< Книга пророка Даниила 1 >
1 В лето третие царства Иоакима царя Иудина, прииде Навуходоносор царь Вавилонск на Иерусалим и воеваше нань.
ଯିହୁଦାର ରାଜା ଯିହୋୟାକୀମ୍ର ଶାସନ କାଳର ତୃତୀୟ ବର୍ଷରେ ବାବିଲର ରାଜା ନବୂଖଦ୍ନିତ୍ସର ଯିରୂଶାଲମକୁ ଆସି ତାହା ଅବରୋଧ କଲା।
2 И даде Господь в руце его Иоакима царя Иудина и от части сосудов храма Божия. И принесе я в землю Сеннаар в дом бога своего и сосуды внесе в дом сокровищный бога своего.
ପୁଣି, ପ୍ରଭୁ ଯିହୁଦାର ରାଜା ଯିହୋୟାକୀମ୍କୁ ଓ ପରମେଶ୍ୱରଙ୍କ ଗୃହର କେତେକ ପାତ୍ର ତାହାର ହସ୍ତରେ ସମର୍ପି ଦେଲେ; ତହିଁରେ ସେ ଶିନୀୟର ଦେଶରେ ଥିବା ଆପଣା ଦେବ ମନ୍ଦିରକୁ ସେହି ସବୁ ନେଇଗଲା ଓ ପାତ୍ରସକଳ ସେ ଆପଣା ଦେବତାର ଭଣ୍ଡାର ଗୃହରେ ରଖିଲା।
3 И рече царь ко Асфанезу, старейшине евнухов своих, ввести от сынов плена Израилева и от племене царска и от князей
ପୁଣି, ରାଜା ଇସ୍ରାଏଲର ସନ୍ତାନଗଣ ମଧ୍ୟରୁ, ଅର୍ଥାତ୍, ରାଜକୀୟ ଓ କୁଳୀନ ବଂଶରୁ
4 юношы, на нихже несть порока, и добры зраком и смыслены во всяцей премудрости, и ведущыя умение и размышляющыя разум, и имже есть крепость в них, еже предстояти в дому пред царем и научити я книгам и языку Халдейску.
ନିଖୁଣ, ସୁନ୍ଦର ଓ ସମସ୍ତ ଜ୍ଞାନରେ ନିପୁଣ, ବିଦ୍ୟାରେ ବିଚକ୍ଷଣ, ବୁଦ୍ଧିରେ ବିଜ୍ଞ ଓ ରାଜପ୍ରାସାଦରେ ଠିଆ ହେବାକୁ ଯୋଗ୍ୟ କେତେକ ଯୁବା ଲୋକଙ୍କୁ ଆଣିବାକୁ ଓ କଲ୍ଦୀୟ ବିଦ୍ୟା ଓ ଭାଷା ଶିଖାଇବାକୁ ଆପଣାର ନପୁଂସକାଧିପତି ଅସ୍ପନସ୍କୁ କହିଲା।
5 И повеле им (даяти) царь по вся дни от трапезы царевы и от вина пития своего и кормити их лета три, и потом стати пред царем.
ଆଉ, ସେମାନେ ଯେପରି ତିନି ବର୍ଷର ଶେଷରେ ରାଜାଙ୍କ ନିକଟରେ ଠିଆ ହେବେ, ଏଥିପାଇଁ ରାଜା ସେମାନଙ୍କ ନିମନ୍ତେ ରାଜାର ଆହାରୀୟ ଦ୍ରବ୍ୟରୁ ଓ ପାନୀୟ ଦ୍ରାକ୍ଷାରସରୁ ଦୈନିକ ଅଂଶ ଦେବା ପାଇଁ ଓ ତିନି ବର୍ଷ ପର୍ଯ୍ୟନ୍ତ ସେମାନଙ୍କ ପ୍ରତିପୋଷଣ କରିବା ପାଇଁ ନିରୂପଣ କଲା।
6 И бысть в них от сынов Иудиных Даниил и Ананиа, и Азариа и Мисаил.
ଏମାନଙ୍କ ମଧ୍ୟରେ ଯିହୁଦା ବଂଶୀୟ ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟ ଥିଲେ।
7 И возложи им имена старейшина евнухов: Даниилу Валтасар, и Анании Седрах, и Мисаилу Мисах, Азарии же Авденаго.
ପୁଣି, ନପୁଂସକାଧିପତି ସେମାନଙ୍କୁ ନାମ ଦେଲା; ସେ ଦାନିୟେଲଙ୍କୁ ବେଲ୍ଟଶତ୍ସର, ହନାନୀୟଙ୍କୁ ଶଦ୍ରକ୍, ମୀଶାୟେଲଙ୍କୁ ମୈଶକ୍ ଓ ଅସରୀୟକୁ ଅବେଦ୍ନଗୋ ନାମ ଦେଲା।
8 И положи Даниил на сердцы своем, еже не осквернитися от трапезы царевы и от вина пития его, и моли старейшину евнухов, яко да не осквернится.
ମାତ୍ର ରାଜାର ଆହାରୀୟ ଦ୍ରବ୍ୟରେ ଓ ତାହାର ପାନୀୟ ଦ୍ରାକ୍ଷାରସରେ ଆପଣାକୁ ଅଶୁଚି ନ କରିବା ପାଇଁ ଦାନିୟେଲ ନିଜ ମନରେ ସ୍ଥିର କଲେ; ଏହେତୁ ସେ ଯେପରି ଆପଣାକୁ ଅଶୁଚି ନ କରନ୍ତି, ଏଥିପାଇଁ ସେ ନପୁଂସକାଧିପତିଙ୍କୁ ନିବେଦନ କଲେ।
9 И вдаде Бог Даниила в милость и в щедроты пред старейшиною евнухов.
ସେତେବେଳେ ପରମେଶ୍ୱର ସେହି ନପୁଂସକାଧିପତିର ଦୃଷ୍ଟିରେ ଦାନିୟେଲଙ୍କୁ ଅନୁଗ୍ରହ ଓ ଦୟାର ପାତ୍ର କଲେ।
10 И рече старейшина евнухов Даниилу: боюся аз господина моего царя, заповедавшаго о пищи вашей и питии вашем, да не когда увидит лица ваша уныла паче отроков сверстников ваших, и осудите главу мою царю.
ତହିଁରେ ନପୁଂସକାଧିପତି ଦାନିୟେଲଙ୍କୁ କହିଲା, ଯେ ତୁମ୍ଭମାନଙ୍କର ଭକ୍ଷ୍ୟ ଓ ପାନୀୟ ଦ୍ରବ୍ୟ ନିରୂପଣ କରିଅଛନ୍ତି, “ମୁଁ ଆପଣାର ପ୍ରଭୁ ସେହି ମହାରାଜାଙ୍କୁ ଭୟ କରେ; କାରଣ ସେ ତୁମ୍ଭମାନଙ୍କର ସମବୟସ୍କ ଯୁବାମାନଙ୍କର ମୁଖ ଅପେକ୍ଷା ତୁମ୍ଭମାନଙ୍କ ମୁଖ କାହିଁକି ମଳିନ ଦେଖିବେ? ତାହାହେଲେ, ତୁମ୍ଭେମାନେ ରାଜାଙ୍କ ନିକଟରେ ମୋର ମସ୍ତକକୁ ସଂଶୟାପନ୍ନ କରିବ।”
11 И рече Даниил ко Амелсару, егоже пристави старейшина евнухов к Даниилу и Анании, и Азарии и Мисаилу:
ତହିଁରେ ନପୁଂସକାଧିପତି ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟଙ୍କ ଉପରେ ଯେଉଁ ଗୃହାଧ୍ୟକ୍ଷକୁ ନିଯୁକ୍ତ କରିଥିଲା, ତାହାକୁ ଦାନିୟେଲ କହିଲେ;
12 искуси отроки твоя до десяти дний, и да дадят нам от семен земных, да ядим, и воду да пием:
“ଅନୁଗ୍ରହ କରି ଆପଣା ଦାସମାନଙ୍କୁ ଦଶ ଦିନ ପରୀକ୍ଷା କରନ୍ତୁ; ଆମ୍ଭମାନଙ୍କୁ ଭୋଜନ ନିମନ୍ତେ ଶସ୍ୟ ଓ ପାନ ନିମନ୍ତେ ଜଳ ଦିଆଯାଉ।
13 и да явятся пред тобою лица наша и лица отроков ядущих от трапезы царевы, и якоже узриши, сотвори со отроки твоими.
ତହିଁ ଉତ୍ତାରେ ଆପଣଙ୍କ ସମ୍ମୁଖରେ ଆମ୍ଭମାନଙ୍କର ମୁଖ ଓ ରାଜକୀୟ ଭକ୍ଷ୍ୟ ଭୋଜନକାରୀ ଯୁବାମାନଙ୍କର ମୁଖ ଦେଖାଯାଉ; ତହିଁରେ ଆପଣ ଯେପରି ଦେଖନ୍ତି, ତଦନୁସାରେ ଆପଣ ଦାସମାନଙ୍କ ପ୍ରତି ବ୍ୟବହାର କରନ୍ତୁ।”
14 И послуша их и искуси я до десяти дний.
ତହିଁରେ ସେ ଏହି ବିଷୟରେ ସେମାନଙ୍କ କଥା ଗ୍ରାହ୍ୟ କରି ଦଶ ଦିନ ପର୍ଯ୍ୟନ୍ତ ସେମାନଙ୍କର ପରୀକ୍ଷା କଲା।
15 По скончании же десятих дний, явишася лица их блага и крепка плотию паче отроков ядущих от трапезы царевы.
ପୁଣି, ଦଶ ଦିନର ଶେଷରେ ରାଜକୀୟ ଆହାର ଭୋଜନକାରୀ ସକଳ ଯୁବାଙ୍କ ମୁଖ ଅପେକ୍ଷା ସେମାନଙ୍କ ମୁଖ ସୁନ୍ଦର ଦେଖାଗଲା ଓ ସେମାନେ ଅଧିକ ହୃଷ୍ଟପୃଷ୍ଟ ଦେଖାଗଲେ।
16 И бысть Амелсар отемля яди их и вино пития их и даяше им семена.
ଏଥିରେ ଗୃହାଧ୍ୟକ୍ଷ ସେମାନଙ୍କର ସେହି ଭକ୍ଷ୍ୟ ଓ ପାନୀୟ ଦ୍ରାକ୍ଷାରସ ବନ୍ଦ କରି ସେମାନଙ୍କୁ ଶସ୍ୟ ଦେଲା।
17 И четырем отроком сим им даде им Бог смысл и мудрость во всяцей книжней премудрости: Даниил же разумен бысть во всяцем видении и сониих.
ଆଉ, ପରମେଶ୍ୱର ସେହି ଚାରି ଯୁବାଙ୍କୁ ସମସ୍ତ ବିଦ୍ୟା ଓ ଜ୍ଞାନରେ, ବୁଦ୍ଧି ଓ ନିପୁଣତା ଦେଲେ ପୁଣି, ଦାନିୟେଲ ଯାବତୀୟ ଦର୍ଶନ ଓ ସ୍ୱପ୍ନ ବିଷୟରେ ବୁଦ୍ଧିମାନ ହେଲେ।
18 И по скончании тех дний, в няже рече царь привести я, введе я старейшина евнухов пред Навуходоносора.
ଆଉ, ରାଜା ସେମାନଙ୍କୁ ନିକଟକୁ ଆଣିବା ନିମନ୍ତେ ଯେଉଁ ସମୟ ନିରୂପଣ କରିଥିଲେ, ତାହା ଶେଷ ହୁଅନ୍ତେ, ନପୁଂସକାଧିପତି ସେମାନଙ୍କୁ ନବୂଖଦ୍ନିତ୍ସରର ଛାମୁକୁ ଆଣିଲା।
19 И беседова с ними царь, и не обретошася от всех их подобни Даниилу и Анании, и Азарии и Мисаилу: и сташа пред царем.
ପୁଣି, ରାଜା ସେମାନଙ୍କ ସଙ୍ଗେ ଆଳାପ କଲେ; ଆଉ, ସେହି ସମସ୍ତଙ୍କ ମଧ୍ୟରେ ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟ ସମାନ କେହି ଦେଖାଗଲେ ନାହିଁ; ଏଣୁ ଏମାନେ ରାଜାଙ୍କ ଛାମୁରେ ଠିଆ ହେଲେ।
20 И во всяцем глаголе премудрости и умения, о нихже вопрошаше от них царь, обрете я десятерицею паче всех обаятелей и волхвов сущих во всем царстве его.
ଆଉ, ଜ୍ଞାନ ଓ ବୁଦ୍ଧି ସମ୍ବନ୍ଧୀୟ ଯେଉଁ କୌଣସି କଥା ରାଜା ସେମାନଙ୍କୁ ପଚାରିଲେ, ସେହି ସକଳ ବିଷୟରେ ସେ ଆପଣାର ସମଗ୍ର ରାଜ୍ୟସ୍ଥ ଯାବତୀୟ ମନ୍ତ୍ରବେତ୍ତା ଓ ଗଣକ ଅପେକ୍ଷା ସେମାନଙ୍କର ବିଜ୍ଞତା ଦଶଗୁଣ ଅଧିକ ଦେଖିଲା।
21 И бысть Даниил даже до перваго лета Кира царя.
ପୁଣି, ଦାନିୟେଲ କୋରସ୍ ରାଜାର ପ୍ରଥମ ବର୍ଷ ପର୍ଯ୍ୟନ୍ତ ସେଠାରେ ରହିଲେ।