< Первая книга Царств 13 >
1 Сын единаго лета Саул, егда нача царствовати, и два лета царствова над Израилем.
ଶାଉଲ ତିରିଶ ବର୍ଷ ବୟସରେ ଇସ୍ରାଏଲ ଉପରେ ରାଜତ୍ୱ କଲେ।
2 И избра себе Саул три тысящы мужей от мужей Израилевых, и быша с Саулом две тысящы в Махмасе и в горе Вефили, и тысяща беша со Ионафаном в Гаваи Вениаминове: и останок людий отпусти коегождо во своя селения.
ପୁଣି, ଶାଉଲ ଆପଣା ପାଇଁ ଇସ୍ରାଏଲ ମଧ୍ୟରୁ ତିନି ହଜାର ଲୋକ ମନୋନୀତ କଲେ; ଏମାନଙ୍କର ଦୁଇ ହଜାର ମିକ୍ମସ୍ରେ ଓ ବେଥେଲ୍ ପର୍ବତରେ ଶାଉଲଙ୍କ ସଙ୍ଗରେ ରହିଲେ, ଆଉ ଏକ ହଜାର ବିନ୍ୟାମୀନ୍ ପ୍ରଦେଶସ୍ଥ ଗିବୀୟାରେ ଯୋନାଥନ ସଙ୍ଗରେ ରହିଲେ; ପୁଣି, ଅବଶିଷ୍ଟ ଲୋକମାନଙ୍କର ପ୍ରତ୍ୟେକକୁ ସେ ଆପଣା ଆପଣା ତମ୍ବୁକୁ ବିଦାୟ କଲେ।
3 И порази Ионафан насива иноплеменника иже в холме. И услышаша иноплеменницы, и Саул воструби трубою во всю землю, глаголя: отвергошася раби.
ଆଉ ଯୋନାଥନ ଗେବାସ୍ଥିତ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳକୁ ସଂହାର କରନ୍ତେ, ପଲେଷ୍ଟୀୟମାନେ ତାହା ଶୁଣିଲେ। ସେତେବେଳେ ଶାଉଲ ଦେଶର ସର୍ବତ୍ର ତୂରୀ ବଜାଇ କହିଲେ, “ଏବ୍ରୀୟ ଲୋକମାନେ ଶୁଣନ୍ତୁ।”
4 И слыша весь Израиль глаголющих, яко порази Саул насива иноплеменника, и омерзе Израиль во иноплеменницех. И собрашася людие вслед Саула в Галгалех.
ତହୁଁ ଶାଉଲ ଯେ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳକୁ ସଂହାର କରିଅଛନ୍ତି ଓ ମଧ୍ୟ ଇସ୍ରାଏଲ ଯେ ପଲେଷ୍ଟୀୟମାନଙ୍କ ନିକଟରେ ଦୁର୍ଗନ୍ଧ ସ୍ୱରୂପ ହୋଇଅଛନ୍ତି, ଏହା ସମୁଦାୟ ଇସ୍ରାଏଲ ଶୁଣିଲେ। ଏଣୁ ଲୋକମାନେ ଶାଉଲଙ୍କ ପାଖରେ ଗିଲ୍ଗଲ୍ରେ ଏକତ୍ର ହେଲେ।
5 И иноплеменницы собрашася на брань на Израиля: и приидоша на Израиля тридесять тысящ колесниц и шесть тысящ конник и множество людий, яко песок иже при мори: и шедше ополчишася в Махмасе противу Вефорону на юг.
ଏଉତ୍ତାରେ ଇସ୍ରାଏଲ ସହିତ ଯୁଦ୍ଧ କରିବା ପାଇଁ ପଲେଷ୍ଟୀୟମାନଙ୍କର ତିରିଶ ସହସ୍ର ରଥ ଓ ଛଅ ସହସ୍ର ଅଶ୍ୱାରୋହୀ ଓ ସମୁଦ୍ରତୀରସ୍ଥ ବାଲୁକାର ନ୍ୟାୟ ଲୋକସମୂହ ଏକତ୍ର ହେଲେ; ସେମାନେ ଆସି ମିକ୍ମସ୍ରେ ବେଥ୍-ଆବନର ପୂର୍ବ ଦିଗରେ ଛାଉଣି ସ୍ଥାପନ କଲେ।
6 И видеша мужие Израилевы, яко не могоша противу стати, и скрышася людие в вертепех и в оградех и в камениих и в пропастех и во рвах:
ଏଣୁ ଇସ୍ରାଏଲ ଲୋକମାନେ ଆପଣାମାନଙ୍କୁ ବିପଦଗ୍ରସ୍ତ ଦେଖିଲେ; (କାରଣ ଲୋକମାନେ ବଡ଼ କଷ୍ଟ ଭୋଗ କଲେ), ଏହେତୁ ଲୋକମାନେ ଗୁମ୍ଫାରେ ଓ କଣ୍ଟାବଣରେ ଓ ଶୈଳରେ ଓ ଦୁର୍ଗମ ସ୍ଥାନରେ ଓ ଗାତରେ ଆପଣାମାନଙ୍କୁ ଲୁଚାଇଲେ।
7 и преходяще преидоша Иордан в землю Гадову и Галаадску. И Саул бяше еще в Галгалех, и вси людие ужасошася, иже бяху с ним.
ଏହି ସମୟରେ ଏବ୍ରୀୟମାନଙ୍କର କେତେକ ଲୋକ ଯର୍ଦ୍ଦନ ପାର ହୋଇ ଗାଦ୍ ଓ ଗିଲୀୟଦ ଦେଶକୁ ଯାଇଥିଲେ; ମାତ୍ର ଶାଉଲ ଏଯାଏ ଗିଲ୍ଗଲ୍ରେ ଥିଲେ, ଆଉ ସମସ୍ତ ଲୋକ ଥରଥର ହୋଇ ତାଙ୍କର ପଶ୍ଚାଦ୍ଗାମୀ ହେଲେ।
8 И ждаше седмь дний по свидетелству, якоже рече Самуил, и не прииде Самуил в Галгалы: и разсеяшася людие его от него.
ଏଉତ୍ତାରେ ଶାମୁୟେଲଙ୍କର ନିରୂପିତ ସମୟାନୁସାରେ ଶାଉଲ ସାତ ଦିନ ବିଳମ୍ବ କଲେ; ମାତ୍ର ଶାମୁୟେଲ ଗିଲ୍ଗଲ୍କୁ ଆସିଲେ ନାହିଁ; ଏହେତୁ ଲୋକମାନେ ତାଙ୍କ ନିକଟରୁ ଛିନ୍ନଭିନ୍ନ ହେବାକୁ ଲାଗିଲେ।
9 И рече Саул: приведите, яко да сотворю всесожжение и мирная. И вознесе всесожжение.
ଏଥିରେ ଶାଉଲ କହିଲେ, “ଏଠାରେ ମୋʼ ନିକଟକୁ ସେହି ହୋମବଳି ଓ ସେହି ମଙ୍ଗଳାର୍ଥକ ବଳି ଆଣ।” ଆଉ ସେ ହୋମବଳି ଉତ୍ସର୍ଗ କଲେ।
10 И бысть егда соверши вознося всесожжение, и се, Самуил прииде: и Саул изыде на сретение ему благословитися им.
ପୁଣି, ସେ ହୋମବଳି ଉତ୍ସର୍ଗ କରିବାର ସମାପ୍ତ କରିବା ମାତ୍ରେ ଦେଖ, ଶାମୁୟେଲ ଉପସ୍ଥିତ ହେଲେ; ତହିଁରେ ଶାଉଲ ତାଙ୍କୁ ମଙ୍ଗଳବାଦ କରିବା ପାଇଁ ଭେଟିବାକୁ ଗଲେ।
11 И рече Самуил: что сотворил еси? И рече Саул: видех, яко отидоша людие от мене, и ты не пришел еси, якоже определил еси свидетелством дний, иноплеменницы же собрашася в Махмас,
ଏଥିରେ ଶାମୁୟେଲ କହିଲେ, “ତୁମ୍ଭେ କଅଣ କଲ?” ଶାଉଲ ଉତ୍ତର କଲେ, “ମୁଁ ଦେଖିଲି, ଯେ ଲୋକମାନେ ମୋʼ ନିକଟରୁ ଛିନ୍ନଭିନ୍ନ ହେଉଅଛନ୍ତି, ପୁଣି, ନିରୂପିତ ଦିବସ ମଧ୍ୟରେ ତୁମ୍ଭେ ଆସିଲ ନାହିଁ, ମଧ୍ୟ ପଲେଷ୍ଟୀୟମାନେ ମିକ୍ମସ୍ରେ ଏକତ୍ର ହୋଇଅଛନ୍ତି;
12 и рех: ныне приидут иноплеменницы ко мне в Галгалы, и лица Господня не умолих: и не удержахся, и вознесох всесожжение.
ଏଥିପାଇଁ ମୁଁ କହିଲି, ‘ପଲେଷ୍ଟୀୟମାନେ ଏହିକ୍ଷଣି ମୋʼ ବିରୁଦ୍ଧରେ ଗିଲ୍ଗଲ୍କୁ ଓହ୍ଲାଇ ଆସିବେ, ମାତ୍ର ମୁଁ ସଦାପ୍ରଭୁଙ୍କର ଅନୁଗ୍ରହ ମାଗି ନାହିଁ।’ ଏନିମନ୍ତେ ମୁଁ ସାହସ ବାନ୍ଧି ହୋମବଳି ଉତ୍ସର୍ଗ କଲି।”
13 И рече Самуил к Саулу: безумие бысть тебе, понеже не сохранил еси заповеди моея, юже заповеда ти Господь: яко ныне уготовал бы Господь царство твое во Израили до века:
ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, “ତୁମ୍ଭେ ମୂର୍ଖର କର୍ମ କରିଅଛ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଆଜ୍ଞା ଦେଇଥିଲେ, ତାହା ତୁମ୍ଭେ ପାଳନ କଲ ନାହିଁ; କରିଥିଲେ ସଦାପ୍ରଭୁ ଇସ୍ରାଏଲ ଉପରେ ତୁମ୍ଭର ରାଜତ୍ୱ ଏବେ ଅନନ୍ତକାଳସ୍ଥାୟୀ କରିଥାʼନ୍ତେ।
14 и ныне царство твое не станет тебе, и изыщет Господь Себе человека по сердцу Своему, и повелит ему Господь властелину быти над людьми Своими, яко не сохранил еси, елика заповеда тебе Господь.
ମାତ୍ର ଏବେ ତୁମ୍ଭର ରାଜତ୍ୱ ସ୍ଥିର ହେବ ନାହିଁ; ସଦାପ୍ରଭୁ ନିଜ ମନର ମତ ଏକ ଜଣ ଆପଣା ପାଇଁ ଅନ୍ୱେଷଣ କରିଅଛନ୍ତି, ସଦାପ୍ରଭୁ ଆପଣା ଲୋକମାନଙ୍କ ଉପରେ ତାହାକୁ ଅଗ୍ରଣୀ ନିରୂପଣ କରିଅଛନ୍ତି, କାରଣ ସଦାପ୍ରଭୁ ତୁମ୍ଭକୁ ଯାହା ଆଜ୍ଞା କରିଥିଲେ, ତୁମ୍ଭେ ତାହା ପାଳନ କଲ ନାହିଁ।”
15 И воста Самуил и иде от Галгал в путь свой: и останок людий идоша вслед Саула на сретение людем ратным. Имже приходящым от Галгал в Гаваю Вениаминову, и сочте Саул люди обретшыяся с ним яко шесть сот мужей.
ଏଥିଉତ୍ତାରେ ଶାମୁୟେଲ ଉଠି ଗିଲ୍ଗଲ୍ରୁ ବିନ୍ୟାମୀନ୍ ପ୍ରଦେଶସ୍ଥ ଗିବୀୟାକୁ ଗଲେ। ସେତେବେଳେ ଶାଉଲ ଗଣନା କରି ଊଣାଧିକ ଛଅ ଶତ ଲୋକ ଆପଣା ନିକଟରେ ଥିବାର ଦେଖିଲେ।
16 Саул же и Ионафан сын его и людие обретшиися с ними седоша в Гаваи Вениаминове и плакашася: иноплеменницы же ополчишася в Махмасе.
ପୁଣି, ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ଓ ସେମାନଙ୍କ ନିକଟରେ ବର୍ତ୍ତମାନ ଥିବା ଲୋକମାନେ ବିନ୍ୟାମୀନ୍ ପ୍ରଦେଶସ୍ଥ ଗେବାରେ ରହିଲେ; ମାତ୍ର ପଲେଷ୍ଟୀୟମାନେ ମିକ୍ମସ୍ରେ ଛାଉଣି ସ୍ଥାପନ କଲେ।
17 И изыдоша губящии от села иноплеменников тремя началы: начало едино зрящее путь Гофера на землю Совалю:
ଏଉତ୍ତାରେ ପଲେଷ୍ଟୀୟମାନଙ୍କ ଛାଉଣିରୁ ତିନି ଦଳ ବିନାଶକ ଲୋକ ଆସିଲେ; ଏକ ଦଳ ଅଫ୍ରା ପଥରେ ଗମନ କରି ଶୂୟାଲ ପ୍ରଦେଶକୁ ଗଲେ;
18 и начало едино зрящее путь Вефоронь: и начало едино зрящее путь Гаваи, клонящийся к Гаисавим пустыни.
ପୁଣି, ଅନ୍ୟ ଏକ ଦଳ ବେଥ୍-ହୋରଣ ପଥ ଆଡ଼େ ଫେରିଲେ; ଆଉ ଅନ୍ୟ ଏକ ଦଳ ପ୍ରାନ୍ତର ଆଡ଼େ ସିବୋୟିମ ଉପତ୍ୟକାର ଅଭିମୁଖସ୍ଥ ଅଞ୍ଚଳର ପଥ ଦେଇ ଗମନ କଲେ।
19 И ковачь железа не обреташеся во всей земли Израилеве, яко реша иноплеменницы, да не сотворят Еврее меча и копия.
ସେସମୟରେ ସମସ୍ତ ଇସ୍ରାଏଲ ଦେଶରେ କମାର ମିଳୁ ନ ଥିଲେ; କାରଣ ପଲେଷ୍ଟୀୟମାନେ କହିଲେ, “କେଜାଣି ଏବ୍ରୀୟମାନେ ଆପଣାମାନଙ୍କ ପାଇଁ ଖଡ୍ଗ ବା ବର୍ଚ୍ଛା ନିର୍ମାଣ କରିବେ;”
20 И хождаху вси сынове Израилевы в землю иноплеменничу ковати кийждо своя косы и орудия своя, и кийждо секиры своя и серпы своя.
ଏଣୁ ଆପଣା ଆପଣା ଫାଳ ଓ ଛୁରୀ ଓ କୁହ୍ରାଡ଼ି ଓ କୋଡ଼ି ପଜାଇବା ପାଇଁ ଇସ୍ରାଏଲର ସମସ୍ତ ଲୋକଙ୍କୁ ପଲେଷ୍ଟୀୟମାନଙ୍କ ନିକଟକୁ ଯିବାର ହେଲା;
21 И притупишася вся орудия приспевшей жатве, секиры и серпы, поправления же има не бысть.
ତେଣୁ ସମସ୍ତଙ୍କର କୋଡ଼ି ଓ ଛୁରୀ ଓ ବିଦା ଓ କୁହ୍ରାଡ଼ି ଦନ୍ଥଡ଼ା ହୋଇଥାଏ; ମଧ୍ୟ ଅଙ୍କୁଶ ଧାର କରିବା ପାଇଁ ସେମାନଙ୍କର (ପଲେଷ୍ଟୀୟମାନଙ୍କ ନିକଟକୁ ଯିବାର ହେଲା)।
22 И бысть во дни брани Махмасския, и не обретеся меча и копия в руках всех людий, иже с Саулом и со Ионафаном: точию у Саула и Ионафана сына его.
ଏଣୁ ଯୁଦ୍ଧ ସମୟରେ ଶାଉଲ ଓ ଯୋନାଥନର ସଙ୍ଗୀ ଲୋକମାନଙ୍କ କାହାରି ହସ୍ତରେ ଖଡ୍ଗ କି ବର୍ଚ୍ଛା ନ ଥିଲା; କେବଳ ଶାଉଲ ଓ ତାଙ୍କ ପୁତ୍ର ଯୋନାଥନର ହସ୍ତରେ ଥିଲା।
23 И изыдоша от стана иноплеменнича об ону страну Махмаса.
ଏଉତ୍ତାରେ ପଲେଷ୍ଟୀୟମାନଙ୍କ ପ୍ରହରୀ-ଦଳ ବାହାର ହୋଇ ମିକ୍ମସ୍ ଘାଟିକୁ ଗଲେ।