< Третья книга Царств 4 >

1 И бе царь Соломон царствуяй над Израилем.
ଏହିରୂପେ ଶଲୋମନ ରାଜା ସମଗ୍ର ଇସ୍ରାଏଲ ଉପରେ ରାଜା ହେଲେ।
2 И сии старейшины иже беша с ним:
ଏମାନେ ତାଙ୍କର ଅଧିପତି ଥିଲେ, ଯଥା, ସାଦୋକର ପୁତ୍ର ଅସରୀୟ ଯାଜକ ଥିଲେ।
3 Азариа сын Садоков, жрец: Елиаф и Ахиа сынове Сивины, книгочии: и Иосафат сын Ахилудов, напоминатель:
ଶୀଶାର ପୁତ୍ର ଇଲୀହୋରଫ ଓ ଅହୀୟ ସମ୍ପାଦକ; ଅହୀଲୂଦର ପୁତ୍ର ଯିହୋଶାଫଟ୍‍ ଇତିହାସ ଲେଖକ
4 и Ванеа сын Иодаев над силою: и Садок и Авиафар, иерее:
ଓ ଯିହୋୟାଦାର ପୁତ୍ର ବନାୟ ସେନାପତି ଥିଲା; ପୁଣି, ସାଦୋକ ଓ ଅବୀୟାଥର ଯାଜକ ଥିଲେ;
5 и Азариа сын Нафань над настоятелми: и Завуф сын Нафань друг царев:
ନାଥନର ପୁତ୍ର ଅସରୀୟ ଦେଶାଧ୍ୟକ୍ଷମାନଙ୍କର ପ୍ରଧାନ ଥିଲା ଓ ନାଥନର ପୁତ୍ର ସାବୁଦ୍‍ ଯାଜକ ଓ ରାଜାଙ୍କ ମିତ୍ର ଥିଲା।
6 и Ахисар бе строитель, и Елиав сын Сафатов над отечеством: и Адонирам сын Авдонов над даньми.
ପୁଣି, ଅହୀଶାର୍‍ ଗୃହାଧ୍ୟକ୍ଷ ଥିଲା ଓ ଅବ୍‍ଦର ପୁତ୍ର ଅଦୋନୀରାମ୍‍ ବେଠିକର୍ମର ଅଧ୍ୟକ୍ଷ ଥିଲା।
7 И у Соломона бяху дванадесять приставник над всем Израилем, еже подаяти царю и дому его: по месяцу в лете бываше един, еже подаяти,
ଆଉ ସମଗ୍ର ଇସ୍ରାଏଲ ଉପରେ ଶଲୋମନଙ୍କର ବାର ଜଣ ଦେଶାଧ୍ୟକ୍ଷ ଥିଲେ, ସେମାନେ ରାଜା ଓ ତାଙ୍କର ଗୃହ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇଲେ; ପ୍ରତି ଜଣ ବର୍ଷ ମଧ୍ୟରେ ଏକ ଏକ ମାସ ପାଇଁ ଦ୍ରବ୍ୟ ଯୋଗାଇଲେ।
8 и сия имена их: Вен сын Оров на горе Ефремли, един:
ଆଉ ସେମାନଙ୍କର ନାମ ଏହି; ଇଫ୍ରୟିମର ପର୍ବତମୟ ଦେଶରେ ବିନ୍‍-ହୂର।
9 сын Дакарь во Махемате и во Висаламине и Вефсамисе и Елоне, даже до Вефанана, един:
ମାକସ୍‍, ଶାଲବୀମ୍‍, ବେଥ୍-ଶେମଶ ଓ ଏଲୋନ-ବେଥ୍-ହାନନ୍‍ରେ ବିନ୍‍-ଦେକର;
10 сын Седов во Аравофе, сего Сохо и вся земля Оферова:
ଅରୁବୋତରେ ବିନ୍‍-ହେଷଦ୍‍; ସୋଖୋ ଓ ସମୁଦାୟ ହେଫର ପ୍ରଦେଶ ତାହାର ଅଧୀନ ଥିଲା;
11 сына Аминадавля вся Неффадор: Тефаф дщи Соломоня бе ему в жену, един:
ସମୁଦାୟ ଦୋର ଉପପର୍ବତରେ ବିନ୍‍-ଅବୀନାଦବ୍‍; ତାହାର ଭାର୍ଯ୍ୟା ଶଲୋମନଙ୍କର କନ୍ୟା ଟାଫତ୍‍ ଥିଲା।
12 Вана сын Ахилуфов во Ифаанахе и Магеддо и весь Дом Саныи, иже при Сесафане под Езраелем, и от Вифсана даже до Савелмаула, даже до Маевер Лукам, един:
ତାନକ୍‍, ମଗିଦ୍ଦୋ, ବେଥ୍-ଶାନ୍‍ ଠାରୁ ଆବେଲ୍‍-ମହୋଲା ଓ ଯକମୀୟାମ୍‍ ପାରି ପର୍ଯ୍ୟନ୍ତ ସର୍ତ୍ତନ ନିକଟବର୍ତ୍ତୀ ଯିଷ୍ରିୟେଲ ତଳେ ଥିବା ସମଗ୍ର ବେଥ୍-ଶାନରେ ଅହୀଲୂଦର ପୁତ୍ର ବାନା।
13 сын Наверов в Равофе Галаадстем: сему область Ергав в Васане, шестьдесят градов великих огражденных стенами, и вереи медяны, един:
ରାମୋତ୍‍-ଗିଲୀୟଦରେ ବିନ୍‍-ଗେବର; ମନଃଶିର ପୁତ୍ର ଯାୟୀରର ଗିଲୀୟଦସ୍ଥିତ ସମସ୍ତ ଗ୍ରାମ ତାହାର ଅଧୀନ ଥିଲା, ଅର୍ଥାତ୍‍ ବାଶନସ୍ଥ ଅର୍ଗୋବ-ଅଞ୍ଚଳରେ ଥିବା ପ୍ରାଚୀର-ବେଷ୍ଟିତ ଓ ପିତ୍ତଳ ଅର୍ଗଳବିଶିଷ୍ଟ ଷାଠିଏ ବୃହତ ନଗର ତାହାର ଅଧୀନ ଥିଲା;
14 Ахинадав сын Саддов во Маанаиме:
ମହନୟିମରେ ଇଦ୍ଦୋର ପୁତ୍ର ଅହୀନାଦବ୍‍।
15 Ахимаас в Неффалиме: и сей поят Васемафу дщерь Соломоню в жену, един:
ନପ୍ତାଲିରେ ଅହୀମାସ୍‍; ସେ ଶଲୋମନଙ୍କର କନ୍ୟା ବାସମତ୍‍କୁ ବିବାହ କରିଥିଲା।
16 Ваана сын Хусиин во Асире и во Ваалофе, един:
ଆଶେର ଓ ବାଲୋତ୍‍ରେ ହୂଶୟର ପୁତ୍ର ବାନା।
17 Иосафат сын Фаруев во Иссахаре,
ଇଷାଖରରେ ପାରୁହର ପୁତ୍ର ଯିହୋଶାଫଟ୍‍;
18 Семей сын Илы во Вениамине,
ବିନ୍ୟାମୀନ୍‍ରେ ଏଲାର ପୁତ୍ର ଶିମୀୟି;
19 Гавер сын Адаев в земли Галааде, в земли Сиона царя Есевонска и Ога царя Васанска, и Насиф един в земли Иудове.
ଇମୋରୀୟମାନଙ୍କ ରାଜା ସୀହୋନର ଓ ବାଶନର ରାଜା ଓଗ୍‍ର ଗିଲୀୟଦ ଦେଶରେ ଊରିର ପୁତ୍ର ଗେବର; ସେ ଦେଶରେ ସେ ଏକମାତ୍ର ଦେଶାଧ୍ୟକ୍ଷ ଥିଲା।
20 Иуда и Израиль мнози аки песок иже при мори во множестве, ядуще и пиюще и веселящеся.
ଯିହୁଦା ଓ ଇସ୍ରାଏଲ ଭୋଜନପାନ ଓ ଆମୋଦ ପ୍ରମୋଦ କରି ବାହୁଲ୍ୟ ହେତୁରୁ ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ବହୁସଂଖ୍ୟକ ଥିଲେ।
21 И Соломон бе началствуяй во всех царствах, от реки земли Филистимския и даже до предел Египетских, (и бяху) приносяще дары и работающе Соломону во вся дни живота его.
ପୁଣି, ଶଲୋମନ (ଫରାତ୍‍) ନଦୀଠାରୁ ପଲେଷ୍ଟୀୟମାନଙ୍କ ଦେଶ ଓ ମିସର-ସୀମା ପର୍ଯ୍ୟନ୍ତ ସମସ୍ତ ରାଜ୍ୟ ଉପରେ ରାଜତ୍ୱ କଲେ; ଶଲୋମନଙ୍କର ଯାବଜ୍ଜୀବନ ସେମାନେ ଭେଟି ଆଣିଲେ ଓ ତାଙ୍କର ସେବା କଲେ।
22 И сия потребная Соломону в день един: тридесять мер муки семидалныя и шестьдесят мер муки смешаныя,
ଶଲୋମନଙ୍କର ପ୍ରାତ୍ୟହିକ ଆୟୋଜନୀୟ ଦ୍ରବ୍ୟ ତିରିଶ ମହଣ ସରୁ ମଇଦା ଓ ଷାଠିଏ ମହଣ ସୁଜି,
23 десять телцев избранных и двадесять волов тучных и сто овец, кроме еленей и серн и птиц, избранна от избранных тучна.
ଆଉ ଦଶ ପୁଷ୍ଟ ଗୋରୁ ଓ ଚରାସ୍ଥାନରୁ କୋଡ଼ିଏ ଗୋରୁ ଓ ଏକ ଶହ ମେଷ, ଏହାଛଡ଼ା ଅନେକ ହରିଣ ଓ କୃଷ୍ଣସାର ଓ ବନଗୋରୁ ଓ ପୁଷ୍ଟ ପକ୍ଷୀ ଥିଲା।
24 Понеже бе началствуяй во всех об он пол реки от Фапсы и даже до Газы, над всеми царми об он пол реки, и мир бе ему от всех стран окрест.
କାରଣ, ସେ ତିପ୍ସହଠାରୁ ଘସା ପର୍ଯ୍ୟନ୍ତ (ଫରାତ୍‍) ନଦୀର ଏପାରିସ୍ଥିତ ସମସ୍ତ ଅଞ୍ଚଳର ରାଜାମାନଙ୍କ ଉପରେ କର୍ତ୍ତୃତ୍ୱ କଲେ; ପୁଣି, ତାଙ୍କର ଚତୁର୍ଦ୍ଦିଗସ୍ଥ ସବୁଆଡ଼େ ଶାନ୍ତି ଥିଲା।
25 И живяху Иуда и Израиль безпечально, кийждо под виноградом своим и под смоковницею своею, ядуще и пиюще, от Дана и даже до Вирсавии, во вся дни Соломона.
ଏଣୁ ଶଲୋମନଙ୍କର ଯାବଜ୍ଜୀବନ ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ଯିହୁଦା ଓ ଇସ୍ରାଏଲର ପ୍ରତ୍ୟେକ ଲୋକ ଆପଣା ଆପଣା ଦ୍ରାକ୍ଷାଲତା ଓ ଆପଣା ଆପଣା ଡିମ୍ବିରିବୃକ୍ଷ ମୂଳରେ ନିରାପଦରେ ବାସ କଲେ।
26 И бяше у Соломона четыредесять тысящ кобылиц в колесницы и двадесять тысящ конник.
ଆଉ ଶଲୋମନଙ୍କର ରଥ ନିମନ୍ତେ ଚାଳିଶ ସହସ୍ର ଅଶ୍ୱଶାଳା ଓ ବାର ସହସ୍ର ଅଶ୍ୱାରୋହୀ ଥିଲେ।
27 И тако подаяху приставники царю Соломону, и вся повеленная на трапезу цареву, кийждо в месяц свой, не пременяюще словесе:
ଆଉ ଶଲୋମନ ରାଜାଙ୍କ ନିମନ୍ତେ ଓ ଶଲୋମନ ରାଜାଙ୍କର ମେଜରେ ଭୋଜନକାରୀ ସମସ୍ତଙ୍କ ନିମନ୍ତେ ପୂର୍ବୋକ୍ତ ଦେଶାଧ୍ୟକ୍ଷମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ନିରୂପିତ ମାସରେ ଖାଦ୍ୟଦ୍ରବ୍ୟ ଯୋଗାଇଲେ; ସେମାନେ କିଛି ଊଣା କଲେ ନାହିଁ।
28 и ячмень и плевы конем, и колесницами привозяху на место, идеже бе царь, кийждо по чину своему.
ସେମାନଙ୍କର ପ୍ରତ୍ୟେକ ଜଣ ମଧ୍ୟ ଆପଣା ଆପଣା ନିରୂପିତ କର୍ମାନୁସାରେ ଅଶ୍ୱ ଓ ଦ୍ରୁତଗାମୀ ବାହନସକଳ ନିମନ୍ତେ ଅଧ୍ୟକ୍ଷମାନଙ୍କ ଥିବା ସ୍ଥାନକୁ ଯବ ଓ ତୃଣ ଆଣିଲେ।
29 И даде Господь смысл и мудрость Соломону многу зело, и широту сердца, яко песок иже при мори:
ଆହୁରି ପରମେଶ୍ୱର ଶଲୋମନଙ୍କୁ ଅତିଶୟ ଜ୍ଞାନ ଓ ବୁଦ୍ଧି, ପୁଣି, ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ମନର ବିସ୍ତୀର୍ଣ୍ଣତା ପ୍ରଦାନ କଲେ।
30 и умножися мудрость Соломонова зело, паче смысла всех древних человек и паче всех смысленных Египетских:
ପୂର୍ବଦେଶୀୟ ଓ ମିସରୀୟ ସମସ୍ତ ଲୋକଙ୍କର ସମୁଦାୟ ଜ୍ଞାନ ଅପେକ୍ଷା ଶଲୋମନଙ୍କର ଜ୍ଞାନ ଅଧିକ ହେଲା।
31 и умудрися паче всех человек, и умудрися паче Гефана Езраилитнна и Емана, и Халкада и Дарды, сына Самадова, и прославися имя его во всех странах окрест.
କାରଣ, ସେ ସମସ୍ତ ଲୋକଙ୍କଠାରୁ, ଇଷ୍ରାହୀୟ ଏଥନ୍‍ ଓ ମାହୋଲର ପୁତ୍ର ହେମନ ଓ କଲ୍‍କୋଲ୍‍ ଓ ଦର୍ଦା, ଏମାନଙ୍କଠାରୁ ଅଧିକ ଜ୍ଞାନବାନ ଥିଲେ ଓ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀ ମଧ୍ୟରେ ତାଙ୍କର ସୁଖ୍ୟାତି ବ୍ୟାପିଲା।
32 И изглагола Соломон три тысящы притчей, и быша песни его пять тысящ:
ସେ ତିନି ସହସ୍ର ନୀତିକଥା କହିଲେ ଓ ତାଙ୍କର ଗୀତ ଏକ ସହସ୍ର ପାଞ୍ଚ ଥିଲା।
33 и глагола о древех, от кедра иже в Ливане и даже до иссопа исходящаго из стены: и глагола о скотех и о птицах и о гадех и о рыбах.
ପୁଣି, ସେ ଲିବାନୋନର ଏରସ ବୃକ୍ଷଠାରୁ ପ୍ରାଚୀରରେ ଉତ୍ପନ୍ନ ଏସୋବ ତୃଣ ପର୍ଯ୍ୟନ୍ତ ବୃକ୍ଷମାନର ବର୍ଣ୍ଣନା କଲେ; ସେ ପଶୁ ଓ ପକ୍ଷୀ ଓ ଉରୋଗାମୀ ପ୍ରାଣୀ ଓ ମତ୍ସ୍ୟମାନଙ୍କର ମଧ୍ୟ ବର୍ଣ୍ଣନା କଲେ।
34 И прихождаху вси людие слышати премудрость Соломоню: и приимаше дары от всех царей земных, елицы слышаху премудрость его.
ପୁଣି, ପୃଥିବୀସ୍ଥ ଯେଉଁ ଯେଉଁ ରାଜା ଶଲୋମନଙ୍କର ଜ୍ଞାନ ବିଷୟ ଶୁଣିଥିଲେ, ସେମାନଙ୍କ ନିକଟରୁ ସର୍ବଦେଶୀୟ ଲୋକେ ତାଙ୍କର ଜ୍ଞାନର କଥା ଶୁଣିବାକୁ ଆସିଲେ।

< Третья книга Царств 4 >