< Numeri 20 >

1 Mumwedzi wokutanga, ungano yose yeIsraeri yakasvika murenje reZini, uye vakandogara paKadheshi. Ndipo pakafira Miriamu uye akavigwapo.
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ପ୍ରଥମ ମାସରେ ସୀନ୍‍ ପ୍ରାନ୍ତରରେ ଉପସ୍ଥିତ ହେଲେ ଓ ଲୋକମାନେ କାଦେଶରେ ବାସ କଲେ; ପୁଣି, ସେହି ସ୍ଥାନରେ ମରୀୟମ ମଲେ ଓ ସେଠାରେ ତାଙ୍କୁ କବର ଦିଆଗଲା।
2 Zvino pakanga pasisina mvura yeungano, uye vanhu vakaungana vakapopotera Mozisi naAroni.
ଆଉ ସେହି ସ୍ଥାନରେ ମଣ୍ଡଳୀ ନିମନ୍ତେ ଜଳ ନ ଥିଲା; ତହିଁରେ ଲୋକମାନେ ମୋଶାଙ୍କ ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହେଲେ।
3 Vakapopotera Mozisi vachiti, “Dai zvedu takafa pakafira hama dzedu pamberi paJehovha!
ପୁଣି, ଲୋକମାନେ ମୋଶାଙ୍କ ସହିତ ବିବାଦ କରି କହିଲେ, “ହାୟ, ଆମ୍ଭମାନଙ୍କ ଭାଇମାନେ ଯେତେବେଳେ ସଦାପ୍ରଭୁଙ୍କ ସମ୍ମୁଖରେ ମଲେ, ସେହି ସମୟରେ ଯଦି ଆମ୍ଭେମାନେ ମରିଥାʼନ୍ତୁ।
4 Seiko wakauya neungano yaJehovha murenje rino, kuti isu nezvipfuwo zvedu tifire muno.
ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କ ସମାଜକୁ ବାହାର କରି ଏହି ପ୍ରାନ୍ତରକୁ ଆଣିଲ, ଯେପରିକି ଆମ୍ଭେମାନେ ଓ ଆମ୍ଭମାନଙ୍କର ପଶୁମାନେ ଏହିଠାରେ ମରିବୁ?
5 Seiko wakatibudisa muIjipiti uchitiuyisa munzvimbo yakaipa kudai? Haina zviyo kana maonde, mazambiringa kana matamba. Uye mvura yokunwa hapana!”
ଆଉ ତୁମ୍ଭେମାନେ କାହିଁକି ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲ, କି ଏହି କଦର୍ଯ୍ୟ ସ୍ଥାନକୁ ଆଣିବାକୁ? ଏ ତ ଶସ୍ୟ କି ଡିମ୍ବିରି କି ଦ୍ରାକ୍ଷା କି ଡାଳିମ୍ବର ସ୍ଥାନ ନୁହେଁ; କିଅବା ଏଠାରେ ପିଇବାକୁ ଜଳ ନାହିଁ।”
6 Mozisi naAroni vakabva paungano vakaenda kumukova weTende Rokusangana vakawira pasi nezviso zvavo, kubwinya kwaJehovha kukaratidzwa kwavari.
ଏଥିରେ ମୋଶା ଓ ହାରୋଣ ସମାଜ ସାକ୍ଷାତରୁ ସମାଗମ-ତମ୍ବୁ ଦ୍ୱାରକୁ ଯାଇ ମୁହଁ ମାଡ଼ି ପଡ଼ିଲେ; ତହୁଁ ସଦାପ୍ରଭୁଙ୍କ ପ୍ରତାପ ସେମାନଙ୍କ ପ୍ରତି ପ୍ରକାଶ ପାଇଲା।
7 Jehovha akati kuna Mozisi,
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
8 “Tora tsvimbo uye iwe nomukoma wako Aroni muunganidze ungano pamwe chete. Utaure kudombo pamberi pavo rigobudisa mvura yaro. Iwe uchabudisa mvura kubva mudombo kuti vanwe ivo nezvipfuwo zvavo.”
“ତୁମ୍ଭେ ଯଷ୍ଟି ନିଅ, ପୁଣି, ତୁମ୍ଭେ ଓ ତୁମ୍ଭ ଭାଇ ହାରୋଣ ମଣ୍ଡଳୀକୁ ଏକତ୍ର କର, ଆଉ ତୁମ୍ଭେମାନେ ସେମାନଙ୍କ ଦୃଷ୍ଟିଗୋଚରରେ ସେହି ଶୈଳକୁ ଆପଣା ଜଳ ଦେବା ପାଇଁ ଆଜ୍ଞା ଦିଅ; ତହିଁରେ ତୁମ୍ଭେ ସେମାନଙ୍କ ନିମନ୍ତେ ଶୈଳରୁ ଜଳ ବାହାର କରି ମଣ୍ଡଳୀକୁ ଓ ସେମାନଙ୍କ ପଶୁଗଣକୁ ପାନ କରାଇବ।”
9 Saka Mozisi akatora tsvimbo pamberi paJehovha, sezvaakanga amurayira.
ତହୁଁ ମୋଶା ସଦାପ୍ରଭୁଙ୍କ ସମ୍ମୁଖରୁ ତାହାଙ୍କ ଆଜ୍ଞା ପ୍ରମାଣେ ଯଷ୍ଟି ନେଲେ।
10 Iye naAroni vakaunganidza ungano pamwe chete pamberi pedombo, Mozisi akati kwavari, “Teererai imi vokumukira, tinofanira kukubudisirai mvura padombo iri here?”
ପୁଣି, ମୋଶା ଓ ହାରୋଣ ସେହି ଶୈଳ ସମ୍ମୁଖରେ ସମାଜକୁ ଏକତ୍ର କଲେ, ଆଉ ସେ ସେମାନଙ୍କୁ କହିଲେ, “ହେ ବିଦ୍ରୋହୀଗଣ, ଶୁଣ, ଆମ୍ଭେମାନେ କି ତୁମ୍ଭମାନଙ୍କ ନିମନ୍ତେ ଏହି ଶୈଳରୁ ଜଳ ବାହାର କରିବା?”
11 Ipapo Mozisi akasimudza ruoko rwake akarova dombo kaviri netsvimbo yake. Mvura yakabuda, ungano nezvipfuwo zvikanwa.
ଏଉତ୍ତାରେ ମୋଶା ହସ୍ତ ଉଠାଇ ଆପଣା ଯଷ୍ଟିରେ ସେହି ଶୈଳକୁ ଦୁଇ ଥର ଆଘାତ କଲେ; ତହିଁରେ ପ୍ରଚୁର ଜଳ ବାହାରିଲା, ପୁଣି, ମଣ୍ଡଳୀ ଓ ସେମାନଙ୍କ ପଶୁଗଣ ପାନ କଲେ।
12 Asi Jehovha akati kuna Mozisi naAroni, “Nokuti hamuna kuvimba neni zvakakwana kuti mundikudze somutsvene pamberi pavaIsraeri, imi hamuchapinzi ungano iyi munyika yandakavapa.”
ଏଥିରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ଇସ୍ରାଏଲ ସନ୍ତାନମାନଙ୍କ ସାକ୍ଷାତରେ ଆମ୍ଭକୁ ପବିତ୍ର ବୋଲି ମାନ୍ୟ କରିବାକୁ ଆମ୍ଭଠାରେ ବିଶ୍ୱାସ କଲ ନାହିଁ, ଏହେତୁ ଆମ୍ଭେ ଏହି ମଣ୍ଡଳୀକୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶରେ ତୁମ୍ଭେମାନେ ସେମାନଙ୍କୁ ପ୍ରବେଶ କରାଇବ ନାହିଁ।”
13 Iyi ndiyo mvura yeMeribha, apo vaIsraeri vakarwa naJehovha uye paakazviratidza kuti mutsvene pakati pavo.
ଏହିସବୁ ମିରୀବାଃ ଜଳ, (ବିବାଦର ଜଳ); ଯେହେତୁ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ସହିତ ବିବାଦ କଲେ ଓ ସେମାନଙ୍କ ମଧ୍ୟରେ ପବିତ୍ର ରୂପେ ମାନ୍ୟ ହେଲେ।
14 Mozisi akatuma nhume ari kuKadheshi kuna mambo weEdhomu, achiti: “Zvanzi nomununʼuna wako Israeri: Iwe unoziva matambudziko ose akatiwira.
ଏଥିଉତ୍ତାରେ ମୋଶା କାଦେଶରୁ ଇଦୋମୀୟ ରାଜା ନିକଟକୁ ଦୂତମାନଙ୍କ ଦ୍ୱାରା କହି ପଠାଇଲେ, ତୁମ୍ଭର ଭ୍ରାତା ଇସ୍ରାଏଲ ଏରୂପ କହଇ, “ଆମ୍ଭମାନଙ୍କ ପ୍ରତି ଯେଉଁ ସମସ୍ତ କ୍ଳେଶ ଘଟିଅଛି,
15 Madzibaba edu akaburuka achienda kuIjipiti, tikandogarako kwamakore mazhinji. VaIjipita vakatibata zvakaipa isu namadzibaba edu,
ଅର୍ଥାତ୍‍, କିପରି ଆମ୍ଭମାନଙ୍କର ପୂର୍ବପୁରୁଷମାନେ ମିସରକୁ ଗଲେ ଓ ମିସରରେ ଦୀର୍ଘ କାଳ ବାସ କଲେ ଆଉ ମିସରୀୟମାନେ ଆମ୍ଭମାନଙ୍କ ପ୍ରତି ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପ୍ରତି କୁବ୍ୟବହାର କଲେ, ତାହା ତୁମ୍ଭେ ଜାଣ।
16 asi takati tadana kuna Jehovha, akatinzwa akatuma mutumwa akatibudisa muIjipiti. “Zvino tiri pano paKadheshi, guta riri kumucheto wenyika yenyu.
ସେହି ସମୟରେ ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କ୍ରନ୍ଦନ କରନ୍ତେ, ସେ ଆମ୍ଭମାନଙ୍କ ରବ ଶୁଣିଲେ, ପୁଣି, ଏକ ଦୂତ ପଠାଇ ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ; ଆଉ ଦେଖ, ଏବେ ଆମ୍ଭେମାନେ ତୁମ୍ଭ ଦେଶର ପ୍ରାନ୍ତସ୍ଥିତ କାଦେଶ ନଗରରେ ଅଛୁ;
17 Tapota titendereiwo kupfuura nomunyika yenyu. Hatizopindi nomuminda ipi zvayo kana minda yemizambiringa kana kunwa zvako mvura mutsime ripi zvaro. Tichafamba hedu nomunzira huru yamambo uye hatingatsaukiri kurudyi kana kuruboshwe kusvikira tapfuura nomunyika yenyu.”
ମୁଁ ବିନୟ କରୁଅଛି, ତୁମ୍ଭ ଦେଶ ଦେଇ ଆମ୍ଭମାନଙ୍କୁ ଯିବାକୁ ଦିଅ; ଆମ୍ଭେମାନେ ଶସ୍ୟକ୍ଷେତ୍ର କିମ୍ବା ଦ୍ରାକ୍ଷାକ୍ଷେତ୍ର ମଧ୍ୟଦେଇ ଯିବୁ ନାହିଁ, କିଅବା କୂପ ଜଳ ପାନ କରିବୁ ନାହିଁ; ଆମ୍ଭେମାନେ ରାଜପଥ ଦେଇ ଗମନ କରିବୁ; ଆମ୍ଭେମାନେ ତୁମ୍ଭ ସୀମା ପାର ହେବା ପର୍ଯ୍ୟନ୍ତ ଦକ୍ଷିଣରେ କି ବାମରେ ଫେରିବୁ ନାହିଁ।”
18 Asi Edhomu akapindura akati: “Hamupfuuri napano; kana mukaedza, tichabuda tigokurwisai nomunondo.”
ତହିଁରେ ଇଦୋମ ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭ (ଦେଶର) ମଧ୍ୟଦେଇ ଯିବ ନାହିଁ, ଗଲେ ଆମ୍ଭେ ଖଡ୍ଗ ନେଇ ତୁମ୍ଭ ବିରୁଦ୍ଧରେ ବାହାର ହେବା।”
19 VaIsraeri vakapindura vakati: “Tichaenda nenzira huru, uye kana isu kana zvipfuwo zvedu zvikanwa mvura yenyu, ticharipa. Tinongoda kupfuura tichifamba netsoka, hapanazve chimwe.”
ସେତେବେଳେ ଇସ୍ରାଏଲ-ସନ୍ତାନଗଣ ତାଙ୍କୁ କହିଲେ, “ଆମ୍ଭେମାନେ କେବଳ ସଡ଼କ ଦେଇ ଯିବୁ ଯଦି ଆମ୍ଭେମାନେ, ଆମ୍ଭେ କି ଆମ୍ଭ ପଶୁମାନେ ତୁମ୍ଭ ଜଳ ପାନ କରିବୁ, ତେବେ ଆମ୍ଭେ ତହିଁର ମୂଲ୍ୟ ଦେବୁ; ଆଉ କିଛି କଥା ନାହିଁ, କେବଳ ଆମ୍ଭକୁ ଆପଣା ପାଦରେ (ଦେଶ) ଦେଇ ଯିବାକୁ ଦିଅ।”
20 Vakapindurazve vachiti: “Hamungapfuuri.” Ipapo Edhomu akauya kuzovarwisa nehondo huru uye ine simba.
ତହୁଁ ସେ କହିଲେ, “ତୁମ୍ଭେ (ଦେଶ) ଦେଇ ଯିବ ନାହିଁ। ଏଉତ୍ତାରେ ଇଦୋମ ଅନେକ ଲୋକ ସଙ୍ଗରେ ନେଇ ମହାବଳରେ ତାଙ୍କ ବିରୁଦ୍ଧରେ ବାହାର ହେଲେ।”
21 Sezvo Edhomu akaramba kuvabvumira kupfuura nomunyika yavo, vaIsraeri vakatsauka havo kubva kwavari.
ଏହିରୂପେ ଇଦୋମ ଇସ୍ରାଏଲକୁ ଆପଣା ସୀମା ଦେଇ ଯିବାର ଅନୁମତି ଦେବାକୁ ଅସ୍ୱୀକାର କଲେ; ଏଣୁ ଇସ୍ରାଏଲ ତାଙ୍କ ନିକଟରୁ ଫେରିଗଲେ।
22 Ungano yose yeIsraeri yakasimuka kubva kuKadheshi uye vakasvika paGomo reHori.
ଏଥିଉତ୍ତାରେ ସେମାନେ କାଦେଶରୁ ଯାତ୍ରା କଲେ ତହୁଁ ଇସ୍ରାଏଲ-ସନ୍ତାନଗଣ, ଅର୍ଥାତ୍‍, ସମସ୍ତ ମଣ୍ଡଳୀ ହୋର ପର୍ବତରେ ଉପସ୍ଥିତ ହେଲେ।
23 PaGomo reHori, pedyo nomuganhu weEdhomu, Jehovha akati kuna Mozisi naAroni,
ସେତେବେଳେ ଇଦୋମ ଦେଶର ସୀମା ନିକଟସ୍ଥ ହୋର ପର୍ବତରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
24 “Aroni achachengetwa kuvanhu vokwake. Haangapindi munyika yandakapa vaIsraeri, nokuti mose muri vaviri makamukira murayiro wangu pamvura yepaMeribha.
“ଏହା ହାରୋଣର ମୃତ୍ୟୁର ସମୟ ଅଟେ; କାରଣ ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶରେ ସେ ପ୍ରବେଶ କରିବ ନାହିଁ, ଯେହେତୁ ମିରୀବାଃ ଜଳ ନିକଟରେ ତୁମ୍ଭେମାନେ ଆମ୍ଭ ଆଜ୍ଞାର ବିରୁଦ୍ଧ କର୍ମ କରିଥିଲ।
25 Tora Aroni nomwanakomana wake Ereazari ukwire navo muGomo reHori.
ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ର ଇଲୀୟାସରକୁ ହୋର ପର୍ବତ ଉପରକୁ ନେଇଯାଅ।
26 Ubvise nguo dzaAroni udzipfekedze mwanakomana wake Ereazari nokuti Aroni achasanganiswa navanhu vokwake; achafira ipapo.”
ପୁଣି, ହାରୋଣଠାରୁ ତାହାର ବସ୍ତ୍ର କାଢ଼ି ତାହାର ପୁତ୍ର ଇଲୀୟାସରକୁ ପିନ୍ଧାଅ; ଯେଣୁ ହାରୋଣ (ଆପଣା ଲୋକମାନଙ୍କ ନିକଟରେ) ସଂଗୃହୀତ ହେବ ଓ ସେ ସେହି ସ୍ଥାନରେ ମରିବ।”
27 Mozisi akaita sezvaakanga arayirwa naJehovha: Vakakwira muGomo reHori pamberi peungano yose.
ତହୁଁ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ଆଉ ସେମାନେ ସମସ୍ତେ ମଣ୍ଡଳୀର ସାକ୍ଷାତରେ ହୋର ପର୍ବତକୁ ଉଠିଗଲେ।
28 Mozisi akabvisa nguo dzaAroni akadzipfekedza mwanakomana wake Ereazari. Uye Aroni akafira ipapo pamusoro pegomo. Ipapo Mozisi naEreazari vakaburuka kubva mugomo.
ତେବେ ମୋଶା ହାରୋଣଙ୍କର ବସ୍ତ୍ର କାଢ଼ି ତାଙ୍କର ପୁତ୍ର ଇଲୀୟାସରକୁ ପିନ୍ଧାଇଲେ, ପୁଣି, ହାରୋଣ ସେହି ସ୍ଥାନରେ ପର୍ବତ ଶୃଙ୍ଗରେ ମଲେ; ତହୁଁ ମୋଶା ଓ ଇଲୀୟାସର ପର୍ବତରୁ ଓହ୍ଲାଇ ଆସିଲେ।
29 Uye ungano yose yakati yazvinzwa kuti Aroni akanga afa, imba yose yeIsraeri yakamuchema kwamazuva makumi matatu.
ଏଉତ୍ତାରେ ହାରୋଣ ମରିଅଛନ୍ତି, ଏହା ସମସ୍ତ ମଣ୍ଡଳୀ ଦେଖନ୍ତେ, ସେମାନେ, ଅର୍ଥାତ୍‍, ଇସ୍ରାଏଲର ସମସ୍ତ ବଂଶ ହାରୋଣଙ୍କ ନିମନ୍ତେ ତିରିଶ ଦିନ ପର୍ଯ୍ୟନ୍ତ ରୋଦନ କଲେ।

< Numeri 20 >