< Книга пророка Исаии 38 >
1 Бысть же в то время, разболеся Езекиа до смерти. И прииде к нему Исаиа пророк сын Амосов и рече к нему: сия глаголет Господь: устрой о доме твоем, умираеши бо ты и не будеши жив.
ସେହି ସମୟରେ ହିଜକୀୟର ସାଂଘାତିକ ପୀଡ଼ା ହୋଇଥିଲା। ତହିଁରେ ଆମୋସଙ୍କ ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତା ତାହା ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼; କାରଣ ତୁମ୍ଭେ ମରିବ, ବଞ୍ଚିବ ନାହିଁ।”
2 И обрати Езекиа лице свое ко стене и помолися ко Господеви глаголя:
ଏଥିରେ ହିଜକୀୟ କାନ୍ଥ ଆଡ଼େ ମୁଖ ଫେରାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲା,
3 помяни, Господи, како ходих пред Тобою со истиною и сердцем истинным, и угодная пред Тобою сотворих. И плакася Езекиа плачем великим.
“ହେ ସଦାପ୍ରଭୋ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।” ଆଉ, ହିଜକୀୟ ଅତିଶୟ ରୋଦନ କଲା।
4 И бысть слово Господне ко Исаии глаголя:
ସେତେବେଳେ ଯିଶାଇୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା।
5 иди и рцы Езекии: тако глаголет Господь Бог Давида отца твоего: услышах молитву твою и видех слезы твоя, се, прилагаю к летом твоим лет пятьнадесять,
“ତୁମ୍ଭେ ଯାଇ ହିଜକୀୟକୁ କୁହ, ସଦାପ୍ରଭୁ, ତୁମ୍ଭ ପୂର୍ବପୁରୁଷ ଦାଉଦଙ୍କ ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଅଛୁ, ତୁମ୍ଭର ଲୋତକ ଦେଖିଅଛୁ, ଦେଖ, ଆମ୍ଭେ ତୁମ୍ଭର ଆୟୁ ପନ୍ଦର ବର୍ଷ ବୃଦ୍ଧି କରିବା।
6 и от руки царя Ассирийска избавлю тя и град сей, и защищу о граде сем:
ପୁଣି, ଆମ୍ଭେ ତୁମ୍ଭକୁ ଓ ଏହି ନଗରକୁ ଅଶୂରୀୟ ରାଜା ହସ୍ତରୁ ରକ୍ଷା କରିବା ଓ ଆମ୍ଭେ ଏହି ନଗରର ସପକ୍ଷ ହେବା।’”
7 сие же тебе знамение от Господа, яко Бог сотворит глаголгол сей, якоже глагола:
ଆଉ, ସଦାପ୍ରଭୁ ଆପଣା ଉକ୍ତ ବାକ୍ୟ ଯେ ସଫଳ କରିବେ, ତୁମ୍ଭ ପ୍ରତି ସଦାପ୍ରଭୁଙ୍କଠାରୁ ଏହି ଚିହ୍ନ ହେବ;
8 се, аз возвращу сень степеней, имиже сниде солнце десять степеней дому отца твоего, возвращу солнце десять степеней, имиже сниде сень. И взыде солнце десять степеней, имиже сниде сень.
ଦେଖ, ଆମ୍ଭେ ଆହସ୍ର ସୂର୍ଯ୍ୟ ଘଟିକାରେ ସୂର୍ଯ୍ୟର ଛାୟା ଯେତେ ଆଗକୁ ଯାଇଅଛି, ତାହା ଦଶ ପାହୁଣ୍ଡ ପଛକୁ ଫେରାଇ ଆଣିବା। ତହୁଁ ଘଟିକାରେ ସୂର୍ଯ୍ୟ ଯେଉଁ ଦଶ ପାହୁଣ୍ଡ ଆଗକୁ ଯାଇଥିଲା, ପଛକୁ ସେତିକି ଫେରି ଆସିଲା।
9 Молитва Езекии царя Иудейска, егда боле и воста от недуга своего.
ଯିହୁଦାର ରାଜା ହିଜକୀୟ ପୀଡ଼ିତ ହୋଇ ଆପଣା ପୀଡ଼ାରୁ ସୁସ୍ଥ ହେଲା ଉତ୍ତାରେ ଏହା ଲେଖିଲା, ଯଥା,
10 Аз рекох в высоте дний моих: пойду во врата адова, оставлю лета прочая. (Sheol )
ମୁଁ କହିଲି, ମୁଁ ଆପଣା ଆୟୁର ମଧ୍ୟାହ୍ନ ସମୟରେ ପାତାଳର ପୁରଦ୍ୱାରରେ ପ୍ରବେଶ କରିବି; ମୁଁ ଆପଣା ବର୍ଷସମୂହର ଅବଶିଷ୍ଟାଂଶ ପ୍ରାପ୍ତିରୁ ବଞ୍ଚିତ ହେଲି। (Sheol )
11 Рекох: ктому не узрю спасения Божия на земли живых, ктому не узрю спасения Израилева на земли, ктому не узрю человека со живущими:
ମୁଁ କହିଲି ମୁଁ ସଦାପ୍ରଭୁଙ୍କୁ, ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କୁ ଦେଖିବି ନାହିଁ; ମୁଁ ଜଗନ୍ନିବାସୀମାନଙ୍କ ସହିତ ମନୁଷ୍ୟକୁ ଆଉ ଦେଖିବି ନାହିଁ।
12 остах от сродства моего, оставих прочее живота моего, изыде и отиде от мене аки разрушаяй кущу поткнувый: аки платно дух мой во мне бысть, ткателнице приближающейся отрезати.
ମୋହର ଆୟୁ ଦୂରୀକୃତ ହୋଇଅଛି ଓ ମେଷପାଳକର ତମ୍ବୁ ପରି ମୋʼ ଠାରୁ ସ୍ଥାନାନ୍ତରିତ ହୋଇଅଛି; ମୁଁ ତନ୍ତୀ ପରି ଆପଣା ଜୀବନ ଗୁଡ଼ାଇଅଛି; ସେ ମୋତେ ତନ୍ତରୁ କାଟି ପକାଇବେ; ଏକ ଦିବାରାତ୍ର ମଧ୍ୟରେ ସେ ମୋତେ ଶେଷ କରିବେ।
13 В той день предан бых до заутра аки льву, тако сокруши вся кости моя: от дне бо до нощи предан бых.
ମୁଁ ପ୍ରଭାତ ପର୍ଯ୍ୟନ୍ତ ଆପଣାକୁ ସୁସ୍ଥିର କଲି; ଯେପରି ସିଂହ, ସେହିପରି ସେ ମୋହର ଅସ୍ଥିସବୁ ଚୂର୍ଣ୍ଣ କରୁଅଛନ୍ତି; ଏକ ଦିବାରାତ୍ର ମଧ୍ୟରେ ତୁମ୍ଭେ ମୋତେ ଶେଷ କରିବ।
14 Яко ластовица, тако возопию, и яко голубь, тако поучуся: изчезосте бо очи мои, еже взирати на высоту небесную ко Господу, Иже избави мя и отя болезнь души моея:
ଯେପରି ତାଳଚୋଞ୍ଚ ଅବା ସାରସ ପକ୍ଷୀ ଶବ୍ଦ କରନ୍ତି, ସେହିପରି ମୁଁ ଚିଁ ଚିଁ ଶବ୍ଦ କଲି; ମୁଁ କପୋତ ପରି ଶୋକ କଲି; ଉପରକୁ ଅନାଇ ଅନାଇ ମୋହର ଚକ୍ଷୁ କ୍ଷୀଣ ହେଉଅଛି; ହେ ସଦାପ୍ରଭୋ, ମୁଁ ଉପଦ୍ରବଗ୍ରସ୍ତ, ତୁମ୍ଭେ ମୋହର ଲଗା ହୁଅ।
15 и Той сотвори путеводство во вся лета моя.
ମୁଁ କଅଣ କହିବି? ସେ ତ ମୋତେ କହିଅଛନ୍ତି, ମଧ୍ୟ ଆପେ ତାହା ସାଧନ କରିଅଛନ୍ତି; ମୁଁ ଆପଣା ପ୍ରାଣର ତିକ୍ତତା ସକାଶୁ ଆପଣାର ସବୁ ବର୍ଷଯାକ ଧୀରେ ଧୀରେ ଗମନ କରିବି।
16 Господи, о той бо возвестися Тебе, и воздвигл еси дыхание мое, и утешився ожих.
ହେ ପ୍ରଭୋ, ଏହିସବୁ ଦ୍ୱାରା ଲୋକେ ବଞ୍ଚନ୍ତି, ଆଉ ତହିଁରେ ହିଁ ସମ୍ପୂର୍ଣ୍ଣ ରୂପେ ମୋʼ ଆତ୍ମାର ଜୀବନ ଅଛି, ଏହେତୁ ତୁମ୍ଭେ ମୋତେ ସୁସ୍ଥ କରି ସଜୀବ କର।
17 Избавил бо еси душу мою, да не погибнет, и завергл еси за мя вся грехи моя.
ଦେଖ, ମୁଁ ଆପଣାର ଶାନ୍ତି ନିମନ୍ତେ ବଡ଼ ଦୁଃଖ ପାଇଲି; ମାତ୍ର ତୁମ୍ଭେ ମୋʼ ପ୍ରାଣ ପ୍ରତି ପ୍ରେମ କରି ବିନାଶକୂପରୁ ତାହାକୁ ଉଦ୍ଧାର କଲ; କାରଣ ତୁମ୍ଭେ ଆପଣା ପଛଆଡ଼େ ମୋହର ପାପସବୁ ପକାଇ ଦେଇଅଛ।
18 Не похвалят бо Тебе, иже во аде, ни умершии возблагословят Тя, и не надеются, иже во аде, милости Твоея. (Sheol )
ଯେହେତୁ ପାତାଳ ତୁମ୍ଭର ପ୍ରଶଂସା କରି ନ ପାରେ, ମୃତ୍ୟୁୁ ତୁମ୍ଭର ଗୁଣ କୀର୍ତ୍ତନ କରି ନ ପାରେ; ଗର୍ତ୍ତଗାମୀମାନେ ତୁମ୍ଭର ସତ୍ୟତା ପାଇଁ ପ୍ରତ୍ୟାଶା କରି ନ ପାରନ୍ତି। (Sheol )
19 Живии же возблагословят Тя, якоже и аз: отднесь бо дети сотворю, яже возвестят правду Твою,
ଯେପରି ଆଜି ମୁଁ କରୁଅଛି, ସେହିପରି ଜୀବିତ ଲୋକ, କେବଳ ଜୀବିତ ଲୋକ ତୁମ୍ଭର ପ୍ରଶଂସା କରିବ; ପିତା ସନ୍ତାନଗଣକୁ ତୁମ୍ଭର ସତ୍ୟତା ଜ୍ଞାତ କରାଇବ।
20 Господи спасения моего: и не престану благословя тя с песнию вся дни живота моего прямо дому Божию.
ସଦାପ୍ରଭୁ ମୋହର ପରିତ୍ରାଣ କରିବାକୁ ଉଦ୍ୟତ; ଏହେତୁ ଆମ୍ଭେମାନେ ଜୀବନଯାଏ ସଦାପ୍ରଭୁଙ୍କ ଗୃହରେ ତାରଯୁକ୍ତ ଯନ୍ତ୍ର ସହିତ ମୋହର ସଙ୍ଗୀତ ଗାନ କରିବୁ।
21 И рече Исаиа ко Езекии: возми от смоквий и сотри, и приложи пластырь на язву и здрав будеши.
ଯିଶାଇୟ କହିଥିଲେ, “ସେମାନେ ଡିମ୍ବିରି ଚକ୍ତି ନେଇ ସ୍ପୋଟକ ଉପରେ ଦେଉନ୍ତୁ, ତହିଁରେ ସେ ସୁସ୍ଥ ହେବ।”
22 И рече Езекиа: сие знамение, яко взыду в дом Божий.
ହିଜକୀୟ ମଧ୍ୟ କହିଥିଲା, “ମୁଁ ଯେ ସଦାପ୍ରଭୁଙ୍କ ଗୃହକୁ ଯିବି, ଏଥିର ଚିହ୍ନ କଅଣ?”