< Песма над песмама 7 >
1 Како су лепе ноге твоје у обући, кћери кнежевска; саставци су бедара твојих као гривне, дело руку уметничких.
ହେ ରାଜକନ୍ୟେ, ପାଦୁକାରେ ତୁମ୍ଭ ଚରଣ କିପରି ସୁନ୍ଦର। ତୁମ୍ଭର କଟିମଣ୍ଡଳ ନିପୁଣ ଶିଳ୍ପକର ହସ୍ତରେ ନିର୍ମିତ ରତ୍ନହାର ସ୍ୱରୂପ।
2 Пупак ти је као чаша округла, који није никад без пића; трбух ти је као стог пшенице ограђен љиљанима;
ତୁମ୍ଭର ନାଭିଦେଶ ମିଶ୍ରିତ ଦ୍ରାକ୍ଷାରସ ଅଭାବ ନ ଥିବା ବର୍ତ୍ତୁଳ ତାଟିଆ ତୁଲ୍ୟ; ତୁମ୍ଭର ଉଦର କଇଁଫୁଲ-ମଣ୍ଡିତ ଗହମରାଶି ତୁଲ୍ୟ।
3 Две дојке твоје као два близанца срнчета;
ତୁମ୍ଭର ସ୍ତନଯୁଗଳ ହରିଣୀର ଯାଆଁଳା ଛୁଆ ତୁଲ୍ୟ।
4 Врат ти је као кула од слонове кости; очи су ти као језера у Есевону на вратима ватравимским; нос ти је као кула ливанска која гледа према Дамаску;
ତୁମ୍ଭର ଗଳଦେଶ ଗଜଦନ୍ତମୟ ଦୁର୍ଗ ସଦୃଶ; ତୁମ୍ଭ ନେତ୍ରଯୁଗଳ ବେଥ୍-ରବ୍ବୀମ ନଗର-ଦ୍ୱାର ନିକଟସ୍ଥ ହିଷ୍ବୋନ ସରୋବର ସଦୃଶ; ତୁମ୍ଭ ନାସିକା ଦମ୍ମେଶକ ସମ୍ମୁଖସ୍ଥ ଲିବାନୋନର ଦୁର୍ଗ ତୁଲ୍ୟ।
5 Глава је твоја на теби као Кармил, и коса на глави твојој као царска порфира у боре набрана.
ତୁମ୍ଭ ମସ୍ତକ କର୍ମିଲ ପର୍ବତ ତୁଲ୍ୟ, ପୁଣି ତୁମ୍ଭ ମସ୍ତକର କେଶ ବାଇଗଣିଆ ରଙ୍ଗ ତୁଲ୍ୟ; ତହିଁର ବେଣୀ-ପାଶରେ ରାଜା ବନ୍ଦୀ ରୂପେ ଧୃତ ଅଟନ୍ତି।
6 Како си лепа и како си љупка, о љубави у милинама!
ହେ ପ୍ରିୟେ, ତୁଷ୍ଟି ଜନ୍ମାଇବା ନିମନ୍ତେ ତୁମ୍ଭେ କିପରି ସୁନ୍ଦରୀ ଓ ମନୋହାରିଣୀ!
7 Узраст ти је као палма, и дојке као гроздови.
ତୁମ୍ଭ ଶରୀରର ଦୀର୍ଘତା ଖର୍ଜ୍ଜୁର ବୃକ୍ଷ ତୁଲ୍ୟ ଓ ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ଡା ତୁଲ୍ୟ।
8 Рекох: Попећу се на палму, дохватићу гране њене; и биће дојке твоје као гроздови на виновој лози, и мирис носа твог као јабуке;
ମୁଁ କହିଲି, “ମୁଁ ଖର୍ଜ୍ଜୁର ବୃକ୍ଷ ଆରୋହଣ କରିବି, ମୁଁ ତହିଁର ବାହୁଙ୍ଗା ଧରିବି;” ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ଡା ତୁଲ୍ୟ ହେଉ; ପୁଣି, ତୁମ୍ଭ ନିଶ୍ୱାସର ଆଘ୍ରାଣ ନାଗରଙ୍ଗ ଫଳର ବାସନା ତୁଲ୍ୟ ହେଉ;
9 И грло твоје као добро вино, које иде право драгом мом и чини да говоре усне оних који спавају.
ତୁମ୍ଭର ମୁଖ ସର୍ବୋତ୍ତମ ଦ୍ରାକ୍ଷାରସ ତୁଲ୍ୟ, ତାହା ମୋʼ ପ୍ରିୟତମଙ୍କ ଗଳଦେଶରେ ଚିକ୍କଣ ଗଳିଯାଏ, ପୁଣି ତାହାଙ୍କ ଓଷ୍ଠ ଓ ଦାନ୍ତ ଦେଇ ଧୀରେ ଧୀରେ ଚାଲିଯାଏ।
10 Ја сам драгог свог, и њега је жеља за мном.
ମୁଁ ଆପଣା ପ୍ରିୟତମଙ୍କର ଓ ତାଙ୍କର ବାସନା ମୋʼ ପ୍ରତି ଅଛି।
11 Ходи, драги мој, да идемо у поље, да ноћујемо у селима.
ଆସ, ମୋʼ ପ୍ରିୟତମ, ଆମ୍ଭେମାନେ କ୍ଷେତ୍ରକୁ ଯାଉ; ଆମ୍ଭେମାନେ ପଲ୍ଲୀଗ୍ରାମରେ କାଳ କ୍ଷେପଣ କରୁ।
12 Ранићемо у винограде да видимо цвате ли винова лоза, замеће ли се грожђе, цвату ли шипци; онде ћу ти дати љубав своју.
ଆମ୍ଭେମାନେ ଅତି ପ୍ରଭାତରେ ଦ୍ରାକ୍ଷାକ୍ଷେତ୍ରକୁ ଯାଉ; ଦ୍ରାକ୍ଷାଲତା ପଲ୍ଲବିତ ଓ ତହିଁର ପୁଷ୍ପ ପ୍ରସ୍ପୁଟିତ ଓ ଡାଳିମ୍ବ ପୁଷ୍ପିତ ହୋଇଅଛି କି ନାହିଁ, ତାହା ଦେଖୁ; ସେଠାରେ ମୁଁ ତୁମ୍ଭକୁ ଆପଣା ପ୍ରେମ ପ୍ରଦାନ କରିବି।
13 Мандрагоре пуштају мирис, и на вратима је нашим свакојако красно воће, ново и старо, које за те дохраних, драги мој.
ଦୂଦାଫୁଲ ସୁବାସ ଦେଉଅଛି, ଆମ୍ଭମାନଙ୍କ ଦ୍ୱାର ନିକଟରେ ସର୍ବପ୍ରକାର ବହୁମୂଲ୍ୟ ନୂତନ ଓ ପୁରାତନ ଫଳ ଅଛି, ପ୍ରିୟତମଙ୍କ ପ୍ରତି ବ୍ୟାକୁଳତା ହେ ମୋହର ପ୍ରିୟତମ, ତାହାସବୁ ମୁଁ ତୁମ୍ଭ ପାଇଁ ରଖିଅଛି।