< Књига о Јову 1 >
1 Беше човек у земљи Узу по имену Јов; и тај човек беше добар и праведан, и бојаше се Бога, и уклањаше се ода зла.
ଊଷ ଦେଶରେ ଆୟୁବ ନାମକ ଏକ ବ୍ୟକ୍ତି ଥିଲା; ଆଉ ସେ ସିଦ୍ଧ, ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଥିଲା।
2 И роди му се седам синова и три кћери.
ପୁଣି, ତାହାର ସାତ ପୁତ୍ର ଓ ତିନି କନ୍ୟା ଜନ୍ମିଥିଲେ।
3 И имаше стоке седам хиљада оваца и три хиљада камила и пет стотина јармова волова и пет стотина магарица, и чељади веома много; и беше тај човек највећи од свих људи на истоку.
ମଧ୍ୟ ତାହାର ସମ୍ପତ୍ତି ସାତ ହଜାର ମେଷ, ତିନି ହଜାର ଉଷ୍ଟ୍ର, ପାଞ୍ଚ ଶହ ହଳ ବଳଦ, ପାଞ୍ଚ ଶହ ଗର୍ଦ୍ଦଭୀ ଓ ଅନେକ ଦାସଦାସୀ ଥିଲେ। ତେଣୁ ସେ ପୂର୍ବଦେଶୀୟ ସମସ୍ତ ଲୋକଙ୍କ ଅପେକ୍ଷା ମହାନ ହୋଇଥିଲା।
4 И синови његови састајаху се и даваху гозбе код куће, сваки свог дана, и слаху те позиваху три сестре своје да једу и пију с њима.
ଆଉ, ତାହାର ପୁତ୍ରମାନେ ଯାଇ ପ୍ରତ୍ୟେକେ ଆପଣା ଆପଣା ଦିନରେ ଆପଣା ଆପଣା ଗୃହରେ ଭୋଜ କଲେ; ପୁଣି ସେମାନେ ଲୋକ ପଠାଇ ଆପଣାମାନଙ୍କ ସଙ୍ଗେ ଭୋଜନ ଓ ପାନ କରିବା ପାଇଁ ଆପଣାମାନଙ୍କ ତିନି ଭଗିନୀଙ୍କୁ ନିମନ୍ତ୍ରଣ କଲେ।
5 И кад би се обредили гозбом, пошиљаше Јов и освећиваше их, и устајући рано приношаше жртве паљенице према броју свих њих; јер говораше Јов: Може бити да су се огрешили синови моји и похулили на Бога у срцу свом. Тако чињаше Јов сваки пут.
ପୁଣି, ପାଳିକ୍ରମେ ସେମାନଙ୍କ ଭୋଜର ଦିନ ଗତ ହୁଅନ୍ତେ, ଆୟୁବ ସେମାନଙ୍କୁ ଡକାଇ ପବିତ୍ର କଲା ଓ ଅତି ପ୍ରଭାତରେ ଉଠି ସେ ସମସ୍ତଙ୍କ ପାଇଁ ହୋମବଳି ଉତ୍ସର୍ଗ କଲା; କାରଣ ଆୟୁବ କହିଲା, “ହୋଇପାରେ, ଆମ୍ଭର ପିଲାମାନେ ପାପ କରିଥିବେ ଓ ମନେ ମନେ ପରମେଶ୍ୱରଙ୍କୁ ଅଭିଶାପ କରିଥିବେ।” ଏହିରୂପେ ଆୟୁବ ସର୍ବଦା କଲା।
6 А један дан дођоше синови Божји да стану пред Господом, а међу њих дође и Сотона.
ଦିନକରେ ପରମେଶ୍ୱରଙ୍କ ଦୂତଗଣ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବାକୁ ଆସନ୍ତେ, ଶୟତାନ ମଧ୍ୟ ସେମାନଙ୍କ ମଧ୍ୟରେ ଉପସ୍ଥିତ ହେଲା।
7 И Господ рече Сотони: Од куда идеш? А Сотона одговори Господу и рече: Проходих земљу и обилазих.
ଏଥିରେ ସଦାପ୍ରଭୁ ଶୟତାନକୁ ପଚାରିଲେ, “ତୁମ୍ଭେ କେଉଁଠାରୁ ଆସିଲ?” ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, “ପୃଥିବୀରେ ଏଣେତେଣେ ଭ୍ରମଣ ଓ ତହିଁ ମଧ୍ୟରେ ଗମନାଗମନ କରି କରି ଆସିଲି।”
8 И рече Господ Сотони: Јеси ли видео слугу мог Јова? Нема онаквог човека на земљи, доброг и праведног, који се боји Бога и уклања се ода зла.
ତହୁଁ ସଦାପ୍ରଭୁ ଶୟତାନକୁ ପଚାରିଲେ, “ତୁମ୍ଭେ କି ଆମ୍ଭ ଦାସ ଆୟୁବ ପ୍ରତି ଧ୍ୟାନ ଦେଇଅଛ? କାରଣ ତାହାର ସମାନ ସିଦ୍ଧ ଓ ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଲୋକ ପୃଥିବୀରେ କେହି ନାହିଁ?”
9 А Сотона одговори Господу и рече: Еда ли се узалуд Јов боји Бога?
ତେବେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, “ଆୟୁବ କʼଣ ଅକାରଣରେ ପରମେଶ୍ୱରଙ୍କୁ ଭୟ କରୁଅଛି?
10 Ниси ли га Ти оградио и кућу његову и све што има свуда унаоколо? Дело руку његових благословио си, и стока се његова умножила на земљи.
ତୁମ୍ଭେ କʼଣ ତାହାର ଚତୁର୍ଦ୍ଦିଗରେ, ପୁଣି ତାହାର ଗୃହର ଓ ତାହାର ସର୍ବସ୍ୱର ଚତୁର୍ଦ୍ଦିଗରେ ବାଡ଼ ଦେଇ ନାହଁ? ତୁମ୍ଭେ ତାହାର ହସ୍ତକୃତ କାର୍ଯ୍ୟରେ ଆଶୀର୍ବାଦ ଦେଇଅଛ ଓ ଦେଶରେ ତାହାର ସମ୍ପତ୍ତି ବୃଦ୍ଧି ପାଇଅଛି।
11 Али пружи руку своју и дотакни се свега што има, псоваће те у очи.
ମାତ୍ର ଏବେ ଆପଣା ହସ୍ତ ବିସ୍ତାର କରି ତାହାର ସର୍ବସ୍ୱ ସ୍ପର୍ଶ କର, ତହିଁରେ ସେ ତୁମ୍ଭକୁ ତୁମ୍ଭ ମୁଖ ଆଗରେ ପରିତ୍ୟାଗ କରିବ।”
12 А Господ рече Сотони: Ево, све што има нека је у твојој руци; само на њега не дижи руке своје. И отиде Сотона од Господа.
ତହୁଁ ସଦାପ୍ରଭୁ ଶୟତାନକୁ କହିଲେ, “ଦେଖ, ତାହାର ସର୍ବସ୍ୱରେ ତୁମ୍ଭର କ୍ଷମତା ଅଛି; କେବଳ ତାହାରି ଉପରେ ତୁମ୍ଭେ ହସ୍ତ ନ ଦିଅ।” ତହିଁରେ ଶୟତାନ ସଦାପ୍ରଭୁଙ୍କ ସାକ୍ଷାତରୁ ବାହାରିଗଲା।
13 А један дан кад синови његови и кћери његове јеђаху и пијаху вино у кући брата свог најстаријег,
ଆଉ, ଦିନେ ତାହାର ପୁତ୍ର ଓ କନ୍ୟାଗଣ ଆପଣାମାନଙ୍କ ଜ୍ୟେଷ୍ଠ ଭ୍ରାତାର ଗୃହରେ ଭୋଜନ ଓ ଦ୍ରାକ୍ଷାରସ ପାନ କରୁଥିଲେ,
14 Дође гласник Јову и рече: Волови ораху и магарице пасаху покрај њих,
ଏପରି ସମୟରେ ଆୟୁବ ନିକଟକୁ ଏକ ଦୂତ ଆସି କହିଲା, “ବଳଦମାନେ ହଳ ବୁଲାଉଥିଲେ ଓ ସେମାନଙ୍କ ନିକଟରେ ଗର୍ଦ୍ଦଭୀମାନେ ଚରୁଥିଲେ;
15 А Савеји ударише и отеше их, и побише момке оштрим мачем; и само ја један утекох да ти јавим.
ଏଥିମଧ୍ୟରେ ଶିବାୟୀୟମାନେ ଆକ୍ରମଣ କରି ସେମାନଙ୍କୁ ନେଇଗଲେ; ଆହୁରି, ସେମାନେ ଖଡ୍ଗଧାରରେ ଦାସମାନଙ୍କୁ ବଧ କଲେ; ପୁଣି, ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।”
16 Док овај још говораше, дође други и рече: Огањ Божји спаде с неба и спали овце и момке, и прождре их; и само ја један утекох да ти јавим.
ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, “ଆକାଶରୁ ପରମେଶ୍ୱରଙ୍କ ଅଗ୍ନି ପଡ଼ି ମେଷପଲ ଓ ଦାସମାନଙ୍କୁ ଦଗ୍ଧ କରି ଗ୍ରାସ କରିଅଛି; ପୁଣି, ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।”
17 Докле овај још говораше, дође други и рече: Халдејци у три чете ударише на камиле и отеше их, и побише момке оштрим мачем; и само ја један утекох да ти јавим.
ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, “କଲ୍ଦୀୟମାନେ ତିନି ଦଳ ହୋଇ ଉଷ୍ଟ୍ରପଲ ଆକ୍ରମଣ କରି ସେମାନଙ୍କୁ ନେଇଗଲେ, ଆହୁରି ଖଡ୍ଗଧାରରେ ଦାସମାନଙ୍କୁ ବଧ କଲେ; ପୁଣି ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।”
18 Докле овај још говораше, дође други и рече: Синови твоји и кћери твоје јеђаху и пијаху вино у кући брата свог најстаријег;
ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, “ଆପଣଙ୍କ ପୁତ୍ର ଓ କନ୍ୟାଗଣ ସେମାନଙ୍କ ଜ୍ୟେଷ୍ଠ ଭ୍ରାତାର ଗୃହରେ ଭୋଜନ ଓ ଦ୍ରାକ୍ଷାରସ ପାନ କରୁଥିଲେ;
19 А то ветар велик дође испреко пустиње и удари у четири угла од куће, те паде на децу и погибоше; и само ја један утекох да ти јавим.
ଏଥିମଧ୍ୟରେ, ଦେଖନ୍ତୁ, ପ୍ରାନ୍ତର ଆଡ଼ୁ ପ୍ରବଳ ବାୟୁ ଆସି ଗୃହର ଚାରି କୋଣରେ ଲାଗନ୍ତେ, ତାହା ଯୁବକମାନଙ୍କ ଉପରେ ପଡ଼ିଲା, ତହିଁରେ ସେମାନେ ମଲେ; ପୁଣି, ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।”
20 Тада уста Јов и раздре плашт свој, и остриже главу, и паде на земљу и поклони се,
ସେତେବେଳେ ଆୟୁବ ଉଠି ଆପଣା ବସ୍ତ୍ର ଚିରିଲା ଓ ଆପଣା ମସ୍ତକ କ୍ଷୌର କଲା ଓ ଭୂମିରେ ପଡ଼ି ଉପାସନା କଲା;
21 И рече: Го сам изашао из утробе матере своје, го ћу се и вратити онамо. Господ даде, Господ узе, да је благословено име Господње.
ଆଉ, ସେ କହିଲା, “ମୁଁ ମାତାର ଗର୍ଭରୁ ଉଲଙ୍ଗ ଆସିଅଛି ଓ ମୁଁ ଉଲଙ୍ଗ ହୋଇ ସେଠାକୁ ଫେରିଯିବି; ସଦାପ୍ରଭୁ ଦେଲେ ଓ ସଦାପ୍ରଭୁ ନେଇଅଛନ୍ତି; ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ।”
22 Уза све то не сагреши Јов, нити рече безумља за Бога.
ଏହିସବୁରେ ଆୟୁବ ପାପ କଲା ନାହିଁ, ଅବା ପରମେଶ୍ୱରଙ୍କ ଉପରେ ଅବିବେଚନାର ଦୋଷାରୋପ କଲା ନାହିଁ।