଏ ଯଜ୍ଞବେଦି ଓ ଇସ୍ରାଏଲର ଦ୍ୱାଦଶ ବଂଶାନୁସାରେ ଦ୍ୱାଦଶ ସ୍ତମ୍ଭ ନିର୍ମାଣ କଲେ।
5 И посла младиће између синова Израиљевих, који принесоше жртве паљенице и принесоше теоце на жртве захвалне Господу.
ଆଉ, ସେ ଇସ୍ରାଏଲ-ସନ୍ତାନଗଣର ଯୁବାମାନଙ୍କୁ ପଠାନ୍ତେ, ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥେ ଓ ମଙ୍ଗଳାର୍ଥେ ବୃଷମାନଙ୍କୁ ବଳିଦାନ କଲେ।
6 И узевши Мојсије половину крви, метну у зделе, а половину крви изли на олтар.
ତହୁଁ ମୋଶା ରକ୍ତ ଘେନି ତହିଁର ଅର୍ଦ୍ଧେକ ପାତ୍ରରେ ରଖିଲେ, ଆଉ ଅର୍ଦ୍ଧେକ ରକ୍ତ ବେଦି ଉପରେ ସେଚନ କଲେ।
7 И узе књигу заветну и прочита народу. А они рекоше: Шта је год рекао Господ чинићемо и слушаћемо.
ପୁଣି, ନିୟମ-ପୁସ୍ତକ ନେଇ ଲୋକମାନଙ୍କ କର୍ଣ୍ଣଗୋଚରରେ ପାଠ କଲେ; ତହିଁରେ ସେମାନେ କହିଲେ, “ସଦାପ୍ରଭୁ ଯାହା ଯାହା କହିଅଛନ୍ତି, ତାହାସବୁ ଆମ୍ଭେମାନେ ପାଳନ କରିବା ଓ ଆଜ୍ଞାବହ ହେବା।”
8 А Мојсије узе крв, и покропи њом народ, и рече: Ево крв завета, који учини Господ с вама за све речи ове.
ତହୁଁ ମୋଶା ସେହି ରକ୍ତ ଘେନି ଲୋକମାନଙ୍କ ଉପରେ ସେଚନ କରି କହିଲେ, “ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଏହି ସମସ୍ତ ବାକ୍ୟ ସମ୍ବନ୍ଧୀୟ ଯେଉଁ ନିୟମ କରିଅଛନ୍ତି, ସେହି ନିୟମର ରକ୍ତ ଏହି।”
9 Потом отиде горе Мојсије и Арон, Надав и Авијуд, и седамдесет старешина Израиљевих.
ତେବେ ମୋଶା, ହାରୋଣ, ନାଦବ୍, ଅବୀହୂ ଓ ଇସ୍ରାଏଲର ପ୍ରାଚୀନବର୍ଗର ସତୁରି ଜଣ ଆରୋହଣ କଲେ; ଆଉ ସେମାନେ ଇସ୍ରାଏଲର ପରମେଶ୍ୱରଙ୍କୁ ଦର୍ଶନ କଲେ।
10 И видеше Бога Израиљевог, и под ногама Његовим као дело од камена сафира и као небо кад је ведро.
ପୁଣି, ତାହାଙ୍କ ଚରଣତଳ ସ୍ଥାନ ଉଜ୍ଜ୍ୱଳ ନୀଳକାନ୍ତମଣି ନିର୍ମିତ କାର୍ଯ୍ୟ ତୁଲ୍ୟ ଓ ନିର୍ମଳତାରେ ଠିକ୍ ଆକାଶ ପରି ଥିଲା।
11 И не пружи руке своје на изабране између синова Израиљевих, него видеше Бога, па једоше и пише.
ଆଉ ସେ ଇସ୍ରାଏଲ-ସନ୍ତାନଗଣର ଅଧ୍ୟକ୍ଷମାନଙ୍କ ବିରୁଦ୍ଧରେ ହସ୍ତ ବିସ୍ତାର କଲେ ନାହିଁ; ମାତ୍ର ସେମାନେ ପରମେଶ୍ୱରଙ୍କୁ ଦର୍ଶନ କଲେ, ପୁଣି, ଭୋଜନ ଓ ପାନ କଲେ।
12 И рече Господ Мојсију: Попни се к мени на гору, и остани овде, и даћу ти плоче од камена, закон и заповести, које сам написао да их учиш.
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପର୍ବତ ଆରୋହଣ କରି ଆମ୍ଭ ନିକଟକୁ ଆସି ଏହି ସ୍ଥାନରେ ଥାଅ; ତହିଁରେ ଆମ୍ଭେ ଲୋକମାନଙ୍କ ଶିକ୍ଷା ନିମନ୍ତେ ଯାହା ଲେଖିଅଛୁ, ତାହା, ଅର୍ଥାତ୍, ବ୍ୟବସ୍ଥା ଓ ଆଜ୍ଞା ସମ୍ବନ୍ଧୀୟ ଦୁଇ ଖଣ୍ଡ ପ୍ରସ୍ତର ଫଳକ ତୁମ୍ଭକୁ ଦେବା।”
13 Тада уста Мојсије с Исусом, који га служаше, и изађе Мојсије на гору Божију.
ତହିଁରେ ମୋଶା ଓ ତାଙ୍କର ପରିଚାରକ ଯିହୋଶୂୟ ଉଠିଲେ; ପୁଣି, ମୋଶା ପରମେଶ୍ୱରଙ୍କ ପର୍ବତରେ ଆରୋହଣ କଲେ।
14 А старешинама рече: Седите ту док се вратимо к вама; а ето Арон и Ор с вама; ко би имао шта, нека иде к њима.
ଆଉ ସେ ପ୍ରାଚୀନବର୍ଗଙ୍କୁ କହିଲେ, “ଆମ୍ଭେମାନେ ଯେପର୍ଯ୍ୟନ୍ତ ତୁମ୍ଭ ନିକଟକୁ ବାହୁଡ଼ି ନ ଆସୁ, ସେପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭମାନଙ୍କ ଅପେକ୍ଷାରେ ଏହିଠାରେ ଥାଅ; ଦେଖ, ହାରୋଣ ଓ ହୂର ତୁମ୍ଭମାନଙ୍କ ନିକଟରେ ଅଛନ୍ତି, କାହାରି କୌଣସି ବିବାଦର କଥା ଉପସ୍ଥିତ ହେଲେ, ସେ ସେମାନଙ୍କ ନିକଟକୁ ଯାଉ।”
15 И отиде Мојсије на гору, а облак покри гору.
ଏଉତ୍ତାରେ ମୋଶା ପର୍ବତରେ ଚଢ଼ିଲେ, ପୁଣି, ମେଘ ପର୍ବତକୁ ଆଚ୍ଛାଦନ କଲା।
16 И беше слава Господња на гори Синајској, и облак је покриваше шест дана; а у седми дан викну Мојсија испред облака.
ତହିଁରେ ସୀନୟ ପର୍ବତ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତି କଲା; ଆଉ ତାହା ଛଅ ଦିନ ମେଘାଚ୍ଛନ୍ନ ହୋଇ ରହିଲା; ତହିଁ ଉତ୍ତାରେ ସେ ସପ୍ତମ ଦିନ ମେଘ ମଧ୍ୟରୁ ମୋଶାଙ୍କୁ ଡାକିଲେ।
17 И слава Господња беше по виђењу као огањ који сажиже на врх горе пред синовима Израиљевим.
ତହିଁରେ ଇସ୍ରାଏଲ-ସନ୍ତାନଗଣର ଦୃଷ୍ଟିରେ ପର୍ବତ ଶୃଙ୍ଗରେ ଗ୍ରାସକାରୀ ଅଗ୍ନି ତୁଲ୍ୟ ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶିତ ହେଲା।
18 И Мојсије уђе усред облака, и попе се на гору; и оста Мојсије на гори четрдесет дана и четрдесет ноћи.
ପୁଣି, ମୋଶା ମେଘ ମଧ୍ୟରେ ପ୍ରବେଶ କରି ପର୍ବତ ଉପରେ ଉଠି ଚାଳିଶ ଦିବାରାତ୍ର ସେହି ପର୍ବତ ଉପରେ ରହିଲେ।