< Јеврејима 4 >

1 Да се бојимо, дакле, да како док је још остављено обећање да се улази у покој Његов, не закасни који од вас.
ଅତଏବ ଆସ, ଆମ୍ଭେମାନେ ଭୟ କରୁ, କାଳେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବାର ପ୍ରତିଜ୍ଞା ଥିବା ସ୍ଥଳେ ସୁଦ୍ଧା ତୁମ୍ଭମାନଙ୍କ ମଧ୍ୟରୁ କେହି ସେଥିରୁ ବଞ୍ଚିତ ହେଲା ପରି ଦେଖାଯାଏ।
2 Јер је нама објављено као и онима; али онима не помаже чувена реч, јер не вероваше они који чуше.
କାରଣ ସେମାନଙ୍କ ନିକଟରେ ଯେପରି, ଆମ୍ଭମାନଙ୍କ ନିକଟରେ ମଧ୍ୟ ସେହିପରି ସୁସମାଚାର ପ୍ରଚାରିତ ହୋଇଅଛି, କିନ୍ତୁ ଶ୍ରୋତାମାନେ ବିଶ୍ୱାସ ଦ୍ୱାରା ଶୁଣିଥିବା ବାକ୍ୟ ନିଜସ୍ୱ ନ କରିବାରୁ ତାହା ସେମାନଙ୍କ ପକ୍ଷରେ ଲାଭଜନକ ହେଲା ନାହିଁ।
3 Јер ми који веровасмо улазимо у покој, као што рече: Зато се заклех у гневу свом да неће ући у покој мој, ако су дела и била готова од постања света.
ଯେଣୁ ବିଶ୍ୱାସ କରିଅଛୁ ଯେ ଆମ୍ଭେମାନେ, କେବଳ ଆମ୍ଭେମାନେ ସେହି ବିଶ୍ରାମରେ ପ୍ରବେଶ କରିବା, ଯେପରି ସେ କହିଅଛନ୍ତି, “ଏଣୁ ଆମ୍ଭେ ଆପଣା କ୍ରୋଧରେ ଶପଥ କଲୁ, ‘ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ।’” କିନ୍ତୁ ଜଗତର ପତ୍ତନ ସମୟଠାରୁ ସମସ୍ତ କର୍ମ ସମାପ୍ତ ହୋଇଥିଲା;
4 Јер негде рече за седми дан овако: и почину Бог у дан седми од свих дела својих.
କାରଣ ସପ୍ତମ ଦିନ ସମ୍ବନ୍ଧରେ ସେ ଶାସ୍ତ୍ରରେ ଏହା କହିଅଛନ୍ତି, “ଈଶ୍ବର ସପ୍ତମ ଦିନରେ ଆପଣାର ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ;”
5 И на овом месту опет: Неће ући у покој мој.
ଆଉ ଏହି ସ୍ଥାନରେ ସେ ପୁନଶ୍ଚ କହିଅଛନ୍ତି, “ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ।”
6 Будући, пак, да неки имају да уђу у њега, и они којима је најпре јављено не уђоше за непослушање;
ଅତଏବ, କେତେକଙ୍କର ସେଥିରେ ପ୍ରବେଶ କରିବାର ବାକି ଥିବାରୁ, ପୁଣି, ଯେଉଁମାନଙ୍କ ନିକଟରେ ସୁସମାଚାର ପୂର୍ବରେ ପ୍ରଚାରିତ ହୋଇଥିଲା, ସେମାନେ ଅବାଧ୍ୟତା ହେତୁ ପ୍ରବେଶ ନ କରିବାରୁ ସେ ପୁନର୍ବାର
7 Опет одреди један дан, данас, говорећи у Давиду по толиком времену, као што се пре каза: Данас ако глас Његов чујете, не будите дрвенастих срца.
ଆଉ ଗୋଟିଏ ଦିନ, ଅର୍ଥାତ୍‍, ଆଜି ଦିନ ନିରୂପଣ କରି ଏତେ କାଳ ପରେ ଦାଉଦଙ୍କ ଗ୍ରନ୍ଥରେ କହନ୍ତି, ଯେପରି ପୂର୍ବରେ କୁହାଯାଇଅଛି, “ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ, ଆପଣା ଆପଣା ହୃଦୟ କଠିନ ନ କର।”
8 Јер да је Исус оне довео у покој, не би за други дан говорио потом.
କାରଣ ଯଦି ଯିହୋଶୂୟ ସେମାନଙ୍କୁ ବିଶ୍ରାମ ଦେଇଥାଆନ୍ତେ, ତେବେ ସେ ପରେ ଅନ୍ୟ ଦିନର କଥା କହି ନ ଥାଆନ୍ତେ।
9 Дакле је остављено још почивање народу Божијем.
ଅତଏବ ଈଶ୍ବରଙ୍କ ଲୋକମାନଙ୍କ ନିମନ୍ତେ ବିଶ୍ରାମବାର ଭୋଗ କରିବାର ବାକି ଅଛି।
10 Јер који уђе у покој Његов, и он почива од дела својих, као и Бог од својих.
ଯେଣୁ ଯେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିଅଛି, ଈଶ୍ବର ଆପଣା କାର୍ଯ୍ୟରୁ ଯେପରି ବିଶ୍ରାମ କଲେ, ସେପରି ସେ ମଧ୍ୟ ଆପଣା କାର୍ଯ୍ୟରୁ ବିଶ୍ରାମ ପ୍ରାପ୍ତ ହୋଇଅଛି।
11 Да се постарамо, дакле, ући у тај покој, да не упадне ко у ону исту гатку неверства.
ଏଣୁ ଆସ, ଆମ୍ଭେମାନେ ସେହି ବିଶ୍ରାମରେ ପ୍ରବେଶ କରିବାକୁ ଯତ୍ନ କରୁ, ଯେପରି କୌଣସି ଲୋକ ଅବାଧ୍ୟତାର ସେହି ଦୃଷ୍ଟାନ୍ତ ଅନୁସାରେ ପତିତ ନ ହୁଏ।
12 Јер је жива реч Божија, и јака, и оштрија од сваког мача оштрог с обе стране, и пролази тја до растављања и душе и духа, и зглавака и мозга, и суди мислима и помислима срца.
କାରଣ ଈଶ୍ବରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ୍ଗଠାରୁ ତୀକ୍ଷ୍ଣତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ।
13 И нема твари непознате пред Њиме, него је све голо и откривено пред очима Оног коме говоримо.
ଈଶ୍ବରଙ୍କ ଦୃଷ୍ଟିରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଗ୍ନ ଓ ଅନାବୃତ ଅଟେ।
14 Имајући, дакле, великог Поглавара свештеничког, који је прошао небеса, Исуса сина Божијег, да се држимо признања.
ଅତଏବ ସ୍ୱର୍ଗସମୂହ ମଧ୍ୟ ଦେଇ ଗମନ କରିଅଛନ୍ତି ଯେ ଈଶ୍ବରଙ୍କ ପୁତ୍ର ଯୀଶୁ, ସେ ଆମ୍ଭମାନଙ୍କର ପ୍ରଧାନ ମହାଯାଜକ ହେବାରୁ ଆସ, ଆମ୍ଭେମାନେ ଆମ୍ଭମାନଙ୍କ ବିଶ୍ୱାସମତକୁ ଦୃଢ଼ ଭାବରେ ଧାରଣ କରୁ।
15 Јер немамо Поглавара свештеничког који не може пострадати с нашим слабостима, него који је у свачему искушан као и ми, осим греха.
କାରଣ ଯେ ଆମ୍ଭମାନଙ୍କ ଦୁର୍ବଳତାରେ ଆମ୍ଭମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ଅସମର୍ଥ, ଆମ୍ଭମାନଙ୍କର ଏପରି ମହାଯାଜକ ନାହାନ୍ତି, ବରଂ ସେ ପାପରହିତ ହୋଇ ଆମ୍ଭମାନଙ୍କ ପରି ସର୍ବତୋଭାବେ ପରୀକ୍ଷିତ ହେଲେ।
16 Да приступимо, дакле, слободно к престолу благодати, да примимо милост и нађемо благодат за време кад нам затреба помоћ.
ଅତଏବ ଆସ, କୃପାପ୍ରାପ୍ତି ନିମନ୍ତେ ପୁଣି, ଉପଯୁକ୍ତ ସମୟରେ ଉପକାରକଙ୍କ ଦୟା ପାଇବା ନିମନ୍ତେ ଆମ୍ଭେମାନେ ସାହସରେ ଅନୁଗ୍ରହ ସିଂହାସନ ନିକଟକୁ ଯାଉ।

< Јеврејима 4 >