< VaRoma 10 >
1 Hama, kuda kwomwoyo wangu nokunyengetera kwangu kuna Mwari pamusoro pavaIsraeri ndekwokuti vaponeswe.
ହେ ଭାଇମାନେ, ସେମାନେ ଯେପରି ପରିତ୍ରାଣ ପାଆନ୍ତି, ଏହା ମୋହର ହୃଦୟର ବାଞ୍ଛା ଏବଂ ସେମାନଙ୍କ ନିମନ୍ତେ ଈଶ୍ବରଙ୍କ ଛାମୁରେ ମୋହର ପ୍ରାର୍ଥନା।
2 Nokuti ndinovapupurira kuti vanoshingairira Mwari, asi kushingairira kwavo havakuiti nokuziva.
କାରଣ ଈଶ୍ବରଙ୍କ ବିଷୟରେ ଯେ ସେମାନଙ୍କର ଉଦ୍ଯୋଗ ଅଛି, ଏହା ମୁଁ ସେମାନଙ୍କ ସପକ୍ଷରେ ସାକ୍ଷ୍ୟ ଦେଉଅଛି, କିନ୍ତୁ ସେହି ଉଦ୍ଯୋଗ ଜ୍ଞାନଯୁକ୍ତ ନୁହେଁ।
3 Nokuti, sezvo vakanga vasingazivi kururama kunobva kuna Mwari uye vakatsvaka kumisa kururama kwavo pachavo, havana kuzviisa pasi pokururama kwaMwari.
ଯେଣୁ ଈଶ୍ବରଦତ୍ତ ଧାର୍ମିକତା ବିଷୟରେ ଅଜ୍ଞ ହୋଇ ଓ ଆପଣା ଆପଣା ଧାର୍ମିକତା ସ୍ଥାପନ କରିବାକୁ ଚେଷ୍ଟା କରି ସେମାନେ ଈଶ୍ବରଦତ୍ତ ଧାର୍ମିକତାର ବଶୀଭୂତ ହୋଇ ନାହାନ୍ତି।
4 Nokuti Kristu ndiye mugumo womurayiro, kuitira kuti mumwe nomumwe anotenda aruramiswe.
କାରଣ ପ୍ରତ୍ୟେକ ବିଶ୍ୱାସୀ ପକ୍ଷରେ ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟ ବ୍ୟବସ୍ଥାର ଶେଷ ଅଟନ୍ତି।
5 Mozisi anonyora pamusoro pokururama kwomurayiro, achiti, “Munhu anoita zvinhu izvi achararamiswa nazvo.”
କାରଣ ମୋଶା ଲେଖନ୍ତି, ଯେଉଁ ମନୁଷ୍ୟ ବ୍ୟବସ୍ଥାମୂଳକ ଧାର୍ମିକତା ସାଧନ କରେ, ସେ ତଦ୍ୱାରା ବଞ୍ଚିବ।
6 Asi kururama kunobva pakutenda kunoreva kudai, “Usati mumwoyo mako, ‘Ndianiko achakwira kudenga’ (ndiko kuburutsa Kristu)
କିନ୍ତୁ ବିଶ୍ୱାସମୂଳକ ଧାର୍ମିକତା ଏପରି କହେ, “ମନେ ମନେ କୁହ ନାହିଁ, କିଏ ସ୍ୱର୍ଗାରୋହଣ କରିବ (ଅର୍ଥାତ୍, ଖ୍ରୀଷ୍ଟଙ୍କୁ ଓହ୍ଲାଇ ଆଣିବା ନିମନ୍ତେ)?”
7 kana, kuti, ‘Ndianiko achaburukira kwakadzika?’ (ndiko, kubudisa Kristu kubva kuvakafa).” (Abyssos )
“ଅବା ‘କିଏ ପାତାଳକୁ ଅବତରଣ କରିବ’” (ଅର୍ଥାତ୍, ଖ୍ରୀଷ୍ଟଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଆଣିବା ନିମନ୍ତେ)? (Abyssos )
8 Asi iwo unoti chiiko? “Shoko riri pedyo newe, mumuromo mako uye nomumwoyo mako,” ndiro shoko rokutenda ratinoparidza:
କିନ୍ତୁ ତାହା କଅଣ କହେ? “ବାକ୍ୟ ତୁମ୍ଭର ନିକଟବର୍ତ୍ତୀ, ତୁମ୍ଭ ମୁଖରେ ଓ ତୁମ୍ଭ ହୃଦୟରେ ଅଛି,” ଅର୍ଥାତ୍ ଯେଉଁ ବିଶ୍ୱାସ ସମ୍ବନ୍ଧୀୟ ବାକ୍ୟ ଆମ୍ଭେମାନେ ପ୍ରଚାର କରୁ, ସେହି ବାକ୍ୟ।
9 Kuti kana ukapupura nomuromo wako kuti, “Jesu ndiye Ishe” uye ukatenda mumwoyo mako kuti Mwari akamumutsa kubva kuvakafa, uchaponeswa.
ଯେଣୁ ତୁମ୍ଭେ ଯଦି ମୁଖରେ ଯୀଶୁଙ୍କୁ ପ୍ରଭୁ ବୋଲି ସ୍ୱୀକାର କରିବ, ଆଉ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି ବୋଲି ହୃଦୟରେ ବିଶ୍ୱାସ କରିବ, ତେବେ ପରିତ୍ରାଣ ପ୍ରାପ୍ତ ହେବ;
10 Nokuti unotenda nomwoyo wako ugoruramisirwa, uye unopupura nomuromo wako ugoponeswa.
କାରଣ ଧାର୍ମିକତାପ୍ରାପ୍ତି ନିମନ୍ତେ ମନୁଷ୍ୟ ହୃଦୟରେ ବିଶ୍ୱାସ କରେ ଓ ପରିତ୍ରାଣ ପ୍ରାପ୍ତି ନିମନ୍ତେ ମୁଖରେ ସ୍ୱୀକାର କରେ।
11 Sezvinorehwa noRugwaro ruchiti: “Ani naani anotenda kwaari haanganyadziswi.”
ଯେଣୁ ଶାସ୍ତ୍ର କହେ, ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ।
12 Nokuti hapana musiyano pakati pomuJudha noweDzimwe Ndudzi, nokuti Ishe mumwe ndiye Ishe wavose uye anovaropafadza kwazvo vose vanodana kwaari,
କାରଣ ଯିହୁଦୀ ଓ ଗ୍ରୀକ୍ ମଧ୍ୟରେ କିଛି ପ୍ରଭେଦ ନାହିଁ; ଯେଣୁ ସମସ୍ତଙ୍କର ତ ଏକ ପ୍ରଭୁ, ଆଉ ଯେତେ ଲୋକ ତାହାଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେ ସମସ୍ତଙ୍କ ପ୍ରତି ସେ ଅନୁଗ୍ରହର ନିଧିସ୍ୱରୂପ।
13 nokuti “Ani naani anodana kuzita raShe achaponeswa.”
କାରଣ ଯେ କେହି ପ୍ରଭୁଙ୍କ ନାମ ଧରି ପ୍ରାର୍ଥନା କରିବ, ସେ ପରିତ୍ରାଣ ପ୍ରାପ୍ତ ହେବ।
14 Zvino, vachagodana seiko kuna iye wavasina kutenda kwaari? Uye vangatenda sei kuna iye wavasina kumbonzwa? Vanganzwa seiko kana kusina anovaparidzira?
ତେବେ ଯାହାଙ୍କୁ ସେମାନେ ବିଶ୍ୱାସ କରି ନାହାନ୍ତି, ତାହାଙ୍କ ନିକଟରେ କିପରି ପ୍ରାର୍ଥନା କରିବେ? ପୁଣି, ଯାହାଙ୍କ କଥା ସେମାନେ ଶୁଣି ନାହାନ୍ତି, କିପରି ତାହାଙ୍କଠାରେ ବିଶ୍ୱାସ କରିବେ? ଆଉ ପ୍ରଚାରକ ବିନା ସେମାନେ କିପରି ଶୁଣିବେ?
15 Uye vangaparidza seiko kana vasina kutumwa? Sezvazvakanyorwa zvichinzi: “Dzakanaka sei tsoka dzavanouya namashoko akanaka!”
ପୁଣି, ପ୍ରେରିତ ନ ହେଲେ କିପରି ପ୍ରଚାର କରିବେ? ଯେପରି ଲେଖାଅଛି, “ଯେଉଁମାନେ ଶୁଭ ବିଷୟର ସୁସମାଚାର ଆଣନ୍ତି, ସେମାନଙ୍କର ପାଦ କିପରି ଶୋଭାଯୁକ୍ତ।”
16 Asi havasi vaIsraeri vose vakagamuchira mashoko akanaka. Nokuti Isaya anoti, “Ishe, ndianiko akatenda zvatakaparidza?”
କିନ୍ତୁ ସମସ୍ତେ ସୁସମାଚାରର ବଶୀଭୂତ ହେଲେ ନାହିଁ। କାରଣ ଯିଶାଇୟ କହନ୍ତି, “ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ବାଦ ବିଶ୍ୱାସ କରିଅଛି?”
17 Naizvozvo, kutenda kunouya nokunzwa, uye kunzwa neshoko raKristu.
ଅତଏବ, ବିଶ୍ୱାସ ଶ୍ରବଣରୁ ଜାତ ହୁଏ ଓ ଶ୍ରବଣ ଖ୍ରୀଷ୍ଟଙ୍କ ବାକ୍ୟ ଦ୍ୱାରା ହୁଏ।
18 Asi ndinobvunza kuti: Havana kunzwa here? Zvirokwazvo vakanzwa, nokuti: “Inzwi ravo rakasvika kunyika yose, namashoko avo kumigumo yenyika.”
କିନ୍ତୁ ମୁଁ କହେ, “ସେମାନେ କି ଶୁଣି ନାହାନ୍ତି? ହଁ, ନିଶ୍ଚୟ; ସମୁଦାୟ ପୃଥିବୀରେ ସେମାନଙ୍କ ସ୍ୱର, ଆଉ ଜଗତର ସୀମା ପର୍ଯ୍ୟନ୍ତ ସେମାନଙ୍କ ବାକ୍ୟ ବ୍ୟାପିଗଲା।”
19 Ndinobvunzazve kuti: Israeri haina kunzwa here? Pakutanga Mozisi anoti, “Ndichamutsa godo renyu norudzi rusati rwuri rudzi; ndichamutsa kutsamwa kwenyu norudzi rusinganzwisisi.”
କିନ୍ତୁ ମୁଁ କହେ, ଇସ୍ରାଏଲ କଅଣ ଜାଣି ନାହାନ୍ତି? ପ୍ରଥମରେ ମୋଶା କହନ୍ତି, “ଆମ୍ଭେ ନଗଣ୍ୟ ଜାତି ଦ୍ୱାରା ତୁମ୍ଭମାନଙ୍କର ଈର୍ଷା ଜନ୍ମାଇବା, ଗୋଟିଏ ନିର୍ବୋଧ ଜାତି ଦ୍ୱାରା ତୁମ୍ଭମାନଙ୍କୁ କ୍ରୋଧାନ୍ୱିତ କରିବା।”
20 Uye Isaya, asingatyi anoti, “Ndakawanikwa navasina kunditsvaka; ndakazviratidza kuna vaya vasina kunditsvaka.”
ତାହା ପରେ ଯିଶାଇୟ ସାହସରେ କହନ୍ତି, “ଯେଉଁମାନେ ଆମ୍ଭର ଅନ୍ୱେଷଣ କରୁ ନ ଥିଲେ, ସେମାନେ ଆମ୍ଭକୁ ପ୍ରାପ୍ତ ହେଲେ; ଯେଉଁମାନେ ଆମ୍ଭ ବିଷୟ ପଚାରୁ ନ ଥିଲେ, ସେମାନଙ୍କ ନିକଟରେ ଆମ୍ଭେ ପ୍ରକାଶିତ ହେଲୁ।”
21 Asi pamusoro peIsraeri anoti, “Zuva rose ndakatambanudza maoko angu kuvanhu vasingateereri, uye vanokakavara.”
କିନ୍ତୁ ସେ ଇସ୍ରାଏଲ ବିଷୟରେ କହନ୍ତି, “ଆମ୍ଭେ ଅନାଜ୍ଞାବହ ଓ ପ୍ରତିକୂଳବାଦୀ ଲୋକମାନଙ୍କ ପ୍ରତି ଦିନଯାକ ହସ୍ତ ବିସ୍ତାର କରିଅଛୁ।”