< Книга пророка Даниила 5 >
1 Валтасар царь сотвори вечерю велию вельможам своим тысящи мужем,
ରାଜା ବେଲ୍ଶତ୍ସର ଆପଣାର ସହସ୍ର ଅମାତ୍ୟବର୍ଗଙ୍କ ନିମନ୍ତେ ଏକ ମହାଭୋଜ ପ୍ରସ୍ତୁତ କଲା ଓ ସେହି ସହସ୍ରଙ୍କ ସାକ୍ଷାତରେ ଦ୍ରାକ୍ଷାରସ ପାନ କଲା।
2 пред тысящею же вино, и пия Валтасар рече при вкушении вина, еже принести сосуды златы и сребряны, яже изнесе Навуходоносор отец его из храма (Господа Бога), иже во Иерусалиме, и да пиют в них царь и вельможи его, и наложницы его и возлежащыя (окрест) его.
ପୁଣି, ତାହାର ପିତା ନବୂଖଦ୍ନିତ୍ସର ଯିରୂଶାଲମସ୍ଥ ମନ୍ଦିରରୁ ଯେଉଁ ସକଳ ସୁନା ଓ ରୂପାର ପାତ୍ର ଅପହରଣ କରିଥିଲା, ତହିଁରେ ରାଜା ଓ ତାହାର ଅମାତ୍ୟବର୍ଗ, ପୁଣି ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ଯେପରି ପାନ କରିବେ, ଏଥିପାଇଁ ବେଲ୍ଶତ୍ସର ଦ୍ରାକ୍ଷାରସ ଆସ୍ୱାଦନ କରୁ କରୁ ସେସକଳ ପାତ୍ର ଆଣିବା ପାଇଁ ଆଜ୍ଞା କଲା।
3 И принесоша сосуды златыя и сребряныя, яже изнесе (Навуходоносор царь) из храма Господа Бога, иже во Иерусалиме: и пияху ими царь и вельможи его, и наложницы его и возлежащыя (окрест) его:
ତହିଁରେ ଯିରୂଶାଲମସ୍ଥ ମନ୍ଦିରରୁ, ଅର୍ଥାତ୍, ପରମେଶ୍ୱରଙ୍କ ଗୃହରୁ ଯେଉଁ ସକଳ ସୁବର୍ଣ୍ଣ ପାତ୍ର ଅପହୃତ ହୋଇଥିଲା, ତାହା ଲୋକମାନେ ଆଣିଲେ; ପୁଣି, ରାଜା ଓ ତାହାର ଅମାତ୍ୟବର୍ଗ, ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ସେହି ସବୁରେ ପାନ କଲେ।
4 пияху вино и похвалиша боги златыя и сребряныя, и медяныя и железныя, и древяныя и каменныя, а Бога вечнаго не благословиша, имущаго власть духа их.
ସେମାନେ ଦ୍ରାକ୍ଷାରସ ପାନ କରୁ କରୁ ସୁନା ଓ ରୂପା, ପିତ୍ତଳ, ଲୁହା, କାଠ ଓ ପଥର ନିର୍ମିତ ଦେବଗଣର ପ୍ରଶଂସା କଲେ।
5 В той час изыдоша персты руки человечи и писаху противу лампады на поваплении стены дому царева, и царь видяше персты руки пишущия.
ସେହି ଦଣ୍ଡରେ ମନୁଷ୍ୟ ହସ୍ତର ଅଙ୍ଗୁଳି ଆସି ରାଜପ୍ରାସାଦର କାନ୍ଥର ଲେପନ ଉପରେ ଦୀପାଧାରର ନିକଟରେ ଲେଖିଲା, ଆଉ ହସ୍ତର ଯେଉଁ ଅଂଶ ଲେଖିଲା, ରାଜା ତାହା ଦେଖିଲା।
6 Тогда царю зрак изменися, и размышления его смущаху его, и соузы чресл его разслабляхуся, и колена его сражастася:
ତହିଁରେ ରାଜାର ମୁଖ ବିବର୍ଣ୍ଣ ହେଲା ଓ ତାହାର ଭାବନା ତାହାକୁ ଉଦ୍ବିଗ୍ନ କଲା; ପୁଣି, ତାହାର କଟିଦେଶରେ ସନ୍ଧିସ୍ଥାନସବୁ ହୁଗୁଳା ହୋଇଗଲା ଓ ତାହାର ଆଣ୍ଠୁରେ ଆଣ୍ଠୁ ବାଜିଲା।
7 и возопи царь силою, еже ввести волхвов, Халдеев, газаринов: и рече царь мудрым Вавилонским: иже прочтет писание сие и разум его возвестит мне, той в багряницу облечется, и гривна златая на выю его, и третий во царстве моем обладати начнет.
ରାଜା ଗଣକ, କଲ୍ଦୀୟ ଓ ଶୁଭାଶୁଭବାଦୀମାନଙ୍କୁ ଆଣିବା ପାଇଁ ଉଚ୍ଚସ୍ୱର କରି ଡାକିଲା। ରାଜା ବାବିଲୀୟ ବିଦ୍ୱାନ୍ମାନଙ୍କୁ କହିଲା, “ଯେକେହି ଏହି ଲେଖା ପଢ଼ିବ ଓ ତହିଁର ଅର୍ଥ ମୋତେ ଜଣାଇବ, ସେ ବାଇଗଣିଆ ରଙ୍ଗ ବସନରେ ବସ୍ତ୍ରାନ୍ୱିତ ହେବ ଓ ତାହାର କଣ୍ଠରେ ସୁବର୍ଣ୍ଣର ହାର ଦିଆଯିବ, ଆଉ ସେ ରାଜ୍ୟରେ ତୃତୀୟ କର୍ତ୍ତା ହେବ।”
8 И вхождаху вси мудрии ко царю и не можаху писания прочести, ни разума царю возвестити.
ତହିଁରେ ରାଜାର ସମସ୍ତ ବିଦ୍ୱାନ୍ ଲୋକ ଭିତରକୁ ଆସିଲେ; ମାତ୍ର ସେମାନେ ଲେଖା ପଢ଼ି ପାରିଲେ ନାହିଁ, କିଅବା ରାଜାକୁ ତହିଁର ଅର୍ଥ ଜଣାଇ ପାରିଲେ ନାହିଁ।
9 Царь же Валтасар возмятеся, и зрак его изменися на нем, и вельможи его смущахуся.
ତେଣୁ ରାଜା ବେଲ୍ଶତ୍ସର ଅତିଶୟ ଉଦ୍ବିଗ୍ନ ହେଲା ଓ ତାହାର ମୁଖ ବିବର୍ଣ୍ଣ ହେଲା, ଆଉ ତାହାର ଅମାତ୍ୟଗଣ ବିସ୍ମୟାପନ୍ନ ହେଲେ।
10 И вниде царица в дом пирный, и рече царица: царю во веки живи: да не смущают тебе размышления твоя, и зрак твой да не изменяется:
ଏହି ସମୟରେ ରାଜାର ଓ ତାହାର ଅମାତ୍ୟଗଣର କଥା ସକାଶୁ ରାଣୀ ଭୋଜନଶାଳାକୁ ଆସିଲା; ରାଣୀ କହିଲା, “ହେ ରାଜନ୍, ଚିରଜୀବୀ ହେଉନ୍ତୁ; ଆପଣଙ୍କର ଭାବନା ଆପଣଙ୍କୁ ଉଦ୍ବିଗ୍ନ ନ କରୁ, ଅଥବା ଆପଣଙ୍କ ମୁଖ ବିବର୍ଣ୍ଣ ନ ହେଉ।
11 есть муж во царстве твоем, в немже дух Божий: и во дни отца твоего бодрость и смысл обретеся в нем, и царь Навуходоносор отец твой князя постави его волхвом, обаятелем, Халдеем, газарином,
ଆପଣଙ୍କ ରାଜ୍ୟ ମଧ୍ୟରେ ଏକ ଲୋକ ଅଛନ୍ତି, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ଆପଣଙ୍କ ପିତାଙ୍କ ସମୟରେ ଦେବଗଣର ଜ୍ଞାନ ତୁଲ୍ୟ ଜ୍ଞାନଦୀପ୍ତି ଓ ବୁଦ୍ଧି ଓ ଜ୍ଞାନ ତାଙ୍କଠାରେ ଦେଖା ଯାଇଥିଲା; ଆଉ, ଆପଣଙ୍କ ପିତା ରାଜା ନବୂଖଦ୍ନିତ୍ସର, ହଁ, ଆପଣଙ୍କ ପିତା ରାଜା, ତାଙ୍କୁ ମନ୍ତ୍ରବେତ୍ତା, ଗଣକ, କଲ୍ଦୀୟ ଓ ଶୁଭାଶୁଭବାଦୀମାନଙ୍କ ଉପରେ ପ୍ରଧାନ କରି ନିଯୁକ୍ତ କରିଥିଲେ;
12 яко дух преизюбилный (бяше) в нем, и премудрость и смысл (обретеся) в нем, сказуя сны и возвещая сокровенная и разрешая соузы, Даниил, и царь нарече имя ему Валтасар: ныне убо да призовется, и сказание его возвестит тебе.
କାରଣ ସେହି ଦାନିୟେଲଙ୍କ ଅନ୍ତରରେ ଶ୍ରେଷ୍ଠ ଆତ୍ମା, ଜ୍ଞାନ ଓ ବୁଦ୍ଧି, ସ୍ୱପ୍ନ ଅର୍ଥ କରିବାର ଓ ଗୂଢ଼ ବାକ୍ୟ ପ୍ରକାଶ କରିବାର ଓ ସନ୍ଦେହ ଭଞ୍ଜନ କରିବାର ଶକ୍ତି ଦେଖା ଯାଇଥିଲା, ରାଜା ତାଙ୍କୁ ବେଲ୍ଟଶତ୍ସର ନାମ ଦେଇଥିଲେ। ଏବେ ଦାନିୟେଲଙ୍କୁ ଡକାଯାଉ, ସେ ଅର୍ଥ ପ୍ରକାଶ କରିବେ।”
13 Тогда Даниил введен бысть пред царя. И рече царь Даниилу: ты лиеси Даниил, от сынов пленник Иудейских, ихже приведе Навуходоносор царь отец мой?
ତହୁଁ ଦାନିୟେଲଙ୍କୁ ରାଜାର ଛାମୁକୁ ଅଣାଗଲା ରାଜା ଦାନିୟେଲଙ୍କୁ କହିଲା, “ମୋର ପିତା ମହାରାଜା ଯିହୁଦା ଦେଶରୁ ଯେଉଁମାନଙ୍କୁ ଆଣିଥିଲେ, ସେହି ନିର୍ବାସିତ ଯିହୁଦୀ ଲୋକମାନଙ୍କ ମଧ୍ୟରେ ଯେଉଁ ଦାନିୟେଲ ଥିଲେ, ସେ କି ତୁମ୍ଭେ?
14 Слышах о тебе, яко дух Божий в тебе, и бодрость и смысл и премудрость изюбилна обретеся в тебе:
ମୁଁ ତୁମ୍ଭ ବିଷୟରେ ଶୁଣିଅଛି ଯେ, ତୁମ୍ଭ ଅନ୍ତରରେ ଦେବଗଣର ଆତ୍ମା ଅଛନ୍ତି, ଆଉ ଜ୍ଞାନ ଓ ଦୀପ୍ତି, ବୁଦ୍ଧି ଓ ଶ୍ରେଷ୍ଠ ଜ୍ଞାନ ତୁମ୍ଭଠାରେ ଦେଖାଯାଏ।
15 и ныне внидоша пред мя мудрии, волсви, газарини, да писание сие прочтут и сказания его возвестят ми, и не могоша возвестити мне:
ବର୍ତ୍ତମାନ ଏହି ଲେଖା ପଢ଼ିବା ପାଇଁ ଓ ତହିଁର ଅର୍ଥ ମୋତେ ଜଣାଇବା ପାଇଁ ବିଦ୍ୱାନ୍ ଓ ଗଣକମାନେ ମୋʼ ନିକଟକୁ ଅଣା ଯାଇଅଛନ୍ତି; ମାତ୍ର ସେମାନେ ତହିଁର ଅର୍ଥ ପ୍ରକାଶ କରି ପାରିଲେ ନାହିଁ।
16 аз же слышах о тебе, яко можеши суды сказати: ныне убо аще возможеши ппсание сие прочести и сказание его возвестити мне, в багряницу облечешися, и гривна златая на выи твоей будет, и третий во царстве моем обладати будеши.
ମାତ୍ର ତୁମ୍ଭ ବିଷୟରେ ମୁଁ ଶୁଣିଅଛି ଯେ, ତୁମ୍ଭେ ଅର୍ଥ ପ୍ରକାଶ ଓ ସନ୍ଦେହ ଦୂର କରିପାର; ଏବେ ତୁମ୍ଭେ ଯଦି ଏହି ଲେଖା ପାଠ କରି ତହିଁର ଅର୍ଥ ମୋତେ ଜଣାଇପାର, ତେବେ ତୁମ୍ଭେ ବାଇଗଣିଆ ବର୍ଣ୍ଣର ବସ୍ତ୍ରରେ ବସ୍ତ୍ରାନ୍ୱିତ ହେବ, ତୁମ୍ଭ କଣ୍ଠରେ ସୁବର୍ଣ୍ଣ ହାର ଦିଆଯିବ ଓ ତୁମ୍ଭେ ରାଜ୍ୟରେ ତୃତୀୟ କର୍ତ୍ତା ହେବ।”
17 Тогда отвеща Даниил и рече пред царем: даяния: твоя с тобою да будут, и дар дому твоего иному даждь, аз же писание прочту царю и сказание его возвещу тебе.
ସେତେବେଳେ ଦାନିୟେଲ ରାଜାର ଛାମୁରେ ଉତ୍ତର କରି କହିଲେ, “ଆପଣଙ୍କର ଦାନ ଆପଣଙ୍କର ଥାଉ ଓ ଆପଣଙ୍କର ପୁରସ୍କାର ଅନ୍ୟକୁ ଦେଉନ୍ତୁ; ତଥାପି ମୁଁ ମହାରାଜାଙ୍କ ଛାମୁରେ ଏହି ଲେଖା ପଢ଼ିବି ଓ ଅର୍ଥ ତାଙ୍କୁ ଜଣାଇବି।
18 Царю! Бог Вышний царство и величество, и честь и славу даде Навуходоносору отцу твоему,
ହେ ମହାରାଜ, ସର୍ବୋପରିସ୍ଥ ପରମେଶ୍ୱର ଆପଣଙ୍କ ପିତା ନବୂଖଦ୍ନିତ୍ସରଙ୍କୁ ରାଜ୍ୟ, ମହିମା, ଗୌରବ ଓ ପ୍ରତାପ ଦେଲେ;
19 и от величества, еже ему даде, вси людие, племена, языцы бяху трепещуще и боящеся от лица его: ихже хотяше убиваше, и ихже хотяше бияше, и ихже хотяше возвышаше, и ихже хотяше, той смиряше:
ଆଉ, ସେ ତାଙ୍କୁ ଏପରି ମହିମା ଦେବାରୁ ସକଳ ଗୋଷ୍ଠୀ, ନାନା ଦେଶୀୟ ଓ ଭାଷାବାଦୀ ଲୋକମାନେ ତାଙ୍କ ଛାମୁରେ କମ୍ପିତ ହୋଇ ଭୟ କଲେ; ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ବଧ କଲେ ଓ ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ଜୀବିତ ରଖିଲେ; ପୁଣି, ଯାହାକୁ ତାଙ୍କର ଇଚ୍ଛା, ସେ ତାହାକୁ ଉନ୍ନତ କଲେ ଓ ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ଅବନତ କଲେ।
20 и егда вознесеся сердце его и утвердися дух его еже презорствовати, сведеся от престола царства, и слава и честь отяся от него,
ମାତ୍ର ତାଙ୍କର ଅନ୍ତଃକରଣ ଗର୍ବିତ ହୁଅନ୍ତେ ଓ ତାଙ୍କର ଆତ୍ମା କଠିନ ହୋଇ ସେ ଅହଙ୍କାରପୂର୍ବକ ବ୍ୟବହାର କରନ୍ତେ, ସେ ଆପଣା ରାଜସିଂହାସନରୁ ଚ୍ୟୁତ ହେଲେ ଓ ତାଙ୍କର ଗୌରବ ତାଙ୍କଠାରୁ ଅପହୃତ ହେଲା,
21 и от человек отгнася, и сердце его со зверьми отдася, и житие его со дивиими ослы, и травою аки вола питаху его, и от росы небесныя оросися тело его, дондеже уразуме, яко владеет Бог Вышний царством человеческим, и емуже хощет, даст е.
ପୁଣି, ସେ ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ଦୂରୀକୃତ ହେଲେ; ତାଙ୍କର ଅନ୍ତଃକରଣ ପଶୁର ତୁଲ୍ୟ ହେଲା ଓ ବନ୍ୟ ଗର୍ଦ୍ଦଭ ସହିତ ତାଙ୍କର ବସତି ହେଲା; ସେ ବଳଦ ପରି ତୃଣ ଭୋଜନ କଲେ ଓ ତାଙ୍କର ଶରୀର ଆକାଶର କାକରରେ ତିନ୍ତିଲା; ଶେଷରେ ସେ ଜାଣିଲେ ଯେ, ସର୍ବୋପରିସ୍ଥ ପରମେଶ୍ୱର ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ତହିଁ ଉପରେ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ନିଯୁକ୍ତ କରନ୍ତି।
22 И ты убо, сыне его Валтасаре, не смирил еси сердца твоего пред Господем: не вся ли сия ведал еси?
ଆଉ ହେ ବେଲ୍ଶତ୍ସର, ତାଙ୍କର ପୁତ୍ର ଯେ ଆପଣ, ଆପଣ ଏସବୁ ଜାଣିଲେ ହେଁ ଆପଣା ଅନ୍ତଃକରଣ ନମ୍ର କରି ନାହାନ୍ତି;
23 Но на Господа Бога небеснаго вознеслся еси, и сосуды храма Его принесоша пред тебе, ты же и вельможи твои, и наложницы твоя и возлежащыя (окрест) тебе, вино пиясте ими: и боги златыя и сребряныя, и медяныя и железныя, и каменныя и древяныя, иже ни видят, ни слышат, ни разумеют, похвалил еси, а Бога, у Негоже дыхание твое в руце Его, и вси путие твои, Того не прославил еси.
ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯାʼନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହି ସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।
24 Сего ради от лица Его послани быша персты ручнии и писание сие вчиниша.
ଏହି ସମୟରେ ତାହାଙ୍କ ନିକଟରୁ ହସ୍ତର ଅଂଶ ପ୍ରେରିତ ହେଲା, ଆଉ ଏହି ଲେଖା ଲିଖିତ ହେଲା।
25 Се же есть писание вчиненое: мани, фекел, фарес.
ପୁଣି, ଯାହା ଲିଖିତ ହେଲା, ତାହା ଏହି, ମିନେ ମିନେ, ତକେଲ, ଉପାରସୀନ।
26 Се сказание глагола: мани, измери Бог царство твое и сконча е:
ଏହାର ଅର୍ଥ ଏହି ମିନେ, ପରମେଶ୍ୱର ଆପଣଙ୍କ ରାଜ୍ୟର ଗଣନା କରିଅଛନ୍ତି ଓ ତାହା ଶେଷ କରିଅଛନ୍ତି।
27 фекел, поставися в мерилех и обретеся лишаемо:
ତକେଲ, ଆପଣ ନିକ୍ତିରେ ତୌଲା ଯାଇଅଛନ୍ତି ଓ ଊଣା ଦେଖା ଯାଇଅଛନ୍ତି।
28 фарес, разделися царство твое и дадеся Мидом и Персом.
ପୀରସ୍, ଆପଣଙ୍କ ରାଜ୍ୟ ବିଭକ୍ତ ହୋଇଅଛି, ଆଉ ମାଦୀୟ ଓ ପାରସିକମାନଙ୍କୁ ଦତ୍ତ ହୋଇଅଛି।”
29 И рече Валтасар: (облецыте и). И облекоша Даниила в багряницу, и гривну златую возложиша на выю его, и проповеда о нем, еже быти ему князю третиему во царстве его.
ସେତେବେଳେ ବେଲ୍ଶତ୍ସର ଆଜ୍ଞା କରନ୍ତେ, ଲୋକମାନେ ଦାନିୟେଲଙ୍କୁ ବାଇଗଣିଆ ରଙ୍ଗର ବସ୍ତ୍ର ପିନ୍ଧାଇଲେ ଓ ତାଙ୍କର କଣ୍ଠରେ ସୁବର୍ଣ୍ଣ ହାର ଦେଲେ ଓ ସେ ଯେ ରାଜ୍ୟର ତୃତୀୟ କର୍ତ୍ତା ହେବେ, ତାଙ୍କ ବିଷୟରେ ଏହା ଘୋଷଣା କଲେ।
30 Валтасара царя Халдейска убиша в ту нощь,
ସେହି ରାତ୍ରିରେ କଲ୍ଦୀୟମାନଙ୍କର ରାଜା ବେଲ୍ଶତ୍ସର ବଧ କରାଗଲା।
31 Дарий же Мидянин прия царство, сый шестидесяти и двою лет.
ପୁଣି, ମାଦୀୟ ଦାରୀୟାବସ ରାଜ୍ୟ ପ୍ରାପ୍ତ ହେଲା, ସେହି ସମୟରେ ତାହାର ପ୍ରାୟ ବାଷଠି ବର୍ଷ ବୟସ ହୋଇଥିଲା।