< Јездрина 7 >

1 А после ових ствари за царовања Артаксеркса, цара персијског, Јездра, син Сераје сина Азарије, сина Хелкије,
ଏହିସବୁ ଘଟଣା ଉତ୍ତାରେ ପାରସ୍ୟ ରାଜା ଅର୍ତ୍ତକ୍ଷସ୍ତର ଅଧିକାର ସମୟରେ ସରାୟର ପୁତ୍ର ଏଜ୍ରା ବାବିଲରୁ ଯାତ୍ରା କଲା; ଉକ୍ତ ସରାୟ ଅସରୀୟର ସନ୍ତାନ, ଅସରୀୟ ହିଲ୍‍କୀୟର ସନ୍ତାନ,
2 Сина Салума, сина Садока, сина Ахитова,
ହିଲ୍‍କୀୟ ଶଲ୍ଲୁମ୍‍ର ସନ୍ତାନ, ଶଲ୍ଲୁମ୍‍ ସାଦୋକର ସନ୍ତାନ, ସାଦୋକ ଅହୀଟୂବ୍‍ର ସନ୍ତାନ,
3 Сина Амарије, сина Азарије, сина Мерајота,
ଅହୀଟୂବ୍‍ ଅମରୀୟର ସନ୍ତାନ, ଅମରୀୟ ଅସରୀୟର ସନ୍ତାନ, ଅସରୀୟ ମରାୟୋତ୍‍ର ସନ୍ତାନ,
4 Сина Зераје, сина Озије, сина Вукија,
ମରାୟୋତ୍‍ ସରହୀୟର ସନ୍ତାନ, ସରହୀୟ ଉଷିର ସନ୍ତାନ, ଉଷି ବୁକ୍କିର ସନ୍ତାନ,
5 Сина Авузије, сина Финеса, сина Елеазара, сина Арона поглавара свештеничког,
ବୁକ୍କି ଅବୀଶୂୟର ସନ୍ତାନ, ଅବୀଶୂୟ ପୀନହସ୍‍ର ସନ୍ତାନ, ପୀନହସ୍‍ ଇଲୀୟାସରର ସନ୍ତାନ, ଇଲିୟାସର ପ୍ରଧାନ ଯାଜକ ହାରୋଣଙ୍କର ପୁତ୍ର।
6 Тај Јездра врати се из вавилонске, а беше књижевник вешт закону Мојсијевом, који даде Господ Бог Израиљев, и цар му даде све што заиска, јер рука Господа Бога његовог беше над њим,
ଏହି ଏଜ୍ରା ବାବିଲରୁ ପ୍ରସ୍ଥାନ କଲେ; ସେ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ପ୍ରଦତ୍ତ ମୋଶାଙ୍କ ବ୍ୟବସ୍ଥାରେ ନିପୁଣ ଅଧ୍ୟାପକ ଥିଲେ; ପୁଣି, ତାଙ୍କ ପ୍ରତି ତାଙ୍କର ପରମେଶ୍ୱର ସଦାପ୍ରଭୁଙ୍କ ହସ୍ତର ସହାୟତା ପ୍ରମାଣେ ରାଜା ତାହାର ସମସ୍ତ ପ୍ରାର୍ଥିତ ବିଷୟ ତାହାଙ୍କୁ ପ୍ରଦାନ କଲେ।
7 И вратише се у Јерусалим неки синови Израиљеви и свештеници и Левити и певачи и вратари и Нетинеји седме године цара Артаксеркса.
ଆଉ, ଅର୍ତ୍ତକ୍ଷସ୍ତ ରାଜାର ସପ୍ତମ ବର୍ଷରେ ଇସ୍ରାଏଲ ସନ୍ତାନମାନଙ୍କର ଓ ଯାଜକମାନଙ୍କର ଓ ଲେବୀୟମାନଙ୍କର କେତେକ ଲୋକ, ପୁଣି ଗାୟକମାନେ ଓ ଦ୍ୱାରପାଳମାନେ ଓ ନଥୀନୀୟମାନେ ଯିରୂଶାଲମକୁ ଗଲେ।
8 А дође у Јерусалим петог месеца седме године тог цара.
ଆଉ, ଏଜ୍ରା ପଞ୍ଚମ ମାସରେ, ଅର୍ଥାତ୍‍, ରାଜାର ସେହି ସପ୍ତମ ବର୍ଷରେ ଯିରୂଶାଲମରେ ଉପସ୍ଥିତ ହେଲେ।
9 Јер првог дана првог месеца пође из вавилонске, а првог дана петог месеца дође у Јерусалим, јер добра рука Бога његовог беше над њим.
କାରଣ, ସେ ପ୍ରଥମ ମାସର ପ୍ରଥମ ଦିନ ବାବିଲରୁ ଯାତ୍ରା ଆରମ୍ଭ କଲେ, ପୁଣି ତାଙ୍କ ପ୍ରତି ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ସେ ପଞ୍ଚମ ମାସର ପ୍ରଥମ ଦିନରେ ଯିରୂଶାଲମରେ ଉପସ୍ଥିତ ହେଲେ।
10 Јер Јездра беше управио срце своје да истражује закон Господњи и да га извршује и да учи Израиља уредбама и законима.
ଯେଣୁ ଏଜ୍ରା ସଦାପ୍ରଭୁଙ୍କ ବ୍ୟବସ୍ଥା ଅନୁସନ୍ଧାନ ଓ ପାଳନ କରିବାକୁ, ପୁଣି ଇସ୍ରାଏଲ ମଧ୍ୟରେ ବିଧି ଓ ଶାସନ ଶିକ୍ଷା ଦେବାକୁ ଆପଣା ମନ ନିବେଶ କରିଥିଲେ।
11 А ово је препис од књиге коју даде цар Артаксерксо Јездри свештенику књижевнику вештом стварима што је заповедио Господ и уредбама Његовим у Израиљу:
ଅର୍ତ୍ତକ୍ଷସ୍ତ ରାଜା ଅଧ୍ୟାପକ ଏଜ୍ରା ଯାଜକକୁ, ଅର୍ଥାତ୍‍, ସଦାପ୍ରଭୁଙ୍କ ଆଜ୍ଞାବାକ୍ୟର ଓ ଇସ୍ରାଏଲ ପ୍ରତି ତାହାଙ୍କ ବିଧିର ଅଧ୍ୟାପକକୁ ଯେଉଁ ପତ୍ର ଦେଇଥିଲା, ତହିଁର ପ୍ରତିଲିପି ଏହି, ଯଥା,
12 Артаксерксо цар над царевима Јездри свештенику, књижевнику вештом у закону Бога небеског, свако добро; тада и тада.
“ରାଜାଧିରାଜ ଅର୍ତ୍ତକ୍ଷସ୍ତ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ବ୍ୟବସ୍ଥାଧ୍ୟାପକ, ସିଦ୍ଧ, ଇତ୍ୟାଦି ଏଜ୍ରା ଯାଜକ ପ୍ରତି,
13 Ја заповедам: Ко год у мом царству од народа Израиљевог и од свештеника његових и Левита хоће од своје воље да иде с тобом у Јерусалим, нек иде.
ମୁଁ ଆଜ୍ଞା କରୁଅଛି ଯେ, ମୋʼ ରାଜ୍ୟସ୍ଥିତ ଇସ୍ରାଏଲ ମଧ୍ୟରୁ ଯେତେ ଲୋକ, ପୁଣି ସେମାନଙ୍କର ଯାଜକ ଓ ଲେବୀୟମାନେ ଯିରୂଶାଲମକୁ ସ୍ୱେଚ୍ଛାରେ ଯିବାକୁ ମନ କରନ୍ତି, ସେମାନେ ତୁମ୍ଭ ସଙ୍ଗେ ଯାଉନ୍ତୁ।
14 Јер се шаљеш од цара и од седам саветника његових да надгледаш Јудеју и Јерусалим по закону Бога свог који ти је у рукама,
କାରଣ ତୁମ୍ଭ ହସ୍ତସ୍ଥିତ ତୁମ୍ଭ ପରମେଶ୍ୱରଙ୍କ ବ୍ୟବସ୍ଥା ପ୍ରମାଣେ ଯିହୁଦା ଓ ଯିରୂଶାଲମର ତତ୍ତ୍ୱାନୁସନ୍ଧାନ କରିବାକୁ,
15 И да однесеш сребро и злато што цар и саветници његови драговољно приносе Богу Израиљевом, коме је стан у Јерусалиму,
ପୁଣି, ଯିରୂଶାଲମରେ ଯାହାଙ୍କର ଆବାସ ଅଛି, ଇସ୍ରାଏଲର ସେହି ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ରାଜା ଓ ତାଙ୍କ ମନ୍ତ୍ରୀଗଣର ସ୍ଵେଚ୍ଛାଦତ୍ତ ସୁନା ଓ ରୂପା,
16 И све сребро и злато што накупиш у својој земљи вавилонској с драговољним прилозима које народ и свештеници драговољно приложе на дом Бога свог у Јерусалиму.
ଆଉ, ବାବିଲର ସମୁଦାୟ ପ୍ରଦେଶରେ ତୁମ୍ଭେ ଯେସମସ୍ତ ରୂପା ଓ ସୁନା ପାଇବ, ପୁଣି ଲୋକମାନେ ଓ ଯାଜକମାନେ ସେମାନଙ୍କ ପରମେଶ୍ୱରଙ୍କ ଯିରୂଶାଲମସ୍ଥିତ ଗୃହ ନିମନ୍ତେ ସ୍ଵେଚ୍ଛାପୂର୍ବକ ଯାହା ଦେବେ, ସେହି ସବୁ ସ୍ଵେଚ୍ଛାଦତ୍ତ ଉପହାର ନେବା ନିମନ୍ତେ ତୁମ୍ଭେ ରାଜା ଓ ତାଙ୍କ ସପ୍ତ ମନ୍ତ୍ରୀ ଦ୍ୱାରା ପ୍ରେରିତ ହେଉଅଛ;
17 Па одмах за те новце купи јунце и овнове и јагањце с даровима њиховим и наливима њиховим, и принеси их на олтару дома Бога нашег у Јерусалиму.
ଏହେତୁ ତୁମ୍ଭେ ଏହି ମୁଦ୍ରା ଦ୍ୱାରା ଯତ୍ନପୂର୍ବକ ବୃଷ, ମେଷ, ମେଷଶାବକ ଓ ତହିଁ ସଙ୍ଗେ ନିରୂପିତ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ କ୍ରୟ କରି ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଯିରୂଶାଲମସ୍ଥିତ ଗୃହର ଯଜ୍ଞବେଦି ଉପରେ ଉତ୍ସର୍ଗ କରିବ।
18 И шта се теби и браћи твојој свиди учинити с осталим сребром и златом, учините по вољи Бога свог.
ଆଉ, ଅବଶିଷ୍ଟ ରୂପା ଓ ସୁନାରେ ତୁମ୍ଭକୁ ଓ ତୁମ୍ଭ ଭ୍ରାତୃବର୍ଗଙ୍କୁ ଯାହା କରିବାକୁ ଭଲ ଦିଶିବ, ତାହା ତୁମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଇଚ୍ଛା ପ୍ରମାଣେ କରିବ।
19 И судови који су ти дати за службу у дому Бога твог, остави пред Богом у Јерусалиму.
ପୁଣି, ତୁମ୍ଭ ପରମେଶ୍ୱରଙ୍କ ଗୃହର ସେବାର୍ଥକ ଯେସକଳ ପାତ୍ର ତୁମ୍ଭକୁ ଦିଆଯାଉଅଛି, ତାହାସବୁ ତୁମ୍ଭେ ଯିରୂଶାଲମର ପରମେଶ୍ୱରଙ୍କ ସମ୍ମୁଖରେ ସମର୍ପଣ କର।
20 И шта би још требало дому Бога твог, те би ваљало дати, подај из царске ризнице.
ପୁଣି, ତୁମ୍ଭ ପରମେଶ୍ୱରଙ୍କ ଗୃହ ନିମନ୍ତେ ପ୍ରୟୋଜନୀୟ ଆଉ ଯାହା କିଛି ତୁମ୍ଭକୁ ଦେବାକୁ ପଡ଼ିବ, ତାହା ରାଜାଙ୍କ ଭଣ୍ଡାର ଗୃହରୁ ଦିଅ।
21 И још заповедам ја, цар Артаксерксо свим ризничарима с оне стране реке, да шта год заиште од вас Јездра свештеник, књижевник вешти закону Бога небеског, одмах да се учини,
ଆଉ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ବ୍ୟବସ୍ଥାଧ୍ୟାପକ ଏଜ୍ରା ଯାଜକ ତୁମ୍ଭମାନଙ୍କଠାରୁ ଯାହା ଯାହା ଚାହିଁବ,
22 До сто таланата сребра и до сто кора пшенице и до сто вата вина и до сто вата уља, а соли без мере,
ତାହାସବୁ ଏକ ଶହ ତାଳନ୍ତ ପର୍ଯ୍ୟନ୍ତ ରୂପା ଓ ଏକ ଶହ ମହଣ ପର୍ଯ୍ୟନ୍ତ ଗହମ ଓ ଏକ ଶହ ମହଣ ପର୍ଯ୍ୟନ୍ତ ଦ୍ରାକ୍ଷାରସ ଓ ଏକ ଶହ ମହଣ ପର୍ଯ୍ୟନ୍ତ ତୈଳ ଓ ଅପରିମିତ ଲବଣ ଯତ୍ନପୂର୍ବକ ଦେବା ପାଇଁ ଆମ୍ଭେ ଅର୍ତ୍ତକ୍ଷସ୍ତ ରାଜା ନଦୀ ସେପାରିସ୍ଥ ସମସ୍ତ କୋଷାଧ୍ୟକ୍ଷଙ୍କୁ ଆଜ୍ଞା କରୁଅଛୁ।
23 Шта год заповеди Бог небески, одмах да се учини за дом Бога небеског, да не дође гнев на царство, на цара и на синове његове.
ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଦ୍ୱାରା ଯାହା ଯାହା ଆଜ୍ଞା କରାଯାଇଅଛି, ତାହାସବୁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଗୃହ ନିମନ୍ତେ ଠିକ୍ ରୂପେ କରାଯାଉ; କାରଣ ରାଜା ଓ ତାଙ୍କ ପୁତ୍ରଗଣର ରାଜ୍ୟ ବିରୁଦ୍ଧରେ କାହିଁକି କୋପ ବର୍ତ୍ତିବ?
24 И још вам јављамо да се ни од једног између свештеника и Левита и певача и вратара и Нетинеја и других слуга тог дома Божијег не сме узимати данак ни порез ни царина.
ଆହୁରି, ଯାଜକମାନଙ୍କର ଓ ଲେବୀୟମାନଙ୍କର, ଗାୟକମାନଙ୍କର, ଦ୍ୱାରପାଳମାନଙ୍କର, ନଥୀନୀୟମାନଙ୍କର ଓ ପରମେଶ୍ୱରଙ୍କ ଏହି ଗୃହର ସେବକମାନଙ୍କର କାହାରି ଉପରେ କର, ରାଜସ୍ୱ ବା ମାଶୁଲ ବସାଇବା ବ୍ୟବସ୍ଥା ବିରୁଦ୍ଧ ହେବ ବୋଲି ଆମ୍ଭେମାନେ ତୁମ୍ଭମାନଙ୍କୁ ଜଣାଉଅଛୁ।
25 А ти, Јездра, по мудрости Бога свог која ти је дата постави управитеље и судије да суде свему народу што је с оне стране реке између свих који знају закон Бога твог, и ко не зна, учите га.
ଆଉ, ହେ ଏଜ୍ରା, ତୁମ୍ଭ ପରମେଶ୍ୱରଙ୍କ ବିଷୟକ ଯେଉଁ ଜ୍ଞାନ ତୁମ୍ଭ ହସ୍ତରେ ଅଛି, ତଦନୁସାରେ ନଦୀ ସେପାରିସ୍ଥ ସମସ୍ତ ଲୋକଙ୍କର ବିଚାରାର୍ଥେ ଯେଉଁମାନେ ତୁମ୍ଭ ପରମେଶ୍ୱରଙ୍କ ବ୍ୟବସ୍ଥା ଜାଣନ୍ତି, ଏପରି ଶାସନକର୍ତ୍ତା ଓ ବିଚାରକର୍ତ୍ତାମାନଙ୍କୁ ତୁମ୍ଭେ ନିଯୁକ୍ତ କର; ଆଉ, ଯେ ତାହା ନ ଜାଣେ, ତାହାକୁ ତୁମ୍ଭେମାନେ ଶିକ୍ଷା ଦିଅ।
26 А ко не би извршавао закон Бога твог и закон царев, одмах да му се суди, било да се погуби или да се прогна или да се оглоби или да се баци у тамницу.
ଆଉ, ଯେକେହି ତୁମ୍ଭ ପରମେଶ୍ୱରଙ୍କ ବ୍ୟବସ୍ଥା ଓ ରାଜ-ବ୍ୟବସ୍ଥା ପାଳିବାକୁ ଅସମ୍ମତ ହେବ, ସେହି ଦୋଷ ପ୍ରାଣଦଣ୍ଡର କି ନିର୍ବାସନର କି ଅର୍ଥଦଣ୍ଡର କି କାରାଦଣ୍ଡର ଯୋଗ୍ୟ ହେଉ ପଛେ, ଯତ୍ନପୂର୍ବକ ତାହାର ଶାସନ କରାଯିବ।”
27 Благословен да је Господ Бог отаца наших, који даде то цару у срце да украси дом Господњи у Јерусалиму,
ଯେଉଁ ସଦାପ୍ରଭୁ ଆମ୍ଭମାନଙ୍କ ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କ ଯିରୂଶାଲମସ୍ଥିତ ଗୃହ ଶୋଭାନ୍ୱିତ କରିବାକୁ ରାଜାର ଅନ୍ତଃକରଣକୁ ଏରୂପ ଉଦ୍ଦୀପିତ କରିଅଛନ୍ତି,
28 И даде ми, те нађох милост пред царем и саветницима његовим и пред свим силним кнезовима царевим. И ја се ослободих, јер рука Господа Бога мог беше нада мном, и скупих главаре из Израиља да иду са мном.
ଆଉ, ରାଜାର ଓ ତାହାର ମନ୍ତ୍ରୀଗଣର ଓ ରାଜାର ପରାକ୍ରାନ୍ତ ଅଧିପତି ସମସ୍ତଙ୍କ ସାକ୍ଷାତରେ ମୋʼ ପ୍ରତି ଦୟା ପ୍ରକାଶ କରିଅଛନ୍ତି, ସେ ଧନ୍ୟ ହେଉନ୍ତୁ। ଏହିରୂପେ ମୋʼ ପ୍ରତି ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ହସ୍ତର ସହାୟତା ପ୍ରମାଣେ ମୁଁ ସବଳ ହେଲି ଓ ମୋʼ ସଙ୍ଗେ ଯାତ୍ରା କରିବାକୁ ଇସ୍ରାଏଲ ମଧ୍ୟରୁ ପ୍ରଧାନ ଲୋକଙ୍କୁ ଏକତ୍ର କଲି।

< Јездрина 7 >