< Јован 14 >
1 Да се не плаши срце ваше, верујте Бога, и мене верујте.
“ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ ନ ହେଉ; ତୁମ୍ଭେମାନେ ଈଶ୍ବରଙ୍କଠାରେ ବିଶ୍ୱାସ କର, ମୋʼ ଠାରେ ମଧ୍ୟ ବିଶ୍ୱାସ କର।
2 Многи су станови у кући Оца мог. А да није тако, казао бих вам; идем да вам приправим место.
ମୋହର ପିତାଙ୍କ ଗୃହରେ ଅନେକ ବାସସ୍ଥାନ ଅଛି; ଯଦି ନ ଥାଆନ୍ତା, ତାହାହେଲେ ମୁଁ ତୁମ୍ଭମାନଙ୍କୁ କହିଥାଆନ୍ତି, ମୁଁ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କରିବାକୁ ଯାଉଅଛି;
3 И кад отидем и приправим вам место, опет ћу доћи, и узећу вас к себи да и ви будете где сам ја.
ପୁଣି, ମୁଁ ଯାଇ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କଲେ ପୁନର୍ବାର ଆସିବି, ଆଉ ମୁଁ ଯେଉଁ ସ୍ଥାନରେ ଥାଏ, ତୁମ୍ଭେମାନେ ମଧ୍ୟ ଯେପରି ସେହି ସ୍ଥାନରେ ରହିବ, ସେଥିନିମନ୍ତେ ତୁମ୍ଭମାନଙ୍କୁ ଆପଣା ନିକଟକୁ ଘେନିଯିବି।
4 И куда ја идем знате, и пут знате.
ପୁଣି, ମୁଁ ଯେଉଁ ସ୍ଥାନକୁ ଯାଉଅଛି, ତାହାର ପଥ ତୁମ୍ଭେମାନେ ଜାଣ।”
5 Рече Му Тома: Господе! Не знамо куда идеш; и како можемо пут знати?
ଥୋମା ତାହାଙ୍କୁ ପଚାରିଲେ, ପ୍ରଭୁ, ଆପଣ କେଉଁ ସ୍ଥାନକୁ ଯାଉଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହିଁ; ପଥ ବା କିପରି ଜାଣି ପାରୁ?
6 Исус му рече: Ја сам пут и истина и живот; нико неће доћи к Оцу до кроза ме.
ଯୀଶୁ ତାହାଙ୍କୁ କହିଲେ, “ମୁଁ ପଥ, ସତ୍ୟ ଓ ଜୀବନ; ମୋʼ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ।
7 Кад бисте мене знали онда бисте знали и Оца мог; и одселе познајете Га, и видесте Га.
ଯଦି ତୁମ୍ଭେମାନେ ମୋତେ ଜାଣିଥାଆନ୍ତ, ତାହାହେଲେ ମୋହର ପିତାଙ୍କୁ ମଧ୍ୟ ଜାଣିଥାଆନ୍ତ; ଏବେ ହେଁ ତାହାଙ୍କୁ ଜାଣୁଅଛ ଓ ତାହାଙ୍କୁ ଦେଖିଅଛ।”
8 Рече Му Филип: Господе! Покажи нам Оца и биће нам доста.
ଫିଲିପ୍ପ ତାହାଙ୍କୁ କହିଲେ, ପ୍ରଭୁ, ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ, ତାହା ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ।
9 Исус му рече: Толико сам време с вама и ниси ме познао, Филипе? Који виде мене, виде Оца; па како ти говориш: Покажи нам Оца?
ଯୀଶୁ ତାହାଙ୍କୁ କହିଲେ, “ଫିଲିପ୍ପ, ଏତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ଅଛି, ଆଉ ତୁମ୍ଭେ କଅଣ ମୋତେ ଜାଣିଲ ନାହିଁ? ଯେ ମୋତେ ଦର୍ଶନ କରିଅଛି, ସେ ପିତାଙ୍କୁ ଦର୍ଶନ କରିଅଛି; ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ ବୋଲି ତୁମ୍ଭେ କିପରି କହୁଅଛ?
10 Зар не верујеш да сам ја у Оцу и Отац у мени? Речи које вам ја говорим не говорим од себе; него Отац који стоји у мени Он твори дела.
ମୁଁ ଯେ ପିତାଙ୍କଠାରେ ଅଛି ଓ ପିତା ମୋʼ ଠାରେ ଅଛନ୍ତି, ଏ କଥା କଅଣ ବିଶ୍ୱାସ କରୁ ନାହଁ? ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବାକ୍ୟ କହେ, ସେହିସବୁ ମୋʼ ନିଜରୁ କହେ ନାହିଁ, କିନ୍ତୁ ପିତା ମୋʼ ଠାରେ ଥାଇ ଆପଣା କର୍ମ କରୁଅଛନ୍ତି।
11 Верујте мени да сам ја у Оцу и Отац у мени; ако ли мени не верујете, верујте ми по тим делима.
ମୁଁ ଯେ ପିତାଙ୍କଠାରେ ଅଛି ଓ ପିତା ମୋʼ ଠାରେ ଅଛନ୍ତି, ମୋହର ଏହି କଥା ବିଶ୍ୱାସ କର, ନତୁବା କର୍ମ ଯୋଗୁଁ ହେଲେ ବିଶ୍ୱାସ କର।
12 Заиста, заиста вам кажем: који верује мене, дела која ја творим и он ће творити, и већа ће од ових творити; јер ја идем к Оцу свом;
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୋʼ ଠାରେ ଯେ ବିଶ୍ୱାସ କରେ, ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେ ମଧ୍ୟ ସେହିସବୁ କରିବ, ଆଉ ସେ ସବୁ ଅପେକ୍ଷା ଅଧିକ ମହତ କର୍ମ କରିବ, କାରଣ ମୁଁ ପିତାଙ୍କ ନିକଟକୁ ଯାଉଅଛି।
13 И шта год заиштете у Оца у име моје, оно ћу вам учинити, да се прослави Отац у Сину.
ପୁଣି, ପିତା ଯେପରି ପୁତ୍ରଙ୍କଠାରେ ମହିମାନ୍ୱିତ ହୁଅନ୍ତି, ଏଥିନିମନ୍ତେ ତୁମ୍ଭେମାନେ ମୋʼ ନାମରେ ଯାହା କିଛି ମାଗିବ, ତାହା ମୁଁ କରିବି।
14 И ако шта заиштете у име моје, ја ћу учинити.
ଯଦି ତୁମ୍ଭେମାନେ ମୋʼ ନାମରେ କୌଣସି ବିଷୟ ମୋତେ ମାଗିବ, ମୁଁ ତାହା କରିବି।”
15 Ако имате љубав к мени, заповести моје држите.
“ଯଦି ତୁମ୍ଭେମାନେ ମୋତେ ପ୍ରେମ କର, ତାହାହେଲେ ମୋହର ଆଜ୍ଞାସବୁ ପାଳନ କରିବ।
16 И ја ћу умолити Оца, и даће вам другог утешитеља да буде с вама вавек: (aiōn )
ଆଉ, ମୁଁ ପିତାଙ୍କୁ ନିବେଦନ କରିବି, ପୁଣି, ତୁମ୍ଭମାନଙ୍କ ସାଙ୍ଗରେ ଅନନ୍ତକାଳ ରହିବା ନିମନ୍ତେ ସେ ତୁମ୍ଭମାନଙ୍କୁ ଆଉ ଜଣେ ସାହାଯ୍ୟକାରୀଙ୍କୁ, (aiōn )
17 Духа истине, ког свет не може примити, јер Га не види нити Га познаје; а ви Га познајете, јер у вама стоји, и у вама ће бити.
ଅର୍ଥାତ୍ ସେହି ସତ୍ୟମୟ ଆତ୍ମାଙ୍କୁ ଦେବେ। ଜଗତ ତାହାଙ୍କୁ ଗ୍ରହଣ କରିପାରେ ନାହିଁ, କାରଣ ଜଗତ ତାହାଙ୍କୁ ଦେଖେ ନାହିଁ କିମ୍ବା ଜାଣେ ନାହିଁ; ତୁମ୍ଭେମାନେ ତାହାଙ୍କୁ ଜାଣ, କାରଣ ସେ ତୁମ୍ଭମାନଙ୍କ ସାଙ୍ଗରେ ଥାଆନ୍ତି, ପୁଣି, ସେ ତୁମ୍ଭମାନଙ୍କ ଅନ୍ତରରେ ରହିବେ।
18 Нећу вас оставити сиротне; доћи ћу к вама.
ମୁଁ ତୁମ୍ଭମାନଙ୍କୁ ଅନାଥ କରି ଛାଡ଼ିଯିବି ନାହିଁ, ମୁଁ ତୁମ୍ଭମାନଙ୍କ ନିକଟକୁ ଆସୁଅଛି।
19 Још мало и свет мене више неће видети; а ви ћете ме видети; јер ја живим, и ви ћете живети.
ଅଳ୍ପମାତ୍ର ସମୟ ରହିଲା, ଜଗତ ମୋତେ ଆଉ ଦେଖିବ ନାହିଁ; ମାତ୍ର ତୁମ୍ଭେମାନେ ମୋତେ ଦେଖିବ, କାରଣ ମୁଁ ଜୀବିତ, ଆଉ ତୁମ୍ଭେମାନେ ମଧ୍ୟ ଜୀବିତ ରହିବ।
20 У онај ћете ви дан дознати да сам ја у Оцу свом, и ви у мени, и ја у вама.
ମୁଁ ଯେ ମୋହର ପିତାଙ୍କଠାରେ ପୁଣି, ତୁମ୍ଭେମାନେ ଯେ ମୋʼ ଠାରେ ଓ ମୁଁ ତୁମ୍ଭମାନଙ୍କଠାରେ ଅଛି, ଏହା ସେ ଦିନ ତୁମ୍ଭେମାନେ ଜାଣିବ।
21 Ко има заповести моје и држи их, он је онај што има љубав к мени; а који има љубав к мени имаће к њему љубав Отац мој; и ја ћу имати љубав к њему, и јавићу му се сам.
ଯେ ମୋହର ଆଜ୍ଞାସବୁ ଗ୍ରହଣ କରି ପାଳନ କରେ, ସେହି ତ ମୋତେ ପ୍ରେମ କରେ, ଆଉ ଯେ ମୋତେ ପ୍ରେମ କରେ, ମୋହର ପିତା ତାହାକୁ ପ୍ରେମ କରିବେ, ପୁଣି, ମୁଁ ତାହାକୁ ପ୍ରେମ କରିବି ଓ ତାହା ନିକଟରେ ଆପଣାକୁ ପ୍ରକାଶ କରିବି।”
22 И рече Му Јуда, не Искариотски: Господе! Шта је то да ћеш се нама јавити а не свету?
ଯିହୂଦା (ଇଷ୍କାରିୟୋତୀୟ ନୁହେଁ) ତାହାଙ୍କୁ କହିଲେ, ହେ ପ୍ରଭୁ, କଅଣ ହେଲା ଯେ, ଆପଣ ଜଗତ ନିକଟରେ ଆପଣାକୁ ପ୍ରକାଶ ନ କରି ଆମ୍ଭମାନଙ୍କ ନିକଟରେ ପ୍ରକାଶ କରିବାକୁ ଯାଉଅଛନ୍ତି?
23 Исус одговори и рече му: Ко има љубав к мени, држаће реч моју; и Отац мој имаће љубав к њему; и к њему ћемо доћи, и у њега ћемо се станити.
ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଯଦି କେହି ମୋତେ ପ୍ରେମ କରେ, ତାହାହେଲେ ସେ ମୋହର ବାକ୍ୟ ପାଳନ କରିବ, ପୁଣି, ମୋହର ପିତା ତାହାକୁ ପ୍ରେମ କରିବେ, ଆଉ ଆମ୍ଭେମାନେ ତାହା ନିକଟକୁ ଆସି ତାହା ସହିତ ବାସ କରିବା।
24 Који нема љубави к мени не држи моје речи; а реч што чујете није моја него Оца који ме посла.
ଯେ ମୋତେ ପ୍ରେମ କରେ ନାହିଁ, ସେ ମୋହର ବାକ୍ୟ ପାଳନ କରେ ନାହିଁ, ଆଉ ଯେଉଁ ବାକ୍ୟ ତୁମ୍ଭେମାନେ ଶୁଣୁଅଛ, ତାହା ମୋହର ନୁହେଁ, ମାତ୍ର ମୋହର ପ୍ରେରଣକର୍ତ୍ତା ପିତାଙ୍କର।
25 Ово вам казах док сам с вама.
ମୁଁ ତୁମ୍ଭମାନଙ୍କ ସାଙ୍ଗରେ ଥାଉ ଥାଉ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଲି।
26 А утешитељ, Дух Свети, ког ће Отац послати у име моје, Он ће вас научити свему и напоменуће вам све што вам рекох.
କିନ୍ତୁ ସେହି ସାହାଯ୍ୟକାରୀ, ଅର୍ଥାତ୍ ଯେଉଁ ପବିତ୍ର ଆତ୍ମାଙ୍କୁ ପିତା ମୋʼ ନାମରେ ପ୍ରେରଣ କରିବେ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଶିକ୍ଷା ଦେବେ, ଆଉ ମୁଁ ତୁମ୍ଭମାନଙ୍କୁ ଯାହା ଯାହା କହିଅଛି, ସେହିସବୁ ତୁମ୍ଭମାନଙ୍କୁ ସ୍ମରଣ କରାଇବେ।
27 Мир вам остављам, мир свој дајем вам; не дајем вам га као што свет даје, да се не плаши срце ваше и да се не боји.
ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ। ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ କି ଭୟଗ୍ରସ୍ତ ନ ହେଉ।
28 Чусте да вам ја казах: идем и доћи ћу к вама. Кад бисте имали љубав к мени, онда бисте се обрадовали што рекох: идем к Оцу; јер је Отац мој већи од мене.
ମୁଁ ଯେ ଯାଉଅଛି ଓ ତୁମ୍ଭମାନଙ୍କ ନିକଟକୁ ପୁଣି ଆସୁଅଛି, ମୋହର ଏହି କଥା ତ ଶୁଣିଅଛ। ଯଦି ତୁମ୍ଭେମାନେ ମୋତେ ପ୍ରେମ କରୁଥାଆନ୍ତ, ତାହାହେଲେ ମୁଁ ମୋହର ପିତାଙ୍କ ନିକଟକୁ ଯାଉଅଛି ବୋଲି ଆନନ୍ଦ କରିଥାଆନ୍ତ, କାରଣ ପିତା ମୋʼଠାରୁ ମହାନ।
29 И сад вам казах, пре док се није збило, да верујете кад се збуде.
ଆଉ, ତାହା ଘଟିବା ସମୟରେ ତୁମ୍ଭେମାନେ ଯେପରି ବିଶ୍ୱାସ କରିବ, ଏଥିନିମନ୍ତେ ତାହା ଘଟିବା ପୂର୍ବେ ମୁଁ ଏବେ ତୁମ୍ଭମାନଙ୍କୁ କହିଅଛି।
30 Већ нећу много говорити с вама; јер иде кнез овог света, и у мени нема ништа.
ମୁଁ ତୁମ୍ଭମାନଙ୍କ ସହିତ ଆଉ ଅଧିକ କଥାବାର୍ତ୍ତା କରିବି ନାହିଁ, କାରଣ ଜଗତର ଅଧିପତି ଆସୁଅଛି; ଆଉ, ମୋʼ ଠାରେ ତାହାର କିଛି ହିଁ ନାହିଁ;
31 Него да види свет да имам љубав к Оцу, и као што ми заповеди Отац онако творим. Устаните, хајдемо одавде.
କିନ୍ତୁ ମୁଁ ଯେ ପିତାଙ୍କୁ ପ୍ରେମ କରେ ଓ ପିତାଙ୍କ ଆଜ୍ଞାନୁସାରେ କର୍ମ କରେ, ଏହା ଯେପରି ଜଗତ ଜାଣି ପାରେ, ଏଥିନିମନ୍ତେ ଏପରି ଘଟୁଅଛି। ଉଠ, ଆମ୍ଭେମାନେ ଏହି ସ୍ଥାନରୁ ଚାଲିଯାଉ।”