< Псалми 78 >
1 Чуј, народе мој, наук мој, пригни ухо своје к речима уста мојих.
ଆସଫର ମସ୍କୀଲ୍। ହେ ମୋହର ଲୋକମାନେ, ମୋହର ବ୍ୟବସ୍ଥା ଶୁଣ; ମୋʼ ମୁଖର ବାକ୍ୟରେ କର୍ଣ୍ଣପାତ କର।
2 Отварам за причу уста своја, казаћу старе приповетке.
ମୁଁ ଦୃଷ୍ଟାନ୍ତ-କଥାରେ ଆପଣା ମୁଖ ଫିଟାଇବି; ମୁଁ ପୂର୍ବକାଳର ଗୂଢ଼ ବାକ୍ୟସବୁ ପ୍ରକାଶ କରିବି;
3 Шта слушасмо и дознасмо, и што нам казиваше оци наши,
ଆମ୍ଭେମାନେ ତାହାସବୁ ଶୁଣି ଜାଣିଅଛୁ ଓ ଆମ୍ଭମାନଙ୍କ ପିତୃଗଣ ଆମ୍ଭମାନଙ୍କୁ ଜଣାଇ ଅଛନ୍ତି।
4 Нећемо затајити од деце њихове, нараштају позном јавићемо славу Господњу и силу Његову и чудеса која је учинио.
ଆମ୍ଭେମାନେ ତାହାସବୁ ସେମାନଙ୍କ ସନ୍ତାନଗଣଠାରୁ ଗୁପ୍ତ ରଖିବା ନାହିଁ, ଆସନ୍ତା ପିଢ଼ି ନିକଟରେ ସଦାପ୍ରଭୁଙ୍କର ପ୍ରଶଂସା ଓ ତାହାଙ୍କର ପରାକ୍ରମ ଓ ତାହାଙ୍କ କୃତ ଆଶ୍ଚର୍ଯ୍ୟ-କର୍ମସକଳ ବର୍ଣ୍ଣନା କରିବା।
5 Сведочанство подиже у Јакову, и у Израиљу постави закон, који даде оцима нашим да га предаду деци својој;
କାରଣ ସେ ଯାକୁବ ମଧ୍ୟରେ ଏକ ସାକ୍ଷ୍ୟ ସ୍ଥାପନ କଲେ ଓ ଇସ୍ରାଏଲର ମଧ୍ୟରେ ଏକ ବ୍ୟବସ୍ଥା ନିରୂପଣ କଲେ, ଆପଣା ସନ୍ତାନଗଣକୁ ତାହା ଜଣାଇବା ନିମନ୍ତେ ଆମ୍ଭମାନଙ୍କ ପିତୃଗଣକୁ ଆଜ୍ଞା କଲେ;
6 Да би знао потоњи нараштај, деца која ће се родити, па и они да би казивали својој деци.
ଯେପରି ଆସନ୍ତା ପୁରୁଷ, ଅର୍ଥାତ୍, ଯେଉଁ ସନ୍ତାନଗଣ ଜାତ ହେବେ, ସେମାନେ ଜାଣିବେ ଓ ଉଠି ଆପଣା ଆପଣା ସନ୍ତାନଗଣକୁ ତାହା ଜଣାଇବେ;
7 Да полажу на Бога надање своје, и не заборављају дела Божијих, и заповести Његове да држе;
ତହିଁରେ ସେମାନେ ଯେପରି ପରମେଶ୍ୱରଙ୍କଠାରେ ଭରସା ରଖି ପାରିବେ ଓ ପରମେଶ୍ୱରଙ୍କ କ୍ରିୟାସକଳ ପାସୋରି ନ ଯିବେ, ମାତ୍ର ତାହାଙ୍କ ଆଜ୍ଞାସବୁ ପାଳନ କରିବେ;
8 И да не буду као оци њихови, род неваљао и упоран, род који не беше чврст срцем својим, нити веран Богу духом својим.
ପୁଣି, ଆପଣା ପିତୃଗଣ ତୁଲ୍ୟ ଅବାଧ୍ୟ ଓ ବିଦ୍ରୋହୀ ବଂଶ ହେବେ ନାହିଁ; ସେହି ବଂଶ ଆପଣା ଆପଣା ଅନ୍ତଃକରଣ ଯଥାର୍ଥ ରୂପେ ସୁସ୍ଥିର କଲେ ନାହିଁ; ଓ ସେମାନଙ୍କ ଆତ୍ମା ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା।
9 Синови Јефремови наоружани, који стрељају из лука, вратише се натраг, кад беше бој.
ଇଫ୍ରୟିମର ସନ୍ତାନଗଣ ସସଜ୍ଜ ଓ ଧନୁର୍ଦ୍ଧର ହୋଇ ସଂଗ୍ରାମ ଦିନରେ ହଟିଗଲେ।
10 Не сачуваше завет Божји, и по закону Његовом не хтеше ходити.
ସେମାନେ ପରମେଶ୍ୱରଙ୍କ ନିୟମ ପାଳନ କଲେ ନାହିଁ ଓ ତାହାଙ୍କ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଅସ୍ୱୀକାର କଲେ;
11 Заборавише дела Његова, и чудеса, која им је показао,
ସେମାନେ ତାହାଙ୍କ କାର୍ଯ୍ୟସକଳ, ସେମାନଙ୍କ ପ୍ରତି ପ୍ରକାଶିତ ତାହାଙ୍କ ଆଶ୍ଚର୍ଯ୍ୟ କ୍ରିୟାସକଳ ଭୁଲିଗଲେ।
12 Како пред очима њиховим учини чудеса у земљи мисирској, на пољу Соану;
ସେ ସେମାନଙ୍କ ପିତୃଗଣ ସାକ୍ଷାତରେ ମିସର ଦେଶରେ, ସୋୟନ-ପଦାରେ ନାନା ଆଶ୍ଚର୍ଯ୍ୟକର୍ମ କଲେ।
13 Раздвоји море, и проведе их, од воде начини зид;
ସେ ସମୁଦ୍ରକୁ ବିଭକ୍ତ କରି ସେମାନଙ୍କୁ ପାର କରାଇଲେ; ପୁଣି, ସେ ଜଳସମୂହକୁ ରାଶୀ ରୂପେ ଠିଆ କରାଇଲେ।
14 И води их дању облаком, и сву ноћ светлим огњем;
ଦିବସରେ ସେ ମେଘ ଦ୍ୱାରା ଓ ରାତ୍ରିରେ ଅଗ୍ନିତେଜ ଦ୍ୱାରା ସେମାନଙ୍କୁ ପଥ କଢ଼ାଇ ନେଲେ।
15 Раскида стене у пустињи, и поји их као из велике бездане;
ପ୍ରାନ୍ତରରେ ସେ ଶୈଳମାନଙ୍କୁ ବିଦୀର୍ଣ୍ଣ କଲେ, ପୁଣି, ଯେପରି ଅଗାଧସ୍ଥଳରୁ, ସେପରି ସେମାନଙ୍କୁ ପ୍ରଚୁର ଜଳ ପାନ କରାଇଲେ।
16 Изводи потоке из камена, и води воду рекама.
ସେ ଶୈଳରୁ ସ୍ରୋତ ବାହାର କଲେ ଓ ନଦୀ ତୁଲ୍ୟ ଜଳ ବହାଇଲେ।
17 Али они још једнако грешише Њему, и гневише Вишњег у пустињи.
ତଥାପି ସେମାନେ ତାହାଙ୍କ ବିରୁଦ୍ଧରେ ପାପ କରିବାକୁ ଓ ମରୁଭୂମିରେ ସର୍ବୋପରିସ୍ଥଙ୍କ ପ୍ରତିକୂଳରେ ବିଦ୍ରୋହାଚରଣ କରିବାକୁ ନିରସ୍ତ ନୋହିଲେ।
18 И кушаше Бога у срцу свом, иштући јела по вољи својој,
ପୁଣି, ସେମାନେ ଆପଣାମାନଙ୍କ ଅଭିଳାଷ ପୂରଣାର୍ଥେ ଭକ୍ଷ୍ୟ ମାଗି ଆପଣା ଆପଣା ମନରେ ପରମେଶ୍ୱରଙ୍କର ପରୀକ୍ଷା କଲେ।
19 И викаше на Бога, и рекоше: "Може ли Бог зготовити трпезу у пустињи?"
ହଁ, ସେମାନେ ପରମେଶ୍ୱରଙ୍କ ପ୍ରତିକୂଳରେ କଥା କହିଲେ; ସେମାନେ କହିଲେ, “ପରମେଶ୍ୱର କି ପ୍ରାନ୍ତରରେ ମେଜ ସଜାଇ ପାରିବେ?
20 Ево! Он удари у камен, и потече вода, и реке устадоше; може ли и хлеба дати? Хоће ли и меса поставити народу свом?
ଦେଖ, ସେ ଶୈଳକୁ ଆଘାତ କରନ୍ତେ, ଜଳ ନିର୍ଗତ ହେଲା ଓ ସ୍ରୋତ ପ୍ରବାହିତ ହେଲା; ସେ କି ଅନ୍ନ ମଧ୍ୟଦେଇ ପାରନ୍ତି? ସେ କି ଆପଣା ଲୋକମାନଙ୍କ ନିମନ୍ତେ ମାଂସ ଯୋଗାଇବେ?”
21 Господ чу и разљути се, и огањ се разгоре на Јакова, и гнев се подиже на Израиља.
ଏହେତୁ ସଦାପ୍ରଭୁ ଶୁଣି କୋପାନ୍ୱିତ ହେଲେ ଓ ଯାକୁବ ବିରୁଦ୍ଧରେ ଅଗ୍ନି ପ୍ରଜ୍ୱଳିତ ହେଲା ଓ ଇସ୍ରାଏଲ ବିରୁଦ୍ଧରେ ମଧ୍ୟ କ୍ରୋଧ ଉଠିଲା;
22 Јер не вероваше Богу и не уздаше се у помоћ Његову.
କାରଣ ସେମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ନାହିଁ ଓ ତାହାଙ୍କ ପରିତ୍ରାଣରେ ନିର୍ଭର ରଖିଲେ ନାହିଁ।
23 Тада заповеди облацима одозго, и отвори врата небеска,
ତଥାପି ସେ ଉପରିସ୍ଥ ମେଘମାଳକୁ ଆଜ୍ଞା କଲେ ଓ ଆକାଶର ଦ୍ୱାର ମୁକ୍ତ କଲେ।
24 И пусти, те им подажде мана за јело, и хлеб небески даде им.
ଆଉ, ସେ ଭୋଜନାର୍ଥେ ସେମାନଙ୍କ ଉପରେ ମାନ୍ନା ବର୍ଷାଇଲେ ଓ ସେମାନଙ୍କୁ ସ୍ୱର୍ଗର ଶସ୍ୟ ପ୍ରଦାନ କଲେ।
25 Хлеб анђеоски јеђаше човек; посла им јела до ситости.
ପରାକ୍ରମୀଗଣର ଆହାର ମନୁଷ୍ୟ ଭୋଜନ କଲା; ସେ ସେମାନଙ୍କ ତୃପ୍ତି ପର୍ଯ୍ୟନ୍ତ ଭକ୍ଷ୍ୟ ପଠାଇଲେ।
26 Пусти небом устоку, и наведе силом својом југ;
ସେ ଆକାଶରେ ପୂର୍ବୀୟ ବାୟୁ ବହାଇଲେ ଓ ନିଜ ପରାକ୍ରମ ଦ୍ୱାରା ଦକ୍ଷିଣ ବାୟୁ ଚଳାଇଲେ।
27 И као прахом засу их месом, и као песком морским птицама крилатим;
ମଧ୍ୟ ସେ ଧୂଳି ପରି ସେମାନଙ୍କ ଉପରେ ମାଂସ ବର୍ଷାଇଲେ, ପୁଣି, ସମୁଦ୍ରର ବାଲି ପରି ପକ୍ଷୀମାନଙ୍କୁ ବର୍ଷାଇଲେ;
28 Побаца их сред логора њиховог, око шатора њихових.
ସେ ସେମାନଙ୍କ ଛାଉଣି ମଧ୍ୟରେ, ସେମାନଙ୍କ ଆବାସର ଚତୁର୍ଦ୍ଦିଗରେ ତାହା ବର୍ଷାଇଲେ।
29 И наједоше се и даде им шта су желели.
ତହିଁରେ ସେମାନେ ଭୋଜନ କରି ପରିତୃପ୍ତ ହେଲେ ଓ ସେ ସେମାନଙ୍କ ଅଭିଳାଷିତ ବିଷୟ ସେମାନଙ୍କୁ ପ୍ରଦାନ କଲେ।
30 Али их још и не прође жеља, још беше јело у устима њиховим,
ଅଭିଳାଷିତ ବିଷୟରୁ ସେମାନଙ୍କ ସ୍ନେହ ଭଙ୍ଗ ନୋହୁଣୁ, ଖାଦ୍ୟ ସେମାନଙ୍କ ମୁଖରେ ଥାଉ ଥାଉ
31 Гнев се Божји подиже на њих и помори најјаче међу њима, и младиће у Израиљу поби.
ପରମେଶ୍ୱରଙ୍କ କ୍ରୋଧ ସେମାନଙ୍କ ପ୍ରତିକୂଳରେ ଉଠିଲା ଓ ସେମାନଙ୍କ ହୃଷ୍ଟପୁଷ୍ଟ ଲୋକଙ୍କ ମଧ୍ୟରୁ ବଧ କଲା, ପୁଣି, ଇସ୍ରାଏଲର ଯୁବାଗଣକୁ ସଂହାର କଲା।
32 Преко свега тога још грешише, и не вероваше чудесима Његовим.
ଏସବୁ ହେଲେ ହେଁ ସେମାନେ ପୁନର୍ବାର ପାପ କଲେ ଓ ତାହାଙ୍କ ଆଶ୍ଚର୍ଯ୍ୟ କ୍ରିୟାରେ ବିଶ୍ୱାସ କଲେ ନାହିଁ।
33 И пусти, те дани њихови пролазише узалуд, и године њихове у страху.
ଏହେତୁ ସେ ଅସାରତାରେ ସେମାନଙ୍କ ଦିନ ଓ ଆତଙ୍କରେ ସେମାନଙ୍କ ବର୍ଷସବୁ କ୍ଷେପଣ କରାଇଲେ,
34 Кад их убијаше, онда притецаху к Њему, и обраћаху се и искаху Бога;
ସେ ସେମାନଙ୍କୁ ବଧ କଲା ବେଳେ, ସେମାନେ ତାହାଙ୍କୁ ଖୋଜିଲେ; ଆଉ, ଫେରି ଶୀଘ୍ର ପରମେଶ୍ୱରଙ୍କ ଅନ୍ୱେଷଣ କଲେ।
35 И помињаху да је Бог одбрана њихова, и Вишњи Избавитељ њихов.
ପରମେଶ୍ୱର ଯେ ସେମାନଙ୍କର ଶୈଳ ଓ ସର୍ବୋପରିସ୍ଥ ପରମେଶ୍ୱର ଯେ ସେମାନଙ୍କର ମୁକ୍ତିକର୍ତ୍ତା, ଏହା ସ୍ମରଣ କଲେ।
36 Ласкаху Му устима својим, и језиком својим лагаху Му.
ମାତ୍ର ସେମାନେ ମୁଖରେ ତାହାଙ୍କର ଚାଟୁବାଦ କଲେ ଓ ଜିହ୍ୱାରେ ତାହାଙ୍କ ନିକଟରେ ମିଥ୍ୟା କହିଲେ।
37 А срце њихово не беше Њему верно, и не беху тврди у завету Његовом.
କାରଣ ସେମାନଙ୍କ ଅନ୍ତଃକରଣ ତାହାଙ୍କ ପ୍ରତି ସ୍ଥିର ନ ଥିଲା, କିଅବା ସେମାନେ ତାହାଙ୍କ ନିୟମରେ ବିଶ୍ୱସ୍ତ ନ ଥିଲେ।
38 Али Он беше милостив, и покриваше грех, и не помори их, често заустављаше гнев свој, и не подизаше све јарости своје.
ମାତ୍ର ସେ ସ୍ନେହଶୀଳ ହେବାରୁ ସେମାନଙ୍କ ଅପରାଧ କ୍ଷମା କରି ସେମାନଙ୍କୁ ଧ୍ୱଂସ କଲେ ନାହିଁ; ପୁଣି, ସେ ଅନେକ ଥର ଆପଣା କ୍ରୋଧ ସମ୍ବରଣ କରି ଆପଣା କୋପ ଉତ୍ତେଜ କଲେ ନାହିଁ।
39 Опомињаше се да су тело, ветар, који пролази и не враћа се.
ଆଉ, ସେମାନେ ଯେ ମାଂସ ମାତ୍ର ଓ ବହିଯାଇ ଫେରି ନ ଆସିବା ବାୟୁ ସ୍ୱରୂପ, ଏହା ସେ ସ୍ମରଣ କଲେ।
40 Колико Га пута расрдише у пустињи, и увредише у земљи где се не живи!
ସେମାନେ ପ୍ରାନ୍ତର ମଧ୍ୟରେ କେତେ ଥର ତାହାଙ୍କର ବିଦ୍ରୋହୀ ହେଲେ ଓ ମରୁଭୂମିରେ ତାହାଙ୍କୁ ଅସନ୍ତୁଷ୍ଟ କଲେ।
41 Све наново кушаше Бога, и Свеца Израиљевог дражише.
ସେମାନେ ପୁନର୍ବାର ବିମୁଖ ହୋଇ ପରମେଶ୍ୱରଙ୍କୁ ପରୀକ୍ଷା କଲେ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ବିରକ୍ତ କଲେ।
42 Не сећаше се руке Његове и дана, у који их избави из невоље,
ସେମାନେ ତାହାଙ୍କର ହସ୍ତ ଓ ଯେଉଁ ଦିନ ସେ ବିପକ୍ଷଠାରୁ ସେମାନଙ୍କୁ ମୁକ୍ତ କଲେ, ସେହି ଦିନ
43 У који учини у Мисиру знаке своје и чудеса своја на пољу Соану;
ଆଉ, ସେ କିରୂପେ ମିସରରେ ଆପଣା ଚିହ୍ନ ଓ ସୋୟନ-ପଦାରେ ଆପଣାର ଅଦ୍ଭୁତ ଲକ୍ଷଣ ସ୍ଥାପନ କଲେ;
44 И проврже у крв реке њихове и потоке њихове, да не могоше пити.
ପୁଣି, ସେମାନଙ୍କର ନଦୀ ଓ ସ୍ରୋତସବୁ ରକ୍ତମୟ କରିବାରୁ ସେମାନେ ପାନ କରି ପାରିଲେ ନାହିଁ, ଏହାସବୁ ସ୍ମରଣ କଲେ ନାହିଁ।
45 Посла на њих бубине да их кољу, и жабе да их море.
ସେ ସେମାନଙ୍କ ମଧ୍ୟକୁ ଦଂଶକ ଝିଙ୍କ ପଠାଇଲେ, ସେସବୁ ସେମାନଙ୍କୁ ଗ୍ରାସ କଲେ ଓ ବେଙ୍ଗ ପଠାଇଲେ, ସେସବୁ ସେମାନଙ୍କୁ ବିନାଶ କଲେ।
46 Летину њихову даде црву, и муку њихову скакавцима.
ମଧ୍ୟ ସେ କୀଟକୁ ସେମାନଙ୍କ ଭୂମିର ଫଳ ଓ ପଙ୍ଗପାଳକୁ ସେମାନଙ୍କ ପରିଶ୍ରମର ଫଳ ଦେଲେ।
47 Винограде њихове поби градом, и смокве њихове сланом.
ସେ ଶିଳା ଦ୍ୱାରା ସେମାନଙ୍କ ଦ୍ରାକ୍ଷାଲତା ଓ ହିମ ଦ୍ୱାରା ସେମାନଙ୍କ ଡିମ୍ବିରିବୃକ୍ଷ ନଷ୍ଟ କଲେ।
48 Граду предаде стоку њихову, и стада њихова муњи.
ଆହୁରି, ସେ ସେମାନଙ୍କ ପଶୁଗଣକୁ ଶିଳାରେ ଓ ସେମାନଙ୍କ ପଲସବୁକୁ ପ୍ରଜ୍ୱଳିତ ବଜ୍ରାଘାତରେ ସମର୍ପଣ କଲେ।
49 Посла на њих огњени гнев свој, јарост, срдњу и мржњу, чету злих анђела.
ସେ ଆପଣା କ୍ରୋଧର ପ୍ରଚଣ୍ଡତା, କୋପ ଓ ରୋଷ ଓ ସଙ୍କଟରୂପ ଅନିଷ୍ଟର ଦୂତଦଳ ସେମାନଙ୍କ ବିରୁଦ୍ଧରେ ପଠାଇଲେ।
50 Равни стазу гневу свом, не чува душе њихове од смрти, и живот њихов предаде помору.
ସେ ନିଜ କ୍ରୋଧ ପାଇଁ ପଥ ପ୍ରସ୍ତୁତ କଲେ, ସେ ମୃତ୍ୟୁୁରୁ ସେମାନଙ୍କ ପ୍ରାଣ ରକ୍ଷା କଲେ ନାହିଁ, ମାତ୍ର ମହାମାରୀରେ ସେମାନଙ୍କ ଜୀବନ ସମର୍ପଣ କଲେ;
51 Поби све првенце у Мисиру, први пород по колибама Хамовим.
ସେ ମିସରରେ ପ୍ରଥମଜାତ ସମସ୍ତଙ୍କୁ, ହାମ୍ର ତମ୍ବୁରେ ସେମାନଙ୍କ ଶକ୍ତିର ପ୍ରଥମ ଫଳକୁ ଆଘାତ କଲେ;
52 И поведе народ свој као овце, и води их као стадо преко пустиње.
ମାତ୍ର ସେ ଆପଣା ଲୋକମାନଙ୍କୁ ମେଷଗଣ ତୁଲ୍ୟ ଚଳାଇଲେ ଓ ପ୍ରାନ୍ତରରେ ସେମାନଙ୍କୁ ପଲ ପରି କଢ଼ାଇ ନେଲେ।
53 Води их поуздано, и они се не бојаше, а непријатеље њихове затрпа море.
ପୁଣି, ସେ ସେମାନଙ୍କୁ ନିରାପଦରେ ଚଳାଇଲେ, ତେଣୁ ସେମାନେ ଉଦ୍ବିଗ୍ନ ନୋହିଲେ, ମାତ୍ର ସମୁଦ୍ର ସେମାନଙ୍କ ଶତ୍ରୁଗଣକୁ ମଗ୍ନ କଲା।
54 И доведе их на место светиње своје, на ову гору, коју задоби десница Његова.
ଆଉ, ସେ ସେମାନଙ୍କୁ ଆପଣା ପବିତ୍ର ସୀମାକୁ ଓ ଆପଣା ଦକ୍ଷିଣ ହସ୍ତ ଦ୍ୱାରା ଲବ୍ଧ ଏହି ପର୍ବତକୁ ଆଣିଲେ।
55 Одагна испред лица њиховог народе; жребом раздели њихово достојање, и по шаторима њиховим насели колена Израиљева.
ଆହୁରି, ସେ ସେମାନଙ୍କ ଆଗରୁ ଗୋଷ୍ଠୀୟବର୍ଗଙ୍କୁ ତଡ଼ିଦେଲେ ଓ ଅଧିକାରାର୍ଥେ ପରିମାପକ ରଜ୍ଜୁ ଦ୍ୱାରା ସେମାନଙ୍କୁ ବିଭାଗ କରିଦେଲେ ଓ ଇସ୍ରାଏଲ ଗୋଷ୍ଠୀବର୍ଗକୁ ସେମାନଙ୍କ ତମ୍ବୁରେ ବାସ କରାଇଲେ।
56 Али они кушаше и срдише Бога Вишњег и уредбе Његове не сачуваше.
ତଥାପି ସେମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କୁ ପରୀକ୍ଷା କରି ତାହାଙ୍କର ବିଦ୍ରୋହୀ ହେଲେ ଓ ତାହାଙ୍କର ପ୍ରମାଣ-ବାକ୍ୟସବୁ ପାଳନ କଲେ ନାହିଁ;
57 Одусташе и одвргоше се, као и оци њихови, слагаше као рђав лук.
ମାତ୍ର ବିମୁଖ ହୋଇ ଆପଣା ପୂର୍ବପୁରୁଷଗଣ ତୁଲ୍ୟ ବିଶ୍ୱାସଘାତକତା କଲେ; ସେମାନେ ପ୍ରବଞ୍ଚକ ଧନୁ ତୁଲ୍ୟ ଲକ୍ଷ୍ୟ ହୁଡ଼ିଲେ।
58 Увредише Га висинама својим, и идолима својим раздражише Га.
କାରଣ ସେମାନେ ଆପଣାମାନଙ୍କ ଉଚ୍ଚସ୍ଥଳୀ ଦ୍ୱାରା ତାହାଙ୍କୁ ବିରକ୍ତ କଲେ। ଓ ଆପଣାମାନଙ୍କ ଖୋଦିତ ପ୍ରତିମା ଦ୍ୱାରା ତାହାଙ୍କର ଅନ୍ତର୍ଜ୍ୱାଳା ଜନ୍ମାଇଲେ।
59 Бог чу и разгневи се и расрди се на Израиља веома.
ପରମେଶ୍ୱର ଏହା ଶୁଣି କୋପାନ୍ୱିତ ହେଲେ ଓ ଇସ୍ରାଏଲକୁ ଅତିଶୟ ଘୃଣା କଲେ;
60 Остави насеље своје у Силому, шатор, у коме живљаше с људима.
ଏପରିକି, ସେ ଶୀଲୋସ୍ଥିତ ଆବାସ ଓ ମନୁଷ୍ୟମାନଙ୍କ ମଧ୍ୟରେ ଆପଣାର ସ୍ଥାପିତ ତମ୍ବୁ ପରିତ୍ୟାଗ କଲେ।
61 И оправи у ропство славу своју и красоту своју у руке непријатељеве.
ପୁଣି, ସେ ବନ୍ଦୀତ୍ୱରେ ଆପଣା ପରାକ୍ରମ ଓ ବିପକ୍ଷ ହସ୍ତରେ ଆପଣା ଗୌରବ ସମର୍ପଣ କଲେ।
62 И предаде мачу народ свој, и на достојање своје запламте се.
ସେ ଆପଣା ଲୋକମାନଙ୍କୁ ମଧ୍ୟ ଖଡ୍ଗରେ ସମର୍ପି ଦେଲେ ଓ ଆପଣା ଅଧିକାର ପ୍ରତି କ୍ରୋଧ ହେଲେ।
63 Младиће његове једе огањ, и девојкама његовим не певаше сватовских песама;
ଅଗ୍ନି ସେମାନଙ୍କ ଯୁବାଗଣକୁ ଗ୍ରାସ କଲା ଓ ସେମାନଙ୍କ କନ୍ୟାଗଣର ବିବାହ-ଗୀତ ହେଲା ନାହିଁ।
64 Свештеници његови падаше од мача, и удовице његове не плакаше.
ସେମାନଙ୍କ ଯାଜକଗଣ ଖଡ୍ଗରେ ପତିତ ହେଲେ ଓ ସେମାନଙ୍କ ବିଧବାଗଣ କିଛି ବିଳାପ କଲେ ନାହିଁ।
65 Најпосле, као иза сна пробуди се Господ, прену се као јунак кад се напије вина.
ସେତେବେଳେ ପ୍ରଭୁ ନିଦ୍ରାରୁ ଜାଗ୍ରତ ଲୋକ ପରି, ମଦିରା ହେତୁ ହର୍ଷନାଦକାରୀ ବୀର ପରି ଉଠିଲେ।
66 И поби непријатеље своје с леђа, вечној срамоти предаде их.
ଆଉ, ସେ ଆପଣା ବିପକ୍ଷଗଣକୁ ପ୍ରହାର କରି ହଟାଇ ଦେଲେ; ସେ ସେମାନଙ୍କୁ ଚିରକାଳ ନିନ୍ଦାପାତ୍ର କଲେ।
67 И не хте шатор Јосифов, и колено Јефремово не изабра.
ଆହୁରି, ସେ ଯୋଷେଫର ବଂଶକୁ ଅଗ୍ରାହ୍ୟ କଲେ ଓ ଇଫ୍ରୟିମ ଗୋଷ୍ଠୀକୁ ମନୋନୀତ କଲେ ନାହିଁ।
68 Него изабра колено Јудино, гору Сион, која Му омиле.
ମାତ୍ର ଯିହୁଦା ଗୋଷ୍ଠୀକୁ, ଆପଣାର ପ୍ରିୟ ସିୟୋନ ପର୍ବତକୁ ମନୋନୀତ କଲେ।
69 И сагради светињу своју као горње своје станове, и као земљу утврди је довека.
ଆଉ, ସେ ଉଚ୍ଚ ଗଗନ ତୁଲ୍ୟ ଓ ଅନନ୍ତକାଳ ନିମନ୍ତେ ଆପଣା ସ୍ଥାପିତ ପୃଥିବୀ ତୁଲ୍ୟ ଆପଣା ଧର୍ମଧାମ ନିର୍ମାଣ କଲେ।
70 И изабра Давида, слугу свог, и узе га од торова овчијих,
ଆହୁରି, ସେ ଆପଣା ଦାସ ଦାଉଦଙ୍କୁ ମନୋନୀତ କଲେ ଓ ମେଷଖୁଆଡ଼ରୁ ତାଙ୍କୁ ଗ୍ରହଣ କଲେ।
71 И од дојилица доведе га да пасе народ Његов, Јакова, и наследство Његово, Израиља.
ସେ ଆପଣା ଲୋକ ଯାକୁବକୁ ଓ ଆପଣା ଅଧିକାର ଇସ୍ରାଏଲକୁ ପ୍ରତିପାଳନ କରିବା ନିମନ୍ତେ ସ୍ତନ୍ୟଦାୟିନୀ ମେଷୀଗଣ ପଛରୁ ତାଙ୍କୁ ଆଣିଲେ।
72 И он их пасе чистим срцем, и води их мудрим рукама.
ତହିଁରେ ସେ ଆପଣା ଅନ୍ତଃକରଣର ସରଳତାନୁସାରେ ସେମାନଙ୍କୁ ପ୍ରତିପାଳନ କଲେ ଓ ଆପଣା ହସ୍ତର ନିପୁଣତାରେ ସେମାନଙ୍କୁ ଚଳାଇଲେ।