< Књига пророка Језекиља 5 >

1 Потом, сине човечји, узми нож оштар, бритву бријачку узми, и пусти је по глави својој и по бради својој, па узми мерила и раздели.
“ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଏକ ତୀକ୍ଷ୍ଣ ଖଡ୍ଗ, ବାରିକର କ୍ଷୁର ପରି ନେଇ ଆପଣା ମସ୍ତକ ଓ ଦାଢ଼ି ଉପରେ ଚଳାଇବ; ତହୁଁ ନିକିତି ନେଇ ସେହି କେଶ ତୌଲି ଭାଗ ଭାଗ କରିବ।
2 Трећину сажези огњем усред града, кад се наврше дани опсаде, а другу трећину узми и исеци мачем око њега, а осталу трећину разметни у ветар, и ја ћу извући мач за њима.
ତହିଁର ତୃତୀୟାଂଶ ନେଇ ଅବରୋଧ କାଳ ସମାପ୍ତ ହେଲେ ନଗରର ମଧ୍ୟସ୍ଥାନରେ ଅଗ୍ନିରେ ଦଗ୍ଧ କରିବ; ପୁଣି, ତୃତୀୟାଂଶ ନେଇ ତହିଁର ଚତୁର୍ଦ୍ଦିଗରେ ଖଡ୍ଗରେ କାଟିବ; ଆଉ, ତୃତୀୟାଂଶ ନେଇ ବାୟୁରେ ଉଡ଼ାଇ ଦେବ ଓ ଆମ୍ଭେ ତହିଁର ପଛେ ପଛେ ଖଡ୍ଗ ନିଷ୍କୋଷ କରିବା।
3 Али узми мало, и завежи у скут свој.
ପୁଣି, ତୁମ୍ଭେ ଅଳ୍ପସଂଖ୍ୟକ କେଶ ନେଇ ଆପଣା ବସ୍ତ୍ରର ଅଞ୍ଚଳରେ ବାନ୍ଧିବ
4 И од тога још узми и баци у огањ и сажези огњем; одатле ће изаћи огањ на сав дом Израиљев.
ଓ ତହିଁ ମଧ୍ୟରୁ ହିଁ କିଛି ନେଇ ଅଗ୍ନି ମଧ୍ୟରେ ପକାଇ ଦଗ୍ଧ କରିବ, ତହିଁରୁ ଅଗ୍ନି ନିର୍ଗତ ହୋଇ ଇସ୍ରାଏଲ ବଂଶ ମଧ୍ୟକୁ ଆସିବ।
5 Овако вели Господ Господ: Ово је Јерусалим који поставих усред народа и опточих га земљама.
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଏ ଯିରୂଶାଲମ; ଆମ୍ଭେ ଏହାକୁ ଗୋଷ୍ଠୀଗଣ ମଧ୍ୟରେ ସ୍ଥାପନ କରିଅଛୁ ଓ ତାହାର ଚତୁର୍ଦ୍ଦିଗରେ ନାନା ଦେଶ ଅଛି।
6 Али промени законе моје на безакоње већма него народи, и уредбе моје већма него земље што су око њега, јер одбацише моје законе, и не ходише по мојим уредбама.
ଆଉ, ସେ ଦୁଷ୍ଟତା କରି ସେହି ଗୋଷ୍ଠୀଗଣ ଅପେକ୍ଷା ଆମ୍ଭ ଶାସନାବଳି ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥିତ ଦେଶସମୂହର ଅପେକ୍ଷା ଆମ୍ଭ ବିଧିସକଳର ବିରୁଦ୍ଧରେ ବିଦ୍ରୋହାଚରଣ କରିଅଛି; କାରଣ ସେମାନେ ଆମ୍ଭର ଶାସନାବଳି ଅଗ୍ରାହ୍ୟ କରିଅଛନ୍ତି ଓ ଆମ୍ଭର ବିଧିରୂପ ପଥରେ ଗମନ କରି ନାହାନ୍ତି!
7 Зато овако вели Господ Господ: Што постасте гори од народа који су око вас, не ходисте по мојим уредбама и не извршавасте моје законе, па ни по уредбама народа који су око вас не чинисте,
ଏହେତୁ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ଅପେକ୍ଷା ଅଧିକ ଗଣ୍ଡଗୋଳକାରୀ ଅଟ ଓ ଆମ୍ଭ ବିଧିରୂପ ପଥରେ ଗମନ କରି ନାହଁ, କିଅବା ଆମ୍ଭର ଶାସନସକଳ ପାଳନ କରି ନାହଁ, ଅଥବା ଆପଣା ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣର ବିଧାନାନୁସାରେ କର୍ମ କରି ନାହଁ
8 Зато овако вели Господ Господ: Ево и мене на те, и извршићу усред тебе судове на видику народима;
ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ, ଆମ୍ଭେ ହିଁ ତୁମ୍ଭର ବିପକ୍ଷ ଅଟୁ ଓ ଆମ୍ଭେ ଗୋଷ୍ଠୀଗଣର ସାକ୍ଷାତରେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା।
9 И учинићу ти шта још нисам учинио нити ћу више учинити за све гадове твоје.
ପୁଣି, ଯାହା ଆମ୍ଭେ କରି ନାହୁଁ ଓ ଯହିଁର ତୁଲ୍ୟ ଆଉ ଆମ୍ଭେ କରିବା ନାହିଁ, ଏପରି କର୍ମ, ତୁମ୍ଭମାନଙ୍କର ଘୃଣାଯୋଗ୍ୟ ସକଳ କ୍ରିୟା ସକାଶୁ ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ କରିବା।
10 Зато оци ће јести синове усред тебе, и синови ће јести оце своје, и извршићу на теби судове и расејаћу сав остатак твој у све ветрове.
ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ପିତୃଗଣ ସନ୍ତାନଗଣକୁ ଭୋଜନ କରିବେ ଓ ସନ୍ତାନମାନେ ଆପଣା ଆପଣା ପିତାକୁ ଭୋଜନ କରିବେ; ପୁଣି, ଆମ୍ଭେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା ଓ ତୁମ୍ଭର ସମଗ୍ର ଅବଶିଷ୍ଟାଂଶକୁ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା।
11 Зато, тако ја жив био, вели Господ Господ, што си оскврнио моју светињу свакојаким нечистотама својим и свакојаким гадовима својим, зато ћу и ја тебе потрти, и неће око моје жалити, нити ћу се смиловати.
ଏହେତୁ ପ୍ରଭୁ, ସଦାପ୍ରଭୁ କହନ୍ତି, ତୁମ୍ଭେ ଆପଣାର ତୁଚ୍ଛ ବସ୍ତୁସକଳ ଦ୍ୱାରା ଓ ଆପଣାର ସବୁ ଘୃଣାଯୋଗ୍ୟ କର୍ମ ଦ୍ୱାରା ଆମ୍ଭର ପବିତ୍ର ସ୍ଥାନ ଅଶୁଚି କରିଅଛ, ଏଥିପାଇଁ ଆମ୍ଭେ ଜୀବିତ ଥିବା ପ୍ରମାଣେ ଆମ୍ଭେ ହିଁ ତୁମ୍ଭକୁ ହ୍ରାସ କରିବା; ଆହୁରି, ଚକ୍ଷୁଲଜ୍ଜା କରିବା ନାହିଁ, ମଧ୍ୟ ଆମ୍ଭେ କିଛି ଦୟା କରିବା ନାହିଁ।
12 Трећина ће твоја помрети од помора, и од глади ће изгинути усред тебе, а друга ће трећина пасти од мача око тебе, а трећину ћу расејати у све ветрове, и извући ћу мач за њима.
ତୁମ୍ଭର ତୃତୀୟାଂଶ ମହାମାରୀରେ ମରିବେ, ଆଉ ଦୁର୍ଭିକ୍ଷ ଦ୍ୱାରା ତୁମ୍ଭ ମଧ୍ୟରେ ସେମାନେ କ୍ଷୟ ପାଇବେ; ପୁଣି, ତୃତୀୟାଂଶ ଖଡ୍ଗ ଦ୍ୱାରା ତୁମ୍ଭ ଚତୁର୍ଦ୍ଦିଗରେ ପତିତ ହେବେ; ଆଉ ତୃତୀୟାଂଶକୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କର ପଶ୍ଚାତ ଖଡ୍ଗ ନିଷ୍କୋଷ କରିବା।
13 И тако ће се извршити гнев мој и намирићу јарост своју на њима и задовољићу се, и они ће познати да сам ја Господ говорио у ревности својој кад извршим гнев свој на њима.
ଏହି ପ୍ରକାରେ ଆମ୍ଭର କ୍ରୋଧ ସଫଳ ହେବ ଓ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସାଧି ଶାନ୍ତ ହେବା; ତହିଁରେ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସଫଳ କଲା ଉତ୍ତାରେ ଆମ୍ଭେ ସଦାପ୍ରଭୁ, ଆପଣା ଅନ୍ତର୍ଜ୍ୱାଳାରେ ଯେ ଏ କଥା କହିଅଛୁ, ଏହା ସେମାନେ ଜାଣିବେ।
14 И учинићу од тебе пустош и руг међу народима који су око тебе пред сваким који пролази.
ଆହୁରି, ଆମ୍ଭେ ତୁମ୍ଭର ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ମଧ୍ୟରେ ତୁମ୍ଭକୁ ପଥିକମାନଙ୍କ ଦୃଷ୍ଟିରେ ଉତ୍ସନ୍ନ ସ୍ଥାନ ଓ ନିନ୍ଦାର ପାତ୍ର କରିବା।
15 И бићеш руг и срамота и наук и чудо народима што су око тебе кад извршим судове на теби гневом, јарошћу и љутим карањем; ја Господ рекох;
ଏହିରୂପେ ଯେତେବେଳେ ଆମ୍ଭେ କ୍ରୋଧରେ, କୋପରେ ଓ କୋପଯୁକ୍ତ ଭର୍ତ୍ସନାରେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା, ସେତେବେଳେ ତୁମ୍ଭ ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ନିକଟରେ ତାହା ନିନ୍ଦାର, ଉପହାସର, ଶିକ୍ଷାର ଓ ଆଶ୍ଚର୍ଯ୍ୟର ବିଷୟ ହେବ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ;
16 Кад пустим на вас љуте стреле глади, које ће бити смртне, које ћу пустити да вас затрем, и кад глад навалим на вас и сломим вам потпору у хлебу,
ଆମ୍ଭେ ସେଠାସ୍ଥିତ ଲୋକମାନଙ୍କ ପ୍ରତି ବିନାଶାର୍ଥକ ଦୁର୍ଭିକ୍ଷରୂପ କ୍ରୂର ତୀରଗୁଡ଼ିକ ପଠାଇବା, ତୁମ୍ଭମାନଙ୍କୁ ବିନାଶ କରିବା ପାଇଁ ତାହା ପଠାଇବା ଓ ଆମ୍ଭେ ତୁମ୍ଭମାନଙ୍କ ଉପରେ ଦୁର୍ଭିକ୍ଷ ବୃଦ୍ଧି କରିବା ଓ ତୁମ୍ଭମାନଙ୍କର ଅନ୍ନରୂପ ଯଷ୍ଟି ଭାଙ୍ଗି ପକାଇବା;
17 Кад пустим на вас глад и љуте звери, које ће ти децу изјести, и кад помор и крв прођу кроза те, и кад пустим мач на те. Ја Господ рекох.
ଆଉ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୁର୍ଭିକ୍ଷ ଓ ହିଂସ୍ରକ ଜନ୍ତୁମାନଙ୍କୁ ପଠାଇବା, ସେମାନେ ତୁମ୍ଭମାନଙ୍କୁ ନିଃସନ୍ତାନ କରିବେ; ମହାମାରୀ ଓ ରକ୍ତ ତୁମ୍ଭମାନଙ୍କର ମଧ୍ୟଦେଇ ଯିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ଆଣିବା; ଆମ୍ଭେ ସଦାପ୍ରଭୁ ଏହି କଥା କହିଅଛୁ।”

< Књига пророка Језекиља 5 >