< Jeremia 24 >
1 Shure kwokutapwa kwaJehoyakini mwanakomana waJehoyakimi mambo weJudha pamwe chete namachinda, navavezi, navapfuri vesimbi veJudha vachibviswa kuJerusarema vachiendeswa kuBhabhironi naNebhukadhinezari mambo weBhabhironi, Jehovha akandiratidza tswanda mbiri dzine maonde dzakaiswa pamberi petemberi yaJehovha.
ବାବିଲର ରାଜା ନବୂଖଦ୍ନିତ୍ସର, ଯିହୋୟାକୀମ୍ର ପୁତ୍ର, ଯିହୁଦାର ରାଜା ଯିହୋୟାଖୀନ୍କୁ ଓ ଯିହୁଦାର ଅଧିପତିମାନଙ୍କୁ, ଶିଳ୍ପକର ଓ କର୍ମକାରକମାନଙ୍କ ସହିତ ଯିରୂଶାଲମରୁ ବନ୍ଦୀ କରି ବାବିଲକୁ ନେଇଗଲା ଉତ୍ତାରେ ସଦାପ୍ରଭୁ ମୋତେ ଏକ ଦର୍ଶନ ଦେଖାଇଲେ, ଆଉ ଦେଖ, ସଦାପ୍ରଭୁଙ୍କର ମନ୍ଦିର ସମ୍ମୁଖରେ ଦୁଇ ଡାଲା ଡିମ୍ବିରି ଫଳ ରଖାଯାଇଅଛି।
2 Imwe tswanda yaiva namaonde akanaka kwazvo, akaita seaya anotanga kuibva; imwe yacho yaive namaonde akaipa chose, zvokuti akanga asingagoni kudyiwa.
ଏକ ଡାଲାରେ ଆଦ୍ୟପକ୍ୱ ଡିମ୍ବିରି ଫଳ ତୁଲ୍ୟ ଅତି ଉତ୍ତମ ଡିମ୍ବିରି ଥିଲା; ପୁଣି, ଅନ୍ୟ ଡାଲାରେ ଅତି ମନ୍ଦ ଡିମ୍ବିରି ଫଳ ଥିଲା, ସେସବୁ ଏଡ଼େ ମନ୍ଦ ଯେ, ଭୋଜନ କରାଯାଇ ନ ପାରେ।
3 Ipapo Jehovha akandibvunza achiti, “Uri kuoneiko Jeremia?” Ini ndakapindura ndikati, “Maonde. Akanaka acho, akanaka kwazvo, asi akaipa acho akaipa zvokuti haangadyiwi.”
ତେବେ ସଦାପ୍ରଭୁ ମୋତେ କହିଲେ, “ହେ ଯିରିମୀୟ, ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ଡିମ୍ବିରି ଫଳ, ଉତ୍ତମ ଡିମ୍ବିରି ଅତି ଉତ୍ତମ ଓ ମନ୍ଦ ଡିମ୍ବିରି ଅତି ମନ୍ଦ, ସେସବୁ ଏଡ଼େ ମନ୍ଦ ଯେ, ଭୋଜନ କରାଯାଇ ନ ପାରେ।”
4 Ipapo shoko raJehovha rakauya kwandiri rikati,
ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା।
5 “Zvanzi naJehovha, Mwari weIsraeri, ‘Sezvakaita maonde aya akanaka, saizvozvo ndicharangarira zvakanaka vatapwa vakabva kuJudha vandakatuma kubva panzvimbo ino ndichivaendesa kunyika yeBhabhironi.
“ଯଥା, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ଯେଉଁ ନିର୍ବାସିତ ଯିହୁଦୀୟମାନଙ୍କୁ ଏହି ସ୍ଥାନରୁ କଲ୍ଦୀୟମାନଙ୍କର ଦେଶକୁ ପଠାଇଅଛୁ, ସେମାନଙ୍କର ମଙ୍ଗଳ ନିମନ୍ତେ ଆମ୍ଭେ ସେମାନଙ୍କୁ ଏହି ଉତ୍ତମ ଡିମ୍ବିରି ଫଳ ତୁଲ୍ୟ ଜ୍ଞାନ କରିବା।
6 Meso angu acharingira kwavari nokuda kwokunaka kwavo, uye ndichavadzosazve munyika ino. Ndichavavaka uye handingavakoromori; ndichavasima uye handingavadzuri.
କାରଣ ଆମ୍ଭେ ମଙ୍ଗଳ ପାଇଁ ସେମାନଙ୍କ ପ୍ରତି ଆପଣା ଦୃଷ୍ଟି ରଖିବା ଓ ସେମାନଙ୍କୁ ପୁନର୍ବାର ଏହି ଦେଶକୁ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିର୍ମାଣ କରିବା ଓ ଭଗ୍ନ କରିବା ନାହିଁ; ଆମ୍ଭେ ସେମାନଙ୍କୁ ରୋପଣ କରିବା ଓ ଉତ୍ପାଟନ କରିବା ନାହିଁ।
7 Ndichavapa mwoyo wokundiziva, kuti ndini Jehovha. Vachava vanhu vangu, uye ini ndichava Mwari wavo, nokuti vachadzokera kwandiri nomwoyo wavo wose.
ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଜାଣିବାର ମନ ସେମାନଙ୍କୁ ଦେବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା; କାରଣ ସେମାନେ ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସିବେ।
8 “‘Asi sezvakaita maonde akaipa, iwo akaipa kwazvo zvokusagona kudyiwa,’ ndizvo zvinotaura Jehovha, ‘saizvozvo ndichaitira Zedhekia mambo weJudha, namachinda ake, navaya vakasara muJerusarema, kunyange vakasara munyika ino kana vagere muIjipiti.
ଆଉ, ଯେପରି ସେହି ମନ୍ଦ ଡିମ୍ବିରି ଫଳ ଏଡ଼େ ମନ୍ଦ ହେବାରୁ ଭୋଜନ କରାଯାଇ ନ ପାରେ, ସେପରି ସଦାପ୍ରଭୁ କହନ୍ତି, ଆମ୍ଭେ ନିଶ୍ଚୟ ଯିହୁଦାର ରାଜା ସିଦିକୀୟକୁ, ତାହାର ଅଧିପତିଗଣକୁ ଓ ଯିରୂଶାଲମର ଯେଉଁ ଅବଶିଷ୍ଟାଂଶ ଲୋକେ ଏହି ଦେଶରେ ଅଛନ୍ତି, ସେମାନଙ୍କୁ ଓ ଯେଉଁମାନେ ମିସର ଦେଶରେ ବାସ କରନ୍ତି, ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା।
9 Ndichavaita chinhu chinovengwa, nechinhu chakaipa kuushe hwose hwenyika, chinhu chinoshorwa, neshumo, chinhu chinosekwa nechinotukwa kwose kwose kwandinovadzingira.
ଆମ୍ଭେ ସେମାନଙ୍କର ଅମଙ୍ଗଳ ନିମନ୍ତେ ପୃଥିବୀର ସକଳ ରାଜ୍ୟ ମଧ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷିପ୍ତ ହେବା ପାଇଁ, ପୁଣି ଯେସବୁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ିଦେବା, ସେହି ସବୁ ସ୍ଥାନରେ ଦୁର୍ନାମ, ପ୍ରବାଦ, ଉପହାସ ଓ ଅଭିଶାପର ପାତ୍ର ହେବା ପାଇଁ ଆମ୍ଭେ ସେମାନଙ୍କୁ ସମର୍ପି ଦେବା।
10 Ndichavatumira munondo, nzara, nehasha pamusoro pavo kusvikira vaparadzwa kubva panyika yandakavapa ivo namadzibaba avo.’”
ପୁଣି, ଆମ୍ଭେ ସେମାନଙ୍କୁ ଓ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଲୁ, ତହିଁରୁ ସେମାନେ ଯେପର୍ଯ୍ୟନ୍ତ ଉଚ୍ଛିନ୍ନ ନ ହୁଅନ୍ତି, ସେପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ମଧ୍ୟକୁ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ପଠାଇବା।”