< Jeremia 25 >
1 Shoko rakauya kuna Jeremia pamusoro pavanhu vose veJudha mugore rechina raJehoyakimi mwanakomana waJosia mambo weJudha, iro rakanga riri gore rokutanga raNebhukadhinezari mambo weBhabhironi.
ଯୋଶୀୟର ପୁତ୍ର, ଯିହୁଦାର ରାଜା ଯିହୋୟାକୀମ୍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ଯିହୁଦାର ସମଗ୍ର ଲୋକ ବିଷୟରେ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, ସେହି ବର୍ଷ ବାବିଲର ରାଜା ନବୂଖଦ୍ନିତ୍ସରଙ୍କ ରାଜତ୍ଵର ପ୍ରଥମ ବର୍ଷ ଥିଲା;
2 Saka Jeremia muprofita akati kuvanhu vose veJudha nokuna vose vaigara muJerusarema:
ଯିରିମୀୟ ଭବିଷ୍ୟଦ୍ବକ୍ତା ଯିହୁଦାର ସମସ୍ତ ଲୋକ ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ନିକଟରେ ସେହି ବାକ୍ୟ ପ୍ରଚାର କରି କହିଲେ;
3 Kwamakore makumi maviri namatatu, kubva pagore regumi namatatu raJosia mwanakomana waAmoni mambo weJudha kusvikira zuva ranhasi, shoko raJehovha ranga richiuya kwandiri uye ini ndikataura ndataurazve kwamuri, asi hamuna kuteerera.
“ଆମୋନ୍ର ପୁତ୍ର ଯିହୁଦାର ରାଜା ଯୋଶୀୟଙ୍କ ରାଜତ୍ଵର ତ୍ରୟୋଦଶ ବର୍ଷଠାରୁ ଆଜି ପର୍ଯ୍ୟନ୍ତ ଏହି ତେଇଶ ବର୍ଷଯାକ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହୋଇଅଛି ଓ ମୁଁ ପ୍ରତ୍ୟୁଷରେ ଉଠି ତାହା ତୁମ୍ଭମାନଙ୍କୁ କହିଅଛି, ମାତ୍ର ତାହା ତୁମ୍ଭେମାନେ ଶୁଣି ନାହଁ।
4 Uye kunyange Jehovha akatuma varanda vake kwamuri ivo vaprofita nguva nenguva, imi hamuna kuteerera kana kurereka nzeve dzenyu.
ଆଉ, ସଦାପ୍ରଭୁ ପ୍ରତ୍ୟୁଷରେ ଉଠି ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି, ମାତ୍ର ତୁମ୍ଭେମାନେ ଶୁଣି ନାହଁ, କିଅବା ଶୁଣିବା ପାଇଁ କର୍ଣ୍ଣପାତ କରି ନାହଁ।
5 Ivo vakati, “Dzokai zvino mumwe nomumwe wenyu, kubva panzira dzenyu dzakaipa nepamabasa enyu akaipa, mugogara munyika yamakapiwa naJehovha imi namadzibaba enyu nokusingaperi.
ମୁଁ କହିଅଛି, ‘ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା କୁପଥରୁ ଓ ଆପଣା ଆପଣା ଆଚରଣର ଦୁଷ୍ଟତାରୁ ଫେର, ତହିଁରେ ସଦାପ୍ରଭୁ ପୁରାତନ କାଳରୁ ସଦାକାଳ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛନ୍ତି, ତହିଁ ମଧ୍ୟରେ ତୁମ୍ଭେମାନେ ବାସ କରିବ;
6 Regai kutevera vamwe vamwari kuti muvashumire uye muvanamate; murege kunditsamwisa nezvakaitwa namaoko enyu. Ipapo handingakuitirei zvakaipa.”
ଆଉ, ଅନ୍ୟ ଦେବଗଣର ସେବା ଓ ସେମାନଙ୍କୁ ପ୍ରଣାମ କରିବା ନିମନ୍ତେ ସେମାନଙ୍କ ପଶ୍ଚାଦ୍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ହସ୍ତକୃତ କର୍ମ ଦ୍ୱାରା ମୋତେ ବିରକ୍ତ କର ନାହିଁ ଓ ତହିଁରେ ମୁଁ ତୁମ୍ଭମାନଙ୍କର କୌଣସି ଅମଙ୍ଗଳ କରିବି ନାହିଁ।’
7 “Asi imi hamuna kunditeerera,” ndizvo zvinotaura Jehovha, “uye makanditsamwisa nezvakaitwa namaoko enyu, mukaita kuti zvakaipa zvikuwirei.”
ତଥାପି ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭ କଥାରେ ଅବଧାନ କରି ନାହଁ ଓ ଆପଣାମାନଙ୍କ ଅମଙ୍ଗଳ ନିମନ୍ତେ ନିଜ ହସ୍ତକୃତ କର୍ମ ଦ୍ୱାରା ଆମ୍ଭଙ୍କୁ ବିରକ୍ତ କରିଅଛ।
8 Naizvozvo zvanzi naJehovha Wamasimba Ose: “Nemhaka yokuti hamuna kuteerera mashoko angu,
ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭର ବାକ୍ୟରେ ଅବଧାନ କରି ନାହଁ;
9 ndichadana marudzi ose okumusoro uye nomuranda wangu Nebhukadhinezari mambo weBhabhironi,” ndizvo zvinotaura Jehovha, “uye ndichavauyisa kuzorwa nenyika ino navanogaramo uye nendudzi dzose dzakavapoteredza. Ndichavaparadza zvachose uye ndichavaita chinhu chinovengwa nechinosekwa, nedongo nokusingaperi.
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।
10 Ndichabvisa pakati pavo manzwi okupembera nomufaro, namanzwi emwenga neechikomba, nenzwi reguyo nechiedza chemwenje.
ଆହୁରି, ଆମ୍ଭେ ସେମାନଙ୍କ ମଧ୍ୟରୁ ଆମୋଦର ଧ୍ୱନି, ଆନନ୍ଦର ଧ୍ୱନି ଓ ବରର ରବ ଓ କନ୍ୟାର ରବ, ଚକିର ଶବ୍ଦ ଓ ପ୍ରଦୀପର ଆଲୁଅ ଦୂର କରିବା।
11 Nyika ino yose ichava dongo, uye marudzi aya achashandira mambo weBhabhironi kwemakore makumi manomwe.
ତହିଁରେ ଏହି ସମୁଦାୟ ଦେଶ ଉତ୍ସନ୍ନ ସ୍ଥାନ ଓ ବିସ୍ମୟର ବିଷୟ ହେବ ଓ ଏହିସବୁ ଗୋଷ୍ଠୀ ସତୁରି ବର୍ଷ ବାବିଲ ରାଜାର ଦାସତ୍ୱ କରିବେ।
12 “Asi kana makore makumi manomwe apera, ndicharova mambo weBhabhironi norudzi rwake, nenyika yavaBhabhironi, pamusoro pemhosva yavo,” ndizvo zvinotaura Jehovha, “uye ndichaiita dongo nokusingaperi.
ପୁଣି, ସଦାପ୍ରଭୁ କହନ୍ତି, ସତୁରି ବର୍ଷ ସମ୍ପୂର୍ଣ୍ଣ ହେଲେ ଆମ୍ଭେ ବାବିଲ ରାଜାକୁ ଓ ସେହି ଗୋଷ୍ଠୀକୁ ଓ କଲ୍ଦୀୟମାନଙ୍କ ଦେଶକୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ତାହା ସଦାକାଳ ଧ୍ୱଂସର ସ୍ଥାନ କରିବା।
13 Ndichauyisa pamusoro penyika iyo zvinhu zvose zvandakataura pamusoro payo, zvose zvakanyorwa mubhuku iri nezvakaprofitwa naJeremia pamusoro pendudzi dzose.
ଆଉ, ଆମ୍ଭେ ସେହି ଦେଶ ବିରୁଦ୍ଧରେ ଯାହା ଯାହା କହିଅଛୁ, ଅର୍ଥାତ୍, ସକଳ ଗୋଷ୍ଠୀ ବିରୁଦ୍ଧରେ ଯିରିମୀୟଙ୍କ ଦ୍ୱାରା ପ୍ରଚାରିତ ଯେ ଯେ ଭବିଷ୍ୟଦ୍ବାକ୍ୟ ଏହି ପୁସ୍ତକରେ ଲିଖିତ ଅଛି, ଆମ୍ଭର ସେହି ସମସ୍ତ ବାକ୍ୟ ଆମ୍ଭେ ସେହି ଦେଶ ପ୍ରତି ସଫଳ କରିବା।
14 Ivo pachavo vachatapwa nendudzi zhinji namadzimambo makuru; ini ndichavaripira zvakaenzana nokubata kwavo uye namabasa emaoko avo.”
କାରଣ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ସେମାନଙ୍କୁ ହିଁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ, ଆଉ ଆମ୍ଭେ ସେମାନଙ୍କ କ୍ରିୟାନୁସାରେ ଓ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା।”
15 Izvi ndizvo zvakataurwa naJehovha, Mwari waIsraeri, kwandiri: “Tora kubva muruoko rwangu mukombe uyu wakazara newaini yokutsamwa kwangu unwise ndudzi dzose dzandinokutuma kwadziri.
କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ମୋତେ ଏହି କଥା କହନ୍ତି, “ତୁମ୍ଭେ ଆମ୍ଭ ହସ୍ତରୁ ଏହି ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାରସର ପାତ୍ର ନେଇ, ଆମ୍ଭେ ତୁମ୍ଭକୁ ଯେଉଁ ସକଳ ଗୋଷ୍ଠୀ ନିକଟକୁ ପଠାଉ, ସେମାନଙ୍କୁ ତାହା ପାନ କରାଅ।
16 Kana vachinge vainwa vachadzedzereka nokupenga nokuda kwomunondo wandichatuma pakati pavo.”
ତହିଁରେ ସେମାନେ ତାହା ପାନ କରି ଏଣେତେଣେ ଟଳଟଳ ହେବେ, ପୁଣି ଆମ୍ଭେ ସେମାନଙ୍କ ମଧ୍ୟକୁ ଯେଉଁ ଖଡ୍ଗ ପଠାଇବା, ତହିଁ ସକାଶୁ ସେମାନେ ଉନ୍ମତ୍ତ ହେବେ।”
17 Saka ndakatora mukombe muruoko rwaJehovha ndikaita kuti ndudzi dzose dzaakandituma kwadziri dzinwe:
ତହିଁରେ ମୁଁ ସଦାପ୍ରଭୁଙ୍କ ହସ୍ତରୁ ସେହି ପାତ୍ର ନେଇ, ସଦାପ୍ରଭୁ ମୋତେ ଯେଉଁ ଯେଉଁ ଗୋଷ୍ଠୀ ନିକଟକୁ ପଠାଇଲେ, ସେହି ସମସ୍ତଙ୍କୁ ତାହା ପାନ କରାଇଲି;
18 Jerusarema namaguta eJudha, namadzimambo, namachinda aro, kuti aitwe matongo, chinhu chinovengwa nechinosekesa, nechinotukwa, sezvaakaita iye nhasi;
ଅର୍ଥାତ୍, ଆଜିର ତୁଲ୍ୟ ଉତ୍ସନ୍ନ ସ୍ଥାନ ଓ ବିସ୍ମୟର, ଆଉ ଶୀସ୍ ଶବ୍ଦର ଓ ଅଭିଶାପର ବିଷୟ ହେବା ନିମନ୍ତେ ଯିରୂଶାଲମକୁ, ଯିହୁଦାର ନଗରସମୂହକୁ, ଆଉ ତହିଁର ରାଜା ଓ ଅଧିପତିମାନଙ୍କୁ ପାନ କରାଇଲି।
19 Faro mambo weIjipiti, navaranda vake, namachinda ake uye navanhu vake vose,
ମିସରର ରାଜା ଫାରୋକୁ, ତାହାର ଦାସଗଣକୁ ଓ ଅଧିପତିଗଣକୁ ଓ ତାହାର ସମସ୍ତ ଲୋକଙ୍କୁ;
20 navatorwa vose variko; namadzimambo ose eUzi; namadzimambo ose eFiristia (neavo veAshikeroni, neGaza, neEkironi, navanhu vakasiyiwa kuAshidhodhi);
ପୁଣି, ମିଶ୍ରିତ ଲୋକ ସମସ୍ତଙ୍କୁ ଓ ଊଷ ଦେଶସ୍ଥ ସମସ୍ତ ରାଜାଙ୍କୁ ଓ ପଲେଷ୍ଟୀୟ ଦେଶସ୍ଥ ସମସ୍ତ ରାଜାଙ୍କୁ ଆଉ ଅସ୍କିଲୋନ, ଘସା, ଇକ୍ରୋଣ ଓ ଅସ୍ଦୋଦର ଅବଶିଷ୍ଟାଂଶକୁ ପାନ କରାଇଲି;
21 Edhomu neMoabhu neAmoni;
ଇଦୋମ, ମୋୟାବ ଓ ଅମ୍ମୋନର ସନ୍ତାନଗଣକୁ;
22 namadzimambo ose eTire neSidhoni; namadzimambo emuzviwi mhiri kwegungwa;
ପୁଣି, ସୋରର ସମସ୍ତ ରାଜାଙ୍କୁ ଓ ସୀଦୋନର ସମସ୍ତ ରାଜାଙ୍କୁ ଓ ସମୁଦ୍ରପାରସ୍ଥ ଦ୍ୱୀପର ସମସ୍ତ ରାଜାଙ୍କୁ;
23 neDhedhani, neTema, neBhuzi navose vari kunzvimbo dziri kure;
ଦଦାନ, ତେମା ଓ ବୂଷ୍, ଆପଣା ଆପଣା କେଶ କୋଣ ମୁଣ୍ଡନକାରୀ ସମସ୍ତ ଲୋକଙ୍କୁ;
24 madzimambo ose eArabhia namadzimambo ose enyika dzavatorwa vanogara mugwenga;
ପୁଣି, ଆରବୀୟ ସମସ୍ତ ରାଜାଙ୍କୁ ଓ ପ୍ରାନ୍ତରବାସୀ ମିଶ୍ରିତ ଗୋଷ୍ଠୀବର୍ଗର ସମସ୍ତ ରାଜାଙ୍କୁ;
25 namadzimambo ose eZimuri, neEramu neFiristia,
ଆଉ, ସିମ୍ରିର ସମସ୍ତ ରାଜାଙ୍କୁ, ଏଲମ୍ର ସମସ୍ତ ରାଜାଙ୍କୁ ଓ ମାଦୀୟମାନଙ୍କର ସମସ୍ତ ରାଜାଙ୍କୁ;
26 namadzimambo ose okumusoro vepedyo nevokure, mumwe achitevera mumwe, ushe hwose huri pamusoro penyika. Shure kwaivava vose, mambo weSheshaki achazoinwawo.
ପୁଣି, ଉତ୍ତର ଦିଗର ନିକଟସ୍ଥ ଓ ଦୂରସ୍ଥ ଯାବତୀୟ ରାଜାଙ୍କୁ, ପରସ୍ପରର ସହିତ ଓ ଭୂମଣ୍ଡଳର ଉପରିସ୍ଥ ଜଗତର ସମୁଦାୟ ରାଜ୍ୟକୁ ପାନ କରାଇଲି; ଆଉ, ସେମାନଙ୍କ ଉତ୍ତାରେ ଶେଶକର ରାଜା ପାନ କରିବ।
27 “Ipapo uvaudze kuti, ‘Zvanzi naJehovha Wamasimba Ose, Mwari weIsraeri: Inwai mudhakwe, murutse, muwe, uye murege kuzomukazve nokuda kwomunondo wandichatuma pakati penyu.’
ଆଉ, ତୁମ୍ଭେ ସେମାନଙ୍କୁ କହିବ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ତୁମ୍ଭେମାନେ ପାନ କରି ମତ୍ତ ହୁଅ ଓ ବାନ୍ତି କର, ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଯେଉଁ ଖଡ୍ଗ ପଠାଇବା, ତହିଁ ହେତୁ ପତିତ ହୋଇ ଆଉ ଉଠ ନାହିଁ।’
28 Asi kana vakaramba kutora mukombe muruoko rwako kuti vamwe, uti kwavari, ‘Zvanzi naJehovha Wamasimba Ose: Munofanira kuinwa!
ଆଉ, ସେମାନେ ତୁମ୍ଭ ହସ୍ତରୁ ପାତ୍ର ନେଇ ପାନ କରିବାକୁ ଯେବେ ଅସମ୍ମତ ହେବେ, ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ‘ସୈନ୍ୟାଧିପତି ସଦାପ୍ରଭୁ ଏହିରୂପେ କଥା କହନ୍ତି, ତୁମ୍ଭେମାନେ ଅବଶ୍ୟ ପାନ କରିବ।
29 Tarirai, ndava kutanga kuuyisa njodzi pamusoro peguta rinodanwa neZita rangu, ko, imi mungarega kurangwa here? Hamungaregi kurangwa nokuti ndava kudana munondo pamusoro pavose vagere panyika, ndizvo zvinotaura Jehovha Wamasimba Ose.’
କାରଣ ଦେଖ, ଆମ୍ଭେ ଆମ୍ଭ ନାମରେ ଖ୍ୟାତ ନଗର ପ୍ରତି ଅମଙ୍ଗଳ ଘଟାଇବାକୁ ଆରମ୍ଭ କରିଅଛୁ ଓ ତୁମ୍ଭେମାନେ କି ନିତାନ୍ତ ଅଦଣ୍ଡିତ ହେବ? ତୁମ୍ଭେମାନେ ଅଦଣ୍ଡିତ ହେବ ନାହିଁ, କାରଣ ଆମ୍ଭେ ପୃଥିବୀନିବାସୀ ସମସ୍ତଙ୍କ ଉପରେ ଖଡ୍ଗ ଆହ୍ୱାନ କରିବା,’ ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
30 “Zvino chiprofita mashoko aya ose pamusoro pavo uchiti: “‘Jehovha achaomba ari kumusoro; achatinhira ari pachigaro chake chitsvene uye achaomba zvikuru pamusoro penyika yake. Achadanidzira sezvinoita vanotsika mazambiringa, achidanidzira kuna vose vagere panyika.
ଏହେତୁ ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଏହିସବୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ‘ସଦାପ୍ରଭୁ ଊର୍ଦ୍ଧ୍ୱରୁ ହୁଙ୍କାର କରିବେ ଓ ଆପଣା ପବିତ୍ର ବାସସ୍ଥାନରୁ ଆପଣା ରବ ଶୁଣାଇବେ; ସେ ଆପଣା ଖୁଆଡ଼ ଉପରେ ମହାହୁଙ୍କାର କରିବେ; ସେ ଦ୍ରାକ୍ଷାମର୍ଦ୍ଦନକାରୀମାନଙ୍କ ପରି ପୃଥିବୀର ନିବାସୀ ସମୁଦାୟଙ୍କ ବିରୁଦ୍ଧରେ ସିଂହନାଦ କରିବେ।
31 Bope richaunga kusvikira kumagumo enyika, nokuti Jehovha achapa ndudzi mhosva; achauyisa kutonga pamusoro pamarudzi ose avanhu uye achaisa vakaipa kumunondo,’” ndizvo zvinotaura Jehovha.
ପୃଥିବୀର ସୀମା ପର୍ଯ୍ୟନ୍ତ ଗୋଟିଏ ଧ୍ୱନି ବ୍ୟାପିବ; କାରଣ ନାନା ଗୋଷ୍ଠୀୟମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛି, ସେ ସବୁ ପ୍ରାଣୀର ବିଚାର କରିବେ; ପୁଣି, ଦୁଷ୍ଟମାନଙ୍କୁ ସେ ଖଡ୍ଗରେ ସମର୍ପଣ କରିବେ,’ ଏହା ସଦାପ୍ରଭୁ କହନ୍ତି।
32 Zvanzi naJehovha Wamasimba Ose: “Tarirai, njodzi iri kupararira ichibva kuno rumwe rudzi ichienda kuno rumwe; dutu guru rasimuka richibva kumagumo enyika.”
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଦେଶକୁ ଦେଶ ଅମଙ୍ଗଳ ଘଟିବ ଓ ପୃଥିବୀର ପ୍ରାନ୍ତ ସୀମାରୁ ଏକ ମହାତୋଫାନ ଉଠିବ।
33 Panguva iyo vakaurayiwa naJehovha vachava pose pose vachibva kuno mumwe mugumo wenyika kusvikira kuno mumwe. Havangachemwi kana kuunganidzwa, kana kuvigwa, asi vachava somupfudze uri pamusoro penyika.
ପୁଣି, ସେସମୟରେ ସଦାପ୍ରଭୁଙ୍କର ହତ ଲୋକମାନେ, ପୃଥିବୀର ଆଦ୍ୟ ସୀମା ପର୍ଯ୍ୟନ୍ତ ଦେଖାଯିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, ସେମାନେ ସଂଗୃହୀତ କିଅବା କବରପ୍ରାପ୍ତ ହେବେ ନାହିଁ; ସେମାନେ ଭୂମି ଉପରେ ଖତ ପରି ପଡ଼ି ରହିବେ।
34 Chemai uye muungudze, imi vafudzi; umburukai muguruva, imi vatungamiri veboka. Nokuti nguva yokuurayiwa kwenyu yasvika; muchawa mugopwanyika somudziyo wakanaka wevhu.
ହେ ମେଷପାଳକଗଣ, ତୁମ୍ଭେମାନେ ହାହାକାର ଓ କ୍ରନ୍ଦନ କର; ହେ ମେଷଗଣର ଅଗ୍ରଗଣ୍ୟମାନେ, ତୁମ୍ଭେମାନେ ଭସ୍ମରେ ଗଡ଼; କାରଣ ତୁମ୍ଭମାନଙ୍କର ହତ୍ୟା ସମୟ ସମ୍ପୂର୍ଣ୍ଣ ରୂପେ ଉପସ୍ଥିତ ହେଲା, ଆଉ ଆମ୍ଭେ ତୁମ୍ଭମାନଙ୍କୁ ଖଣ୍ଡ ଖଣ୍ଡ କରି ଭାଙ୍ଗିବା ଓ ତୁମ୍ଭେମାନେ ମନୋହର ପାତ୍ର ତୁଲ୍ୟ ପଡ଼ିଯିବ।
35 Vafudzi vachashayiwa kwokutizira, uye vakuru veboka vachashayiwa kwokutizira.
ପୁଣି, ମେଷପାଳକମାନେ ପଳାଇବାର ବାଟ ପାଇବେ ନାହିଁ ଓ ପଲର ଅଗ୍ରଗଣ୍ୟମାନେ ରକ୍ଷା ପାଇବେ ନାହିଁ।
36 Inzwai kuchema kwavafudzi, kuungudza kwavatungamiri veboka, nokuti Jehovha ari kuparadza mafuro avo.
ମେଷପାଳକମାନଙ୍କର କ୍ରନ୍ଦନର ଶବ୍ଦ ଓ ମେଷର ଅଗ୍ରଗଣ୍ୟମାନଙ୍କର ହାହାକାର ଶବ୍ଦ ଶୁଣାଯାଏ। କାରଣ ସଦାପ୍ରଭୁ ସେମାନଙ୍କର ଚରାସ୍ଥାନ ଉଜାଡ଼ କରୁଅଛନ୍ତି।
37 Mafuro ano runyararo achaparadzwa nokuda kwokutsamwa kunotyisa kwaJehovha.
ଆଉ, ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ସକାଶୁ ଶାନ୍ତିଯୁକ୍ତ ଖୁଆଡ଼ସବୁ ନିଃଶବ୍ଦ ହେଉଅଛି।
38 Seshumba, achabva panzvimbo yake yokuvanda, uye nyika yavo ichaparadzwa nokuda kwomunondo womumanikidzi, uye nokuda kwokutsamwa kunotyisa kwaJehovha.
ସେ ସିଂହ ତୁଲ୍ୟ ଆପଣା ଗହ୍ୱର ତ୍ୟାଗ କରିଅଛନ୍ତି; ତାହାଙ୍କର ଉତ୍ପୀଡ଼କ ଖଡ୍ଗର ଭୟଙ୍କରତା ସକାଶୁ ଓ ତାହାଙ୍କର ପ୍ରଚଣ୍ଡ କ୍ରୋଧ ସକାଶୁ ଦେଶ ବିସ୍ମୟ ସ୍ଥାନ ହୋଇଅଛି।”