< Книга пророка Иезекииля 33 >

1 И быти слово Господне ко мне глаголя:
ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;
2 сыне человечь, глаголи ко сыном людий твоих и речеши к ним: земля, на нюже Аз аще наведу мечь, и поймут людие земли человека единаго от себе и поставят его себе во стража,
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଆପଣା ଲୋକମାନଙ୍କର ସନ୍ତାନଗଣକୁ କୁହ ଓ ସେମାନଙ୍କୁ କୁହ, ଆମ୍ଭେ କୌଣସି ଦେଶ ବିରୁଦ୍ଧରେ ଖଡ୍ଗ ଆଣିଲେ, ସେ ଦେଶର ଲୋକମାନେ ଯଦି ଆପଣାମାନଙ୍କ ମଧ୍ୟରୁ କୌଣସି ଏକ ବ୍ୟକ୍ତିକୁ ନେଇ ତାହାକୁ ଆପଣାମାନଙ୍କର ପ୍ରହରୀ କରି ନିଯୁକ୍ତ କରନ୍ତି;
3 и узрит мечь грядущь на землю, и вострубит трубою, и проповесть людем,
ସେହି ବ୍ୟକ୍ତି ଦେଶ ବିରୁଦ୍ଧରେ ଖଡ୍ଗ ଆସିବାର ଦେଖିଲେ, ଯଦି ତୂରୀ ବଜାଏ ଓ ଲୋକମାନଙ୍କୁ ସଚେତନ କରାଏ;
4 и услышит услышавый глас трубы, а не сохранится, и найдет мечь и постигнет его, кровь его на главе его будет:
ତେବେ ଯେକେହି ତହିଁରେ ତୂରୀର ଶବ୍ଦ ଶୁଣି ସଚେତନ ନ ହୁଏ, ପୁଣି, ଖଡ୍ଗ ଉପସ୍ଥିତ ହୋଇ ତାହାକୁ ସଂହାର କରେ, ତେବେ ତାହାର ରକ୍ତ ତାହାର ନିଜ ମସ୍ତକରେ ବର୍ତ୍ତିବ।
5 яко слыша глас трубы и не сохранися, кровь его на нем будет: а сей, понеже сохранися, душу свою избавил.
ସେ ତୂରୀର ଶବ୍ଦ ଶୁଣି ସଚେତନ ହେଲା ନାହିଁ; ତାହାର ରକ୍ତ ତାହାରି ଉପରେ ବର୍ତ୍ତିବ; ଯେହେତୁ ସେ ସଚେତନ ହୋଇଥିଲେ, ଆପଣା ପ୍ରାଣ ବଞ୍ଚାଇ ଥାʼନ୍ତା।
6 И страж, аще увидит мечь грядущь, и не вострубит трубою, (и не проповесть людем, ) и людие не охранят себе, и нашед мечь возмет от них душу, та убо беззакония ради своего взяся, а крове ея от руки стража взыщу.
ମାତ୍ର ସେ ପ୍ରହରୀ ଯଦି ଖଡ୍ଗ ଆସିବାର ଦେଖି ତୂରୀ ନ ବଜାଏ, ପୁଣି, ଲୋକମାନେ ସଚେତନ ନ ହୁଅନ୍ତି, ଆଉ ଖଡ୍ଗ ଆସି ସେମାନଙ୍କ ମଧ୍ୟରୁ କୌଣସି ଲୋକକୁ ସଂହାର କରେ; ତେବେ ସେ ନିଜ ଅଧର୍ମରେ ସଂହାରିତ ହେଲା, ମାତ୍ର ଆମ୍ଭେ ତାହାର ରକ୍ତର ପରିଶୋଧ ସେହି ପ୍ରହରୀର ହସ୍ତରୁ ନେବା।
7 И ты, сыне человечь, во стража дах тя дому Израилеву, и услышиши от уст Моих слово, и проповеси им от Мене.
ଏହିରୂପେ ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଇସ୍ରାଏଲ ବଂଶର ପ୍ରହରୀ କରି ନିଯୁକ୍ତ କରିଅଛୁ; ଏହେତୁ ତୁମ୍ଭେ ଆମ୍ଭ ମୁଖରୁ ବାକ୍ୟ ଶୁଣି ଆମ୍ଭ ପକ୍ଷରୁ ସେମାନଙ୍କୁ ସଚେତନ କର।
8 Егда реку грешнику: грешниче, смертию умреши: и не будеши глаголати (грешнику), еже сохранитися нечестивому, (еже обратитися ему) от пути своего (и живу быти ему), той беззаконник во беззаконии своем умрет, а крове его от руки твоея взыщу.
ଆମ୍ଭେ ଯେତେବେଳେ ଦୁଷ୍ଟକୁ କହୁ, ‘ହେ ଦୁଷ୍ଟ ଲୋକ, ତୁମ୍ଭେ ନିଶ୍ଚୟ ମରିବ,’ ସେତେବେଳେ ତୁମ୍ଭେ ତାହାର ପଥ ବିଷୟରେ ସେହି ଦୁଷ୍ଟ ଲୋକକୁ ସଚେତନ କରିବା ପାଇଁ ଯଦି କିଛି ନ କୁହ; ତେବେ ସେହି ଦୁଷ୍ଟ ନିଜ ଅଧର୍ମରେ ମରିବ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପରିଶୋଧ ନେବା।
9 Аще же ты проповеси нечестивому путь его, еже обратитися от него, и не обратится с пути своего, той в нечестии своем умрет, а ты душу твою избавил еси.
ତଥାପି ତୁମ୍ଭେ ସେହି ଦୁଷ୍ଟକୁ ତାହାର ପଥରୁ ଫେରିବା ନିମନ୍ତେ ତଦ୍‍ବିଷୟରେ ସଚେତନ କଲେ, ଯଦି ସେ ନ ଫେରେ, ତେବେ ସେ ନିଜ ଅଧର୍ମରେ ମରିବ, ମାତ୍ର ତୁମ୍ଭେ ଆପଣା ପ୍ରାଣ ବଞ୍ଚାଇବ।
10 И ты, сыне человечь, рцы дому Израилеву: сице ресте глаголюще: прелести нашя и беззакония наша в нас суть, и мы в них таем, и како нам живым быти?
ଆଉ, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶକୁ କୁହ; ତୁମ୍ଭେମାନେ ଏପ୍ରକାର କହୁଅଛ, ‘ଆମ୍ଭମାନଙ୍କର ଆଜ୍ଞାଲଙ୍ଘନ ଓ ଆମ୍ଭମାନଙ୍କର ପାପର ଭାର ଆମ୍ଭମାନଙ୍କ ଉପରେ ଅଛି ଓ ଆମ୍ଭେମାନେ ତହିଁରେ ହିଁ କ୍ଷୟ ପାଉଅଛୁ; ତେବେ ଆମ୍ଭେମାନେ କିପରି କରି ବଞ୍ଚିବା?’
11 Рцы им: живу Аз, глаголет Адонаи Господь, не хощу смерти грешника, но еже обратитися нечестивому от пути своего и живу быти ему: обращением обратитеся от пути вашего злаго: и вскую умираете, доме Израилев?
ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଦୁଷ୍ଟର ମରଣରେ ଆମ୍ଭର ସନ୍ତୋଷ ନାହିଁ, ମାତ୍ର ଦୁଷ୍ଟ ଯେପରି ଫେରି ବଞ୍ଚେ, ଏଥିରେ ହିଁ ଆମ୍ଭର ସନ୍ତୋଷ ଅଛି; ତୁମ୍ଭେମାନେ ଫେର, ଆପଣା ଆପଣା କୁପଥରୁ ଫେର; କାରଣ ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କାହିଁକି ମରିବ?
12 И ты, сыне человечь, рцы ко сыном людий твоих: правда праведника не избавит его, в оньже день прельстится: и беззаконие беззаконника не убиет, в оньже день обратится от беззакония своего: и праведник не может спастися в день греха своего.
ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଆପଣା ଲୋକଙ୍କ ସନ୍ତାନଗଣକୁ କୁହ, ଧାର୍ମିକର ଧାର୍ମିକତା ତାହାର ଆଜ୍ଞାଲଙ୍ଘନ କରିବା ଦିନ ତାହାକୁ ରକ୍ଷା କରିବ ନାହିଁ ଓ ଯେଉଁ ଦିନ ଦୁଷ୍ଟ ଲୋକ ଆପଣା ଦୁଷ୍ଟତାରୁ ଫେରେ, ସେହି ଦିନ ସେ ଆପଣା ଦୁଷ୍ଟତା ଦ୍ୱାରା ପତିତ ହେବ ନାହିଁ; କିଅବା ଧାର୍ମିକ ଲୋକ ଯେଉଁ ଦିନ ପାପ କରେ, ସେହି ଦିନ ସେ ଆପଣା ଧାର୍ମିକତା ଦ୍ୱାରା ବଞ୍ଚି ପାରିବ ନାହିଁ।
13 Егда реку праведнику: жизнию жив будеши: сей же уповая на правду свою и сотворит беззаконие, вся правды его не воспомянутся, в неправде своей, юже сотвори, в той умрет.
ସେ ଅବଶ୍ୟ ବଞ୍ଚିବ, ଏହି କଥା ଆମ୍ଭେ ଧାର୍ମିକକୁ କହିଲେ, ସେ ଯଦି ଆପଣା ଧର୍ମରେ ନିର୍ଭର ରଖି ଅଧର୍ମ କରେ, ତେବେ ତାହାର କୌଣସି ଧର୍ମକର୍ମ ସ୍ମରଣ କରାଯିବ ନାହିଁ, ମାତ୍ର ସେ ଯେଉଁ ଅଧର୍ମ କରିଅଛି, ତହିଁରେ ହିଁ ସେ ମରିବ।
14 И егда реку нечестивому: смертию умреши: и обратится от греха своего и сотворит суд и правду,
ପୁନଶ୍ଚ ତୁମ୍ଭେ ଅବଶ୍ୟ ମରିବ, ଏହି କଥା ଆମ୍ଭେ ଦୁଷ୍ଟ ଲୋକକୁ କହିଲେ, ସେ ଯଦି ଆପଣା ପାପରୁ ଫେରି ନ୍ୟାୟ ଓ ଧର୍ମାଚରଣ କରେ;
15 и залог отдаст и восхищеное возвратит, беззаконник в заповедех жизни ходити будет, еже не сотворити неправды, жизнию жив будет и не умрет:
ସେହି ଦୁଷ୍ଟ ଲୋକ ଯଦି ବନ୍ଧକି ଦ୍ରବ୍ୟ ଫେରାଇ ଦିଏ, ସେ ଯାହା ଅପହରଣ କରିଥିଲା, ତାହା ପରିଶୋଧ କରେ, କୌଣସି ଅଧର୍ମ ନ କରି ଜୀବନଦାୟକ ବିଧିରୂପ ପଥରେ ଚାଲେ; ତେବେ ସେ ଅବଶ୍ୟ ବଞ୍ଚିବ, ସେ ମରିବ ନାହିଁ।
16 вси греси его, яже согреши, не помянутся: понеже суд и правду сотвори, жив будет в них.
ତାହାର କୃତ କୌଣସି ପାପ ତାହା ବିରୁଦ୍ଧରେ ସ୍ମରଣ କରାଯିବ ନାହିଁ; ସେ ନ୍ୟାୟ ଓ ଧର୍ମାଚରଣ କରିଅଛି; ସେ ଅବଶ୍ୟ ବଞ୍ଚିବ।
17 И рекут сынове людий твоих: неправ путь Господень. И се, путь их неправ.
ତଥାପି ତୁମ୍ଭ ଲୋକଙ୍କର ସନ୍ତାନଗଣ କହୁଅଛନ୍ତି, ପ୍ରଭୁଙ୍କର ପଥ ସରଳ ନୁହେଁ; ମାତ୍ର ପ୍ରକୃତରେ ସେମାନଙ୍କର ପଥ ସରଳ ନୁହେଁ।
18 Егда совратится праведник от правды своея и сотворит беззаконие, и умрет в нем.
ଧାର୍ମିକ ଲୋକ ଆପଣା ଧାର୍ମିକତାରୁ ଫେରି ଅଧର୍ମ କଲେ, ସେ ତହିଁରେ ହିଁ ମରିବ।
19 И егда грешник возвратится от беззакония своего и сотворит суд и правду, той жив будет в них.
ପୁଣି, ଦୁଷ୍ଟ ଲୋକ ଆପଣା ଦୁଷ୍ଟତାରୁ ଫେରି ନ୍ୟାୟ ଓ ଧର୍ମାଚରଣ କଲେ, ସେ ତହିଁରେ ବଞ୍ଚିବ।
20 И се есть, еже рекосте: неправ путь Господень. Комуждо по путем его сужду вам, доме Израилев.
ତଥାପି ତୁମ୍ଭେମାନେ କହୁଅଛ, ପ୍ରଭୁଙ୍କର ପଥ ସରଳ ନୁହେଁ। ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଆଚାର ବ୍ୟବହାର ଅନୁସାରେ ବିଚାର କରିବା।”
21 И бысть во второенадесять лето, месяца вторагонадесять, в пятый день месяца пленения нашего, прииде ко мне от Иерусалима уцелевый глаголя: пленен бысть град.
ଏଥିଉତ୍ତାରେ ଆମ୍ଭମାନଙ୍କ ନିର୍ବାସନର ଦ୍ୱାଦଶ ବର୍ଷର ଦଶମ ମାସର ପଞ୍ଚମ ଦିନରେ ଯିରୂଶାଲମରୁ ପଳାତକ ଏକ ଜଣ ମୋʼ ନିକଟକୁ ଆସି କହିଲା, “ନଗର ପରାଜିତ ହୋଇଅଛି।”
22 И рука Господня бысть на мне в вечер, прежде пришествия его, и отверзе уста моя, дондеже прииде ко мне заутра: и отверзшаяся уста моя не затворишася ктому.
ସେହି ପଳାତକ ଆସିବାର ପୂର୍ବେ ସନ୍ଧ୍ୟା ସମୟରେ ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଥିଲା; ଆଉ, ପ୍ରାତଃକାଳରେ ସେ ପଳାତକ ଆସିବା ପର୍ଯ୍ୟନ୍ତ ସେ ମୋର ମୁଖ ଫିଟାଇଥିଲେ; ତେବେଠାରୁ ମୋର ମୁଖ ଫିଟା ରହିଲା ଓ ଆଉ ମୁଁ ଘୁଙ୍ଗା ହୋଇ ରହିଲି ନାହିଁ।
23 И бысть слово Господне ко мне глаголя:
ଏଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;
24 сыне человечь, живущии на опустевших местех во земли Израилеве глаголют: един бяше Авраам и одержаше землю, а мы множайшии есмы, нам дана есть земля во одержание.
“ହେ ମନୁଷ୍ୟ-ସନ୍ତାନ, ଯେଉଁମାନେ ଇସ୍ରାଏଲ ଦେଶର, ସେହି ସକଳ ଉତ୍ସନ୍ନ ସ୍ଥାନରେ ବାସ କରନ୍ତି, ସେମାନେ କହୁଅଛନ୍ତି, ଅବ୍ରହାମ ଏକମାତ୍ର ଥିଲେ, ଆଉ ସେ ଦେଶ ଅଧିକାର କଲେ; ମାତ୍ର ଆମ୍ଭେମାନେ ଅନେକ ଲୋକ; ଆମ୍ଭମାନଙ୍କୁ ଏହି ଦେଶ ଅଧିକାରାର୍ଥେ ଦତ୍ତ ହୋଇଅଛି।
25 Того ради рцы им: сице глаголет Адонаи Господь: понеже с кровию ясте и очи ваши воздвигосте ко кумиром и кровь проливаете, и землю ли наследите?
ଏଥିପାଇଁ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ରକ୍ତ ସହିତ ମାଂସ ଖାଉଅଛ ଓ ଆପଣା ଆପଣା ପ୍ରତିମାଗଣ ପ୍ରତି ଦୃଷ୍ଟି ଟେକୁଅଛ ଓ ରକ୍ତପାତ କରୁଅଛ; ଆଉ, ତୁମ୍ଭେମାନେ କି ଦେଶ ଅଧିକାର କରିବ?
26 Стасте с мечем вашим, сотвористе мерзости, и кийждо жену ближняго своего осквернисте, и тако ли землю имате наследити?
ତୁମ୍ଭେମାନେ ଆପଣା ଆପଣା ଖଡ୍ଗରେ ନିର୍ଭର କରୁଅଛ ଓ ଘୃଣାଯୋଗ୍ୟ କର୍ମ କରୁଅଛ ଓ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଅଶୁଚି କରୁଅଛ, ଆଉ ତୁମ୍ଭେମାନେ କି ଦେଶ ଅଧିକାର କରିବ?
27 Того ради рцы им: сия глаголет Адонаи Господь: живу Аз, яко падут мечем сущии во опустевших, и иже на лицы поля, зверем польным предадутся на изядение, и сущыя во градех и иже в пещерах смертию поражу,
ଏହି ପ୍ରକାରେ ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଜୀବିତ ଥିବା ପ୍ରମାଣେ ଉତ୍ସନ୍ନ ସ୍ଥାନ ସକଳରେ ଥିବା ଲୋକମାନେ ନିଶ୍ଚୟ ଖଡ୍ଗ ଦ୍ୱାରା ପତିତ ହେବେ ଓ ଯେଉଁ ଜନ ପଡ଼ିଆରେ ଅଛି, ଆମ୍ଭେ ତାହାକୁ ଭକ୍ଷ୍ୟ ରୂପେ ପଶୁମାନଙ୍କୁ ଦେବା, ଆଉ ଯେଉଁମାନେ ଦୃଢ଼ ଦୁର୍ଗରେ ଓ ଗୁହାରେ ଥାʼନ୍ତି, ସେମାନେ ମହାମାରୀରେ ମରିବେ।
28 и дам землю на опустение, и погибнет гордость крепости ея, и опустеют горы Израилевы, занеже не будет проходящаго:
ପୁଣି, ଆମ୍ଭେ ଦେଶକୁ ଧ୍ୱଂସିତ ଓ ବିସ୍ମୟର ସ୍ଥାନ କରିବା, ତହିଁରେ ତାହାର ପରାକ୍ରମର ଗର୍ବ ଲୁପ୍ତ ହେବ; ପୁଣି, ଇସ୍ରାଏଲର ପର୍ବତଗଣ ଧ୍ୱଂସିତ ହେବ, ତହିଁରେ କେହି ତହିଁ ମଧ୍ୟଦେଇ ଗମନ କରିବେ ନାହିଁ।
29 и уведят, яко Аз Господь: и сотворю землю их пусту, и опустеет всех ради мерзостей их, яже сотвориша.
ଆମ୍ଭେ ସେମାନଙ୍କର କୃତ ସକଳ ଘୃଣାଯୋଗ୍ୟ କ୍ରିୟା ସକାଶୁ ଯେତେବେଳେ ଦେଶକୁ ଧ୍ୱଂସିତ ଓ ନିର୍ଜନ ସ୍ଥାନ କରିବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
30 И ты, сыне человечь, сынове людий твоих глаголющии о тебе у забрал и во вратех дворов, и глаголют кийждо ко ближнему своему и кийждо ко брату своему, глаголюще: соберимся и услышим исходящая от уст Господних.
ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭ ଲୋକଙ୍କର ସନ୍ତାନମାନେ କାନ୍ଥ ନିକଟରେ ଓ ଗୃହମାନଙ୍କର ସକଳ ଦ୍ୱାରଦେଶରେ ତୁମ୍ଭ ବିଷୟରେ କଥାବାର୍ତ୍ତା କରନ୍ତି, ଆଉ ପରସ୍ପର, ପ୍ରତ୍ୟେକେ ଆପଣା ଭ୍ରାତାକୁ କହନ୍ତି, ‘ଆସ, ଆମ୍ଭେମାନେ ସଦାପ୍ରଭୁଙ୍କଠାରୁ ଆଗତ କଥା ଶୁଣୁ।’
31 И приходят к тебе, якоже сходятся людие, и седят людие Мои пред тобою, и послушают глаголов твоих, и не сотворят их: понеже лжа во устех их, и вслед скверн их сердце их ходит.
ପୁଣି, ସେମାନେ ଲୋକମାନଙ୍କ ପରି ତୁମ୍ଭ ନିକଟକୁ ଆସନ୍ତି ଓ ଆମ୍ଭ ଲୋକଙ୍କ ପରି ତୁମ୍ଭ ସମ୍ମୁଖରେ ବସନ୍ତି ଓ ତୁମ୍ଭ କଥା ଶୁଣନ୍ତି, ମାତ୍ର ତାହା ପାଳନ କରନ୍ତି ନାହିଁ; କାରଣ ସେମାନେ ମୁଖରେ ବହୁତ ପ୍ରେମ ଦେଖାନ୍ତି, ମାତ୍ର ସେମାନଙ୍କର ଅନ୍ତଃକରଣ ସେମାନଙ୍କର ଲାଭର ଅନୁଗାମୀ ହୁଏ।
32 И будеши им яко глас песнивца сладкогласнаго благосличнаго, и услышат глаголы твоя, и не сотворят их.
ଆଉ ଦେଖ, ଯାହାର ମଧୁର ସ୍ୱର ଅଛି ଓ ଯେ ଉତ୍ତମ ରୂପେ ବାଦ୍ୟଯନ୍ତ୍ର ବଜାଇ ପାରେ, ଏପରି ଲୋକର ଅତି ମନୋହର ଗୀତ ସ୍ୱରୂପ ତୁମ୍ଭେ ସେମାନଙ୍କ ନିକଟରେ ଅଟ; କାରଣ ସେମାନେ ତୁମ୍ଭର କଥା ଶୁଣନ୍ତି, ମାତ୍ର ତାହା ପାଳନ କରନ୍ତି ନାହିଁ।
33 И егда приидеши, рекут: се, прииде. И уведят, яко пророк бе среде их.
ପୁଣି, ଏହା ଯେତେବେଳେ ଘଟିବ, ଦେଖ, ଘଟିବାର ନିକଟ ହେଲାଣି, ସେତେବେଳେ ସେମାନଙ୍କ ମଧ୍ୟରେ ଯେ ଜଣେ ଭବିଷ୍ୟଦ୍‍ବକ୍ତା ଥିଲେ, ଏହା ସେମାନେ ଜାଣିବେ।”

< Книга пророка Иезекииля 33 >