< Четвертая книга Царств 2 >
1 И бысть внегда взяти Господу Илию в вихре яко на небо и идяше Илиа и Елиссей от Галгал.
ଏଥିଉତ୍ତାରେ ସଦାପ୍ରଭୁ ଏଲୀୟଙ୍କୁ ଘୂର୍ଣ୍ଣିବାୟୁରେ ସ୍ୱର୍ଗକୁ ଘେନିଯିବା ପାଇଁ ଉଦ୍ୟତ ହୁଅନ୍ତେ, ଏଲୀୟ ଇଲୀଶାୟଙ୍କ ସହିତ ଗିଲ୍ଗଲ୍ରୁ ଗଲେ।
2 И рече Илиа ко Елиссею: седи убо зде, яко Господь посла мя до Вефиля и рече Елиссей: жив Господь и жива душа твоя, аще оставлю тя и приидоста в Вефиль.
ପୁଣି ଏଲୀୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଅଛି, ତୁମ୍ଭେ ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ବେଥେଲ୍ ପର୍ଯ୍ୟନ୍ତ ପଠାଇଅଛନ୍ତି।” ତହିଁରେ ଇଲୀଶାୟ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତହୁଁ ସେମାନେ ବେଥେଲ୍କୁ ଗଲେ।
3 И приидоша сынове пророчестии, иже в Вефили, ко Елиссею и реша к нему: разумееши ли, яко взимает Господь днесь господина твоего верху главы твоея (от тебе)? И рече: и аз уразумех, молчите.
ସେତେବେଳେ ବେଥେଲ୍ ନିବାସୀ ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କ ନିକଟକୁ ବାହାରି ଆସି ତାଙ୍କୁ କହିଲେ, “ଆଜି ସଦାପ୍ରଭୁ ତୁମ୍ଭଠାରୁ ତୁମ୍ଭ ପ୍ରଭୁଙ୍କୁ ନେଇଯିବେ ବୋଲି ତୁମ୍ଭେ କʼଣ ଜାଣୁଅଛ?” ତହୁଁ ସେ କହିଲେ, “ହଁ, ମୁଁ ଜାଣୁଅଛି; ତୁମ୍ଭେମାନେ ତୁନି ହୁଅ।”
4 И рече Илиа ко Елиссею: сяди убо зде, яко Господь посла мя во Иерихон. И рече Елиссей: жив Господь и жива душа твоя, аще оставлю тя. И приидоста во Иерихон.
ଏଉତ୍ତାରେ ଏଲୀୟ ତାଙ୍କୁ କହିଲେ, “ହେ ଇଲୀଶାୟ, ମୁଁ ବିନୟ କରୁଅଛି, ତୁମ୍ଭେ ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ଯିରୀହୋକୁ ପଠାଇଅଛନ୍ତି।” ଏଥିରେ ଇଲୀଶାୟ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତହୁଁ ସେମାନେ ଯିରୀହୋକୁ ଗଲେ।
5 И приближишася сынове пророков, иже во Иерихоне, ко Елиссею и реша ему: разумееши ли, яко днесь вземлет Господь господина твоего свыше главы твоея (от тебе)? И рече: ибо и аз уразумех, молчите.
ଏଥିରେ ଯିରୀହୋ ନିବାସୀ ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ସଦାପ୍ରଭୁ ଆଜି ତୁମ୍ଭଠାରୁ ତୁମ୍ଭ ପ୍ରଭୁଙ୍କୁ ନେଇଯିବେ ବୋଲି ତୁମ୍ଭେ କʼଣ ଜାଣୁଅଛ?” ସେ ଉତ୍ତର କଲେ, “ହଁ, ମୁଁ ଜାଣୁଅଛି; ତୁମ୍ଭେମାନେ ତୁନି ହୁଅ।”
6 И рече ему Илиа: седи зде, яко Господь посла мя до Иордана. И рече Елиссей: жив Господь и жива душа твоя, аще оставлю тебе. И поидоста оба,
ଏଥିଉତ୍ତାରେ ଏଲୀୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଅଛି, ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ଯର୍ଦ୍ଦନକୁ ପଠାଇଅଛନ୍ତି।” ତହୁଁ ସେ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ଏଥିରେ ସେ ଦୁହେଁ ଅଗ୍ରସର ହେଲେ।
7 и пятьдесят мужей от сынов пророческих, и сташа противу издалеча: и сии оба стаста при Иордане.
ପୁଣି ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ମଧ୍ୟରୁ ପଚାଶ ଜଣ ଯାଇ ସେମାନଙ୍କ ସମ୍ମୁଖରେ ଦୂରରେ ଠିଆ ହେଲେ; ଆଉ ସେ ଦୁହେଁ ଯର୍ଦ୍ଦନ ନିକଟରେ ଠିଆ ହେଲେ।
8 И прият Илиа милоть свою, и свит ю, и удари ею в воду, и разступися вода сюду и сюду: и проидоста оба по суху.
ଏଥିରେ ଏଲୀୟ ଆପଣା ବସ୍ତ୍ର ନେଇ ଏକତ୍ର ଗୁଡ଼ାଇ ଜଳକୁ ଆଘାତ କଲେ, ତହିଁରେ ଜଳ ଏପାଖେ ସେପାଖେ ବିଭକ୍ତ ହୋଇଯାଆନ୍ତେ, ସେ ଦୁହେଁ ଶୁଷ୍କ ଭୂମି ଦେଇ ପାର ହୋଇଗଲେ।
9 И бысть преходящема има, и рече Илиа ко Елиссееви: проси, что сотворю ти прежде неже взят буду от тебе. И рече Елиссей: да будет убо дух, иже в тебе, сугуб во мне.
ପୁଣି ସେମାନେ ପାର ହୋଇଗଲା ଉତ୍ତାରେ ଏଲୀୟ ଇଲୀଶାୟଙ୍କୁ କହିଲେ, “ମୁଁ ତୁମ୍ଭ ପାଇଁ କଅଣ କରିବି, ଏହା ମୁଁ ତୁମ୍ଭ ନିକଟରୁ ନିଆଯିବା ପୂର୍ବରୁ ମାଗ।” ତହିଁରେ ଇଲୀଶାୟ କହିଲେ, “ମୁଁ ବିନୟ କରୁଅଛି, ଆପଣଙ୍କ ଆତ୍ମାର ଦୁଇଗୁଣ ଅଂଶ ମୋʼ ଉପରେ ବର୍ତ୍ତୁ।”
10 И рече Илиа: ожесточил еси просити: аще узриши мя вземлема от тебе, будет ти тако: аще ли не (узриши), и будет.
ଏଥିରେ ଏଲୀୟ କହିଲେ, “ତୁମ୍ଭେ ଦୁଃସାଧ୍ୟ ବିଷୟ ମାଗିଲ; ତଥାପି ମୁଁ ତୁମ୍ଭ ନିକଟରୁ ନିଆଯିବା ବେଳେ ଯେବେ ତୁମ୍ଭେ ମୋତେ ଦେଖିବ, ତେବେ ତୁମ୍ଭ ପ୍ରତି ତଦ୍ରୂପ ବର୍ତ୍ତିବ; ମାତ୍ର ତାହା ନ ହେଲେ, ବର୍ତ୍ତିବ ନାହିଁ।”
11 И бысть идущема има, идяста и глаголаста: и се, колесница огненная и кони огненнии, и разделиша между обема. И взят бысть Илиа вихром яко на небо.
ଏହିରୂପେ ସେମାନେ ଯାଉ ଯାଉ ଓ କଥାବାର୍ତ୍ତା କରୁ କରୁ ଦେଖ, ଏକ ଅଗ୍ନିମୟ ରଥ ଓ ଅଗ୍ନିମୟ ଅଶ୍ୱମାନ ଉପସ୍ଥିତ ହୋଇ ସେ ଦୁହିଁଙ୍କୁ ପୃଥକ କଲା; ପୁଣି ଏଲୀୟ ଘୂର୍ଣ୍ଣିବାୟୁରେ ସ୍ୱର୍ଗାରୋହଣ କଲେ।
12 И Елиссей зряше и вопияше: отче, отче, колесница Израилева и конница его. И не увиде его ктому: и ятся (Елиссей) за ризы своя, и растерза я в два растерзания,
ଆଉ ଇଲୀଶାୟ ତାହା ଦେଖି ଉଚ୍ଚସ୍ୱରରେ କହିଲେ, “ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ!” ଏଉତ୍ତାରେ ସେ ଏଲୀୟଙ୍କୁ ଆଉ ଦେଖିଲେ ନାହିଁ; ଏଣୁ ସେ ଆପଣା ବସ୍ତ୍ର ଧରି ଦୁଇ ଖଣ୍ଡ କରି ଚିରିଲେ।
13 и взя милоть Илину Елиссей падшую верху его, и возвратися Елиссей, и ста на брезе Иорданове.
ମଧ୍ୟ ସେ ଏଲୀୟଙ୍କଠାରୁ ପଡ଼ିଥିବା ବସ୍ତ୍ରଖଣ୍ଡ ଉଠାଇ ନେଲେ ଓ ଫେରିଯାଇ ଯର୍ଦ୍ଦନ ତୀରରେ ଠିଆ ହେଲେ।
14 И прият (Елиссей) милоть Илиину, яже паде верху его, и удари в воду, и не разступися вода. И рече: где Бог Илиин Аффо? И удари Елиссей воды (вторицею), и разступишася сюду и сюду, и прейде Елиссей по суху.
ପୁଣି ସେ ଏଲୀୟଙ୍କଠାରୁ ପଡ଼ିଥିବା ବସ୍ତ୍ର ନେଇ ଜଳକୁ ଆଘାତ କରି କହିଲେ, “ସଦାପ୍ରଭୁ ଏଲୀୟଙ୍କର ପରମେଶ୍ୱର କାହାନ୍ତି?” ପୁଣି ସେ ମଧ୍ୟ ଜଳକୁ ଆଘାତ କରନ୍ତେ, ତାହା ଏପାଖେ ସେପାଖେ ବିଭକ୍ତ ହୋଇଗଲା; ତହିଁରେ ଇଲୀଶାୟ ପାର ହୋଇଗଲେ।
15 И видеша его сынове пророчестии, иже во Иерихоне сопротив, и реша: почи дух Илиин на Елиссеи. И приидоша на сретение ему и поклонишася ему до земли,
ଆଉ ଯିରୀହୋ ନିବାସୀ ଭବିଷ୍ୟଦ୍ବକ୍ତାଗଣଙ୍କ ଯେଉଁ ଦଳ ତାଙ୍କ ସମ୍ମୁଖରେ ଥିଲେ, ସେମାନେ ତାଙ୍କୁ ଦେଖି କହିଲେ, “ଏଲୀୟଙ୍କର ଆତ୍ମା ଇଲୀଶାୟଙ୍କ ଉପରେ ବର୍ତ୍ତିଲା।” ତହୁଁ ସେମାନେ ଇଲୀଶାୟଙ୍କୁ ଭେଟିବାକୁ ଆସି ତାଙ୍କ ସମ୍ମୁଖରେ ଭୂମିଷ୍ଠ ପ୍ରଣାମ କଲେ।
16 и реша к нему: се, ныне со отроки твоими пятьдесят мужей сынов сильных: шедше да взыщут господина твоего, еда како Дух Господень взя, и поверже его на Иордане, или на единей от гор, или на единем от холмов и рече Елиссей: не посылайте.
ଆଉ ସେମାନେ ଇଲୀଶାୟଙ୍କୁ କହିଲେ, “ଏବେ ଦେଖନ୍ତୁ, ଆପଣଙ୍କ ଦାସମାନଙ୍କ ସଙ୍ଗେ ପଚାଶ ବଳବାନ ଲୋକ ଅଛନ୍ତି; ଆମ୍ଭେମାନେ ବିନୟ କରୁଅଛୁ, ସେମାନେ ଯାଇ ଆପଣଙ୍କ ପ୍ରଭୁଙ୍କୁ ଖୋଜନ୍ତୁ; ହୋଇପାରେ, ସଦାପ୍ରଭୁଙ୍କ ଆତ୍ମା ତାଙ୍କୁ ଊର୍ଦ୍ଧ୍ୱକୁ ନେଇ କୌଣସି ପର୍ବତ ଅବା ଉପତ୍ୟକାରେ ପକାଇ ଦେଇଥିବେ।” ଏଥିରେ ଇଲୀଶାୟ କହିଲେ, “ତୁମ୍ଭେମାନେ ପଠାଅ ନାହିଁ।”
17 И принудиша его, и дондеже устыдеся, и рече: послите. И послаша пятьдесят мужей, и искаша три дни, и не обретоша его,
ତଥାପି ଇଲୀଶାୟ ଲଜ୍ଜିତ ହେବା ପର୍ଯ୍ୟନ୍ତ ସେମାନେ ତାଙ୍କୁ ପ୍ରବର୍ତ୍ତାନ୍ତେ, ସେ କହିଲେ, “ପଠାଅ।” ଏହେତୁ ସେମାନେ ପଚାଶ ଲୋକ ପଠାଇଲେ, ଆଉ ସେମାନେ ତାଙ୍କୁ ତିନି ଦିନ ଖୋଜିଲେ, ମାତ୍ର ପାଇଲେ ନାହିଁ।
18 и возвратишася к нему: и той седяше во Иерихоне. И рече Елиссей к ним: не глаголах ли к вам, не идите?
ପୁଣି ଇଲୀଶାୟ ଯିରୀହୋରେ ଥାଉ ଥାଉ ସେମାନେ ତାଙ୍କ ନିକଟକୁ ଫେରି ଆସିଲେ; ଏଥିରେ ସେ ସେମାନଙ୍କୁ କହିଲେ, “ନ ଯାଅ ବୋଲି ମୁଁ କʼଣ ତୁମ୍ଭମାନଙ୍କୁ କହି ନ ଥିଲି।”
19 И реша мужие града ко Елиссею: се, жилище града благо, якоже ты, господине, видиши, но воды злы и земля неплодна.
ଏଥିଉତ୍ତାରେ ନଗରସ୍ଥ ଲୋକମାନେ ଇଲୀଶାୟଙ୍କୁ କହିଲେ, “ଦେଖନ୍ତୁ, ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭମାନଙ୍କ ପ୍ରଭୁ ଦେଖୁଅଛନ୍ତି ଯେ, ଏହି ନଗରର ସ୍ଥାନ ମନୋରମ; ମାତ୍ର ଜଳ ମନ୍ଦ ଓ ଭୂମି ଫଳନାଶକ।”
20 И рече Елиссей: принесите ми водонос нов, и всыплите в онь соль. И взяша, и принесоша к нему.
ତହିଁରେ ସେ କହିଲେ, “ମୋʼ ନିକଟକୁ ଗୋଟିଏ ନୂତନ ପାତ୍ର ଆଣ ଓ ତହିଁରେ ଲବଣ ଦିଅ।” ତହୁଁ ସେମାନେ ତାଙ୍କ ନିକଟକୁ ତାହା ଆଣିଲେ।
21 И изыде Елиссей на исходища водная, и всыпа ту соль, и рече: сице глаголет Господь: изцелих воды сия, не будет от них ктому смерти и неплодства.
ଏଥିରେ ସେ ଜଳ ନିର୍ଝର ନିକଟକୁ ଗଲେ ଓ ତହିଁରେ ଲବଣ ପକାଇ କହିଲେ, ସଦାପ୍ରଭୁ ଏହି କଥା କହନ୍ତି, “ମୁଁ ଏହି ଜଳ ଭଲ କଲି; ତାହା ମୃତ୍ୟୁୁଜନକ ଅବା ଫଳନାଶକ ଆଉ ହେବ ନାହିଁ।”
22 И изцелеша воды до дне сего, по глаголу Елиссееву, егоже глагола.
ଏହିରୂପେ ଇଲୀଶାୟଙ୍କର ଉକ୍ତ ବାକ୍ୟାନୁସାରେ ସେହି ଜଳ ଆଜି ପର୍ଯ୍ୟନ୍ତ ଭଲ ହୋଇଅଛି।
23 И взыде оттуду во Вефиль. И восходящу ему путем, и дети малы изыдоша из града, и ругахуся ему, и реша ему: гряди, плешиве, гряди.
ଏଥିଉତ୍ତାରେ ଇଲୀଶାୟ ସେଠାରୁ ବେଥେଲ୍କୁ ଗଲେ; ପୁଣି ସେ ପଥରେ ଯାଉ ଯାଉ କେତେକ କ୍ଷୁଦ୍ର ବାଳକ ନଗରରୁ ବାହାରି ଆସି ତାଙ୍କୁ ପରିହାସ କରି କହିଲେ, “ଆରେ ଟାଙ୍ଗରାମୁଣ୍ଡା, ଉପରକୁ ଯା; ଆରେ ଟାଙ୍ଗରାମୁଣ୍ଡା, ଉପରକୁ ଯା।”
24 И озреся вслед их, и виде я, и проклят я именем Господним. И се, изыдоша две медведицы из дубравы и растерзаша от них четыредесять два отрочища.
ଏଥିରେ ସେ ଆପଣା ପଛକୁ ଅନାଇ ସେମାନଙ୍କୁ ଦେଖିଲେ ଓ ସଦାପ୍ରଭୁଙ୍କ ନାମରେ ସେମାନଙ୍କୁ ଅଭିଶାପ ଦେଲେ। ସେତେବେଳେ ବନରୁ ଦୁଇ ଭଲ୍ଲୁକୀ ବାହାରି ଆସି ସେମାନଙ୍କ ମଧ୍ୟରୁ ବୟାଳିଶ ଜଣ ବାଳକଙ୍କୁ ବିଦୀର୍ଣ୍ଣ କଲେ।
25 И иде оттуду в гору Кармилскую, и оттуду возвратися в Самарию.
ଏଥିଉତ୍ତାରେ ସେ ସେଠାରୁ କର୍ମିଲ ପର୍ବତକୁ ଗଲେ ଓ ସେଠାରୁ ଶମରୀୟାକୁ ଫେରିଗଲେ।