< Књига пророка Исаије 6 >
1 Године које умре цар Озија видех Господа где седи на престолу високом и издигнутом, и скут Му испуњаваше цркву.
ଉଷୀୟ ରାଜା ମୃତ ହେବା ବର୍ଷ ମୁଁ ପ୍ରଭୁଙ୍କୁ ଏକ ଉଚ୍ଚ ଓ ଉନ୍ନତ ସିଂହାସନରେ ଉପବିଷ୍ଟ ଦେଖିଲି, ତାହାଙ୍କ ରାଜବସ୍ତ୍ରର ଅଞ୍ଚଳ ମନ୍ଦିରକୁ ପରିପୂର୍ଣ୍ଣ କଲା।
2 Серафими стајаху више Њега, сваки их имаше шест крила: двема заклањаше лице своје и двема заклањаше ноге своје, а двема летеше.
ତାହାଙ୍କ ନିକଟରେ ସରାଫଗଣ ଠିଆ ହେଲେ; ସେ ପ୍ରତ୍ୟେକର ଛଅ ଛଅ ପକ୍ଷ ଥିଲା; ପ୍ରତ୍ୟେକେ ଦୁଇ ପକ୍ଷରେ ଆପଣା ଆପଣା ମୁଖ ଆଚ୍ଛାଦନ କଲେ, ଦୁଇ ପକ୍ଷରେ ଚରଣ ଆଚ୍ଛାଦନ କଲେ ଓ ଦୁଇ ପକ୍ଷରେ ଉଡ଼ିଲେ।
3 И викаху један другом говорећи: Свет, свет, свет је Господ над војскама; пуна је сва земља славе Његове.
ଆଉ, ସେମାନେ ପରସ୍ପର ଡାକି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ପବିତ୍ର, ପବିତ୍ର, ପବିତ୍ର; ସମୁଦାୟ ପୃଥିବୀ ତାହାଙ୍କ ମହିମାରେ ପରିପୂର୍ଣ୍ଣ।”
4 И задрмаше се прагови на вратима од гласа којим викаху, и дом се напуни дима.
ସେତେବେଳେ ଘୋଷଣାକାରୀର ରବରେ ଦ୍ୱାର ସମ୍ମୁଖ ସ୍ଥାନର ମୂଳଦୁଆ କମ୍ପିତ ହେଲା ଓ ମନ୍ଦିର ଧୂମରେ ପରିପୂର୍ଣ୍ଣ ହେଲା।
5 И рекох: Јао мени! Погибох, јер сам човек нечистих усана, и живим усред народа нечистих усана, јер Цара Господа над војскама видех својим очима.
ତେବେ ମୁଁ କହିଲି, “ହାୟ ହାୟ! ମୁଁ ନଷ୍ଟ ହେଲି; କାରଣ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ମନୁଷ୍ୟ ଓ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ଗୋଷ୍ଠୀ ମଧ୍ୟରେ ବାସ କରୁଅଛି; ତଥାପି ମୋହର ଚକ୍ଷୁ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କୁ ଦେଖିଅଛି!”
6 А један од серафима долете к мени држећи у руци жив угљен, који узе с олтара клештима,
ଏଥିଉତ୍ତାରେ ସେହି ସରାଫଗଣ ମଧ୍ୟରୁ ଏକ ଜଣ ମୋʼ ନିକଟକୁ ଉଡ଼ି ଆସିଲେ, ତାଙ୍କ ହସ୍ତରେ ଖଣ୍ଡେ ଜ୍ୱଳନ୍ତ ଅଙ୍ଗାର ଥିଲା, ସେ ଯଜ୍ଞବେଦିରୁ ଚିମୁଟା ଦ୍ୱାରା ତାହା ନେଇଥିଲେ;
7 И дотаче се уста мојих, и рече: Ево, ово се дотаче уста твојих, и безакоње твоје узе се, и грех твој очисти се.
ପୁଣି, ସେ ତଦ୍ଦ୍ୱାରା ମୋର ମୁଖ ସ୍ପର୍ଶ କରି କହିଲେ, “ଦେଖ, ଏହା ତୁମ୍ଭ ଓଷ୍ଠାଧରକୁ ସ୍ପର୍ଶ କରିଅଛି; ଏଣୁ ତୁମ୍ଭର ଅପରାଧ ଦୂରୀକୃତ ହେଲା ଓ ତୁମ୍ଭର ପାପ ମୋଚନ ହେଲା।”
8 Потом чух глас Господњи где рече: Кога ћу послати? И ко ће нам ићи? А ја рекох: Ево мене, пошаљи мене.
ଏଥିଉତ୍ତାରେ “ମୁଁ କାହାକୁ ପଠାଇବି? ଓ କିଏ ଆମ୍ଭମାନଙ୍କ ପାଇଁ ଯିବ?” ପ୍ରଭୁଙ୍କର ଏହି ରବ ମୁଁ ଶୁଣିଲି। ତେବେ ମୁଁ କହିଲି, “ମୁଁ ଅଛି; ମୋତେ ପଠାଅ।”
9 А Он рече: Иди, и реци том народу: Слушајте али нећете разумети, гледајте али нећете познати.
ତହିଁରେ ସେ କହିଲେ, “ଯାଅ ଓ ଏହି ଗୋଷ୍ଠୀକୁ କୁହ, ‘ତୁମ୍ଭେମାନେ ଶୁଣୁଅଛ ନିଶ୍ଚୟ, ମାତ୍ର ବୁଝୁ ନାହଁ ଓ ଦେଖୁଅଛ ନିଶ୍ଚୟ, ମାତ୍ର ଜାଣୁ ନାହଁ।’
10 Учини да одебља срце том народу и уши да им отежају, и очи им затвори, да не виде очима својим и ушима својим да не чују и срцем својим да не разумеју и не обрате се и не исцеле.
ଏହି ଲୋକମାନେ ଆପଣା ଆପଣା ଚକ୍ଷୁରେ ଦେଖି ଓ କର୍ଣ୍ଣରେ ଶୁଣି ଓ ଅନ୍ତଃକରଣରେ ବୁଝି ମନ ଫେରାଇ ଯେପରି ସୁସ୍ଥ ନ ହୁଅନ୍ତି, ଏଥିପାଇଁ ତୁମ୍ଭେ ସେମାନଙ୍କ ଅନ୍ତଃକରଣ ସ୍ଥୂଳ କର ଓ ସେମାନଙ୍କ କର୍ଣ୍ଣ ଭାରୀ କର ଓ ସେମାନଙ୍କ ଚକ୍ଷୁ ମୁଦି ଦିଅ।”
11 А ја рекох: Докле, Господе? А Он рече: Докле не опусте градови да буду без становника и куће да буду без људи, и земља докле сасвим не опусти,
ତେବେ ମୁଁ ପଚାରିଲି, “ହେ ପ୍ରଭୋ, କେତେ କାଳ ଯାଏ?” ତହିଁରେ ସେ ଉତ୍ତର କଲେ, “ଯେପର୍ଯ୍ୟନ୍ତ ନଗରସବୁ ନିବାସୀବିହୀନ ଓ ଗୃହସବୁ ନରଶୂନ୍ୟ ହୋଇ ଉଜାଡ଼ ନ ହୁଏ ଓ ଭୂମି ସମ୍ପୂର୍ଣ୍ଣ ରୂପେ ଉଜାଡ଼ ନ ହୁଏ,
12 И докле Господ оправи далеко људе и буде сама пустош у земљи.
ପୁଣି, ସଦାପ୍ରଭୁ ଲୋକମାନଙ୍କୁ ଅତି ଦୂର କରି ନ ଦିଅନ୍ତି ଓ ଦେଶ ମଧ୍ୟରେ ପରିତ୍ୟକ୍ତ ସ୍ଥାନ ଅନେକ ନ ହୁଏ, ସେପର୍ଯ୍ୟନ୍ତ।
13 Али ће још бити у њој десетина, па ће се и она затрти; али као храст или брест, којима и кад збаце лишће остаје стабло, тако ће свето семе бити њено стабло.
ଆଉ, ଯଦିବା ତହିଁରେ ଦଶମାଂଶ ରହେ, ତଥାପି ତାହା ପୁନର୍ବାର ବିନଷ୍ଟ ହେବ; ଏଲା ଓ ଅଲୋନ ବୃକ୍ଷ ହଣା ଗଲେ ହେଁ ଯେପରି ତାହାର ଗଣ୍ଡି ରହେ; ସେହିପରି ସେହି ପବିତ୍ର ବଂଶ ଏହି ଗୋଷ୍ଠୀର ଗଣ୍ଡିସ୍ୱରୂପ ଅଟେ।”