< Книга пророка Иеремии 1 >
1 Слово Божие, еже бысть ко Иеремии сыну Хелкиеву от священник, иже обиташе во Анафофе, в земли Вениаминове,
ବିନ୍ୟାମୀନ୍ ପ୍ରଦେଶୀୟ ଅନାଥୋତ୍ ନିବାସୀ ଯାଜକମାନଙ୍କର ମଧ୍ୟବର୍ତ୍ତୀ ହିଲ୍କୀୟଙ୍କ ପୁତ୍ର ଯିରିମୀୟଙ୍କ ବାକ୍ୟ;
2 якоже бысть слово Господне к нему, во дни Иосии сына Амоса царя Иудина, в третиенадесять лето царства его,
ଆମୋନ୍ର ପୁତ୍ର, ଯିହୁଦା ଦେଶର ରାଜା ଯୋଶୀୟର ରାଜତ୍ଵର ତ୍ରୟୋଦଶ ବର୍ଷରେ ସଦାପ୍ରଭୁଙ୍କର ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା।
3 и бысть во дни Иоакима сына Иосии царя Иудина, даже до первагонадесять лета Седекии сына Иосии царя Иудина, даже до пленения Иерусалимскаго в месяц пятый.
ମଧ୍ୟ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ସମୟରେ, ଯୋଶୀୟର ପୁତ୍ର ଯିହୁଦାର ରାଜା ସିଦିକୀୟଙ୍କର ରାଜତ୍ଵର ଏକାଦଶ ବର୍ଷ ସମାପ୍ତି ପର୍ଯ୍ୟନ୍ତ ପଞ୍ଚମ ମାସରେ ଯିରୂଶାଲମ ନିର୍ବାସିତ ହେବା ପର୍ଯ୍ୟନ୍ତ ସେହି ବାକ୍ୟ ଉପସ୍ଥିତ ହେଲା।
4 И бысть слово Господне ко мне глаголя:
ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
5 прежде неже мне создати тя во чреве, познах тя, и прежде неже изыти тебе из ложесн, освятих тя, пророка во языки поставих тя.
“ଉଦର ମଧ୍ୟରେ ତୁମ୍ଭକୁ ଗଢ଼ିବା ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ, ପୁଣି ଭୂମିଷ୍ଠ ହେବା ପୂର୍ବରୁ ଆମ୍ଭେ ତୁମ୍ଭକୁ ପବିତ୍ର କଲୁ; ଆମ୍ଭେ ତୁମ୍ଭକୁ ନାନା ଦେଶୀୟମାନଙ୍କ ନିକଟରେ ଭବିଷ୍ୟଦ୍ବକ୍ତା କରି ନିଯୁକ୍ତ କରିଅଛୁ।”
6 И рекох: о, Сый Владыко Господи, се, не вем глаголати, яко отрок аз есмь.
ଏଥିରେ ମୁଁ କହିଲି, “ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ! ଦେଖନ୍ତୁ, ମୁଁ କଥା କହି ଜାଣେ ନାହିଁ; କାରଣ ମୁଁ ତ ବାଳକ।”
7 И рече Господь ко мне: не глаголи, яко отрок аз есмь, ибо ко всем, к нимже послю тя, пойдеши, и вся, елика повелю тебе, возглаголеши:
ମାତ୍ର ସଦାପ୍ରଭୁ ମୋତେ କହିଲେ, “ମୁଁ ବାଳକ ବୋଲି କୁହ ନାହିଁ; କାରଣ ଆମ୍ଭେ ତୁମ୍ଭକୁ ଯାହା ନିକଟକୁ ପଠାଇବା, ତୁମ୍ଭେ ତାହା ନିକଟକୁ ଯିବ ଓ ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରିବା, ତାହା ତୁମ୍ଭେ କହିବ।
8 не убойся от лица их, яко с тобою Аз есмь, еже избавити тя, глаголет Господь.
ସେମାନଙ୍କ ସକାଶୁ ଭୀତ ହୁଅ ନାହିଁ; କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।”
9 И простре Господь руку Свою ко мне и прикоснуся устом моим, и рече Господь ко мне: се, дах словеса Моя во уста твоя:
ସେତେବେଳେ ସଦାପ୍ରଭୁ ଆପଣା ହସ୍ତ ବଢ଼ାଇ ମୋର ମୁଖ ସ୍ପର୍ଶ କଲେ; ଆଉ, ସଦାପ୍ରଭୁ ମୋତେ କହିଲେ, “ଦେଖ, ଆମ୍ଭେ ଆପଣା ବାକ୍ୟ ତୁମ୍ଭ ମୁଖରେ ଦେଲୁ;
10 се, поставих тя днесь над языки и над царствы, да искорениши и разориши, и расточиши и разрушиши, и паки созиждеши и насадиши.
ଦେଖ, ଉତ୍ପାଟନ, ଭଗ୍ନ, ବିନାଶ ଓ ନିପାତ କରିବା ନିମନ୍ତେ; ପତ୍ତନ ଓ ରୋପଣ କରିବା ନିମନ୍ତେ ଆମ୍ଭେ ନାନା ଦେଶ ଓ ରାଜ୍ୟ ଉପରେ ଆଜି ତୁମ୍ଭକୁ ନିଯୁକ୍ତ କଲୁ।”
11 И бысть слово Господне ко мне глаголя: что ты видиши Иеремие? И рекох: жезл ореховый (аз вижду).
ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, “ହେ ଯିରିମୀୟ, ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ମୁଁ ବାଦାମ ବୃକ୍ଷର ଏକ ଦଣ୍ଡ ଦେଖୁଅଛି।”
12 И рече Господь ко мне: благо видел еси, понеже бдех Аз над словесы Моими, еже сотворити я.
ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଭଲ ଦେଖିଅଛ; କାରଣ ଆମ୍ଭେ ଆପଣା ବାକ୍ୟ ସଫଳ କରିବା ପାଇଁ ଜାଗ୍ରତ ଅଛୁ।”
13 И бысть слово Господне вторицею ко мне глаголя: что ты видиши? И рекох: коноб поджигаемый (аз вижду) и лице его от лица севера.
ପୁଣି, ଦ୍ୱିତୀୟ ଥର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, “ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ମୁଁ ଗୋଟିଏ ରନ୍ଧା ହଣ୍ଡା; ଦେଖୁଅଛି; ତହିଁର ମୁଖ ଉତ୍ତର ଦିଗରୁ (ଢଳିଅଛି)।”
14 И рече Господь ко мне: от лица севера возгорятся злая на всех обитающих на земли,
ତହିଁରେ ସଦାପ୍ରଭୁ ମୋତେ କହିଲେ, “ଉତ୍ତର ଦିଗରୁ ଏହି ଦେଶ ନିବାସୀ ସମସ୍ତଙ୍କ ଉପରେ ଅମଙ୍ଗଳ ମାଡ଼ି ଆସିବ।
15 зане се, Аз созову вся царства земная от севера, рече Господь и приидут и поставят кийждо престол свой в преддвериих врат Иерусалимских и на всех стенах окрест его и на всех градех Иудиных:
କାରଣ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଉତ୍ତର ଦିଗସ୍ଥ ରାଜ୍ୟସମୂହର ସମୁଦାୟ ଗୋଷ୍ଠୀଙ୍କୁ ଡାକିବା; ତହିଁରେ ସେମାନେ ଆସି ଯିରୂଶାଲମ ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ପ୍ରାଚୀର ସମ୍ମୁଖରେ ଓ ଯିହୁଦାର ନଗରସମୂହର ସମ୍ମୁଖରେ ଆପଣା ଆପଣା ସିଂହାସନ ସ୍ଥାପନ କରିବେ।
16 и возглаголю к ним с судом о всяцей злобе их, како оставиша Мя и пожроша богом чуждим и поклонишася делом рук своих.
ତହିଁରେ ସେମାନେ ଆମ୍ଭକୁ ପରିତ୍ୟାଗ କରିବାରେ ଓ ଅନ୍ୟ ଦେବତାମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବାରେ ଓ ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ପ୍ରଣାମ କରିବାରେ ଯେଉଁ ଯେଉଁ ଦୁଷ୍ଟତା କରିଅଛନ୍ତି; ସେସକଳର ବିରୁଦ୍ଧରେ ଆମ୍ଭେ ଆପଣା ବିଚାର ପ୍ରକାଶ କରିବା।
17 Ты же препояши чресла твоя, и востани и глаголи к ним вся, елика заповедаю тебе: не убойся от лица их, ниже устрашися пред ними, яко с тобою есмь, еже избавити тя, глаголет Господь:
ଏହେତୁ ତୁମ୍ଭେ ଆପଣା କଟି ବାନ୍ଧି ଉଠ ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରୁଅଛୁ, ତାହାସବୁ ସେମାନଙ୍କୁ କୁହ; ସେମାନଙ୍କ ସକାଶୁ ଉଦ୍ବିଗ୍ନ ହୁଅ ନାହିଁ; ହେଲେ, ଆମ୍ଭେ ସେମାନଙ୍କ ସାକ୍ଷାତରେ ତୁମ୍ଭକୁ ଉଦ୍ବିଗ୍ନ କରିବା।
18 се, положих тя днесь аки град тверд и в столп железный, и аки стену медяну, крепку всем царем Иудиным и князем его, и священником его и людем земли:
କାରଣ ଦେଖ, ଆମ୍ଭେ ଆଜି ସମଗ୍ର ଦେଶ ବିରୁଦ୍ଧରେ, ଯିହୁଦାର ରାଜାଗଣ ବିରୁଦ୍ଧରେ, ତହିଁର ଅଧିପତିଗଣର ବିରୁଦ୍ଧରେ, ତହିଁର ଯାଜକମାନଙ୍କ ବିରୁଦ୍ଧରେ ଓ ଦେଶସ୍ଥ ଲୋକମାନଙ୍କ ବିରୁଦ୍ଧରେ, ତୁମ୍ଭକୁ ଏକ ଦୃଢ଼ ନଗର, ଲୌହସ୍ତମ୍ଭ ଓ ପିତ୍ତଳର ପ୍ରାଚୀର ସ୍ୱରୂପ କଲୁ।
19 и ратовати будут на тя и не премогут тя, понеже с тобою Аз есмь, да избавлю тя, рече Господь.
ପୁଣି, ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବେ; ମାତ୍ର ତୁମ୍ଭ ଉପରେ ଜୟଯୁକ୍ତ ହେବେ ନାହିଁ। କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭର ସଙ୍ଗେ ସଙ୍ଗେ ଅଛୁ।”